No Result
View All Result

ଓଡ଼ିଶା ତାଜା ନ୍ୟୁଜ୍ (୨୩ ଅକ୍ଟୋବର ଶନିବାର) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ନୂଆଗାଁ ବଙ୍ଗଳା ନିକଟରେ ବିଜୁ ପଟ୍ଟନାୟକ ୟୁଥ୍ କ୍ଳବ୍ ଗୃହ ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ତଥା ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ରମେଶ ଚନ୍ଦ୍ର ବେହେରା ଯୋଗଦେଇ ବିଜୁ ପଟ୍ଟନାୟକ ୟୁଥ୍ କ୍ଳବ୍ ଗୃହ ଶୁଭ ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ ।

ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ରେ ନୂଆଗାଁ ବ୍ଲକ୍ ଅଧ୍ୟକ୍ଷ ଅନ୍ତର୍ଯ୍ୟାମୀ ସ୍ୱାଇଁ, ଉପାଧ୍ୟକ୍ଷା ପୁଷ୍ପାଞ୍ଜଳି ସାହୁ, ସାଂସଦ ଙ୍କ ପ୍ରତିନିଧି ବିଜୟ କୁମାର ଶାସମଲ୍, ବିଡ଼ିଓ ପ୍ରମୋଦ କୁମାର ନାୟକ,ଜିଲ୍ଲା ବିଜେଡ଼ି ଉପ ସଭାପତି ଦିଲ୍ଲୀପ କୁମାର ଦଳ ବେହେରା,ଆତ୍ମା ଅଧ୍ୟକ୍ଷ ତଥା ଯୁବ ବିଜେଡ଼ି ସଂଗଠକ ସଞ୍ଜୟ କୁମାର ସାହୁ,ଛାତ୍ର ବିଜେଡ଼ି ସଭାପତି ସୁବ୍ରତ କୁମାର ପରିଡ଼ା, ବ୍ଲକ୍ ଯୁବ ବିଜେଡ଼ି ସଭାପତି ଶୁଭ୍ରାଂଶୁ ଶେଖର ସେନାପତି,ଜିଲ୍ଲା ଛାତ୍ର ଉପ ସଭାପତି ଅମୂଲ୍ୟ ସାହୁ,ବିଜେଡ଼ି ସମ୍ପାଦକ ରମେଶ ଚନ୍ଦ୍ର ପ୍ରଧାନ ଙ୍କ ସମେତ ବହୁ ଦଳୀୟ କର୍ମକର୍ତ୍ତା ଉପସ୍ଥିତ ଥିଲେ ।

No Result
View All Result