• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟସ୍ତରୀୟ ‘ବିଶ୍ୱ ପ୍ରାଣୀଚିକିତ୍ସା ଦିବସି’ ପାଳିତ ଆନୁଷଙ୍ଗିକ କୃଷି କ୍ଷେତ୍ରରେ ବ୍ୟାପକ ରୋଜଗାରର ବାଟ ରହିଛି : ମନ୍ତ୍ରୀ ଡ. ଅରୁଣ କୁମାର ସାହୁ

Proprietor Abhimanyu Maharana by Proprietor Abhimanyu Maharana
May 1, 2022
in ଓଡ଼ିଶା, ଦେଶ, ମହାନଗର, ହୋମ୍
0
ରାଜ୍ୟସ୍ତରୀୟ ‘ବିଶ୍ୱ ପ୍ରାଣୀଚିକିତ୍ସା ଦିବସି’ ପାଳିତ ଆନୁଷଙ୍ଗିକ କୃଷି କ୍ଷେତ୍ରରେ ବ୍ୟାପକ ରୋଜଗାରର ବାଟ ରହିଛି : ମନ୍ତ୍ରୀ ଡ. ଅରୁଣ କୁମାର ସାହୁ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍/ ୩୦ ଏପ୍ରିଲ ଶନିବାର/ ଭୁବନେଶ୍ୱର :- ନିଯୁକ୍ତି ତଥା ଆତ୍ମନିଯୁକ୍ତି ମାଧ୍ୟମରେ ଆନୁଷଙ୍ଗିକ କୃଷି କ୍ଷେତ୍ରରେ ବ୍ୟାପକ ରୋଜଗାରର ବାଟ ରହିଛି । ମନୁଷ୍ୟର ଜୀବନଶୈଳୀ ବଦଳିବା ସହିତ ରୁଚି ବଦଳିଛି, ଚାହିଦା ବଢ଼ିଛି ଏବଂ ଏଥିସହ ଦୁଧ୍ଧ, ମାଂସ ଓ ଅଣ୍ଡା ଆଦି ଖାଦ୍ୟର ଉତ୍ପାଦନରେ ମଧ୍ୟ ଆଶାତୀତ ବୃଦ୍ଧି ଘଟିଛି । ଆଜି କୃଷି ଭବନ ପ୍ରେକ୍ଷାଳୟରେ ପ୍ରଥମ ଥର ପାଇଁ ସଂପୂର୍ଣ୍ଣ ସରକାରୀ ଭାବେ ରାଜ୍ୟସ୍ତରୀୟ ବିଶ୍ୱ ପ୍ରାଣୀଚିକିତ୍ସା ଦିବସ’ ପାଳନ ଅବସରରେ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଉପରୋକ୍ତ ମର୍ମରେ ଉଲ୍ଲେଖ କରିଛନ୍ତି । ଗତ ଦୁଇ ଦଶନ୍ଧି ମଧ୍ୟରେ ରାଜ୍ୟରେ ଦୁଧ୍ଧ ଉତ୍ପାଦନ ପ୍ରାୟ ତିନିଗୁଣ ବୃଦ୍ଧି ପାଇଛି । ୨୦୦୦ ମସିହାରେ ଏହା ୮.୭୫ ଲକ୍ଷ ମେଟି୍ରକ୍‌ ଟନ୍‌ରୁ ୨୦୨୧ରେ ୨୩.୭୩ ଲକ୍ଷ ମେଟି୍ରକ୍‌ ଟନ୍‌କୁ ବୃଦ୍ଧି ପାଇଛି । ଗତ ୨୦ ବର୍ଷ ମଧ୍ୟରେ ମାଂସ ଉତ୍ପାଦନ ପ୍ରାୟ ଛଅଗୁଣ ବୃଦ୍ଧି ପାଇଛି ।

