• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବ୍ରହ୍ମଗିରି, କୃଷ୍ଣପ୍ରସାଦ ଓ ସତ୍ୟବାଦୀ ବ୍ଲକ୍‌ରେ ବୃହତ୍‌ ପାନୀୟ ଜଳଯୋଗାଣ ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ନେଇ ସମୀକ୍ଷା

Proprietor Abhimanyu Maharana by Proprietor Abhimanyu Maharana
April 20, 2022
in ଓଡ଼ିଶା, ପୁରୀ, ମହାନଗର, ହୋମ୍
0
ବ୍ରହ୍ମଗିରି, କୃଷ୍ଣପ୍ରସାଦ ଓ ସତ୍ୟବାଦୀ ବ୍ଲକ୍‌ରେ ବୃହତ୍‌ ପାନୀୟ ଜଳଯୋଗାଣ ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ନେଇ ସମୀକ୍ଷା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୦ ଏପ୍ରିଲ ବୁଧବାର ) ଭୁବନେଶ୍ୱର :- ଆଜି ମଧ୍ୟାହ୍ନରେ ଲୋକସେବା ଭବନ ଦ୍ୱିତୀୟ ମହଲା ସମ୍ମିଳନୀ କକ୍ଷଠାରେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଶ୍ରୀ ସଂଜୟ କୁମାର ଦାସବର୍ମାଙ୍କ ଅଧ୍ୟକ୍ଷତା ଏବଂ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଉପସ୍ଥିତିରେ ପୁରୀ ଜିଲ୍ଲାର ବ୍ରହ୍ମଗିରି, କୃଷ୍ଣପ୍ରସାଦ ଓ ସତ୍ୟବାଦୀ ବ୍ଲକ୍‌ରେ ଜନସାଧାରଣଙ୍କୁ ବିଶୁଦ୍ଧ ପାନୀୟ ଜଳଯୋଗାଣ ପାଇଁ କାର୍ଯ୍ୟକାରୀ ହେଉଥିବା ବୃହତ୍‌ ପାନୀୟ ଜଳଯୋଗାଣ ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ସଂପର୍କରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି ।

ବୈଠକରେ ବୃହତ୍‌ ପାନୀୟ ଜଳଯୋଗାଣ ପ୍ରକଳ୍ପ ମାଧ୍ୟମରେ କାର୍ଯ୍ୟକାରୀ ହେଉଥିବା ବ୍ରହ୍ମଗିରି ବ୍ଲକ୍‌ର ୫୯ଟି ଗ୍ରାମ, ସତ୍ୟବାଦୀ ବ୍ଲକ୍‌ର ୪୬ଟି ଗ୍ରାମ, ଋଷିକୂଲ୍ୟା ନଦୀରୁ ଗଞ୍ଜାମ ଜିଲ୍ଲାର ୩୦ଟି ଗ୍ରାମ ଓ କୃଷ୍ଣପ୍ରସାଦ ବ୍ଲକ୍‌ର ୯୦ଟି ଗ୍ରାମକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପାଇଁ କାର୍ଯ୍ୟକାରୀ ହେଉଥିବା ବୃହତ୍‌ ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକୁ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ପୂର୍ଣ୍ଣାଙ୍ଗ କରିବା ପାଇଁ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଶ୍ରୀ ଦାସବର୍ମା ଗୁରୁତ୍ୱ ଦେବା ସହ କଣାସ, ବ୍ରହ୍ମଗିରି ଓ ସତ୍ୟବାଦୀ ବ୍ଲକ୍‌ର ୧୨୬ଟି ଗ୍ରାମକୁ ଭାର୍ଗବୀ ନଦୀରୁ ବିଶୁଦ୍ଧ ପାନୀୟ ଜଳଯୋଗାଣ କାର୍ଯ୍ୟରେ ବିଳମ୍ବ ହେଉଥିବାରୁ ଉଦ୍‌ବେଗ ପ୍ରକାଶ କରିଥିଲେ ।

