No Result
View All Result
ଓଡ଼ିଶା ତାଜା ନ୍ୟୁଜ୍ (୨୬ ସେପ୍ଟେମ୍ବର ରବିବାର ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ରୋଟାରୀ ହଲ୍ ଠାରେ ଓଡିଶା ମୋ ପରିବାର ପକ୍ଷରୁ ଜୀବନ ବିନ୍ଦ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଓଡିଶା ମୋ ପରିବାରର ଜିଲ୍ଲା ସଂଯୋଜିକା ଇନ୍ଦିରା ପଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ ଯୋଗ ଦେଇ ଏହାକୁ ଉଦଘାଟନ କରିଥିଲେ ।
ଏହି ଅବସରରେ ମୋଟ ୬୦ ୟୁନିଟ ରକ୍ତ ସଂଗ୍ରହ କରାଯାଇଛି । ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ବିଜେଡି ସଭାପତି ପ୍ରଦିପ ନାୟକ,ଜିଲ୍ଲା ଯୁବ ବିଜେଡି ସଭାପତି ଏସ.ଲିଙ୍ଗରାଜ,ଜିଲ୍ଲା ଛାତ୍ର ବିଜେଡି ସଭାପତି ବିଶ୍ବଜିତ ତ୍ରିପାଠୀ, ବସନ୍ତ ଦାଶ,ସୁଜିତ୍ ଦାଶ ପ୍ରମୁଖଙ୍କ ସମେତ ବହୁ ଦଳୀୟ ନେତା ଓ କର୍ମୀ ସାମିଲ ହୋଇଥିଲେ । (ଗରୁଡ଼ ଧ୍ଵଜ ଚୌଧୁରୀ )
No Result
View All Result