No Result
View All Result
ଓଡ଼ିଶା ତାଜା ନ୍ୟୁଜ୍ (୨ ଫେବ୍ରୁଆରୀ ବୁଧବାର ) ଭୁବନେଶ୍ୱର :- ଦୁର୍ନୀତି ଅଭିଯୋଗ ପ୍ରମାଣିତ ହେବା ପରେ ରାଜ୍ୟ ସରକାର ବରିଷ୍ଠ ଆଇ.ଏ.ଏସ୍ ଅଫିସର ତଥା ଓଡିଶା ଗ୍ରାମ୍ୟ ଗୃହ ନିର୍ମାଣ ନିଗମର ପୂର୍ବତନ ପରିଚାଳନା ନିର୍ଦ୍ଦେଶକ ଶ୍ରୀ ବିନୋଦ କୁମାରଙ୍କୁ ଚାକିରୀ ରୁ ବରଖାସ୍ତ କରିଛନ୍ତି।ଶ୍ରୀ କୁମାର ଙ୍କୁ ଚାକିରୀ ରୁ ବରଖାସ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତାବରେ କେନ୍ଦ୍ର ସରକାର ମଧ୍ୟ ସମ୍ମତି ପ୍ରଦାନ କରିଛନ୍ତି ।
ସୂଚନାଯୋଗ୍ୟ ଯେ ଶ୍ରୀ କୁମାର ଓଡିଶା ଗ୍ରାମ୍ୟ ଗୃହ ନିର୍ମାଣ ନିଗମର ପରିଚାଳନା ନିର୍ଦ୍ଦେଶକ ଥିବା ସମୟରେ ମହାବାତ୍ୟା ପରେ ପରେ ବିଭିନ୍ନ ନକଲି ଫାର୍ମ ତଥା ବ୍ୟକ୍ତିଙ୍କ ପ୍ରତି ଅନୁଚିତ ଅନୁଗ୍ରହ ପ୍ରଦାନ କରି ୩୩ କୋଟି ୩୪ ଲକ୍ଷ ଟଙ୍କା ବେଆଇନ ଭାବେ ମଂଜୁର କରିଥିଲେ । ଯାହାଦ୍ବାରା କି ରାଜ୍ୟ ସରକାରଙ୍କର ବିପୁଳ ଆର୍ଥିକ କ୍ଷତି ହୋଇଥିଲା । ସେଥିପାଇଁ ଶ୍ରୀ କୁମାରଙ୍କ ବିରୁଦ୍ଧରେ ଓଡିଶା ସରକାର ୨୭ଟି ଭିଜିଲାନ୍ସ କେସ୍ ଦାୟର କରିଥିଲେ । ତନ୍ମଧ୍ୟରୁ ଦୁଇଟି କେସ୍ରେ ଶ୍ରୀ କୁମାର ଦୋଷୀ ସାବସ୍ତ ହୋଇଛନ୍ତି ।
ରାଜ୍ୟ ସରକାର ସବୁବେଳେ ଦୁର୍ନୀତି ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ନେଇଆସିଛନ୍ତି । ଦୁର୍ନୀତି କରିଥିବା ବ୍ୟକ୍ତିମାନେ ଯେତେ ଉଚ୍ଚ ପଦପଦବୀରେ ଥାନ୍ତୁ ନା କାହିଁକି, ସେମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ସରକାର ବଦ୍ଧପରିକର । କିଛି ଦିନ ତଳେ ଦୁର୍ନୀତି ଅଭିଯୋଗରେ ସର୍ଵ ଭାରତୀୟ ସେବା ର ଜଣେ ବରିଷ୍ଠ ଜଂଗଲ ସେବା ଅଧିକାରୀଙ୍କୁ ମଧ୍ୟ ଚାକିରୀରୁ ବରଖାସ୍ତ କରାଯାଇଥିଲା ।
No Result
View All Result