• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସରିଲା ପ୍ରଚାର, ୩୦ରେ ମତଦାନ : ପିପିଲି ଉପନିର୍ବାଚନ – ଅକ୍ଟୋବର ୩ ତାରିଖରେ ଭୋଟ ଗଣତି

Proprietor Abhimanyu Maharana by Proprietor Abhimanyu Maharana
September 28, 2021
in ଓଡ଼ିଶା, ପୁରୀ, ରାଜନୀତି, ହୋମ୍
0
ସରିଲା ପ୍ରଚାର, ୩୦ରେ ମତଦାନ : ପିପିଲି ଉପନିର୍ବାଚନ – ଅକ୍ଟୋବର ୩ ତାରିଖରେ ଭୋଟ ଗଣତି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୮ ସେପ୍ଟେମ୍ୱର ମଙ୍ଗଳବାର ) ଭୁବନେଶ୍ୱର/ପିପିଲି :- ୨୦୨୦ ମସିହା ଅକ୍ଟୋବର ୨୦ ତାରିଖରେ କରୋନା ଯୋଗୁଁ ପ୍ରଦୀପ ମହାରଥୀଙ୍କ ବିୟୋଗ ପରେ ଏହି ଆସନ ଖାଲି ପଡ଼ିଛି । ପିପିଲି ଉପନିର୍ବାଚନ ପାଇଁ ପ୍ରଚାର ଆନୁଷ୍ଠାନିକ ଭାବେ ସୋମବାର ଅପରାହ୍ନରେ ଶେଷ ହୋଇଛି । କାର୍ଯ୍ୟସୂଚୀ ଅନୁସାରେ ସେପ୍ଟେମ୍ବର ୩୦ ତାରିଖରେ ପିପିଲିରେ ଭୋଟ ଗ୍ରହଣ କରାଯିବ ଓ ଅକ୍ଟୋବର ୩ ତାରିଖରେ ଭୋଟ ଗଣତି କରାଯାଇ ଫଳ ପ୍ରକାଶ ପାଇବ । ପିପିଲିରେ ବିଗତ କିଛି ଦିନ ଧରି ବିଜେପି, ବିଜେଡି ଏବଂ କଂଗ୍ରେସ ଦଳ ପକ୍ଷରୁ ଘମାଘୋଟ ପ୍ରଚାର ଚାଲିଥିଲା । କୋଭିଡ କଟକଣା ଭିତରେ ବି ଦଳୀୟ ପ୍ରାର୍ଥୀ ଏବଂ କର୍ମୀମାନେ ରାତି ଦିନ ଏକାକାର କରିଦେଇଥିଲେ । ଏଥିରୁ ପିପିଲି ଉପନିର୍ବାଚନର ଗୁରୁତ୍ୱକୁ ବୁଝିହେବ । 

