No Result
View All Result
ଓଡ଼ିଶା ତାଜା ନ୍ୟୁଜ୍ (୦୭ ଅକ୍ଟୋବର ଗୁରୁବାର ) ପାରଳାଖେମୁଣ୍ଡି :- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟକ ସାଧାରଣ ଜୀବନ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ନିଜର ନିର୍ମଳ ଭାବମୂର୍ତ୍ତି କୁ ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ୱ ଦେଇ ଆସିଛନ୍ତି । ଏଣୁ ଅପରାଧ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇ ଆସିଛନ୍ତି । ରାଜ୍ୟ ସରକାର ତଥା ମୁଖ୍ୟମନ୍ତ୍ରୀଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ରାଜ୍ୟର ୪ଜଣ ଜଣ ଅଧିକାରୀଙ୍କୁ ବାଧ୍ୟତା ମୂଳକ ଅବସର ଦିଆଯାଇଛି । ଏଥିରେ ଦୁଇ ଜଣ ଓଡିଶା ପ୍ରଶାସନିକ ଅଧିକାରୀ ରହିଥିବା ବେଳେ, ଜଣେ ଜିଲ୍ଲା ସବ୍ରେଜଷ୍ଟ୍ରାର ଓ ଜଣେ ପୂର୍ବତନ ଜିଲ୍ଲା ମୁଖ୍ୟ ପ୍ରାଣୀସମ୍ପଦ ଅଧିକାରୀ ରହିଛନ୍ତି ।
ଏ ସମସ୍ତଙ୍କ ନାମରେ ଦୁର୍ନୀତି ଅଭିଯୋଗ ରହିଛି । ଏହି ୪ ଜଣଙ୍କ ମଧ୍ୟରେ ଗଜପତି ଜିଲ୍ଲା ନୂଆଗଡ ତହସିଲଦାର ଆକୁଳ ମଲ୍ଲିକଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ରହିଥିବା ବେଳେ ତାଙ୍କ ବିରୋଧରେ ଦୁଇଟି ବିଭାଗୀୟ ପ୍ରୋସିଡିଙ୍ଗସ କରାଯାଇଛି । କାର୍ଯ୍ୟ କ୍ଷେତ୍ରରେ ଅପାରଗ ଥିବା ସହିତ ସେ ସରକାରୀ ପାଣ୍ଠି ଆତ୍ମସାତ କରିଥିଲେ । ଏହି କାରଣରୁ ତାଙ୍କୁ ବାଧ୍ୟତା ମୂଳକ ଅବସର ଦିଆଯାଇଛି । ସେହିପରି ଅନୁଗୁଳର ଡେପୁଟି କଲେକ୍ଟର ଜାନକୀନାଥ ମିଶ୍ର, ଢେଙ୍କାନାଳ ଜିଲ୍ଲାର ସବ୍ ରେଜିଷ୍ଟ୍ରାର ଲଲାଟେନ୍ଦୁ ଶତପଥୀ ଏବଂ ନୂଆପଡାର ପୂର୍ବତନ ଜିଲ୍ଲା ମୁଖ୍ୟ ପ୍ରାଣୀସମ୍ପଦ ଅଧିକାରୀ ଡ. ତ୍ରିଲୋଚନ ଧଳଙ୍କ ନାମରେ ବିଭିନ୍ନ ଦୁର୍ନୀତି ମାମଲା, ବିଭାଗୀୟ ପ୍ରୋସିଡିଙ୍ଗସ ଆଦି ରହିଥିବାରୁ ସେମାନଙ୍କୁ ମଧ୍ୟ ବାଧ୍ୟାତାମୂଳକ ଅବସର ଦିଆଯାଇଥିବାର ଜଣାପଡିଛି । ରାଜ୍ୟରେ ଏହି ୪ଜଣ ଅଧିକାରୀଙ୍କ ସମତେ ଏପର୍ଯ୍ୟନ୍ତ ୧୨୨ ଜଣଙ୍କୁ ଦୁର୍ନୀତି ଓ ଅପାରଗତା ଅଭିଯୋଗରେ ରାଜ୍ୟ ସରକାର ବାଧାୟତାମୂଳକ ଅବସର ଦେଇଛନ୍ତି ।
No Result
View All Result