ଭୋଟଗଣତି କେନ୍ଦ୍ର ବାହାରେ, ବିଶେଷ କରି ଭୋଟଗଣତି ସମୟରେ ହେବାକୁ ଥିବା ଭିଡ଼କୁ କିପରି ନିୟନ୍ତ୍ରଣ କରାଯାଇପାରିବ ଓ ଭୋଟଗଣତି କାର୍ଯ୍ୟ ରାତି ପର୍ଯ୍ୟନ୍ତ ଚାଲିଲେ, ସେ ସମୟରେ ସମ୍ଭାବ୍ୟ ଆଇନଶୃଙ୍ଖଳା ରକ୍ଷା ସଂପର୍କରେ ବିସ୍ତୃତ ଭାବେ ଆଲୋଚନା ହୋଇଛି ା କୌଣସି ପରିସ୍ଥିତିରେ କୌଣସିଠାରେ ଯେପରି ବିଶୃଙ୍ଖଳା ନ ଉପୁଜିବ ସେ ଦିଗରେ ତୀକ୍ଷ୍ଣ ଦୃଷ୍ଟିଦେବାକୁ ସଂପୃକ୍ତ ଜିଲ୍ଲା ଆରକ୍ଷୀ ଅଧୀକ୍ଷକମାନଙ୍କୁ ନିର୍ଦ୍ଦେଶ ଦିଆଯିବ ଓ ପର୍ଯ୍ୟାପ୍ତ ସୁରକ୍ଷା ବ୍ୟବସ୍ଥା କରିବାକୁ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି । ଅନ୍ୟମାନଙ୍କ ମଧ୍ୟରେ ସମୀକ୍ଷା ବୈଠକରେ ନିର୍ବାଚନ ଆୟୋଗଙ୍କ ସଚିବ ରବିନ୍ଦ୍ରନାଥ ସାହୁ, ସ୍ୱତନ୍ତ୍ର ସଚିବ ରଘୁରାମ ଆର୍. ଆୟାର ପ୍ରମୁଖ ଉପସ୍ଥିତ ଥିଲେ ।© 2023 Odisha Taza News.