ତିନି ଦଳର ନେତାମାନେ ନିଜ ନିଜ ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ପ୍ରାଣମୂର୍ଚ୍ଛା ଉଦ୍ୟମ କରିଥିବାବେଳେ ଲୋକେ କାହାକୁ ପ୍ରକୃତରେ ପସନ୍ଦ କରିଛନ୍ତି ତାହା ୩ରେ ହିଁ ଜଣାପଡ଼ିବ । ଏଥି ପୂର୍ବରୁ ପିପିଲିରେ ଦୁଇ ଦୁଇଥର ନିର୍ବାଚନ ଘୁଞ୍ଚା ଯାଇଥିଲା । ପ୍ରଥମେ ଏପ୍ରିଲ ୧୭ରେ ଏହି ନିର୍ବାଚନ ଅନୁଷ୍ଠିତ ହେବାର ଥିଲା ।  କିନ୍ତୁ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ମୃତ୍ୟୁ ପରେ ତାଙ୍କ ସ୍ଥାନରେ ବିଶ୍ଵକେଶନ ହରିଚନ୍ଦନ ମହାପାତ୍ରଙ୍କୁ ପ୍ରାର୍ଥୀ କରାଯିବା ପରେ ଉପନିର୍ବାଚନ ମେ’ ୪ ରେ ହେବ ବୋଲି ଘୋଷଣା କରିଥିଲେ ନିର୍ବାଚନ କମିସନ । କିନ୍ତୁ କରୋନା ମାମଲା ବୃଦ୍ଧି ପାଇଁ ରାଜ୍ୟ ସରକାର ଲକଡାଉନ ଘୋଷଣା କରିବାରୁ ନିର୍ବାଚନ ତାରିଖକୁ ପୁଣି ଘୁଞ୍ଚାଇ ଦିଆଯାଇଥିଲା । ପିପିଲି ଉପନିର୍ବାଚନ ପାଇଁ ବିଜୁ ଜନତା ଦଳ ପକ୍ଷରୁ ସ୍ଵର୍ଗତ ମହାରଥୀଙ୍କ ପୁଅ ରୁଦ୍ର ପ୍ରତାପ ମହାରଥୀଙ୍କୁ ପ୍ରାର୍ଥୀ କରା ଯାଇଥିବାବେଳେ ବିଜେପି ଆଶ୍ରିତ ପଟ୍ଟନାୟକଙ୍କୁ ପ୍ରାର୍ଥୀ କରିଛି ।

ଆଶ୍ରିତ ପଟ୍ଟନାୟକ ୨୦୧୯ରେ ବିଧାନସଭା ନିର୍ବାଚନରେ ସ୍ୱାଧୀନ ପ୍ରାର୍ଥୀ ଭାବେ ମହାରଥୀଙ୍କ ବିରୁଦ୍ଧରେ ଲଢ଼ିଥିଲେ ।  କଂଗ୍ରେସର ବିଶ୍ୱକେଶନ ହରିଚନ୍ଦନ ମହାପାତ୍ରଙ୍କ ବ୍ୟତୀତ ଆଉ ୭ ଜଣ ପ୍ରାର୍ଥୀ ମଇଦାନରେ ଅଛନ୍ତି । ରାଜନୈତିକ ଦୃଷ୍ଟିରୁ ସମ୍ବେଦନଶୀଳ କୁହାଯାଉଥିବା ପିପିଲି ନିର୍ବାଚନ ମଣ୍ଡଳୀ ହେଉଛି ଶାସକ ବିଜେଡିର ଦୁର୍ଗ ।  ବିଜେଡ଼ି ଓ ମହାରଥୀ ପରିବାରର ପତିଆରା ଏଠି ଖୁବ ଅଧିକ ।  ଅତୀତରେ ଏହି ଆସନରୁ ବିଜେପି କେବେ ବି ଜିତି ନାହିଁ । ପ୍ରଦୀପ ମହାରଥୀ ଏହି ଆସନରୁ ୭ ଥର ଜିତି ବିଧାନସଭାକୁ ଯାଇଥିଲେ ଓ ମନ୍ତ୍ରୀ ମଧ୍ୟ ହୋଇଥିଲେ । ୨୦୨୧ ପିପିଲି ଉପନିର୍ବାଚନ ସବୁ ଦଳ ପାଇଁ ଏଥି ପାଇଁ ଗୁରୁତ୍ୱପୂର୍ଣ୍ଣ ଯେ, ଆସନ୍ତା ବର୍ଷ ହେବାକୁ ଥିବା ପଞ୍ଚାୟତ ନିର୍ବାଚନ ଓ ପୌର ନିର୍ବାଚନ ପୂର୍ବରୁ ଏହା ହେଉଛି ଶେଷ ନିର୍ବାଚନ । 

