• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୋ ସରକାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ : ୨୭ ବିଭାଗରେ ୨୨୫ଟି ସେବା ମୋ ସରକାରରେ ସାମିଲ ହୋଇଛି – ୨ କୋଟି ଲୋକଙ୍କ ଡାଟା ବେସ୍‌ ରହିଛି

Proprietor Abhimanyu Maharana by Proprietor Abhimanyu Maharana
October 5, 2021
in ଓଡ଼ିଶା, ମହାନଗର, ହୋମ୍
0
ମୋ ସରକାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ : ୨୭ ବିଭାଗରେ ୨୨୫ଟି ସେବା ମୋ ସରକାରରେ ସାମିଲ ହୋଇଛି – ୨ କୋଟି ଲୋକଙ୍କ ଡାଟା ବେସ୍‌ ରହିଛି
Share on FacebookShare on TwitterWhatsapp

1. ମୋ ସରକାର ଜରିଆରେ ଓଡିଶାରେ ଏକ ସର୍ବଜନ ହିତକାରୀ ସମାଜ (Inclusive Society) ଗଠନକୁ ଆମେ ସୁନିଶ୍ଚିତ କରିବୁ  –  ମୁଖ୍ୟମନ୍ତ୍ରୀ

2. ମୋ ସରକାରକୁ ପରବର୍ତ୍ତୀ ସ୍ତରକୁ ନେବାପାଇଁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ

3. ହିତାଧିକାରୀ ମାନଙ୍କ ସହିତ ସିଧାସଳଖ କଥା ହେଲେ ମୁଖ୍ୟମନ୍ତ୍ରୀ,

4. ସବ୍ ରେଜିଷ୍ଟାର ଓ ତହସିଲ ଅଫିସରେ ସେବାରେ ଅଧିକ ଉନ୍ନତି ଆଣିବା ଉପରେ ମୁଖ୍ୟମନ୍ତ୍ରୀ ଙ୍କ ଗୁରୁତ୍ୱ ।

ଓଡ଼ିଶା ତାଜା ନ୍ୟୁଜ୍ (୦୫ ଅକ୍ଟୋବର ମଙ୍ଗଳବାର ) ଭୁବନେଶ୍ୱର  :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ ମୋ ସରକାରର ଅଗ୍ରଗତି ସଂପର୍କରେ ସମୀକ୍ଷା କରି ବିଭାଗୀୟ ଅଧିକାରୀମାନଙ୍କୁ ଏ କ୍ଷେତ୍ରରେ ଆହୁରି କ୍ରିୟାଶୀଳ ହୋଇ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି ସମସ୍ତେ ବିଭିନ୍ନ କ୍ଷେତ୍ରରେ ସରକାରୀ ସେବା ପାଉଛନ୍ତି ବା ବିଭିନ୍ନ କଲ୍ୟାଣକାରୀ ଯୋଜନାର ହିତାଧିକାରୀ ଅଟନ୍ତି । ଏ ସମସ୍ତଙ୍କର ଫିଡବ୍ୟାକ ରେକର୍ଡ କରାଯାଇ ଏହା ଭିତ୍ତିରେ କାର୍ଯ୍ୟାନୁଷ୍ଠାନ ମଧ୍ୟ ଗ୍ରହଣ କରାଯାଇଛି । ବର୍ତ୍ତମାନ ଏହାକୁ ପରବର୍ତ୍ତୀ ସ୍ତରକୁ ନେବାର ସମୟ ଆସିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ତେଣୁ ସବୁ ସ୍ତରରେ, ସବୁ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ଲୋକଙ୍କ ଠାରୁ ଅଧିକରୁ ଅଧକ ଫିଡବ୍ୟାକ୍‌ ନେବାପାଇଁ ସେ ପରାମର୍ଶ ଦେଇଥିଲେ।

