No Result
View All Result

ଓଡ଼ିଶା ତାଜା ନ୍ୟୁଜ୍ (୧୭ ନଭେମ୍ବର ବୁଧବାର) ବରଗଡ଼ :- ବରଗଡ଼ ଜିଲ୍ଲା ଭାରତ ସ୍କାଉଟ ଗାଇଡ ଏବଂ ଓଡ଼ିଶା ସରକାରଙ୍କ ଓଡ଼ିଶା ମୋ ପରିବାର ର ମିଳିତ ଆନୁକୂଲ୍ଯରେ ମେଗା ରକ୍ତଦାନ ଶିବିର ‘ଜୀବନ ବିନ୍ଦୁ’ ଆଜି ରାଣା ପ୍ରତାପ ସ୍କୁଲ ପରିସରରେ ଆୟୋଜିତ ହୋଇଯାଇଛି । ବରଗଡ଼ ବ୍ଲକ ଶିକ୍ଷା କାର୍ଯ୍ୟାଳୟ ଦ୍ବାରା ଆୟୋଜିତ ଉକ୍ତ ଶିବିର କୁ ରାଜ୍ୟ ସଭା ସାଂସଦ ପ୍ରସନ୍ନ ଆଚାର୍ଯ୍ୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦଘାଟନ କରିଥିଲେ ।

ସମ୍ମାନୀତ ଅତିଥି ଭାବେ ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ, ବ୍ଲକ ଶିକ୍ଷା ଅଧିକାରୀ ସେବାଶ୍ରୀ ଭୋଇ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ରମାକାନ୍ତ ଛତର, ଜ୍ୟୋତି କାନ୍ତ ସାହୁ, ଛାତ୍ର ପତି ସାହୁ,ସୁଦିପ କୁମାର ରଥ, ଆଶୁତୋଷ ଦେ, ଓଡ଼ିଶା ମୋ ପରିବାର ର ସଂଯୋଜକ ଗୈାର ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ ।

ଜର୍ଜ ହାଇସ୍କୁଲ ର ପ୍ରଧାନ ଶିକ୍ଷୟିତ୍ରୀ ଅମୃତା ସାହୁଙ୍କ ସଂଯୋଜନା ରେ ଉଦଘାଟନୀ ଉତ୍ସବ ଅନୁଷ୍ଠିତ ହୋଇଥିବା ବେଳେ ଶିକ୍ଷକ ଗୋପବନ୍ଧୁ ପୁରୋହିତ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ । ସଂପୂର୍ଣ୍ଣ କାର୍ଯ୍ୟକ୍ରମ ଗୁଡିକ ଶିକ୍ଷକ ସୂର୍ଯ୍ୟ ପଣ୍ଡା ପରିଚାଳନା କରିଥିଲେ । ଆରମ୍ଭରେ ପ୍ରାରମ୍ଭିକ ସଂଗୀତ ଗାନ କରାଯାଇଥିବା ବେଳେ ରାଣା ପ୍ରତାପ ସ୍କୁଲ ର ଛାତ୍ରୀ ମାନଙ୍କ ଦ୍ବାରା ଶେଷରେ ନୃତ୍ୟ ପରିବେଷଣ କରିଥିଲେ । ଉକ୍ତ ଶିବିର ରୁ ୧୭୮ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା

No Result
View All Result