• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟସ୍ତରୀୟ ରଘୁ-ଦିବାକର ଶହୀଦ ଦିବସ ପାଳିତ : ଶହୀଦ ରଘୁ-ଦିବାକରଙ୍କ ବଳିଦାନ ଓ ଆତ୍ମୋତ୍ସର୍ଗ ଯୁଗେ ଯୁଗେ ସ୍ମରଣୀୟ ହୋଇ ରହିବ

Proprietor Abhimanyu Maharana by Proprietor Abhimanyu Maharana
April 4, 2022
in ଓଡ଼ିଶା, ମହାନଗର, ହୋମ୍
0
ରାଜ୍ୟସ୍ତରୀୟ ରଘୁ-ଦିବାକର ଶହୀଦ ଦିବସ ପାଳିତ : ଶହୀଦ ରଘୁ-ଦିବାକରଙ୍କ ବଳିଦାନ ଓ ଆତ୍ମୋତ୍ସର୍ଗ ଯୁଗେ ଯୁଗେ ସ୍ମରଣୀୟ ହୋଇ ରହିବ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୪,ଏପ୍ରିଲ ସୋମବାର ) ଭୁବନେଶ୍ୱର :- ବି୍ରଟିଶ ଶାସନର ଅନ୍ୟାୟ ଓ ଅତ୍ୟାଚାର ବିରୁଦ୍ଧରେ ଓଡ଼ିଶାରେ ବହୁ ଆନ୍ଦୋଳନ ଓ ବିଦ୍ରୋହ ସଂଘଟିତ ହୋଇଛି । ରଣପୁରର ପ୍ରଜାମଣ୍ଡଳ ଆନ୍ଦୋଳନ ଏକ ଐତିହାସିକ ଘଟଣା । ଅସୀମ ତ୍ୟାଗ ଓ ଦେଶପ୍ରେମ ପାଇଁ ଶହୀଦ ରଘୁ-ଦିବାକର ଚିରସ୍ମରଣୀୟ ହୋଇରହିବେ ବୋଲି ଆଜି ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସ୍ଥାନୀୟ ଜୟଦେବ ଭବନଠାରେ ଆୟୋଜିତ ରାଜ୍ୟସ୍ତରୀୟ ଉତ୍ସବରେ ଅତିଥି ଓ ବକ୍ତାମାନେ ଉଲ୍ଲେଖ କରିଛନ୍ତି । ଏହି ରାଜ୍ୟସ୍ତରୀୟ ଉତ୍ସବରେ ଅତିଥିମାନେ ଉପସ୍ଥିତ ରହି ପ୍ରଥମେ ଶହୀଦ ରଘୁ-ଦିବାକରଙ୍କ ଫଟୋଚିତ୍ରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

ମୁଖ୍ୟ ଅତିଥି ଭାବେ ଯୋଗଦେଇ କୃଷି ଓ କୃଷକ ସଶକ୍ତିକରଣ, ଉଚ୍ଚଶିକ୍ଷା, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ଡ. ଅରୁଣ କୁମାର ସାହୁ କହିଥିଲେ ଯେ ଅତ୍ୟାଚାରୀ ବି୍ରଟିଶ ଶାସନ କବଳରୁ ରଣପୁରବାସୀଙ୍କୁ ମୁକ୍ତ କରାଇବା ପାଇଁ ଶହୀଦ ରଘୁ-ଦିବାକରଙ୍କ ବଳିଦାନ ଓ ଆତ୍ମୋତ୍ସର୍ଗ ଯୁଗେ ଯୁଗେ ସ୍ମରଣୀୟ ହୋଇ ରହିବ । ଅତ୍ୟାଚାରୀ ଶାସନରୁ ମୁକ୍ତି ତଥା ସ୍ୱାଧୀନତା ଆଶାରେ ରଣପୁରରେ ପ୍ରଜା ଆନ୍ଦୋଳନ ହୋଇଥିଲା । ରଣପୁରବାସୀ ରଘୁନାଥ ମହାନ୍ତି ଓ ଦିବାକର ପରିଡ଼ାଙ୍କୁ ଏହି ଆନ୍ଦୋଳନର ପୁରୋଧା ଭାବେ ଗ୍ରହଣ କରିଥିଲେ । ଦୁଇ ଯୁବ ବିଦ୍ରୋହୀଙ୍କ ବଳିଷ୍ଠ ନେତୃତ୍ୱ ଯୋଗୁଁ ପ୍ରଜାମଣ୍ଡଳ ଆନ୍ଦୋଳନ ତୀବ୍ର ରୂପ ନେଇଥିଲା ।

