• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ସମୀକ୍ଷା : ଜୀବନ ରକ୍ଷା ଉପରେ ମୁଖ୍ୟମନ୍ତ୍ରୀଙ୍କ ସର୍ବାଧିକ ଗୁରୁତ୍ବ  

Proprietor Abhimanyu Maharana by Proprietor Abhimanyu Maharana
September 26, 2021
in ଓଡ଼ିଶା, ମହାନଗର, ହୋମ୍
0
ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ସମୀକ୍ଷା : ଜୀବନ ରକ୍ଷା ଉପରେ ମୁଖ୍ୟମନ୍ତ୍ରୀଙ୍କ ସର୍ବାଧିକ ଗୁରୁତ୍ବ  
Share on FacebookShare on TwitterWhatsapp

ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କାର୍ଯ୍ୟ ଓ କୋଭିଡ଼ ନିୟମ ପାଳନରେ ପ୍ରଶାସନ କୁ ସହଯୋଗ କରିବା ପାଇଁ ଜନସାଧାରଣ ଙ୍କୁ ମୁଖ୍ୟମନ୍ତ୍ରୀ ଙ୍କ ନିବେଦନ ।

୪୨ଟି ଓଡ୍ରାଫ ଓ ୨୪ ଟି NDRF ଓ ୧୦୩ଟି ଅଗ୍ନିଶମ ଦଳ ନିୟୋଜିତ,ଆସନ୍ତାକାଲି ପ୍ରଭିବିତ ୧୧ଟି ଜିଲ୍ଲାର ସ୍କୁଲ ବନ୍ଦ ରହିବ

ଓଡ଼ିଶା ତାଜା ନ୍ୟୁଜ୍ (୨୬ ସେପ୍ଟେମ୍ବର ରବିବାର ) ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଯୋଗେ ଦିଲ୍ଲୀରୁ ବାତ୍ୟା ଗୁଲ୍‌ଆବ ର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସଂପର୍କରେ ସମୀକ୍ଷା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜୀବନ ରକ୍ଷା ଉପରେ ସର୍ବାଧିକ ଗୁରୁତ୍ବ ଆରୋପ କରିଥିଲେ ଏବଂ ଏହା ସୁନିଶ୍ଚିତ କରିବା ପାଇଁ ଆବଶ୍ୟକାତା ଠାରୁ ଅଧିକ ଆଗକୁ ଯାଇ କାମ କରିବା ପାଇଁ ପରାମର୍ଶ ଦେଇଥିଲେ । ଆଜି ଅପରାହ୍ନ ସୁଦ୍ଧା ଗୁଲ୍‌ଆବ ପ୍ରଭାବିତ ଜିଲ୍ଲା ମାନଙ୍କର ତଳିଆ ତଥା ବନ୍ୟାପ୍ରବଣ ସ୍ଥାନ ମାନଙ୍କରୁ ଏବଂ କଚ୍ଚା ଘର ମାନଙ୍କରୁ ଲୋକମାନଙ୍କୁ ସ୍ଥାନାନ୍ତର କରିଯିବ ସହିତ ଭୂସ୍ଖଳନ ସଂଭାବନା ଥିବା ଅଞ୍ଚଳ ମାନଙ୍କରେ ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ କରିବା ପାଇଁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ।

ବାତ୍ୟା ୟାସ୍‌ ପରବର୍ତ୍ତୀ ସମୟରେ ଯେପରି ପ୍ରଭାବିତ ଅଞ୍ଚଳ ମାନଙ୍କରେ କୋଭିଡ ସଂଖ୍ୟା ବୃଦ୍ଧି ଘଟିଥିଲା, ତାକୁ ଦୃଷ୍ଟିରେ ରଖି ବାତ୍ୟା ଆଶ୍ରୟସ୍ଥଳ ମାନଙ୍କରେ କୋଭିଡ ନିୟମାବଳୀକୁ କଡାକଡି ଭାବରେ ପାଳନ କରାଯିବା ତଥା ମାସ୍କ ବ୍ୟବହାରକୁ ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏହାସହିତ ଆସ୍କା, ଗୁଡାରୀ, ଗୁଣପୁର, କଡିନଗର ଏବଂ ପୁରୁଷୋତ୍ତମପୁର ତଥା ଅନ୍ୟ ବନ୍ୟା ପ୍ରବଣ ଗାଁ ମାନଙ୍କରେ ଥିବା ବନ୍ଧବାଡ ଉପରେ ସତର୍କ ଦୃଷ୍ଟି ରଖିବା ପାଇଁ ପରାମର୍ଶ ଦେଇଥିଲେ ।

