• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ କୋଭିଡ ମୁକାବିଲା କରୋନାକୁ ରୋକିବା କଷ୍ଟ କିନ୍ତୁ ସାମାଜିକ ଦୂରତା, ହାତ ଧୋଇବା ଏବଂ ମାସ୍କ ପିନ୍ଧିବା ଦ୍ବାରା ଏହାକୁ ନିୟନ୍ତ୍ରଣ କରାଯାଇପାରିବ ଗୋଷ୍ଠୀର ସକ୍ରିୟ ଅଂଶଗ୍ରହଣ ସଂକ୍ରମଣ ରୋକିବା ପାଇଁ ଗୁରୁତ୍ବପୂର୍ଣ୍ଣ

Proprietor Abhimanyu Maharana by Proprietor Abhimanyu Maharana
May 7, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ କୋଭିଡ ମୁକାବିଲା କରୋନାକୁ ରୋକିବା କଷ୍ଟ କିନ୍ତୁ ସାମାଜିକ ଦୂରତା, ହାତ ଧୋଇବା  ଏବଂ ମାସ୍କ ପିନ୍ଧିବା ଦ୍ବାରା ଏହାକୁ ନିୟନ୍ତ୍ରଣ କରାଯାଇପାରିବ ଗୋଷ୍ଠୀର ସକ୍ରିୟ ଅଂଶଗ୍ରହଣ ସଂକ୍ରମଣ ରୋକିବା ପାଇଁ ଗୁରୁତ୍ବପୂର୍ଣ୍ଣ
Share on FacebookShare on TwitterWhatsapp

ଭୁବନେଶ୍ୱର, ରିପୋର୍ଟ (ଓଡିଶା ତାଜା ନ୍ୟୁଜ୍‌ ) ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ କୋଭିଡ ମୁକାବିଲା କରୋନାକୁ ରୋକିବା , ୭ ମଇ, ଗୁରୁବାର : – ରାଜ୍ୟ ସରକାରଙ୍କର ସ୍ୱାସ୍ଥ୍ୟ ବିଭାଗର ପରାମର୍ଶଦାତା ତଥା ଭାରତୀୟ ଜନ ସ୍ୱାସ୍ଥ୍ୟ ପ୍ରତିଷ୍ଠାନର ସଭାପତି ଡଃ କେ. ଶ୍ରୀନାଥ ରେଡ୍ଡୀ ଆଜି “କୋଭିଡରୁ ଶିକ୍ଷା – ଆମେ କଣ ଶିଖିଲେ ଏବଂ କିପରି କୋଭିଡ ଯୁଦ୍ଧ ଜିତିବା” ଏ ବିଷୟ ଉପରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ, ମନ୍ତ୍ରୀ ପରିଷଦର ସଦସ୍ୟଗଣ, ମୁଖ୍ୟ ଶାସନ ସଚିବ, ପୋଲିସ ମହାନିର୍ଦ୍ଦେଶକ, ବରିଷ୍ଠ ଅଧିକାରୀ, ଜିଲ୍ଲାପାଳ ଓ ପୋଲିସ ସୁପରିଟେଣ୍ଡଟ୍ ମାନଙ୍କ ସହିତ ଆଲୋଚନା କରିଥିଲେ । ଏହି ଆଲୋଚନା ସମୟରେ ଡଃ ରେଡ୍ଡୀ ମୁଖ୍ୟତଃ କରୋନା ଭାଇରସର ଉତ୍ପତି, ସଂକ୍ରମଣ ସାରା ବିଶ୍ୱର ପରିସ୍ଥିତି ଏବଂ ଭବିଷ୍ୟତ ରଣକୌଶଳ ଉପରେ ଆଲୋକପାତ କରିଥିଲେ। ଯେହେତୁ କରୋନା ଭାଇରସ ଜନିତ ରୋଗର ନିୟନ୍ତ୍ରଣ ପାଇଁ ଏପର୍ଯ୍ୟନ୍ତ କୌଣସି ସଫଳ ପ୍ରତିଷେଧକ ଟୀକା ବା ଔଷଧ ଉଦ୍ଭାବନ ହୋଇନାହିଁ, ତେଣୁ ସାମାଜିକ ଦୂରତ୍ବ ଉପରେ ସେ ଗୁରୁତ୍ବ ଆରୋପ କରିଥିଲେ । ଜନସାଧାରଣଙ୍କର ସହଯୋଗ ଓ ଗୋଷ୍ଠୀର ସକ୍ରିୟ ଅଂଶଗ୍ରହଣ ହିଁ ଶ୍ରେଷ୍ଠ ରକ୍ଷା କବଚ ବୋଲି ସେ ମତ ଦେବା ସହିତ ବୟସ୍କ ମାନଙ୍କ ପ୍ରତି ଅଧିକ ଯତ୍ନବାନ ହେବାକୁ ସେ ପରାମର୍ଶ ଦେଇଥିଲେ। ବନ୍ୟଜନ୍ତୁ ବିଶେଷକରି ବାଦୁଡି ଠାରୁ ମଣିଷକୁ ସଂକ୍ରମିତ ହୋଇଥିବା ଏହି ଭାଇରସ ନାକ, ଆଖି ଓ ପାଟି ଦ୍ବାରା ମଣିଷ ଶରୀରରେ ପ୍ରବେଶ କରିଥାଏ ।

