• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ିଶା ବିଧାନସଭା ଦେଶର ପ୍ରଥମ ଜାତୀୟ ଇ-ବିଧାନସଭା

Proprietor Abhimanyu Maharana by Proprietor Abhimanyu Maharana
November 10, 2021
in ଓଡ଼ିଶା, ମହାନଗର, ହୋମ୍
0
ଓଡ଼ିଶା ବିଧାନସଭା ଦେଶର ପ୍ରଥମ ଜାତୀୟ ଇ-ବିଧାନସଭା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୯ ନଭେମ୍ବର ମଙ୍ଗଳବାର ) ଭୁବନେଶ୍ୱର :- ଓଡ଼ିଶା ବିଧାନସଭା ଦେଶର ପ୍ରଥମ ଜାତୀୟ ଇ-ବିଧାନସଭା ହେବାର ଗୌରବ ପ୍ରାପ୍ତ ହୋଇଛି । ଓଡ଼ିଶା ସରକାରଙ୍କର ସୂଚନା ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ଏବଂ ଜାତୀୟ ପ୍ରଯୁକ୍ତି ବିଦ୍ୟା କେନ୍ଦ୍ର ଓଡ଼ିଶା ଶାଖା ଓ ଓକାକର ବୈଷୟିକ ସହାୟତା କ୍ରମେ ଓଡ଼ିଶା ବିଧାନସଭାରେ ଏହା କାର୍ଯ୍ୟକାରୀ ହୋଇପାରିଛି । ଜାତୀୟ ଇ- ବିଧାନ ଆପ୍ଲିକେସନ ଆପ୍ ମାଧ୍ୟମରେ ଷୋଡଶ ବିଧାନସଭାର ଷଷ୍ଠ ଅଧିବେଶନରେ ମହା ମହିମ ରାଜ୍ୟପାଳଙ୍କ ବଜେଟ୍ ଅଭିଭାଷଣ ଏବଂ ରାଜ୍ୟର ବଜେଟ୍ ବିନା କାଗଜରେ ଉପସ୍ଥାପିତ ହୋଇଥିଲା । ଏତଦ୍ ବ୍ୟତୀତ ୨୦୨୧-୨୨ ଆର୍ଥିକ ବର୍ଷର ବଜେଟ୍ ଏଷ୍ଟିମେଟ୍, ରାଜ୍ୟର ଅର୍ଥନୈତିକ ସର୍ଭେ ମଧ୍ୟ ଇ-ପୁସ୍ତକ ମାଧ୍ୟମରେ ନେଭା ମୋବାଇଲ୍ ଆପ୍ ଦ୍ୱାରା ଉପସ୍ଥାପିତ ହୋଇଥିଲା ।

ମାନ୍ୟବର ବିଧାନସଭା ସଦସ୍ୟମାନଙ୍କର ତାରକା ଏବଂ ଅଣତାରକା ଚିହ୍ନିତ ପ୍ରଶ୍ନ, ବିଧାନସଭାର ଦୈନନ୍ଦିନ କାର୍ଯ୍ୟ ବିବରଣୀ, ବିଧାନସଭାର ବିଭିନ୍ନ କମିଟିର ରିପୋର୍ଟ, ପ୍ରଶ୍ନୋତ୍ତର, ବୁଲେଟିନ୍ ଇତ୍ୟାଦି ମଧ୍ୟ ନେଭା ଆପ୍ ମାଧ୍ୟମରେ ଓଡ଼ିଶା ବିଧାନସଭାରେ କାର୍ଯ୍ୟକାରୀ ହେଉଛି । ଓଡ଼ିଶା ବିଧାନସଭା ଏ କ୍ଷେତ୍ରରେ ସମଗ୍ର ଦେଶରେ ପ୍ରଥମ ବିଧାନସଭା ହେବାର କୀର୍ତ୍ତିମାନ ଅର୍ଜ୍ଜନ କରିଥିବା ଦୃଷ୍ଟିରୁ ଆଜି ଭାରତୀୟ କମ୍ପୁଟର ସୋସାଇଟି ତରଫରୁ ଏହାର କାର୍ଯ୍ୟକାରିତା ସମ୍ପର୍କରେ ସବିଶେଷ ବିବରଣୀ ଅବଗତ ହେବା ପାଇଁ ଏକ ଭର୍ଚୁଆଲ୍ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା । ମାନ୍ୟବର ବାଚସ୍ପତି ଡ଼ଃ ସୂର୍ଯ୍ୟ ନାରାୟଣ ପାତ୍ର ଉକ୍ତ ଭର୍ଚୁଆଲ୍ ବୈଠକରେ ଅଧ୍ୟକ୍ଷତା କରି ବିଧାନସଭାର ସମସ୍ତ କାର୍ଯ୍ୟ ବିନା କାଗଜରେ ସୁରୁଖୁରୁରେ ସମ୍ପନ୍ନ ପାଇଁ ଏ ପର୍ଯ୍ୟନ୍ତ ଗ୍ରହଣ କରାଯାଇଥିବା କାର୍ଯ୍ୟକ୍ରମ ଉପରେ ଆଲୋକପାତ କରିଥିଲେ ।

