• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପଥପାର୍ଶ୍ବ ବିକ୍ରେତା ମାନଙ୍କୁ ସାହାଯ୍ୟର ହାତ ବଢାଇଲେ ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
December 24, 2021
in ଓଡ଼ିଶା, ମହାନଗର, ହୋମ୍
0
ପଥପାର୍ଶ୍ବ ବିକ୍ରେତା ମାନଙ୍କୁ ସାହାଯ୍ୟର ହାତ ବଢାଇଲେ ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

୧ ଲକ୍ଷ ୧ ହଜାର ବିକ୍ରେତା ପାଇଲେ ୩୦୦୦ ଟଙ୍କା ସ୍ବତନ୍ତ୍ର କୋଭିଡ ସହାୟତା, ସମୁଦାୟ ୩୦ କୋଟି ୩୦ ଲକ୍ଷ ପୂର୍ବରୁ ଦୁଇଟି ପର୍ଯ୍ୟାୟରେ ୬୦୦୦ ଟଙ୍କା ଲେଖାଏ ପାଇଥିଲେ, ୮୭ଟି ଭେଣ୍ଡିଂ ଜୋନ୍‌ ନିର୍ମାଣ କରାଯିବ, ଖର୍ଚ୍ଚ ହେବ ୬୦ କୋଟି ଆପଣମାନଙ୍କ କଷ୍ଟ ମୁଁ ଅନୁଭବ କରୁଛି, ସରକାର ସବୁବେଳେ ଆପଣମାନଙ୍କ ସହିତ ଅଛନ୍ତି – ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଗରିବଙ୍କ ଦୁଃଖ ବୁଝନ୍ତି,  ତାଙ୍କୁ ହଜାର ହଜାର ଧନ୍ୟବାଦ – ହିତାଧିକାରୀ

ଓଡ଼ିଶା ତାଜା ନ୍ୟୁଜ୍ (୨୪ ଡିସେମ୍ବର ଶୁକ୍ରବାର) ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୧୧୪ଟି ସହରାଞ୍ଚଳର ୧ ଲକ୍ଷ ୧ ହଜାର ପଥପାର୍ଶ୍ବ ବିକ୍ରେତାଙ୍କୁ ତୃତୀୟ ପର୍ଯ୍ୟାୟରେ ୩୦୦୦ ଟଙ୍କା ଲେଖାଏ ସ୍ବତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି । ପୂର୍ବରୁ ଦୁଇଟି ପର୍ଯ୍ୟାୟରେ ମାର୍ଚ୍ଚ ୨୦୨୦ ଓ ଜୁନ୍‌ ୨୦୨୧ରେ ୩୦୦୦ ଟଙ୍କା ଲେଖାଏ ସହାୟତି ଦିଆଯାଇଥିଲା । ଏହାସହିତ ସେମାନଙ୍କ ବଜାର ସୁବିଧା ପାଇଁ ୮୭ଟି ସହରାଞ୍ଚଳରେ ଭେଣ୍ଡିଂ ଜୋନ୍‌ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏଥିପାଇଁ ମୁକ୍ତା ଯୋଜନାରେ ୬୦ କୋଟି ଟଙ୍କା ଖର୍ଚ୍ଚ କରାଯିବ ବୋଲି ସେ କହିଛନ୍ତି । ଏହି ଅବସରରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଉପସ୍ଥିତ ଥିବା ପଥପାର୍ଶ୍ବ ବିକ୍ରେତା ମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କୋଭିଡ ସମସ୍ତଙ୍କ ଜୀବିକା ଉପରେ ପ୍ରଭାବ ପକାଇଛି । ‘ଆପଣମାନଙ୍କ କଷ୍ଟ ମୁଁ ଅନୁଭବ କରୁଛି । ମୁଁ କହିବାକୁ ଚାହେଁ ଯେ ସରକାର ସବୁବେଳେ ଆପଣମାନଙ୍କ ସାଥିରେ ଅଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ସହାୟତା ଆପଣମାନଙ୍କ ଜୀବିକାକୁ ସୁରକ୍ଷା ଯୋଗାଇବ। ଗୋଟିଏ ସହରର ଅର୍ଥନୀତିରେ ପଥପାର୍ଶ୍ବ ବିକ୍ରେତା ହେଉଛନ୍ତି ଗୁରୁତ୍ବପୂର୍ଣ୍ଣ ଅଂଶ । ବଡ ବଡ ମଲ୍‌ ଓ ଦୋକାନ ଥିବା ସତ୍ତ୍ବେ, ପଥପାର୍ଶ୍ବ ବିକ୍ରେତା ମାନଙ୍କର ଗୁରୁତ୍ବ ରହିଛି ଓ ରହିବ ବୋଲି ସେ କହିଥିଲେ । କୋଭିଡ ସଂପର୍କରେ ସେମାନଙ୍କୁ ସତର୍କ କରାଇ ମୁଖ୍ୟମନ୍ତ୍ରୀ କହିଲେ ଯେ କୋଭିଡ ଭୟ ଏବେ ବି ଯାଇନାହିଁ । ତେଣୁ ସେମାନେ ସତର୍କ ରହିବା ସହ କୋଭିଡର ନିୟମ ପାଳନ କରି ସୁରକ୍ଷିତ ରହିବା ପାଇଁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ । କାର୍ଯ୍ୟକ୍ରମରେ ଯୋଗ ଦେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା କହିଲେ ଯେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ହେଉଛନ୍ତି ଗରିବଙ୍କ ମନର କଥା ବୁଝୁଥିବା ଜଣେ ଜନନେତା । ଅଭିନବ ଉପାୟରେ ସେ ସମସ୍ତଙ୍କୁ ସବୁ ସମୟରେ ସାହାଯ୍ୟ କରିଆସିଛନ୍ତି ।

