• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କଟକ ଅରିଲୋ ଠାରେ ଓମ୍‌ଫେଡ୍‌ର ଅତ୍ୟାଧୁନିକ ପ୍ଲାଣ୍ଟ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଉଦ୍‌ଘାଟିତ

Proprietor Abhimanyu Maharana by Proprietor Abhimanyu Maharana
November 10, 2021
in ଓଡ଼ିଶା, କଟକ, ମହାନଗର, ହୋମ୍
0
କଟକ ଅରିଲୋ ଠାରେ ଓମ୍‌ଫେଡ୍‌ର ଅତ୍ୟାଧୁନିକ ପ୍ଲାଣ୍ଟ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଉଦ୍‌ଘାଟିତ
Share on FacebookShare on TwitterWhatsapp

ରାଜ୍ୟରେ ଶ୍ବେତ ବିପ୍ଳବ ଆଣିବା ପାଇଁ ସମସ୍ତେ ମିଳିମିଶି କାମ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ

ଓଡ଼ିଶା ତାଜା ନ୍ୟୁଜ୍ (୧୦ ନଭେମ୍ବର ବୁଧବାର) କଟକ :-ଆଜି କଟକ ଜିଲ୍ଲାର ଅରିଲୋ ଠାରେ ୨୬୩ କୋଟି ଟଙ୍କା ବ୍ୟୟରେ ନିର୍ମିତ ଓମ୍‌ଫେଡ୍‌ର ଅତ୍ୟାଧୁନିକ ଦୁଗ୍ଧ ପ୍ରକ୍ରିୟାକରଣ କାରଖାନା ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଉଦ୍‌ଘାଟିତ ହୋଇଯାଇଛି । ଏହି ଅତ୍ୟାଧୁନିକ ପ୍ଲାଣ୍ଟରେ ଦୈନିକ ୫ ଲକ୍ଷ ଲିଟର କ୍ଷୀର ପ୍ରକ୍ରିୟା କରଣ କରାଯିବ ଏବଂ ଏଥିରୁ ଦୈନିକ ୨ ଲକ୍ଷ ଲିଟର ଦୁଗ୍ଧ ଗୁଣ୍ଡ ଉତ୍ପାଦିତ ହେବ । ଏହା ସହିତ ଉଚ୍ଚମାନର ଦହି, ଦୁଗ୍ଧ, ଲହୁଣି, ଲସି, ଘିଅ, ପନୀର ଓ Flavoured Milk ଉତ୍ପାଦନ କରାଯାଇ ଲୋକଙ୍କୁ ସୁଲଭ ମୂଲ୍ୟରେ ଯୋଗାଇ ଦିଆଯିବ  ।

ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଲେ ଯେ ଓମ୍‌ଫେଡ୍‌ ହେଉଛି ରାଜ୍ୟର ଲକ୍ଷ ଲକ୍ଷ ଦୁଗ୍ଧ ଚାଷୀ ମାନଙ୍କର ନିଜ ଅନୁଷ୍ଠାନ । ଏହାର ବିକାଶରେ ସବୁ ଚାଷୀ ଭାଇ ଭଉଣୀ ମାନଙ୍କର ଅବଦାନ ରହିଛି । ଓମ୍‌ଫେଡ୍‌ ମଧ୍ୟ ସବୁବେଳେ ଚାଷୀଙ୍କ ସ୍ବାର୍ଥର ସୁରକ୍ଷା ପାଇଁ କାମ କରିଆସୁଛି । ଆଜିର ଏହି ନୂଆ ପ୍ଲାଣ୍ଟ ଉଦଘାଟନ ଦ୍ବାରା ଚାଷୀ ମାନଙ୍କର ରୋଜଗାର ବଢିବ ଓ ପ୍ରାୟ ୬ ଲକ୍ଷ ଚାଷୀ ଉପକାର ପାଇବେ । ମୁଖ୍ୟମନ୍ତ୍ରୀ କହିଲେ ଯେ ଆମର ସବୁ କାର୍ଯ୍ୟକ୍ରମର ମୁଖ୍ୟ ଲକ୍ଷ ହେଉଛି ଚାଷୀ ଭାଇର ରୋଜଗାର ବଢାଇବା ।