ସେ କହିଥିଲେ ଯେ ସବୁ ସରକାରଙ୍କ ଲକ୍ଷ୍ୟ ହେଉଛି ଲୋକଙ୍କୁ ସେବା ଯୋଗାଇଦେବା । ତେଣୁ ଲୋକଙ୍କ ଠାରୁ ନିୟମିତ ଭାବରେ ଫିଡବ୍ୟାକ୍‌ ଗ୍ରହଣ କରି ଏବଂ ତାହାକୁ ଭିତ୍ତିକରି ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ନେଲେ କିମ୍ବା ନୀତି ବା ପ୍ରକ୍ରିୟାରେ ଆବଶ୍ୟକ ସଂଶୋଧନ କରିବା ଦ୍ବାରା ଲୋକଙ୍କ ପାଖରେ ସରକାରଙ୍କ ପ୍ରାସଙ୍ଗିକତା ରହିବ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟ ସରକାରଙ୍କ ପ୍ରଶାସନ ୫-ଟି ନୀତି ଦ୍ବାରା ପରିଚାଳିତ ଏବଂ ଏହାଦ୍ବାରା ସବୁ କ୍ଷେତ୍ରରେ ରୂପାନ୍ତର ଆଣିବା ଆମର ଲକ୍ଷ୍ୟ । ବିଭିନ୍ନ କ୍ଷେତ୍ରରେ ଓଡିଶା ଏବେ ଯେଉଁ ଉଲ୍ଲେଖନୀୟ ପଦକ୍ଷେପ ନେଇ ସାରା ବିଶ୍ବର ନଜରକୁ ଆସିପାରିଛି । ମହିଳା ସଶକ୍ତିକରଣ ଠାରୁ ଆରମ୍ଭ କରି କୃଷକ ମାନଙ୍କୁ ସହାୟତା, ସହରାଞ୍ଚଳ ପରିଚାଳନା ବ୍ୟବସ୍ଥା, କ୍ରୀଡା, ଦକ୍ଷତା ବିକାଶ, ସ୍ବାସ୍ଥ୍ୟ ସେବା ଓ ସ୍କୁଲ ରୂପାନ୍ତର ଆଦି କାର୍ଯ୍ୟକ୍ରମ ଗୁଡିକରେ ରାଜ୍ୟ ଅନେକ ପ୍ରଶଂସା ପାଇଛି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମୋ ସରକାର ହେଉଛି ଏଭଳି ଏକ ସୁଦୂରପ୍ରସାରୀ ଚିନ୍ତାଧାରା, ଯାହାକି ଆମର ପ୍ରଶାସନିକ ବ୍ୟବସ୍ଥାର ପରୀକ୍ଷା ନିଏ । ଲୋକଙ୍କ ସେବା ଦିଗରେ ଆମର ଉଦ୍ୟମକୁ ପ୍ରମାଣିତ କରେ ଏବଂ ସରକାରଙ୍କୁ ଲୋକଙ୍କ ନିକଟତର କରାଏ । ମୋ ସରକାର କାର୍ଯ୍ୟକ୍ରମରେ ଟେକ୍‌ନୋଲୋଜି ସହାୟତାରେ ଆମେ ଲୋକଙ୍କ ଠାରୁ ସିଧାସଳଖ ଫିଡବ୍ୟାକ ନେଇପାରୁଛୁ । ଏହା ବ୍ୟବସ୍ଥାର ପରିବର୍ତ୍ତନର ସୂଚକ । ମୋ ସରକାର ଏକ ଭାଗିଦାରୀଭିତ୍ତିକ ଗଣତନ୍ତ୍ରର ସ୍ତମ୍ଭକୁ ସୁଦୃଢ କରେ ଏବଂ ଏହାଦ୍ବାରା ଓଡିଶାରେ ଆମେ ଏକ ସର୍ବଜନହିତକାରୀ ସମାଜ ଗଠନକୁ ଆମେ ସୁନିଶ୍ଚିତ କରିବୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହା ଆମକୁ ଲୋକଙ୍କୁ ନ୍ୟାୟ ଦେବାରେ ସାହାଯ୍ୟ କରିବା ସହିତ ଜନସାଧାରଣଙ୍କ ବିଶ୍ବାସକୁ ଭିତ୍ତିକରି ସବୁସ୍ତରରେ ବିଭିନ୍ନ ପ୍ରଶାସନିକ ସଂସ୍ଥା ଗୁଡିକୁ ଅଧିକ ଦକ୍ଷ, ଉତ୍ତରଦାୟୀ ଓ ସର୍ବଜନ ହିତକାରୀ କରିବାରେ ସହାୟକ ହେବ ।

