• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମହାଳୟା ଶ୍ରାଦ୍ଧ ଓ ଖଡ଼ିଲାଗି ଅମାବାସ୍ୟା : ଶ୍ରୀ. ବିଭୁ ପ୍ରସାଦ ନାୟକ

Proprietor Abhimanyu Maharana by Proprietor Abhimanyu Maharana
October 5, 2021
in ଓଡ଼ିଶା, କଟକ, ମହାନଗର, ହୋମ୍
0
ମହାଳୟା ଶ୍ରାଦ୍ଧ ଓ ଖଡ଼ିଲାଗି ଅମାବାସ୍ୟା : ଶ୍ରୀ. ବିଭୁ ପ୍ରସାଦ ନାୟକ
Share on FacebookShare on TwitterWhatsapp

”ମହାନ୍ମହାତ୍ମା ମହିତୋ ମହିମାବାନ୍ମହାବଲଃ ।
ଗଣାଃ ପଞ୍ଚ ତଥୈବୈତେ ପିତୄଣାଂ ପାପନାଶନାଃ ॥

ସୁଖଦୋ ଧନଦଶ୍ଚାନ୍ୟୋ ଧର୍ମଦୋନ୍ୟଶ୍ଚ ଭୂତିଦଃ ।
ପିତୄଣାଂ କଥ୍ୟତେ ଚୈବ ତଥା ଗଣଚତୁଷ୍ଟୟମ୍ ॥”

●●● ମହତାଂ ଆଳୟଃ ମହାଳୟଃ’। ଅର୍ଥାତ୍ ମହାନ ପୁରୁଷମାନଙ୍କର ଆଳୟ ହେଉଛି ମହାଳୟ। ଏହି ପୁରୁଷମାନେ ହେଉଛନ୍ତି ଆମ କୁଳର ମହାନ ପୂର୍ବଜମାନେ। ସ୍ୱର୍ଗରେ ସେମାନେ ଯେଉଁ ପିତୃଲୋକରେ ଅବସ୍ଥାନ କରନ୍ତି ତାହା ‘ମହାଳୟ’। ମହାଳୟା ଓଡ଼ିିିଶାର ଏକ ଧର୍ମଭିତ୍ତିକ ପର୍ବ । ଏହା ହିନ୍ଦୁମାନଙ୍କଦ୍ୱାରା ପିତୃପୁରୁଷଙ୍କ ସନ୍ତୁଷ୍ଟି ପାଇଁ ଏକ ଶ୍ରାଦ୍ଧ କର୍ମ । ମହାଳୟା ଅମାବାସ୍ୟାରେ ଅନୁଷ୍ଠିତ ଶ୍ରାଦ୍ଧକୁ ”’ମହାଳୟା ଶ୍ରାଦ୍ଧ”’, ”’ସାମ୍ବତ୍ସରିକ ଶ୍ରାଦ୍ଧ”’ ବା ”’ପାର୍ବଣ ଶ୍ରାଦ୍ଧ”’ ବା ”’ମଉଳା ଶ୍ରାଦ୍ଧ”’ କୁହାଯାଏ । ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଯଥାକାଳରେ ଯେଉଁ ଦ୍ରବ୍ୟ ତ୍ୟାଗ କରାଯାଏ, ତାହାକୁ ଶ୍ରାଦ୍ଧ କୁହାଯାଏ। ‘ଶ୍ରଦ୍ଧା’ରେ ତାହା ପ୍ରଦତ୍ତ ହୁଏ ବୋଲି ତାହା ‘ଶ୍ରାଦ୍ଧ’। ପିତୃଗଣ ଶ୍ରଦ୍ଧାରେ ପ୍ରଦତ୍ତ ସେହିସବୁ ଦ୍ରବ୍ୟଦ୍ୱାରା ତୃପ୍ତ ହୁଅନ୍ତି। ସେହିପରି ଶାସ୍ତ୍ରବାକ୍ୟ ଅଛି, “ତୃପ୍ୟନ୍ତେ ଅନେନ ଜଳେନ ଇତି ତର୍ପଣମ୍।” ଅର୍ଥାତ୍‌, ବିନା କୌଣସି ଦ୍ରବ୍ୟରେ, କେବଳ ଜଳ ଅର୍ପଣ ଦ୍ୱାରା ମଧ୍ୟ ପିତୃଗଣ ତୃପ୍ତ ହୁଅନ୍ତି। ଶ୍ରଦ୍ଧାର ସହିତ ଅର୍ପଣ କରାଯାଉଥିବାରୁ ତାହା ‘ତର୍ପଣ’।