ଏଥିପାଇଁ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି । ରାଜ୍ୟରେ ଡାଇରୀ ଫାର୍ମ ଓ Processing Unit ପ୍ରତିଷ୍ଠା ପାଇଁ ଯେପରି ଯୁବ ସମାଜ ଆଗେଇ ଆସିବେ ସେଥିପାଇଁ ରାଜ୍ୟ ସରକାର ୫୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ରିହାତି ଦେଉଛନ୍ତି । ତେଣୁ ସରକାରଙ୍କର ବିଭିନ୍ନ କାର୍ଯ୍ୟକ୍ରମର ସୁଯୋଗ ନେଇ ରାଜ୍ୟର ବିକାଶରେ ଭାଗୀଦାର ହେବା ପାଇଁ ମୁଖ୍ୟମନ୍ତ୍ରୀ ଆହ୍ବାନ ଜଣାଇଥିଲେ ।

ପୁଷ୍ଟି ନିରାପତ୍ତାରେ ଦୁଗ୍ଧର ଗୁରୁତ୍ବ ବିଷୟରେ ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ଆହ୍ବାନ ଜଣାଇଥିଲେ ଏବଂ ଶ୍ବେତ ବିପ୍ଳବ ଆଣିବା ପାଇଁ ସରକାରଙ୍କ ଉଦ୍ୟମରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ । ରାଜ୍ୟରେ ଓମ୍‌ଫେଡ୍‌ର ଦୁଗ୍ଧ ସଂଗ୍ରହ କ୍ଷମତା ଦୈନିକ ୧୦ ଲକ୍ଷ ଲିଟରକୁ ବୃଦ୍ଧି କରିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ  ।

ସୂଚନାଯୋଗ୍ୟ ଯେ ଗତ ଦୁଇ ଦଶକରେ ରାଜ୍ୟରେ ଦୁଗ୍ଧ ଉତ୍ପାଦନ ତିନିଗୁଣ ବୃଦ୍ଧି ପାଇଛି । ୨୦୦୦ ମସିହାରେ ରାଜ୍ୟରେ ଦୁଗ୍ଧ ଉତ୍ପାଦନ ୮ଲକ୍ଷ ୭୫ ହଜାର ମେଟ୍ରିକ ଟନ୍‌ ଥିବାବେଳେ ୨୦୨୦ ରେ ଏହା ୨୩ ଲକ୍ଷ ୭୦ ହଜାର ମେଟ୍ରିକ ଟନ୍‌କୁ ବୃଦ୍ଧି ପାଇଛି । ବର୍ତ୍ତମାନ ଓମ୍‌ଫେଡ୍‌ ଦ୍ବାରା ଦୈନିକ ସଂଗୃହିତ ୫ ଲକ୍ଷ ଲିଟର ଦୁଗ୍ଧ ଓମ୍‌ଫେଡ୍‌ର ୪୦୫ ଟି ଶୀତଳୀକରଣ କେନ୍ଦ୍ରରେ କରାଯାଉଛି ଏବଂ ୧୩ ଟି ପ୍ଲାଣ୍ଟରେ ପ୍ରକ୍ରିୟାକରଣ କରାଯାଉଛି ।

ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ବିଭାଗୀୟ ମନ୍ତ୍ରୀ ଡ. ଅରୁଣ ସାହୁ ରାଜ୍ୟରେ କୃଷି ଓ ଆନୁସଙ୍ଗୀକ କୃଷିର ବିକାଶ କ୍ଷେତ୍ରରେ ସରକାର ଗ୍ରହଣ କରିଥିବା ବିଭିନ୍ନ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରିଥିଲେ । ସଂଗୃହିତ ଦୁଗ୍ଧର ଉପଯୁକ୍ତ ବିକ୍ରି ଓ ଉଚିତ ମୂଲ୍ୟ ପାଇବା ହେତୁ ଦୁଗ୍ଧ ଚାଷୀଙ୍କ ଆୟରେ ଉଲ୍ଲେଖନୀୟ ବୃଦ୍ଧି ଘଟିବେ ବୋଲି ସେ ଆଶା ପ୍ରକାଶ କରିଥିଲେ ।