୨୦୦୦ ମସିହାରେ ୩୮.୩୮ ହଜାର ମେଟି୍ରକ୍‌ ଟନ୍‌ରୁ ୨୦୨୧ ମସିହାରେ ଏହା ୨୧୩.୦୯ ହଜାର ମେଟି୍ରକ୍‌ ଟନ୍‌କୁ ବୃଦ୍ଧି ପାଇଛି ା ଏହି ସମୟ ମଧ୍ୟରେ ରାଜ୍ୟରେ ଅଣ୍ଡା ଉତ୍ପାଦନ ପ୍ରାୟ ତିନିଗୁଣ ବୃଦ୍ଧି ପାଇ ୨୦୦୧ ମସିହାରେ ୭୩୦୧.୦୪ ଲକ୍ଷ ଅଣ୍ଡାରୁ ୨୦୨୧ ମସିହାରେ ୨୪୨୪୨.୬୭ ଲକ୍ଷ ଅଣ୍ଡାକୁ ବୃଦ୍ଧି ପାଇଛି ବୋଲି ମନ୍ତ୍ରୀ ଡ. ସାହୁ ପ୍ରକାଶ କରିଛନ୍ତି । ମନ୍ତ୍ରୀ ଡ. ସାହୁ କହିଛନ୍ତି ଯେ ପ୍ରାଣୀପାଳନ କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ନେଇଛନ୍ତି, ଯାହା କୃଷକ, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଓ ଉଦ୍ୟୋଗୀମାନଙ୍କ ପାଇଁ ଏକ ଅଭିବୃଦ୍ଧି ଇଞ୍ଜିନ୍‌ ଭାବରେ ପରିଗଣିତ ହୋଇଛି । ରାଜ୍ୟରେ ୫୪୧ ପ୍ରାଣୀ ଚିକିତ୍ସାଳୟ ଏବଂ ୩୨୩୯ ପ୍ରାଣୀସଂପଦ ସହାୟକ କେନ୍ଦ୍ର ମାଧ୍ୟମରେ କୃଷକ, ଉଦ୍ୟୋଗୀ ଏବଂ ପ୍ରାଣୀପାଳକମାନଙ୍କୁ ପ୍ରାଣୀ ସ୍ୱାସ୍ଥ୍ୟସେବା, ପ୍ରଜନନ ଏବଂ ପରାମର୍ଶ ସେବା ଯୋଗାଇ ଦିଆଯାଉଛି ।

ସାରା ରାଜ୍ୟରେ ୩୧୪ ଭ୍ରାମ୍ୟମାଣ ପ୍ରାଣୀଚିକିତ୍ସା ୟୁନିଟ୍‌ ମାଧ୍ୟମରେ ଚାଷୀଙ୍କ ଦ୍ୱାରଦେଶରେ ପ୍ରାଣୀଚିକିତ୍ସା ସେବା ଯୋଗାଇ ଦିଆଯାଉଛି । ରକ୍ତ, ମୂତ୍ର ଆଦି ନମୂନା ପରୀକ୍ଷଣ ମାଧ୍ୟମରେ ପ୍ରାଣୀରୋଗ ନିୟନ୍ତ୍ରଣ ପାଇଁ ରାଜ୍ୟ, ଆଞ୍ଚଳିକ ଏବଂ ଜିଲ୍ଲାସ୍ତରରେ ରୋଗ ନିରୁପଣ ଲାବୋରେଟୋରୀ କାର୍ଯ୍ୟ କରୁଛି । ପ୍ରାଣୀ ଚିକିତ୍ସକମାନଙ୍କ ଅକ୍ଳାନ୍ତ ଉଦ୍ୟମରେ ପ୍ରାଣୀସଂପଦ ବିକାଶ ବିଭାଗର ଗୁରୁତ୍ୱ ବଢ଼ିଛି ଏବଂ ଏହି ବୃଦ୍ଧି ପ୍ରକ୍ରିୟାକୁ ଜାରି ରଖିବା ନିମନ୍ତେ ସରକାର ସର୍ବଦା ଚେଷ୍ଟାରତ ବୋଲି ମନ୍ତ୍ରୀ ଡ. ସାହୁ କହିଛନ୍ତି ା ପ୍ରକାଶ ଥାଉ କି, ପ୍ରାଣୀ ସ୍ୱାସ୍ଥ୍ୟସେବା, ପ୍ରାଣୀ କଲ୍ୟାଣ ଏବଂ ପ୍ରାଣୀପାଳନ କାର୍ଯ୍ୟକଳାପ ଉପରେ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ରାଜ୍ୟରେ ‘ବିଶ୍ୱ ପ୍ରାଣୀଚିକିତ୍ସା ଦିବସ-୨୦୨୨’ ପାଳିତ ହୋଇଯାଇଛି । ପ୍ରତିବର୍ଷ ଅପ୍ରେଲ ମାସର ଶେଷ ଶନିବାର ଦିନ ‘ବିଶ୍ୱ ପ୍ରାଣୀଚିକିତ୍ସା ଦିବସ’ ପାଳନ କରାଯାଏ ଏବଂ ଚଳିତ ବର୍ଷ ଏହାକୁ ‘ପ୍ରାଣୀ ଚିକିତ୍ସା ସେବାର ସୁଦୃଢ଼ୀକରଣ’ ପ୍ରସଙ୍ଗ ସହିତ ପାଳନ କରାଯାଉଛି ।