●●● ଆଶ୍ୱିନ ମାସର ପ୍ରଥମ ପକ୍ଷ “ପିତୃ ପକ୍ଷ” ନାମରେ ଜଣା । ଏହି ପକ୍ଷର ଅମାବାସ୍ୟା “ମହାଳୟା ଅମାବାସ୍ୟା” ନାମରେ ପାଳିତ । ପିତୃଗଣଙ୍କ ଉଦ୍ଦେଶ୍ୟରେ ଦାନ ଓ ଉତ୍ସର୍ଗ ଆଦି ପାଳନ କରାଯାଉଥିବାରୁ ଏହାକୁ “ପିତୃପର୍ବ” ମଧ୍ୟ କୁହାଯାଏ । ଆଶ୍ୱିନ ମାସ କୃଷ୍ଣ ପକ୍ଷ ପ୍ରତିପଦା ଠାରୁ ଅମାବସ୍ୟା ପର୍ଯ୍ୟନ୍ତ ପନ୍ଦର ଦିନକୁ ପିତୃପକ୍ଷ କୁହାଯାଏ । ଚତୁର୍ଦ୍ଦଶୀ ଯାଏଁ ତର୍ପଣ କଲାପରେ ଅମାବସ୍ୟା ଦିନ ପିଣ୍ଡ ଦାନ କରାଯାଏ । ସୂର୍ଯ୍ୟ କନ୍ୟା ରାଶିରେ ଥିବାବେଳେ ଯେଉଁ ଅମାବାସ୍ୟା ପଡ଼େ ତାହା ମହାଳୟା ଅମାବାସ୍ୟା । ମହଳୟା ଶ୍ରାଦ୍ଧର ତର୍ପଣରେ ବ୍ରହ୍ମା, ବିଷ୍ଣୁ , ରୁଦ୍ର , ପ୍ରଜାପତି , ଅଚାର୍ଯ୍ୟ , ବେଦ , ଛନ୍ଦ , ଗନ୍ଧର୍ବଗଣ , ଦେବଗଣ , ପୁରୁଣାଚାର୍ଯ୍ୟ , ସମ୍ବତ୍ସର , ଶାବୟବ , ନାଗଗଣ , ଯକ୍ଷ , ଭକ୍ଷ , ପିଶାଚ , ବନସ୍ପତି , ଔଷଧ , ଭୂତଗ୍ରାମ , ଚତୁଷ୍ଟୟ ଏବଂ ପୃଥିବୀ ଇତ୍ୟାଦି କୋଡ଼ିଏ ଦେବଗଣଙ୍କୁ ଗୋଟିଏ ଥର ତର୍ପଣ; ସନତ , ସନନ୍ଦ , ସନତନ , କପିଳ , ଆସୁରୀ , ଡୋବୁ , ଏବଂ ପଞ୍ଚଶିଖ ଇତ୍ୟାଦି ସାତ ଋଷିଙ୍କୁ ଦୁଇଥର ତର୍ପଣ ଏବଂ ପିତୃପୁରୁଷଗଣଙ୍କୁ ତିନିଥର ତର୍ପଣରେ ଅପ୍ୟାୟିତ କରାଯାଏ । ପିତୃ ତର୍ପଣରେ ପିତାଙ୍କୁ ରୁଦ୍ର ରୂପେ , ପିତାମହଙ୍କୁ ବସୁରୂପେ ଓ ପ୍ରପିତାମହଙ୍କୁ ଆଦିତ୍ୟରୂପେ କଳ୍ପିତ କରାଯାଏ । ପିଣ୍ଡଦାତାଙ୍କ ଆଳୟରେ ସର୍ବଦେବ , ଋଷି , ଏବଂ ପିତୃପୁରୁଷଙ୍କ ଉପସ୍ଥିତ ହେତୁ ଏହାଙ୍କୁ ମହାଳୟା ଶ୍ରଦ୍ଧ କୁହାଯାଏ । ଭାଦ୍ରବ ମାସ କୃଷ୍ଣ ପକ୍ଷ ପ୍ରତିପଦା ଠାରୁ ଅମାବାସ୍ୟା, ଏହି ୧୫ ଦିନ ମଧ୍ୟରେ ଜଣେ ଯେକୌଣସି ଦିନ ଶ୍ରାଦ୍ଧ ଦେଇପାରେ, ଏଥିପାଇଁ ଏହାକୁ ପିତୃପକ୍ଷ କୁହଯାଏ । ମହାଳୟା ତିଥିରେ ଓଡ଼ିଶାର ଢେଙ୍କାନାଳ ଜିଲ୍ଲା ଅନ୍ତର୍ଗତ ଭୁବନଠାରେ “ଦଶହରା ବଳଦ ଯାତ୍ରା”ର ଆରମ୍ଭ ହୋଇଥାଏ । ଏହି ଦିନ ସମ୍ବଲପୁରର ସମଲେଶ୍ୱରୀଙ୍କ “ଧବଳମୁଖୀ ବେଶ” ହୋଇଥାଏ ।

