No Result
View All Result
ଓଡ଼ିଶା ତାଜା ନ୍ୟୁଜ୍ (୨୯ ମାର୍ଚ୍ଚ ,ମଙ୍ଗଳବାର) ଭୁବନେଶ୍ୱର :- ଭାରତୀୟ ଭ୍ରଷ୍ଟାଚାର ନିବାରଣ ସଂସ୍ଥାର ନୂତନ ରାଜ୍ୟ ସଂଯୋଜକ ଭାବେ ନିର୍ବାଚିତ ହୋଇଛନ୍ତି । ସମାଜସେବୀ, ସାମ୍ବାଦିକ ତଥା ଆଇନଜୀବୀ ଲିଙ୍ଗରାଜ ସାହୁଙ୍କୁ ଏହି ଦାୟିତ୍ୱ ଅର୍ପଣ କରାଯାଇଛି । ଭୁବନେଶ୍ୱରର ଉତ୍କଳ ସାମ୍ବାଦିକ ଭବନଠାରେ ଏହି ଅବସରରେ ଭାରତୀୟ ଭ୍ରଷ୍ଟାଚାର ନିବାରଣ ସଂସ୍ଥାର ଜାତୀୟ ସମ୍ପାଦକ ଡ଼ ବିପିନ ବିହାରୀ ମିଶ୍ର ତାଙ୍କୁ ସମ୍ବର୍ଦ୍ଧିତ କରିଥିଲେ ।
ସମାଜରେ ଦିନକୁ ଦିନ ଦୁର୍ନୀତି ଓ ଭ୍ରଷ୍ଟାଚାର ଦୃତ ଗତିରେ ବୃଦ୍ଧି ପାଇବାରେ ଲାଗିଛି । ଏହାଦ୍ୱାରା ସାଧାରଣ ଜନତା ନ୍ୟାୟ ପାଇବାରୁ ବଂଚିତ ହେଉଛନ୍ତି । ଦୁର୍ନୀତିର ପ୍ରାଦୁର୍ଭାକୁ କିଛି ମାତ୍ରାରେ ପ୍ରତିହତ କରିବା ପାଇଁ ଭାରତୀୟ ଭ୍ରଷ୍ଟାଚାର ନିବାରଣ ସଂସ୍ଥା ପକ୍ଷରୁ ଓଡ଼ିଶା ରାଜ୍ୟ ସଭାପତି ଭାବେ ଆଇନଜୀବୀ କିଶୋର ଚନ୍ଦ୍ର କର, ସମ୍ପାଦକ ଇଂ ବିପିନ ବିହାରୀ ନାୟକ ସମେତ ବିଭିନ୍ନ ଜିଲ୍ଲାର କର୍ମକର୍ତା ଉପସ୍ଥିତ ଥିଲେ ।
No Result
View All Result