ମଣିଷ ଶରୀରରୁ କାଶ, ଛିଙ୍କ ସମୟରେ ବାହାରୁଥିବା କଣିକା ଦ୍ବାରା ଏହା ଅନ୍ୟକୁ ସଂକ୍ରମିତ କରିଥାଏ। ତେଣୁ ବାରମ୍ବାର ହାତ ଧୋଇବା, ମୁହଁରେ ମାସ୍କ ବ୍ୟବହାର କରିବା ଓ ସାମାଜିକ ଦୂରତ୍ବ ଦ୍ବାରା ହିଁ କୋଭିଡ ଯୁଦ୍ଧରେ ଆମେ ବିଜୟ ହୋଇପାରିବା ବୋଲି ସେ ମତବ୍ୟକ୍ତ କରିଥିଲେ । ବିଭିନ୍ନ ସଂକ୍ରମିତ ଦେଶ ମାନଙ୍କରୁ ମିଳିଥିବା ତଥ୍ୟ ଉପରେ ଆଲୋଚନା କରି ଡଃ ରେଡ୍ଡୀ କହିଲେ ଯେ କରୋନା ଭାଇରସ କେବଳ ନିମୋନିଆ ସୃଷ୍ଟି କରୁନାହିଁ । ତାସହିତ ଏହା ହୃଦୟ, ମସ୍ତିଷ୍କ ତଥା ଅନ୍ତନଳୀରେ ସଂକ୍ରମଣ କରି କ୍ଷତି ପହଞ୍ଚାଇଥାଏ । କେତେକ କ୍ଷେତ୍ରରେ ଏହା Thrombosis ପରିସ୍ଥିତି ସୃଷ୍ଟି କରି ଘାତକ ସାଜିଥାଏ । ବୟସ ନିର୍ବିଶେଷରେ ଏହି କରୋନା ଭାଇରସ ସମସ୍ତଙ୍କୁ ସଂକ୍ରମିତ କରିଥାଏ। କିନ୍ତୁ ଯେହେତୁ ଯୁବ ଗୋଷ୍ଠୀ ବାହାରେ ଅଧିକ ସମୟ ରହନ୍ତୁ, ତାଙ୍କ ଠାରେ ସଂକ୍ରମଣ ସଂଖ୍ୟା ଅଧିକ ଥିଲେ ମଧ୍ୟ ବୟସ୍କ ତଥା ରୋଗୀ ମାନେ ଗୁରୁତର ଭାବରେ ପୀଡିତ ହେବା ଏବଂ ମୃତ୍ୟୁମୁଖରେ ପଡିବା ଅଧିକ ଆଂଶକା ରହିଛି । କରୋନା ଭାଇରସ ନିୟନ୍ତ୍ରଣରେ ଭାରତ ବିଶେଷ କରି ଓଡିଶାର ସଫଳତାର ସେ ଉଚ୍ଚପ୍ରଶଂସା କରିଥିଲେ ଏବଂ ସମଗ୍ର ଦକ୍ଷିଣ ଏସିଆରେ ଓଡିଶାର ପଦକ୍ଷେପ ଅନୁକରଣୀୟ ବୋଲି ସେ ମତବ୍ୟକ୍ତ କରିଥିଲେ । ବ୍ରିଟେନ, ଆମେରିକା, ସ୍ବିଡେନ ପରି ଆଗୁଆ ଦେଶମାନେ ଲକ୍ ଡାଉନ୍ ନ କରିବା ଫଳରେ ସେ ଦେଶ ଗୁଡିକୁ ଏଥିପାଇଁ ବହୁମୂଲ୍ୟ ଦେବାକୁ ପଡିଛି । କିନ୍ତୁ ଭିଏତନାମ ପରି ଦେଶ Isolation, Contract Tracing ଏବଂ Large Scale Testing ଦ୍ବାରା ରୋଗ ନିୟନ୍ତ୍ରଣରେ ସଫଳ ହୋଇପାରିଛି ଉଚ୍ଚ ତାପମାତ୍ରା ସହିତ ଆଦ୍ରତାର ପ୍ରଭାବରେ ଏହି ଭାଇରସ ପ୍ରଭାବହୀନ ହେଉଥିବାର ଆପାତତଃ ପ୍ରମାଣ ମିଳିଥିଲେ ।