ମନ୍ତ୍ରୀ ଶ୍ରୀ ଜେନା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା, ଘର ମରାମତି ସହାୟତା ସହିତ ରାଜ୍ୟର ଅନେକ କଲ୍ୟାଣକାରୀ ଯୋଜନା ଉପରେ ଆଲୋକପାତ କରିଥିଲେ । ଏହି ଅବସରରେ ରାଜ୍ୟର ବିଭିନ୍ନ ସ୍ଥାନରେ ଉପସ୍ଥିତ ପଥପାର୍ଶ୍ବ ବିକ୍ରେତାମାନେ ସେମାନଙ୍କ ମନ କଥା ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଥିଲେ । ଭୁବନେଶ୍ବରରୁ ଅକ୍ଷୟ ମହାନ୍ତି, ରାଉରକେଲାରୁ କୃଷ୍ଣଚନ୍ଦ୍ର ମୁଖାର୍ଜୀ, ସମ୍ବଲପୁରରୁ ରବିନାରାୟଣ ପ୍ରଧାନ, କଟକର ଶ୍ରୀଧର ରାୟ ଓ ବ୍ରହ୍ମପୁରରୁ ଟୁନି ବେହେରା ସେମାନଙ୍କର ମତବ୍ୟକ୍ତ କରି କହିଲେ ଯେ ଲକ୍‌ଡାଉନ ହେବା ପରେ ସେମାନଙ୍କର ଆର୍ଥିକ ଅବସ୍ଥା ଶୋଚନୀୟ ହୋଇଯାଇଥିଲା । ମୁଖ୍ୟମନ୍ତ୍ରୀ ସେମାନଙ୍କ ଦୁଃଖ ବୁଝି ଠିକ୍‌ ସମୟରେ ସେମାନଙ୍କୁ ସାହାଯ୍ୟ କରିଛନ୍ତି । ଦୁଇ ଥର ସାହାଯ୍ୟ ପାଇବା ପରେ ଆଜି ତୃତୀୟ ଥର ସହଯୋଗର ହାତ ବଢାଇଛନ୍ତି। ସେଥିପାଇଁ ସେମାନେ ମୁଖ୍ୟମନ୍ତ୍ରୀଙ୍କ ଦୀର୍ଘ ଜୀବନ କାମନା କରିଥିଲେ । ମୁଖ୍ୟମନ୍ତ୍ରୀଙ୍କୁ ସେମାନେ ହଜାର ହଜାର ଧନ୍ୟବାଦ ଦେଇଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବ ଶ୍ରୀ ଜି. ମାଥିଭାତନନ ସ୍ବାଗତ ଭାଷଣ ଦେଇଥିଲେ ଏବଂ ନିର୍ଦ୍ଦେଶକ, ମ୍ୟୁନିସ୍‌ପାଲ ଆଡମିନିଷ୍ଟ୍ରେସନ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଶ୍ରୀ ଅଶୋକ ପଣ୍ଡା, ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା, ବିଧାୟକ ଶ୍ରୀ ସୁଶାନ୍ତ ରାଉତ, ବିଭିନ୍ନ ଜିଲ୍ଲାର ଆୟୋଜିତ କାର୍ଯ୍ୟକ୍ରମରେ ମହାନଗର ନିଗମ କମିଶନରମାନେ ଏବଂ ବିଭିନ୍ନ ଜିଲ୍ଲାରେ ଜିଲ୍ଲାପାଳ ଓ ପୌରାଞ୍ଚଳ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଶ୍ବ ରକ୍ତଦାତା ଦିବସରେ ସ୍ବେଛାକୃତ ରକ୍ତଦାନ ଶିବିର : ଉପଖଣ୍ଡ ଚିକିତ୍ସାଳୟରେ ୬୫ ୟୁନିଟ୍ ରକ୍ତ ସଂଗ୍ରହ

ବିଶ୍ବ ରକ୍ତଦାତା ଦିବସରେ ସ୍ବେଛାକୃତ ରକ୍ତଦାନ ଶିବିର : ଉପଖଣ୍ଡ ଚିକିତ୍ସାଳୟରେ ୬୫ ୟୁନିଟ୍ ରକ୍ତ ସଂଗ୍ରହ

June 15, 2026
Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

June 14, 2026
 Pattamundai set to host Birth Anniversary of Baraha Samal 

 ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି 

June 14, 2026
 Pattamundai set to host Birth Anniversary of Baraha Samal 

 Pattamundai set to host Birth Anniversary of Baraha Samal 

June 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଶ୍ବ ରକ୍ତଦାତା ଦିବସରେ ସ୍ବେଛାକୃତ ରକ୍ତଦାନ ଶିବିର : ଉପଖଣ୍ଡ ଚିକିତ୍ସାଳୟରେ ୬୫ ୟୁନିଟ୍ ରକ୍ତ ସଂଗ୍ରହ

ବିଶ୍ବ ରକ୍ତଦାତା ଦିବସରେ ସ୍ବେଛାକୃତ ରକ୍ତଦାନ ଶିବିର : ଉପଖଣ୍ଡ ଚିକିତ୍ସାଳୟରେ ୬୫ ୟୁନିଟ୍ ରକ୍ତ ସଂଗ୍ରହ

June 15, 2026
Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

June 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version