No Result
View All Result

ଓଡ଼ିଶା ତାଜା ନ୍ୟୁଜ୍ ( ୭ ଫେବ୍ରୁଆରୀ ସୋମବାର ) ଭୁବନେଶ୍ଵର :- ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ଘଟୁଥିବା ବେଳେ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍ । ଗତ ୨୪ ଘଣ୍ଟାରେ ୧୪୯୭ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨୦ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୭୫୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ,କଳାହାଣ୍ଡି ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଓ ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଁଏ, କେନ୍ଦ୍ରାପଡ଼ା, ଯାଜପୁର ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଜୀବନ ନେଇ ଘାତକ କରୋନା ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୬୬୮୩୦୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୧୫୨୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୩୭୯୭୬ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୮୦୪୩୬୧୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।
No Result
View All Result