No Result
View All Result
ଓଡ଼ିଶା ତାଜା ନ୍ୟୁଜ୍ (୧୬ ଅକ୍ଟୋବର ଶନିବାର ) ଭୁବନେଶ୍ଵର :- ୭୬ ବର୍ଷରେ ପାଦ ଥାପିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟୁଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଗଣଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ବହୁ ମାନ୍ୟଗଣ୍ୟ ନେତା ମନ୍ତ୍ରୀ ନବୀନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଟ୍ଵିଟ୍ରେ ଲେଖିଛନ୍ତି ଯେ, ନବୀନଙ୍କୁ ଶୁଭ ଜନ୍ମଦିନର ଅନେକ ଅନେକ ଶୁଭେଚ୍ଛା । ଏହାସହ ମୋଦୀ ନବୀନଙ୍କ ଦୀର୍ଘ ଓ ସୁସ୍ଥ ଜୀବନ କାମନା କରିଛନ୍ତି ।
ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଟ୍ଵିଟ୍ କରି ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଧର୍ମେନ୍ଦ୍ର ତାଙ୍କ ଟ୍ଵିଟ୍ରେ ଲେଖିଛନ୍ତି ଯେ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ଜୀଙ୍କୁ ଜନ୍ମ ଦିବସର ହାର୍ଦ୍ଦିକ ଶୁଭେଚ୍ଛା । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଆପଣଙ୍କ ଦୀର୍ଘ ଓ ନିରାମୟ ଜୀବନ କାମନା କରୁଛି ।
ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ମଧ୍ୟ ନବୀନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ୧୯୪୬ରେ ଜନ୍ମିତ ନବୀନ ଆଜି ୭୬ ବର୍ଷରେ ପାଦ ଦେଇଛନ୍ତି । ତେବେ କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ଏବର୍ଷ ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ । ପୂର୍ବରୁ ନବୀନଙ୍କ ଜନ୍ମଦିନକୁ ବିଜେଡି କର୍ମୀ ମାନେ ବେଶ ଧୂମଧାମରେ ପାଳନ କରୁଥିଲେ । ନବୀନ ନିବାସରେ ହଜାର ହଜାର ସମର୍ଥକଙ୍କ ଭିଡ ଜମୁଥିଲା । କିନ୍ତୁ ଗତ କିଛି ବର୍ଷ ହେବ ଜନ୍ମଦିନ ପାଳନରୁ ଦୂରେଇ ରହିଛନ୍ତି ନବୀନ ।

No Result
View All Result