ମଧ୍ୟ କରୋନା ଭାଇରସ Climatic Temperature Neutral ବୋଲି ସେ ମତ ଦେଇଥିଲେ । ଭାରତୀୟମାନେ ବିସିଜି, ପୋଲିଓ ଟୀକା ସହିତ ମ୍ୟାଲେରିଆ ପରି ଔଷଧ ବ୍ୟବହାର କରୁଥିବାରୁ କୋଭିଡ ରୋଗ ଆମ ଦେଶରେ ସେଭଳି ଜଟିଳ ପରିସ୍ଥିତି ନ କରିପାରେ ବୋଲି ମଧ୍ୟ ସେ ମତବ୍ୟକ୍ତ କରିଥିଲେ। କିନ୍ତୁ ଏ ସବୁ ତଥ୍ୟ ଉପରେ ବିଶେଷ ଗୁରୁତ୍ବ ନ ଦେଇ ଆମେ ସାମାଜିକ ଦୂରତା ଉପରେ ଅଧିକ ଧ୍ୟାନ ଦେବା ପାଇଁ ସେ ପରାମର୍ଶ ଦେଇଥିଲେ। ଭାରତ ସହିତ ବିଭିନ୍ନ ଦେଶରେ କରୋନା ଭାଇରସ ପାଇଁ ପ୍ରତିଷେଧକ ଟୀକା ଉପରେ ଗବେଷଣା ଚାଲିଥିବା ବେଳେ ସେପ୍ଟେମ୍ବର-ଅକ୍ଟୋବର ସୁଦ୍ଧା ବାହାରିପାରେ ବୋଲି ସେ ଆଶା ପ୍ରକାଶ କରିଥିଲେ। ଲକ୍ଷଣଭିତ୍ତିକ ରୋଗ ଅନୁସଂଧାନ ଉପରେ ସେ ଗୁରୁତ୍ବ ଦେବା ସହିତ ଗୋଷ୍ଠୀ ପ୍ରତିରୋଧ ଶକ୍ତି ବିକାଶ ଉପରେ ଗୁରୁତ୍ବ ନ ଦେଇ ଗୋଷ୍ଠୀ ସୁରକ୍ଷା ଉପରେ ଜୋର ଦେଲେ ଏହି ରୋଗକୁ ନିୟନ୍ତ୍ରଣ କରାଯିବ ବୋଲି ସେ ମତ ଦେଇଥିଲେ ।

ସ୍ୱାସ୍ଥ୍ୟକର୍ମୀଙ୍କ ପରି ପୋଲିସ କର୍ମଚାରୀ ମଧ୍ୟ ଅଧିକ ବିପଦସଂକୁଳ ଥିବାରୁ ସେମାନଙ୍କର ସୁରକ୍ଷା ପ୍ରତି ବିଶେଷ ଧ୍ୟାନ ଦିଆଯିବା ଦରକାର । ହାତ ଧୋଇବା ସହିତ ସାମାଜିକ ଦୂରତା ପାଇଁ barricade ଏବଂ ଆଖିର ସୁରକ୍ଷା ପାଇଁ ଚଷମା ବ୍ୟବହାର ନିତାନ୍ତ ଆବଶ୍ୟକ ବୋଲି ସେ ମତ ଦେଇଥିଲେ । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପ୍ରଥମେ ଡଃ ରେଡ୍ଡୀଙ୍କୁ ସ୍ବାଗତ କରି ଆଲୋଚନା ଆରମ୍ଭ କରିଥିଲେ। ତାଙ୍କର ଉପାଦେୟ ପରାମର୍ଶ ଓ ଅଭିଜ୍ଞତା କରୋନା ରୋଗ ସଂକ୍ରମଣ ରୋକିବାରେ ମାର୍ଗଦର୍ଶନ ଦେବ ବୋଲି ଆଶାପ୍ରକାଶ କରିଥିଲେ। ସୂଚନାଯୋଗ୍ୟ ଯେ ଡଃ ରେଡ୍ଡୀ ବିଶ୍ବ ସ୍ୱାସ୍ଥ୍ୟ ସଂଗଠନର ବିଭିନ୍ନ ବିଶେଷଜ୍ଞ କମିଟିରେ ସଦସ୍ୟ ଭାବରେ କାମ କରିଥିବା ବେଳେ ବର୍ତ୍ତମାନ Covid Solidarity Group Trial ଉପରେ ବିଶ୍ବ ସ୍ବାସ୍ଥ୍ୟ ସଂଗଠନର ଆନ୍ତର୍ଜାତିକ ସଂଚାଳନ କମିଟିର କାର୍ଯ୍ୟନିର୍ବାହୀ ଗୋଷ୍ଠୀର ସଦସ୍ୟ ଭାବରେ କାର୍ଯ୍ୟରତ । Covid Care, ସଂକ୍ରମିତ ଅଞ୍ଚଳ, ସଂକ୍ରମଣ ଧାରା ଓ ଲକ୍ ଡାଉନ୍ର ପ୍ରଭାବ ଉପରେ ସେ ଅନେକ ଉପାଦେୟ ଲେଖା ରଚନା କରିଛନ୍ତି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ

ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ

September 14, 2026
World Odisha Society pays tribute to Pranab Patnaik

ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ

September 14, 2026
World Odisha Society pays tribute to Pranab Patnaik

World Odisha Society pays tribute to Pranab Patnaik

September 14, 2026
ମାନବ ସେବା ହିଁ ମାଧବ ସେବା

ମାନବ ସେବା ହିଁ ମାଧବ ସେବା

September 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ

ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ

September 14, 2026
World Odisha Society pays tribute to Pranab Patnaik

ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ

September 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version