ଅନ୍ୟମାନଙ୍କ ମଧ୍ୟରେ ବାଙ୍କି ବିଧାୟକ ଶ୍ରୀ ଦେବୀ ରଞ୍ଜନ ତ୍ରିପାଠୀ, ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ଶ୍ରୀ ପ୍ରଦୀପ ଜେନା, NDDB ର ଅଧ୍ୟକ୍ଷ ଓ ବିଭାଗୀୟ ଶାସନ ସଚୀବ ପ୍ରମୁଖ ଯୋଗ ଦେଇଥିଲେ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜୋନାଲ-ସ୍ତରୀୟ ଯୁବ ସଂସଦ ପ୍ରତିଯୋଗିତାରେ ଓଡ଼ିଶାକୁ ପ୍ରତିନିଧିତ୍ୱ କରିବ ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ

ଜୋନାଲ-ସ୍ତରୀୟ ଯୁବ ସଂସଦ ପ୍ରତିଯୋଗିତାରେ ଓଡ଼ିଶାକୁ ପ୍ରତିନିଧିତ୍ୱ କରିବ ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ

June 16, 2026
ପ୍ରଗତି ମହିଳା ସଙ୍ଗଠନ ଆନୁକୂଲ୍ୟରେ ରଜ ଉତ୍ସବ ପାଳନ

ପ୍ରଗତି ମହିଳା ସଙ୍ଗଠନ ଆନୁକୂଲ୍ୟରେ ରଜ ଉତ୍ସବ ପାଳନ

June 16, 2026
ଗଜପତି ଜିଲ୍ଲା ରାୟଗଡ ଅଞ୍ଚଳରେ ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଦ୍ୟୁତ କାର୍ଯାଳୟ ସମ୍ମୁଖରେ ବିକ୍ଷୋଭ ଓ ଘେରାଉ

ଗଜପତି ଜିଲ୍ଲା ରାୟଗଡ ଅଞ୍ଚଳରେ ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଦ୍ୟୁତ କାର୍ଯାଳୟ ସମ୍ମୁଖରେ ବିକ୍ଷୋଭ ଓ ଘେରାଉ

June 16, 2026
ପାରଳାଖେମୁଣ୍ଡି ପୋଲିସର ନାଇଟ ପେଟ୍ରୋଲିଂ ବେଳେ ଧରା ପଡିଲେ ୧୦ ଜଣ ମଦ୍ୟପ

ପାରଳାଖେମୁଣ୍ଡି ପୋଲିସର ନାଇଟ ପେଟ୍ରୋଲିଂ ବେଳେ ଧରା ପଡିଲେ ୧୦ ଜଣ ମଦ୍ୟପ

June 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜୋନାଲ-ସ୍ତରୀୟ ଯୁବ ସଂସଦ ପ୍ରତିଯୋଗିତାରେ ଓଡ଼ିଶାକୁ ପ୍ରତିନିଧିତ୍ୱ କରିବ ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ

ଜୋନାଲ-ସ୍ତରୀୟ ଯୁବ ସଂସଦ ପ୍ରତିଯୋଗିତାରେ ଓଡ଼ିଶାକୁ ପ୍ରତିନିଧିତ୍ୱ କରିବ ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ

June 16, 2026
ପ୍ରଗତି ମହିଳା ସଙ୍ଗଠନ ଆନୁକୂଲ୍ୟରେ ରଜ ଉତ୍ସବ ପାଳନ

ପ୍ରଗତି ମହିଳା ସଙ୍ଗଠନ ଆନୁକୂଲ୍ୟରେ ରଜ ଉତ୍ସବ ପାଳନ

June 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version