ବାତ୍ୟା ଆଶ୍ରୟସ୍ଥଳ ଗୁଡିକରେ ଭଲ ପିଇବା ପାଣି ସମେତ ସବୁପ୍ରକାର ମୌଳିକ ବ୍ୟବସ୍ଥା ଗ୍ରହଣ କରାଯିବା ସଂଗେ ସଂଗେ ଗର୍ଭବତୀ ମହିଳା, ବୟସ୍କ ଓ ଶିଶୁ ମାନଙ୍କ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦେବାପାଇଁ ମଧ୍ୟ ପରାମର୍ଶ ଦେଇଥିଲେ । ବାତ୍ୟା ପରେ ପରେ ରାସ୍ତା ସଫା କରିବା, ବିଦ୍ୟୁତ ଓ ଜଳଯୋଗାଣ ବ୍ୟବସ୍ଥାର ପୁନରୁଦ୍ଧାର କାର୍ଯ୍ୟ ତ୍ବରାନ୍ବିତ କରିବା ପାଇଁ ଆଗୁଆ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ମାଇକ ଯୋଗେ ଲୋକଙ୍କୁ ସଚେତନ କରିବା ସହ ସ୍ଥାନାନ୍ତର ଆଶ୍ରୟସ୍ଥଳ ପରିଚାଳନା ତଥା ପୁନରୁଦ୍ଧାର କାର୍ଯ୍ୟରେ ପଞ୍ଚାୟତିରାଜ ଅନୁଷ୍ଠାନ,ମି ଶନ ଶକ୍ତି ଗୋଷ୍ଠୀ, NGO. ଓ ସ୍ବଚ୍ଛାସେବୀମାନଙ୍କୁ ସାମିଲ କରିବା ପାଇଁ ପରାମର୍ଶ ଦେଇଥିଲେ । ବାତ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଆସନ୍ତା କାଲି ପ୍ରଭାବିତ ସମସ୍ତ ୧୧ ଗୋଟି ଜିଲ୍ଲାର ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ପରବର୍ତ୍ତୀ ସମୟରେ ଜିଲ୍ଲାପାଳ ମାନେ ସ୍ଥାନୀୟ ପରିସ୍ଥିତିକୁ ବିଚାରକୁ ନେଇ ସ୍କୁଲ ଖୋଲିବା ସଂପର୍କରେ ନିଷ୍ପତ୍ତି ଗ୍ରହଣ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ଯଥା ନିରାପଦ ସ୍ଥାନକୁ ସ୍ଥାନାନ୍ତର ଏବଂ କୋଭିଡ ନିୟମ ପାଳନ ଆଦି ବିଷୟରେ ପୂର୍ଣ୍ଣ ସହଯୋଗ କରବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଥିଲେ । ଉନ୍ନୟନ କମିଶନର ତଥା ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ପ୍ରଦୀପ ଜେନା ପରିସ୍ଥିତି ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ । ପ୍ରଭାବିତ ଜିଲ୍ଲା ମାନଙ୍କରେ ୪୨ଟି ଓଡ୍ରାଫ, ୨୪ NDRF, ୧୦୩ ଅଗ୍ନିଶମ ଦଳ ମୁତୟନ କରାଯାଇଛି ବୋଲି ସୂଚନା ଦେଇଥିଲେ ।

ବାତ୍ୟା ଆଶ୍ରୟସ୍ଥଳ ମାନଙ୍କରେ ମାସ୍କ ଓ ସାନିଟାଇଜର ବ୍ୟବସ୍ଥା ସହିତ ସାମାଜିକ ଦୂରତା ଉପରେ ଗୁରୁତ୍ବ ଦିଆଯାଉଛି ବୋଲି ସୂଚନା ଦେଇଥିଲେ । ଏହି ବାତ୍ୟା ଦ୍ବାରା ଗଞ୍ଜାମ, ଗଜପତି, ରାୟଗଡା ଓ କୋରାପୁଟ ଜିଲ୍ଲା ସର୍ବାଧିକ ପ୍ରଭାବିତ ହେବାର ସମ୍ଭାବନା ଥିବାବେଳେ ଏହି ଜିଲ୍ଲାଗୁଡିକ ସହିତ କନ୍ଧମାଳ, ମାଲକାନଗିରି, ନବରଂଗପୁର ଓ କଳାହାଣ୍ଡିର କିଛି ଅଞ୍ଚଳରେ ପ୍ରବଳକୁ ପ୍ରବଳତର ବର୍ଷା ଏବଂ ଖୋର୍ଦ୍ଧା, ପୁରୀ ଓ ନୟାଗଡ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ବୋଲି ସୂଚନା ଦେଇଥିଲେ । ଏହା ସହିତ କେତେକ ସ୍ଥାନରେ ଭୂସ୍ଖଳନ ହେବାର ସଂଭାବନା ରହିଛି ବୋଲି ସେ ସତର୍କ କରାଇ ଦେଇଥିଲେ । ଆଜି ଅପରାହ୍ନ ୪ଟି ସୁଦ୍ଧା ସ୍ଥାନାନ୍ତର କାର୍ଯ୍ୟ ଶେଷ କରାଯିବ ବୋଲି ସେ ମୁଖ୍ୟମନ୍ତ୍ରୀ ଅବଗତ କରାଇଥିଲେ ।

