ଓଡ଼ିଶା ତାଜା ନ୍ୟୁଜ୍ (୩୧ ଜାନୁଆରୀ ସୋମବାର ) ବରଗଡ଼ :- ବରଗଡ଼ ଜିଲ୍ଲା ର ଶତାୟୁ ସ୍ବାଧିନତା ସଂଗ୍ରାମୀ ଜିତେନ୍ଦ୍ରିୟ ପ୍ରଧାନ ଙ୍କ ଶ୍ରଦ୍ଧାଞ୍ଜଳି ସଭା ଆଜି ସ୍ଥାନୀୟ ଅଗ୍ରଗାମୀ ଯୁବକ ସଂଘ ପାଠାଗାର ଠାରେ ଅନୁଷ୍ଠିତ ହୋଇଯାଇଅଛି । ପଶ୍ଚିମ ଓଡ଼ିଶା ଯୁବା ମଞ୍ଚ ପକ୍ଷରୁ ଆୟୋଜିତ ସଭାରେ ବକ୍ତା ଭାବେ କବି ଲେଖକ ମନୋରଞ୍ଜନ ସାହୁ (ମନମାଷ୍ଟ୍ରେ), ଡଃ ସୁଜିତ୍ କୁମାର ପୃଷେଠ, ଶିକ୍ଷାବିତ ଟେକଚାନ୍ଦ ଦୁଆନ ଯୋଗଦେଇ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ । ସଭାରେ ସହରର ବହୁ ବୁଦ୍ଧିଜୀବୀ ଉପସ୍ଥିତ ଥିଲେ ।