ଶ୍ରୀ ଦାସବର୍ମା କହିଥିଲେ ଯେ ଉଭୟ ଚିଲିକା ଓ ସମୁଦ୍ର ପାଣି ଦ୍ୱାରା ପ୍ରଭାବିତ ଅଞ୍ଚଳରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି । ସେସବୁ ଅଞ୍ଚଳରେ ପୂର୍ବରୁ ଥିବା ପ୍ରକଳ୍ପଗୁଡ଼ିକ ମାଧ୍ୟମରେ ଜଳ ବିତରଣ ଏବଂ ସେସବୁ ପ୍ରକଳ୍ପର ରକ୍ଷଣାବେକ୍ଷଣ ପ୍ରତି ସ୍ୱତନ୍ତ୍ର ଧ୍ୟାନ ଦିଆଯିବା ଉଚିତ । ଅସ୍ତରଙ୍ଗ ବ୍ଲକ୍‌ର ୫୫ଟି ଗ୍ରାମ, କାକଟପୁରର ୪୭ଟି ଗ୍ରାମ, ଗୋପର ୮୧ଟି ଗ୍ରାମ, ପୁରୀ ସଦର ବ୍ଲକ୍‌ର ୧୭ଟି ଗ୍ରାମପଞ୍ଚାୟତ ଓ ୬୭ଟି ଗ୍ରାମ, ସତ୍ୟବାଦୀର ୩ଟି ଗ୍ରାମ ପଞ୍ଚାୟତ ଓ ଡେଲାଙ୍ଗର ୭୪ଟି ଗ୍ରାମକୁ ବୃହତ୍‌ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ମାଧ୍ୟମରେ ଜନସାଧାରଣଙ୍କୁ ବିଶୁଦ୍ଧ ପିଇବା ପାଣି ଯୋଗାଇଦେବା ପାଇଁ ଚଳିତ ବଜେଟ୍‌ରେ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବାରୁ ପୁରୀ ଜିଲ୍ଲାବାସୀଙ୍କ ପକ୍ଷରୁ ସେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଓ କୃତଜ୍ଞତା ଜଣାଇଛନ୍ତି ା

ପୁରୀ ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ଏହି ପାନୀୟ ଜଳଯୋଗାଣ ପ୍ରକଳ୍ପ କାର୍ଯ୍ୟରେ ଯେଭଳି କୌଣସି ବାଧା ଏବଂ ସ୍ଥାନୀୟ ସମସ୍ୟା ନଉଠେ, ସେଥି ପାଇଁ ପୁରୀ ଜିଲ୍ଲାପାଳ ପ୍ରତ୍ୟେକ ମାସରେ ପ୍ରତ୍ୟକ୍ଷ ଭାବେ ଅନୁଧ୍ୟାନ କରିବା ପାଇଁ ବୈଠକରେ ନିଷ୍ପତ୍ତି ନିଆଯାଇଛି । ପାନୀୟ ଜଳ ପ୍ରକଳ୍ପର ନିର୍ମାଣ କାର୍ଯ୍ୟ କିଭଳି ଭାବେ ତ୍ୱରାନ୍ୱିତ ହେବ ସେଥିପାଇଁ ଚଳିତ ସପ୍ତାହରେ ପାନୀୟ ଜଳ ବିଭାଗର ମୁଖ୍ୟଯନ୍ତ୍ରୀ କୃଷ୍ଣପ୍ରସାଦ ଓ ବ୍ରହ୍ମଗିରି ବ୍ଲକ୍‌ର ନିର୍ମାଣାଧୀନ ପ୍ରକଳ୍ପ ଅଞ୍ଚଳକୁ କ୍ଷେତ୍ର ପରିଦର୍ଶନରେ ଯିବା ପାଇଁ ଯୋଜନା ବୋର୍ଡ ଉପାଧ୍ୟକ୍ଷ ପରାମର୍ଶ ଦେଇଛନ୍ତି ।