ଗଞ୍ଜାମ, ଗଜପତି, ରାୟଗଡା ଓ କୋରାପୁଟର ଜିଲ୍ଲାପାଳ ମାନେ ଜିଲ୍ଲାର ପରିସ୍ଥିତି ଏବଂ ବାତ୍ୟାର ମୁକାବିଲା ପାଇଁ ନିଆଯାଇଥିବା ଆଗୁଆ ପଦକ୍ଷେପ ଓ ସେମାନଙ୍କର ଆବଶ୍ୟକତା ସଂପର୍କରେ ବୈଠକରେ ଜଣାଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ସହ ଦିଲ୍ଲୀ ଗସ୍ତରେ ଥିବା ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଜଳସଂପଦ ବିଭାଗର ପ୍ରମୁଖ ସଚିବ, ଶକ୍ତି ବିଭାଗର ପ୍ରମୁଖ ସଚିବ, ମତ୍ସ୍ୟ ଓ ପଶୁସଂପଦ ବିଭାଗର ସଚିବ ଓ ପ୍ରଭାବିତ ୧୧ଟି ଜିଲ୍ଲାର ଜିଲ୍ଲାପାଳ ମାନେ ବୈଠରେ ଭାଗ ନେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Vedanta Aluminium’s Skill Development Initiative Upskills 1000 Plus Kalahandi Youths, Enabling Sustainable Livelihoods

Vedanta Aluminium’s Skill Development Initiative Upskills 1000 Plus Kalahandi Youths, Enabling Sustainable Livelihoods

September 24, 2026
ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ : ଶୋକ ପ୍ରସ୍ତାବ ଆଗତ

ପ୍ରଥମ ଦିନରୁ ହୋହଲ୍ଲା : ପାଟିତୁଣ୍ଡ ଓ ହଙ୍ଗାମାରେ କମ୍ପିଲା ବିଧାନସଭା

September 23, 2026
୯୨ ଟି ପୋଷ୍ଟ ଖାଲିଥିବା ବେଳେ ୪୫ ଜଣ ଶିକ୍ଷକଙ୍କୁ ପଦୋନ୍ନତି କାହିଁକି..? : ଶିକ୍ଷକ ମାନଙ୍କ ମହଲରେ ଅସନ୍ତୋଷ

୯୨ ଟି ପୋଷ୍ଟ ଖାଲିଥିବା ବେଳେ ୪୫ ଜଣ ଶିକ୍ଷକଙ୍କୁ ପଦୋନ୍ନତି କାହିଁକି..? : ଶିକ୍ଷକ ମାନଙ୍କ ମହଲରେ ଅସନ୍ତୋଷ

September 23, 2026
Odisha named among India’s most pronounced drought hotspots as extremes spread along the eastern coast: 52-year study

ମାତ୍ରାଧିକ ପାଗ ପରିବେଶ ପୂର୍ବତଟରେ ପରିବ୍ୟାପ୍ତ ରହୁଥିବାରୁ ଭାରତର ସର୍ବାଧିକ ମରୁଡି ପ୍ରବଣ ଅଞ୍ଚଳ ଭାବରେ ଉଚ୍ଚାରିତ ନାମ ମଧ୍ୟରେ ଓଡ଼ିଶା ରହିଛି : ୫୨ ବର୍ଷର ଅଧ୍ୟୟନ

September 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Vedanta Aluminium’s Skill Development Initiative Upskills 1000 Plus Kalahandi Youths, Enabling Sustainable Livelihoods

Vedanta Aluminium’s Skill Development Initiative Upskills 1000 Plus Kalahandi Youths, Enabling Sustainable Livelihoods

September 24, 2026
ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ : ଶୋକ ପ୍ରସ୍ତାବ ଆଗତ

ପ୍ରଥମ ଦିନରୁ ହୋହଲ୍ଲା : ପାଟିତୁଣ୍ଡ ଓ ହଙ୍ଗାମାରେ କମ୍ପିଲା ବିଧାନସଭା

September 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version