ଏହି ବୈଠକରେ ମୁଖ୍ୟମନ୍ତ୍ରୀ କେତେକ ହିତାଧିକାରୀଙ୍କ ସହିତ ଟେଲିଫୋନ୍‌ରେ ସିଧାସଳଖ କଥାହୋଇ ସେମାନଙ୍କ ଠାରୁ ଫିଡବ୍ୟାକ ନେଇଥିଲେ । ଜାତିଗତ ପ୍ରମାଣପତ୍ର ନେବା ପାଇଁ ତହସିଲକୁ ଯାଇଥିବା ବ୍ୟକ୍ତି, ମ୍ୟୁନିସିପାଲ୍‌ଟିକୁ ସେବା ପାଇଁ ଯାଇଥିବା ବ୍ୟକ୍ତି, ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ବେସରକାରୀ ହସ୍‌ପିଟାଲକୁ ଚିକିତ୍ସା ପାଉଥିବା ବ୍ୟକ୍ତି, ଥାନାକୁ ବିଭିନ୍ନ ଅଭିଯୋଗ ନେଇ ଯାଇଥିବା ବ୍ୟକ୍ତି ମାନଙ୍କ ସହିତ ମୁଖ୍ୟମନ୍ତ୍ରୀ କଥା ହୋଇଥିଲେ ଏବଂ ସେମାନେ କିପରି ସେବା ପାଇଲେ, ସେମାନଙ୍କ ସହିତ ଉତ୍ତମ ବ୍ୟବହାର କରାଯାଇଥିଲା କି ନାହିଁ, କିମ୍ବା ସେମାନଙ୍କ ଠାରୁ କୌଣସି ପ୍ରକାର ଅର୍ଥ ମଗାଯାଇଥିଲା କି ନାହିଁ, ସେ ସଂପର୍କରେ ମୁଖ୍ୟମନ୍ତ୍ରୀ ପଚାରି ବୁଝିଥିଲେ । ତହସିଲ ଓ ସବ୍ ରେଜିଷ୍ଟାର ଅଫିସରେ ଦିଆ ଯାଉଥିବା ସେବାରେ ଉନ୍ନତି ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଥିଲେ । ଯେଉଁ ବିଭାଗ ଗୁଡିକ ର feedback ଗ୍ରହଣ ସନ୍ତୋଷ ଜନକ ନୁହେଁ ସେ ବିଭାଗ ଗୁଡିକର କାର୍ଯ୍ୟ ସମୀକ୍ଷା କରି ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ମୁଖ୍ୟ ଶାସନ ସଚିବ ଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ମୋ ସରକାର କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରି କହିଲେ ଯେ ବ୍ୟବସ୍ଥା କିପରି କାମ କରୁଛି, ତାକୁ ଜାଣିବା ହେଉଛି ମୋ ସରକାରର ଲକ୍ଷ୍ୟ । ଲୋକଙ୍କୁ ସମ୍ମାନର ସହିତ ସେବା ଯୋଗାଇଦେବା ହେଉଛି ସରକାରଙ୍କ ଦାୟିତ୍ବ । ସେମାନେ ଯେପରି କୌଣସି କାର୍ଯ୍ୟାଳୟରେ ଖରାପ ବ୍ୟବହାର ନ ପାଆନ୍ତି ଏବଂ ବୃତ୍ତିଗତ ସେବା ପାଆନ୍ତି, ତାକୁ ସୁନିଶ୍ଚିତ କରିବା ହେଉଛି ମୋ ସରକାରର ଲକ୍ଷ୍ୟ ବୋଲି ସେ କହିଥିଲେ ।

ଇଲୋକ୍ଟ୍ରୋନିକ୍‌ସ ଓ ଆଇ.ଟି ସଚିବ ଶ୍ରୀ ମନୋଜ କୁମାର ମିଶ୍ର ମୋ ସରକାର ଉପରେ ଏକ ଉପସ୍ଥାପନା ରଖି କହିଲେ ଯେ ବର୍ତ୍ତମାନ ୨୭ଟି ବିଭାଗର ୨୨୫ଟି ସେବା ମୋ ସରକାରରେ ଅନ୍ତର୍ଭୁକ୍ତ ହୋଇଛି । ଆଉ ମାସକ ମଧ୍ୟରେ ୨୫୦ଟି ସେବା ଅନ୍ତର୍ଭୁକ୍ତ ହେବ। ଏହି କାର୍ଯ୍ୟକ୍ରମରେ ବର୍ତ୍ତମାନ ସୁଦ୍ଧା ସାରା ରାଜ୍ୟରେ ୨ କୋଟି ଲୋକଙ୍କ ଡାଟାବେସ୍‌ ରଖାଯାଇଛି । ଏହି ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ

ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ

June 18, 2026
କଟକ ସଦର ବିଧାୟକଙ୍କ ଦ୍ୱାରା ବରିଷ୍ଠ କଳାକାର ସର୍ବେଶ୍ୱର ମିଶ୍ର ସମ୍ବର୍ଦ୍ଧିତ

କଟକ ସଦର ବିଧାୟକଙ୍କ ଦ୍ୱାରା ବରିଷ୍ଠ କଳାକାର ସର୍ବେଶ୍ୱର ମିଶ୍ର ସମ୍ବର୍ଦ୍ଧିତ

June 18, 2026
ଚତୁର୍ଥ ବସୁମତି ସ୍ନାନ ବା ଠାକୁରାଣୀ ବୁଡ଼ ପାଳନ

ଚତୁର୍ଥ ବସୁମତି ସ୍ନାନ ବା ଠାକୁରାଣୀ ବୁଡ଼ ପାଳନ

June 18, 2026
ରଜ ଉପଲକ୍ଷେ ତାସ ଟୁର୍ଣ୍ଣାମେଣ୍ଟ

ରଜ ଉପଲକ୍ଷେ ତାସ ଟୁର୍ଣ୍ଣାମେଣ୍ଟ

June 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ

ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ

June 18, 2026
କଟକ ସଦର ବିଧାୟକଙ୍କ ଦ୍ୱାରା ବରିଷ୍ଠ କଳାକାର ସର୍ବେଶ୍ୱର ମିଶ୍ର ସମ୍ବର୍ଦ୍ଧିତ

କଟକ ସଦର ବିଧାୟକଙ୍କ ଦ୍ୱାରା ବରିଷ୍ଠ କଳାକାର ସର୍ବେଶ୍ୱର ମିଶ୍ର ସମ୍ବର୍ଦ୍ଧିତ

June 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version