୧୯୩୭ ମସିହା ଠାରୁ ଏ ପର୍ଯ୍ୟନ୍ତ ବିଧାନସଭାରେ ଆଗତ କରାଯାଇଥିବା ସମସ୍ତ ସରକାରୀ ଏବଂ ବେସରକାରୀ ବିଲ ବିଧାନସଭା ୱେବସାଇଟରେ ଉପଲବ୍ଧ କରାଯାଇଥିବା ମଧ୍ୟ ସେ ସୂଚନା ଦେଇଥିଲେ । ବିଧାନସଭାରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ପରେ ପରେ ସମସ୍ତ ବିବରଣୀ ସାଧାରଣ ଜନତାଙ୍କୁ ମଧ୍ୟ ଜଣାଇଦେବା ବ୍ୟବସ୍ଥା ଗ୍ରହଣ କରାଯାଇଛି । ମାନ୍ୟବର ଓଡ଼ିଶା ବାଚସ୍ପତିଙ୍କ ଦିଗଦର୍ଶନରେ ଇ-ବିଧାନସଭା କାର୍ଯ୍ୟ ଅତ୍ୟନ୍ତ ଦକ୍ଷତାର ସହିତ ପରିଚାଳିତ ହୋଇଥିବାରୁ ଭାରତୀୟ କମ୍ପୁଟର ସୋସାଇଟ ତରଫରୁ ତାଙ୍କୁ କୃତଜ୍ଞତା ଜ୍ଞାପନ କରାଯାଇଥିଲା । ବିଧାନସଭା ପକ୍ଷରୁ ଦାଖଲ କରାଯାଇଥିବା ଇ-ବିଧାନସଭା ସଂପର୍କିତ ପ୍ରୋଜେକଟ୍ ରିପୋର୍ଟ ସର୍ବଭାରତୀୟ ସ୍ତରରେ ଆଦୃତ ହୋଇଛି ଏବଂ ହିମାଚଳ ପ୍ରଦେଶ, ପଞ୍ଜାବ, ବିହାର ସମେତ ସମସ୍ତ ବିଧାନସଭା ଏହାକୁ ପାଇଲଟ୍‌ ପ୍ରୋଜେକଟ୍ ଭାବେ ଗ୍ରହଣ କରୁଛନ୍ତି ।

ବିଧାନସଭା ସଚିବ ଦାଶରଥୀ ଶତପଥୀ ଜାତୀୟ ପ୍ରଯୁକ୍ତି ବିଦ୍ୟା କେନ୍ଦ୍ରର ସମ୍ପୂର୍ଣ୍ଣ ବୈଷୟିକ ସହାୟତାରେ ବିଧାନସଭାରେ କାର୍ଯ୍ୟକାରୀ ହେଉଥିବା ‘ନେଭା’ କାର୍ଯ୍ୟକ୍ରମ ଉପରେ ବିବରଣୀ ପ୍ରଦାନ କରିଥିଲେ । ବିଧାନସଭାର ସମସ୍ତ ଶାଖାକୁ କମ୍ପୁଟରୀକରଣ କରାଯିବା ସହିତ ବିଧାନସଭାର ବିଭିନ୍ନ ୱେବସାଇଟର ଉନ୍ନତିକରଣ କରାଯାଇଛି । ଓକାକର ବରିଷ୍ଠ ବୈଷୟିକ ନିର୍ଦ୍ଦେଶକ ସରିତା ମହାନ୍ତି ପାୱାର ପଏଣ୍ଟ ମାଧ୍ୟମରେ ଓଡ଼ିଶା ବିଧାନସଭାର ଡିଜିଟାଲ ଯାତ୍ରା ଉପରେ ସ୍ଲାଇଡ୍ ମାଧ୍ୟମରେ ପ୍ରଦର୍ଶନ କରିଥିଲେ । ବିଧାନସଭା ଯୁଗ୍ମ ସଚିବ ତଥା ନେଭାର ନୋଡାଲ୍ ଅଧିକାରୀ ଦେବାନନ୍ଦ ଦୋରା କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

June 21, 2026
ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

June 21, 2026
ପବିତ୍ର ଶୀତଳ ଷଷ୍ଠୀ ଅବସରରେ କଟକର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଚହଟେଶ୍ୱରଙ୍କ ବିବାହ ଉତ୍ସବ

ପବିତ୍ର ଶୀତଳ ଷଷ୍ଠୀ ଅବସରରେ କଟକର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଚହଟେଶ୍ୱରଙ୍କ ବିବାହ ଉତ୍ସବ

June 21, 2026
ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

June 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

June 21, 2026
ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

June 21, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version