No Result
View All Result
ଓଡ଼ିଶା ତାଜା ନ୍ୟୁଜ୍ (୧୭ ଏପ୍ରିଲ ରବିବାର ) ଭୁବନେଶ୍ୱର :- ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଆଜି ପୂର୍ବାହ୍ନରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ବିଧାନସଭା ପରିସରରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ପ୍ରଦାନ ପୂର୍ବକ ଭକ୍ତିପୂତ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଛନ୍ତି । ବାଚସ୍ପତି ଡଃ ସୂର୍ଯ୍ୟ ନାରାୟଣ ପାତ୍ର, ଉପବାଚସ୍ପତି ଶ୍ରୀ ରଜନୀକାନ୍ତ ସିଂ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ, ଜଳସମ୍ପଦ,

ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ, ବରିଷ୍ଠ ବିଧାୟକ ଶ୍ରୀ ଅନନ୍ତ ଦାସ, ଶ୍ରୀ ପ୍ରଫୁଲ୍ଲ ସାମଲ, ଶ୍ରୀ ଦେବୀ ମିଶ୍ର, ଶାସକଦଳର ମୁଖ୍ୟ ସଚେତକ ଶ୍ରୀମତୀ ପ୍ରମିଳା ମଲ୍ଲିକ, ଭୁବନେଶ୍ୱର (ମଧ୍ୟ) ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର (ଉତ୍ତର) ଶ୍ରୀ ସୁଶାନ୍ତ କୁମାର ରାଉତ, ବିଧାନସଭା ସଚିବ ଶ୍ରୀ ଦାଶରଥି ଶତପଥୀ, ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀ, ବିଧାନସଭା ନିର୍ଦ୍ଦେଶକ (ଗବେଷଣା) ଶ୍ରୀ କୃପାସିନ୍ଧୁ ମିଶ୍ର ପ୍ରମୁଖ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହିତ ସେ ଜଣେ ମହାନ୍ ଜନନାୟକ ଥିଲେ ବୋଲି ପ୍ରକାଶ କରିଥିଲେ ।

ଓଡ଼ିଆ ଜାତି ତାଙ୍କ ବର୍ତ୍ତମାନରେ ତାଙ୍କୁ ଯେତିକି ଭଲ ପାଉଥିଲେ, ଅବର୍ତ୍ତମାନରେ ମଧ୍ୟ ସେତିକି ଭଲ ପାଉଛନ୍ତି ଓ ସ୍ମରଣ କରୁଛନ୍ତି ବୋଲି ଅତିଥିମାନେ ପ୍ରକାଶ କରିଥିଲେ । ଶାଶ୍ଵତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନର କଣ୍ଠଶିଳ୍ପୀ ମାନେ ବିଜୁ ବାବୁଙ୍କ ସ୍ମୃତିରେ ସୁମଧୁର ସଂଗୀତ ପରିବେଷଣ କରିଥିଲେ । ବିଧାନସଭାର ଯୁଗ୍ମ ନିର୍ଦ୍ଦେଶକ (ଗବେଷଣା) ଶ୍ରୀ ଶିବ ପ୍ରସାଦ ପଟ୍ଟନାୟକ କାର୍ଯ୍ୟକ୍ରମ ସଂଯୋଜନା କରିଥିଲାବେଳେ ନିରାପତ୍ତା ଅଧିକାରୀ ଶ୍ରୀ ଗୋପାଳ ବେହେରା ନିରାପତ୍ତା ବ୍ୟବସ୍ଥାକୁ ବ୍ୟବସ୍ଥିତ କରିଥିଲେ ।


No Result
View All Result