No Result
View All Result

ଓଡ଼ିଶା ତାଜା ନ୍ୟୁଜ୍ (୨୮ ସେପ୍ଟେମ୍ୱର ମଙ୍ଗଳବାର ) ନୟାଗଡ଼ :- ରାଜ୍ୟ ପ୍ରାଣୀ ଚିକିତ୍ସା ସେବା ସଂଘ ନୟାଗଡ଼ ଶାଖା ତରଫରୁ ଆଜି ବିଶ୍ୱସ୍ତରୀୟ ରେବିଜ୍ ଦିବସ ସିନ୍ଦୁରିଆ ଠାରେ ଥିବା ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସାଳୟ ପରିସରରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଡା. ସତ୍ୟନାରାୟଣ ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ ସଭା କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ ।

ରେବିଜ୍ ନିରାକରଣ ଦିବସରେ ପ୍ରାଣୀ ଚିକିତ୍ସା ଓ ସଚେତନତା ଉପରେ ଆଲୋଚନା କରାଯାଇଥିଲା । କାର୍ଯ୍ୟକ୍ରମକୁ ଡା. ପ୍ରତାପ ପ୍ରଧାନ ସଂଯୋଜନା କରିଥିବା ବେଳେ ମୁଖ୍ୟବକ୍ତା ଭାବେ ଡା. ଦେବରାଜ ନାୟକ ଓ ସମ୍ମାନୀତ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ପ୍ରାଣୀ ଚିକିତ୍ସା ଅଧିକାରୀ ଡା. ଶ୍ରୀନିବାସ କର, ଡା. ଦିଲ୍ଲୀପ ଦାସ ପ୍ରମୁଖ ଯୋଗ ଦେଇଥିବା ବେଳେ ଆୟୋଜିତ ଶିବିରରେ ୩୦ରୁ ଊର୍ଦ୍ଧ୍ଵ ପ୍ରାଣୀ ପାଳନ କରୁଥିବା ବ୍ୟକ୍ତିବିଶେଷ ଯୋଗ ଦେଇଥିଲେ । (ରିପୋର୍ଟ -ରାମକୃଷ୍ଣ ରଥ, ନୟାଗଡ଼)
No Result
View All Result