No Result
View All Result

ଓଡ଼ିଶା ତାଜା ନ୍ୟୁଜ୍ ( ୩ ନଭେମ୍ବର ବୁଧବାର) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ର କୃଷି ସୂଚନା ଓ ପରାମର୍ଶ କେନ୍ଦ୍ର ର ପ୍ରଥମ ବୈଠକ କୃଷି ଅଧିକାରୀ ବସନ୍ତ ପାଣିଗ୍ରାହୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ତଥା ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ରମେଶ ଚନ୍ଦ୍ର ବେହେରା ଯୋଗଦେଇ କୃଷି ର ଉନ୍ନତି ଉପରେ ଗୁରୁତ୍ୱାରୋପ କରିଥିଲେ। ସମ୍ମାନୀତ ଅତିଥି ଭାବେ ନୂଆଗାଁ ବ୍ଲକ୍ ଅଧ୍ୟକ୍ଷ ଅନ୍ତର୍ଯ୍ୟାମୀ ସ୍ୱାଇଁ,

ଉପାଧ୍ୟକ୍ଷା ପୁଷ୍ପାଞ୍ଜଳି ସାହୁ, ସାଂସଦ ଙ୍କ ପ୍ରତିନିଧି ବିଜୟ କୁମାର ଶାସମଲ୍, ଆତ୍ମା ଅଧ୍ୟକ୍ଷ ସଞ୍ଜୟ କୁମାର ସାହୁ,ପୂର୍ବତନ ଆତ୍ମା ଅଧ୍ୟକ୍ଷ ରମେଶ ଚନ୍ଦ୍ର ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ।ସହକାରୀ କୃଷି ଅଧିକାରୀ ପୂଜା କହଁର,ଉଦ୍ୟାନ କୃଷି ଅଧିକାରୀ ଅଜିତ୍ ନାୟକ ଙ୍କ ସମେତ ଆତ୍ମା କମିଟି ର ସଭ୍ୟ ସଭ୍ୟା ମାନେ ବୈଠକ ରେ ଉପସ୍ଥିତ ଥିଲେ।

No Result
View All Result