ବିଜେଡ଼ିର ରୁଦ୍ର ମହାରଥୀ ଯଦି ଏଠାରୁ ବିଜୟ ଲାଭ କରନ୍ତି, ତେବେ ଧରି ନିଆଯିବ ଯେ ଏବେବି ବିଜେଡିର ଲୋକପ୍ରିୟତା ପିପିଲିରେ ଅତୁଟ ରହିଛି । ଯଦି ବିଜେପିର ପ୍ରାର୍ଥୀ ଜିତନ୍ତି ଏହା ବୁଝାଯିବ ଯେ, ଉପକୂଳ ଓଡ଼ିଶାରେ ବିଜେପିର ଲୋକପ୍ରିୟତା ବୃଦ୍ଧି ପାଇଛି । ବିଜେପି ପାଇଁ ଏହି ନିର୍ବାଚନ ଆଗକୁ ଭଲ ସମୟ ଆଣିବ କି ନା ତାହା ବି ଉପନିର୍ବାଚନରୁ ଜଣାପଡ଼ିବ । ପିପିଲି ବିଧାନସଭା ଉପନିର୍ବାଚନରେ ଲଢ଼େଇଟି କେବଳ ବିଜେପି ଓ ବିଜେଡି ମଧ୍ୟରେ ସୀମିତ ରହିଛି ।  ଯଦିଓ ପୂର୍ବରୁ ଥରେ ଦୁଇଥର କଂଗ୍ରେସ ପ୍ରାର୍ଥୀ ଜିତିଛନ୍ତି, ଏବେ କିନ୍ତୁ କଂଗ୍ରେସ ଦଳର ପ୍ରଦର୍ଶନ ଏତେଟା ଭଲ ନଥିବା ସାଧାରଣରେ ମତ ପ୍ରକାଶ ପାଉଛି । ତେଣୁ ଚଳିତ ଥର ମଧ୍ୟ କଂଗେସ ଦଳ ତୃତୀୟ ସ୍ଥାନରେ ରହିପାରେ ବୋଲି ରାଜନୀତିକ ମହଲରେ ଚର୍ଚ୍ଚା ହେଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଣପୁର ପ୍ରେସ କ୍ଲବର ନୂତନ ଗୃହ ଉଦ୍‌ଘାଟନ କଲେ ବାଚସ୍ପତି 

ରଣପୁର ପ୍ରେସ କ୍ଲବର ନୂତନ ଗୃହ ଉଦ୍‌ଘାଟନ କଲେ ବାଚସ୍ପତି 

July 28, 2026
ମିନା କୁମାରୀ ପ୍ରଧାନଙ୍କୁ ସମ୍ମାନଜନକ ଡକ୍ଟରେଟ ଉପାଧି ପ୍ରଦାନ

ମିନା କୁମାରୀ ପ୍ରଧାନଙ୍କୁ ସମ୍ମାନଜନକ ଡକ୍ଟରେଟ ଉପାଧି ପ୍ରଦାନ

July 27, 2026
କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

July 27, 2026
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁଲାଇ  ମାସର  ସାରସ୍ୱତ ଆସର ଅବସରରେ ବର୍ଷା ପାଇଁ କବିତା

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁଲାଇ  ମାସର  ସାରସ୍ୱତ ଆସର ଅବସରରେ ବର୍ଷା ପାଇଁ କବିତା

July 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁର ପ୍ରେସ କ୍ଲବର ନୂତନ ଗୃହ ଉଦ୍‌ଘାଟନ କଲେ ବାଚସ୍ପତି 

ରଣପୁର ପ୍ରେସ କ୍ଲବର ନୂତନ ଗୃହ ଉଦ୍‌ଘାଟନ କଲେ ବାଚସ୍ପତି 

July 28, 2026
ମିନା କୁମାରୀ ପ୍ରଧାନଙ୍କୁ ସମ୍ମାନଜନକ ଡକ୍ଟରେଟ ଉପାଧି ପ୍ରଦାନ

ମିନା କୁମାରୀ ପ୍ରଧାନଙ୍କୁ ସମ୍ମାନଜନକ ଡକ୍ଟରେଟ ଉପାଧି ପ୍ରଦାନ

July 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version