ରାଜ୍ୟ ସରକାରଙ୍କ ଫ୍ଲାଗସିପ୍‌ ପ୍ରୋଗ୍ରାମ ‘ବସୁଧାି’ ମାଧ୍ୟମରେ ଘରେ ଘରେ ପିଇବା ପାଣି ପହଞ୍ଚାଇବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଯେଉଁ ଲକ୍ଷ୍ୟ ରଖିଛନ୍ତି, ସେହି ଲକ୍ଷ୍ୟକୁ ହାସଲ କରିବା ପାଇଁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ, ଜିଲ୍ଲା ପ୍ରଶାସନ ଏବଂ ପାନୀୟ ଜଳ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଏବଂ ଦାୟିତ୍ୱ ନେଇଥିବା ସଂସ୍ଥା ମଧ୍ୟରେ ସମନ୍ୱୟ ରକ୍ଷା କରି ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ପୁରୀ ଜିଲ୍ଲାର ଏହି ପ୍ରକଳ୍ପ କାର୍ଯ୍ୟଗୁଡ଼ିକୁ ପୂର୍ଣ୍ଣାଙ୍ଗ କରିବା ପାଇଁ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଶ୍ରୀ ଦାସବର୍ମା ଗୁରୁତ୍ୱ ଦେଇଛନ୍ତି ।

ଚଳିତ ଗ୍ରୀଷ୍ମ ଋତୁକୁ ଦୃଷ୍ଟିରେ ରଖି ଯେଭଳି ଜିଲ୍ଲାରେ ପିଇବାପାଣିର ସଂକଟ ନ ଉପୁଜେ ସେଥିପାଇଁ ପର୍ଯ୍ୟାପ୍ତ ପରିମାଣର ନଳକୂପ ସହିତ ନିରନ୍ତର ସେବା ଯୋଗାଇଦେବା ପାଇଁ ଜିଲ୍ଲା ପ୍ରଶାସନ ସଜାଗ ରହିବା ସହ ପୁରୀ ଜିଲ୍ଲାର ସମସ୍ତ ବ୍ଲକ୍‌ ଅଞ୍ଚଳରେ ଜନସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ କରିବା ପାଇଁ ଶ୍ରୀ ଦାସବର୍ମା ବୈଠକରେ ପରାମର୍ଶ ଦେଇଛନ୍ତି । ବୈଠକରେ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ପ୍ରକଳ୍ପ କାର୍ଯ୍ୟ ଶେଷ କରିବା ପାଇଁ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ନିର୍ଦ୍ଦେଶ ଦେବା ସହ ଏଥିରେ ଅବହେଳା ପ୍ରଦର୍ଶନ ହେଲେ ଏଗ୍ରିମେଣ୍ଟର ସର୍ତ୍ତାବଳୀ ଅନୁଯାୟୀ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ବିଭାଗୀୟ ଯନ୍ତ୍ରୀମାନଙ୍କୁ କଡ଼ା ନିର୍ଦ୍ଦେଶ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ଅଶୋକ କୁମାର ମୀନା, ପାନୀୟ ଜଳ ନିର୍ଦ୍ଦେଶକ ଶ୍ରୀ ବି. ପରମେଶ୍ୱର ଏବଂ ଅନ୍ୟାନ୍ୟ ଯନ୍ତ୍ରୀ ଓ ଅଧିକାରୀଙ୍କ ସମେତ ଆଭାସୀ ମାଧ୍ୟମରେ ପୁରୀ ଜିଲ୍ଲାପାଳ ଏବଂ ବିଭାଗୀୟ ଯନ୍ତ୍ରୀ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

March 13, 2026
Over 1 Lakh Citizens Witness the Historic “Nyaya Sanhita” Exhibition as Bhubaneswar Becomes the Epicentre of India’s New Justice Era

Over 1 Lakh Citizens Witness the Historic “Nyaya Sanhita” Exhibition as Bhubaneswar Becomes the Epicentre of India’s New Justice Era

March 12, 2026
ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

March 12, 2026
ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

March 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

March 13, 2026
Over 1 Lakh Citizens Witness the Historic “Nyaya Sanhita” Exhibition as Bhubaneswar Becomes the Epicentre of India’s New Justice Era

Over 1 Lakh Citizens Witness the Historic “Nyaya Sanhita” Exhibition as Bhubaneswar Becomes the Epicentre of India’s New Justice Era

March 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version