●●● ହିନ୍ଦୁ ଧାର୍ମିକ ପମ୍ପରାରେ ପିତୃପୁରୁଷଙ୍କ ପାଇଁ ପାଳନ କରାଯାଉଥିବା ବିଭିନ୍ନ ଶ୍ରାଦ୍ଧ କର୍ମ ମଧ୍ୟରେ ମହାଳୟା ଶ୍ରେଷ୍ଠତମ । ଏହି ଅବସରରେ ପିତୃ ପକ୍ଷରେ ଯେକୌଣସି ଦିନ ନିଜର ସାଧ୍ୟ ମତେ ପିତୃପୁରୁଷଙ୍କୁ ଶ୍ରାଦ୍ଧ ଓ ବ୍ରାହ୍ମଣ ଭୋଜନ ଦିଆଯାଏ । ଏହାଦ୍ୱାରା ପୁଣ୍ୟ ଲାଭ ଏବଂ ବଂଶର ଉତ୍ତର ପିଢ଼ିର ସକଳ ଉନ୍ନତି ହେଉଥିବା ବିଶ୍ୱାସ କରାଯାଏ । କିମ୍ବଦନ୍ତି କହେ, ମହାଦାନୀ କର୍ଣ୍ଣଙ୍କର ଦାତାପଣିଆର ପୁରସ୍କାର ସ୍ୱରୂପ ଯମପୁରରେ ତାଙ୍କୁ ସୁନା, ରୁପା ମିଳିଥିଲା । ହେଲେ, ଖାଦ୍ୟ ଦିଆଯାଇ ନଥିଲା । କାରଣ, ଜୀବିତାବସ୍ଥାରେ ସେ କେବେ ଅନ୍ନଦାନ କରି ନଥିଲେ । ଯମରାଜଙ୍କୁ ପ୍ରାର୍ଥନା କରି ସେ ଚଉଦ ଦିନ ପାଇଁ ମର୍ତ୍ତ୍ୟକୁ ଆସି ବ୍ରାହ୍ମଣ ତଥା ଗରିବମାନଙ୍କୁ ଅନ୍ନଦାନ ଦେଇଥିଲେ । ଯମପୁର ଫେରିବା ପରେ ତାଙ୍କୁ ଆଉ ଅନ୍ନରୁ ବଞ୍ଚିତ କରାଯାଇ ନଥିଲା । ମର୍ତ୍ତ୍ୟଲୋକରେ କର୍ଣ୍ଣ କଟାଇଥିବା ସେହି ଚଉଦ ଦିନ ଥିଲା ପିତୃ ପକ୍ଷ ।

●●● ପବିତ୍ର ମହାଳାୟା ଅମାବାସ୍ୟା ତିଥିରେ ମା’ଙ୍କ ଦୁର୍ଗା ମୃଣ୍ମୟ ମୂର୍ତ୍ତିରେ ଖଡି ଲାଗି କରାଯାଇଥାଏ । ଯେଉଁଥି ପାଇଁ ଏହାକୁ ଖଡି ଚଢା ଅମାବାସ୍ୟା ବୋଲି ମଧ୍ୟ କୁହାଯାଇଥାଏ । ମହାଳୟା ତଥା ଖଡି ଚଢା ଅମାବାସ୍ୟା ପରେ ମା’ ଙ୍କ ଆଗମନର ପ୍ରସ୍ତୁତିକୁ ସମସ୍ତେ ଜୋରଦାର କରିଥାନ୍ତି । ମା’ ଦୁର୍ଗା ପୂର୍ଣ୍ଣିମା ଦିନ ଶାନ୍ତ ସ୍ବଭାବରେ ରହିଥିବା ବେଳେ ଆମାବସ୍ୟାରେ ମା’ ରାଗିଥାନ୍ତି । ତେଣୁ ମା’ଙ୍କୁ ଶାନ୍ତ କରିବା ଉଦ୍ଦେଶ୍ୟରେ ମା’ଙ୍କ ମୃଣ୍ମୟୀ ମୂର୍ତ୍ତି ଉପରେ ଖଡି ଲାଗି କରାଯାଇଥାଏ । ମା’ଙ୍କର ଏହି ପରମ୍ପରା କେଉଁ ଆଦିମ କାଳରୁ ରହିଥିବା ପୌରାଣିକ ତଥ୍ୟ ଆଧାରରେ ମା’ଙ୍କର ଏସବୁ ବିଧି କରାଯାଇଥାଏ । ତେବେ ଖଡି ଚଢା ଅମାବାସ୍ୟାରେ ଖଡି ଲାଗି ହେବା ପରେ ଦଶହରା ମାହୋଲ ଅଧିକ ସରଗରମ ହେବା ସହ ପୂଜା କମିଟି ଅଧିକ ଜୋରଦାର ପ୍ରସ୍ତୁତିରେ ଲାଗି ପଡିଥାନ୍ତି । ଉପସ୍ଥାପନା   (ସାଧାରଣ ସମ୍ପାଦକ:ନୀଳଶୈଳ ଏବଂ ବିଶ୍ବ ଓଡ଼ିଆ ସମ୍ମିଳନୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିରିଡିରେ ରଜ ଉଚ୍ଛବ ପାଳିତ

ବିରିଡିରେ ରଜ ଉଚ୍ଛବ ପାଳିତ

June 13, 2026
Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

समाज के आर्थिक रूप से कमजोर परिवारों को आर्थिक सहायता

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

June 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିରିଡିରେ ରଜ ଉଚ୍ଛବ ପାଳିତ

ବିରିଡିରେ ରଜ ଉଚ୍ଛବ ପାଳିତ

June 13, 2026
Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version