ମାନ୍ୟବର ବିଧାୟକ ରଣପୁର, ଶ୍ରୀ ସତ୍ୟନାରାୟଣ ପ୍ରଧାନ, ଶହୀଦ ରଘୁ-ଦିବାକରଙ୍କୁ ରଣପୁର ଅଞ୍ଚଳର ଗର୍ବ ଓ ଗୌରବ ବୋଲି ଅଭିହିତ କରି ତାଙ୍କ ଦେଶପ୍ରେମର ତୁଳନା ନାହିଁ ବୋଲି ମନ୍ତବ୍ୟ ରଖିଥିଲେ । ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭୁ୍ୟର ସଂପାଦକ ଡ. ଲେନିନ୍‌ ମହାନ୍ତି କାର୍ଯ୍ୟକ୍ରମରେ ସଭାପତିତ୍ୱ କରି ଶହୀଦ ରଘୁ- ଦିବାକରଙ୍କ ଆନ୍ଦୋଳନ ଯୋଗୁଁ ଅବହେଳିତ ଜନସାଧାରଣଙ୍କ ମନୋବଳ ତଥା ସଂଗ୍ରାମ ପାଇଁ ଉତ୍ସାହ ବୃଦ୍ଧି ପାଇଥିଲା ବୋଲି ପ୍ରକାଶ କରିଥିଲେ । ମୁଖ୍ୟବକ୍ତା ବିଶିଷ୍ଟ ଶିକ୍ଷାବିତ୍‌ ଶ୍ରୀ ସତ୍ୟବାଦୀ ବଳିଆର ସିଂ ଶହୀଦ ରଘୁ-ଦିବାକରଙ୍କ ସାହସ ତଥା ଅନ୍ୟାୟ, ଅତ୍ୟାଚାର ବିରୁଦ୍ଧରେ ପ୍ରବଳ ଜନମତ ସୃଷ୍ଟି କରିବାର ଦକ୍ଷତା ଉପରେ ଆଲୋକପାତ କରିଥିଲେ ।

ବେଜେଲ୍‌ଗେଟ୍‌ ହତ୍ୟାକାଣ୍ଡ ପାଇଁ ଶହୀଦ ରଘୁ-ଦିବାକରଙ୍କୁ ମିଥ୍ୟା ଅଭିଯୋଗରେ ଫାଶୀ ଦିଆଯିବା ବିଷୟରେ ସେ ଅବଗତ କରାଇଥିଲେ । ସୂଚନା ଓ ଲୋକସଂପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତି୍ରପାଠୀ ଶହୀଦ ରଘୁ-ଦିବାକରଙ୍କୁ ସାମାଜିକ ପରିବର୍ତ୍ତନର ଅଗ୍ରଦୂତ ଏବଂ ତାଙ୍କ ଦେଶପ୍ରେମର ତୁଳନା ନାହିଁ ବୋଲି ପ୍ରକାଶ କରିଥିଲେ । ସୂଚନା ଅଧିକାରୀ ପ୍ରମିଳା ମାଝୀ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ । ଶେଷରେ ଶହୀଦ ରଘୁ-ଦିବାକର ସ୍ମତି କମିଟିର ସାଧାରଣ ସଂପାଦକ ଶ୍ରୀ ଗୌରାଙ୍ଗ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
“ଆଶା” ସଂଗଠନର ରାଜ୍ୟସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ

“ଆଶା” ସଂଗଠନର ରାଜ୍ୟସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ

June 27, 2026
ମାଁ ଶୁକ୍ର ଶୁକ୍ରାଣୀଙ୍କ ଭୂମି ପୂଜନ ଉତ୍ସବରେ ଯୋଗ ଦେଲେ ବିଧାୟକ

ମାଁ ଶୁକ୍ର ଶୁକ୍ରାଣୀଙ୍କ ଭୂମି ପୂଜନ ଉତ୍ସବରେ ଯୋଗ ଦେଲେ ବିଧାୟକ

June 27, 2026
ହଷ୍ଟେଲରେ ଛାତ୍ରୀଙ୍କ ଆତ୍ମହତ୍ୟା : ଅଧିକ୍ଷକଙ୍କ ମନମୁଖୀ କାର୍ଯ୍ୟକଳାପରୁ ଆତ୍ମହତ୍ୟା ଅଭିଯୋଗ

ହଷ୍ଟେଲରେ ଛାତ୍ରୀଙ୍କ ଆତ୍ମହତ୍ୟା : ଅଧିକ୍ଷକଙ୍କ ମନମୁଖୀ କାର୍ଯ୍ୟକଳାପରୁ ଆତ୍ମହତ୍ୟା ଅଭିଯୋଗ

June 27, 2026
ଲୋକତନ୍ତ୍ର ସେନାନୀ ସଂଘ ପକ୍ଷରୁ କଳା ଦିବସ ପାଳିତ

ଲୋକତନ୍ତ୍ର ସେନାନୀ ସଂଘ ପକ୍ଷରୁ କଳା ଦିବସ ପାଳିତ

June 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

“ଆଶା” ସଂଗଠନର ରାଜ୍ୟସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ

“ଆଶା” ସଂଗଠନର ରାଜ୍ୟସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ

June 27, 2026
ମାଁ ଶୁକ୍ର ଶୁକ୍ରାଣୀଙ୍କ ଭୂମି ପୂଜନ ଉତ୍ସବରେ ଯୋଗ ଦେଲେ ବିଧାୟକ

ମାଁ ଶୁକ୍ର ଶୁକ୍ରାଣୀଙ୍କ ଭୂମି ପୂଜନ ଉତ୍ସବରେ ଯୋଗ ଦେଲେ ବିଧାୟକ

June 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version