No Result
View All Result
ଓଡ଼ିଶା ତାଜା ନ୍ୟୁଜ୍ (୩୧ ଡିସେମ୍ବର ଶୁକ୍ରବାର ) ନୟାଗଡ଼ :- ମହାନ ସ୍ୱାଧୀନତା ସଂଗ୍ରାମୀ, ବିଶିଷ୍ଟ ଗାନ୍ଧିବାଦୀ ନେତା ତଥା ମହାତ୍ମା ଗାନ୍ଧୀଙ୍କ ଅନ୍ୟତମ ସହଯୋଗୀ,ନୟାଗଡ଼ ଜିଲ୍ଲାର ସୁଯୋଗ୍ୟ ସନ୍ତାନ ସଂଗ୍ରାମୀ ଗୋବିନ୍ଦ ଚନ୍ଦ୍ର ମିଶ୍ରଙ୍କ ୧୩୩ତମ ଜନ୍ମ ଜୟନ୍ତୀ ସ୍ଥାନୀୟ ମୈତ୍ରୀ ଯୁବ ସଂସଦ ସଭା ଗୃହରେ ଶୁକ୍ରବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି । ବରିଷ୍ଠ ସାମ୍ବାଦିକ ତଥା ବିଶିଷ୍ଟ ସମାଜସେବୀ ପ୍ରମୋଦ କୁମାର ପଟ୍ଟନାୟକଙ୍କ ପୌରହିତ୍ୟରେ ଆୟୋଜିତ

ଏହି ଜୟନ୍ତୀ ସମାରୋହରେ ମୁଖ୍ୟ ଅତିଥି ଭାବେ ବରିଷ୍ଠ ପ୍ରାଧ୍ୟାପକ ତଥା ଓଡ଼ିଶା ସାହିତ୍ୟ ଏକାଡେମୀ ଜିଲ୍ଲା ସଦସ୍ୟ ଅଶୋକ କୁମାର ନାୟକ ଯୋଗଦାନ କରି ଗୋବିନ୍ଦ ମିଶ୍ରଙ୍କ ସ୍ମୃତି ଚାରଣ କରିବା ସହ ବିଦ୍ୟାଳୟ ଏବଂ କଲେଜ ସ୍ତରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଗୋବିନ୍ଦ ମିଶ୍ରଙ୍କ ସଂଗ୍ରାମୀ ଜୀବନ ସମ୍ପର୍କରେ ଅବଗତ କରାଇବା ପାଇଁ ବ୍ୟବସ୍ଥା କରାଯିବା ଉପରେ ଗୁରୁତ୍ୱ ପ୍ରଦାନ କରିଥିଲେ ।

ଅନ୍ୟତମ ଅତିଥି ଭାବେ ବିଶିଷ୍ଟ ନାଟ୍ୟକାର ତଥା ସମାଜ ସେବୀ ବିଶ୍ୱନାଥ ମହାପାତ୍ର ଯୋଗଦାନ କରି ଗୋବିନ୍ଦ ମିଶ୍ରଙ୍କ ସ୍ୱାଧୀନତା ସଂଗ୍ରାମ ତଥା ଗାନ୍ଧୀଙ୍କ ଆଦର୍ଶ ସମ୍ପର୍କରେ ଆଲୋଚନା କରିଥିଲେ । ଗୋବିନ୍ଦ ମିଶ୍ର ସ୍ମୃତି କମିଟିର ଆବାହକ ପ୍ରସନ୍ନ ପଣ୍ଡା ଗୋବିନ୍ଦ ମିଶ୍ର କିଭଳି ଉତ୍କଳମଣି ଗୋପବନ୍ଧୁଙ୍କୁ ଗାନ୍ଧିଜୀଙ୍କ ସହିତ ପରିଚିତ କରାଇ ସ୍ୱାଧୀନତା ସଂଗ୍ରାମକୁ ଆଗେଇ ନେଇଥିଲେ ତାହା ଉପରେ

No Result
View All Result