ଏହି ସମାରୋହରେ ଯୋଗଦେଇ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି ଯେ ପ୍ରାଣୀ ସ୍ୱାସ୍ଥ୍ୟସେବା, ପ୍ରାଣୀ କଲ୍ୟାଣ ଏବଂ ପ୍ରାଣୀପାଳନରେ ଶତାଧିକ ପ୍ରାଣୀ ଚିକିତ୍ସକ ଓ ସହାୟକ କର୍ମଚାରୀଙ୍କ ପ୍ରମୁଖ ଭୂମିକା ରହିଛି । ରାଜ୍ୟ ସରକାର ଟିକାକରଣ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି ଏବଂ ନୂତନ ବ୍ୟବସାୟିକ ଓ ଅର୍ଦ୍ଧବ୍ୟବସାୟିକ କୁକୁଡ଼ା ଫାର୍ମ ଏବଂ ଛେଳିପାଳନ ପାଇଁ ରିହାତି ଯୋଗାଇ ଦେଉଛନ୍ତି ବୋଲି ସେ କହିଛନ୍ତି । ଦୁଧ୍ଧ ଓ ଦୁଧ୍ଧ ଜାତ ବିଭିନ୍ନ ଉତ୍ପାଦର ଚାହିଦା ବୃଦ୍ଧି ସହିତ ଓମ୍‌ଫେଡ୍‌ର ପ୍ରସାର ବିଷୟରେ ଶ୍ରୀ ମହାପାତ୍ର ଉଲ୍ଲେଖ କରିଛନ୍ତି । ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ଆର୍‌, ରଘୁପ୍ରସାଦ କହିଛନ୍ତି ଯେ କୃତି୍ରମ ପ୍ରଜନନ ମାଧ୍ୟମରେ ଗୋପ୍ରଜାତିର ଜେନେଟିକ୍‌ ଉନ୍ନତିକରଣ ଏବଂ ଟିକାକରଣ କାର୍ଯ୍ୟକ୍ରମକୁ ରାଜ୍ୟରେ ଏକ ମିଶନ ମୋଡ଼୍‌ରେ ନିଆଯାଇଛି ା

ପ୍ରାଣୀସଂପଦ ସହାୟକ କେନ୍ଦ୍ରସ୍ତରରେ କୃତି୍ରମ ପ୍ରଜନନ କାର୍ଯ୍ୟକ୍ରମ ପାଇଁ ଲିଙ୍ଗ ନିରୁପିତ ଶୁକ୍ର ଉପଲବ୍ଧ ଅଛି, ଯାହା କେବଳ ୯୦ ପ୍ରତିଶତ ମାଈ ବାଛୁରି ଜନ୍ମ ହେବାରେ ସହାୟକ ହେବ ଏବଂ ରାଜ୍ୟରେ ଦୁଧ୍ଧ ଉତ୍ପାଦନ ବୃଦ୍ଧି ହେବ । ଏହି ଅବସରରେ ପ୍ରାଣୀସଂପଦ ପରିଚାଳନା ଉପରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କର ଏକ ଭିଡ଼ିଓ ବାର୍ତ୍ତା ଏବଂ ପ୍ରାଣୀସଂପଦ ବିକାଶ ଉପରେ ଏକ ପ୍ରାମାଣିକ ଚଳଚ୍ଚିତ୍ର ପ୍ରଦର୍ଶିତ ହେବା ସହିତ ଏକ ସ୍ମରଣିକା ଉନ୍ମୋଚିତ ହୋଇଥିଲା । ଉତ୍ସବରେ ଅଗ୍ରଣୀ ଚାଷୀ, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟାଙ୍କୁ ପ୍ରାଣୀପାଳନ କ୍ଷେତ୍ରରେ ସେମାନଙ୍କ ସଫଳତା ପାଇଁ ସମ୍ମାନିତ କରାଯାଇଥିବାବେଳେ ପ୍ରାଣୀଚିକିତ୍ସା ସେବାରେ ଉଲ୍ଲେଖନୀୟ ସଫଳତା ପାଇଁ ସର୍ବୋତ୍ତମ ପ୍ରଦର୍ଶନ କରିଥିବା ପ୍ରାଣୀ ଚିକିତ୍ସକ ଏବଂ ବୈଷୟିକ କର୍ମଚାରୀଙ୍କୁ ସମ୍ମାନିତ କରାଯାଇଥିଲା ।

ଆୟୋଜିତ ସଭାରେ ପ୍ରାଣୀପାଳନ ଓ ପ୍ରାଣୀଚିକିତ୍ସା ନିର୍ଦ୍ଦେଶକ ଡ. ୟେଦୁଲ୍ଲା ବିଜୟ ସ୍ୱାଗତ ଭାଷଣ ଦେଇଥିବାବେଳେ ଅତିରିକ୍ତ ନିର୍ଦ୍ଦେଶକ ଡ. ଲୋକନାଥ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ । ସମାରୋହରେ ରାଜ୍ୟର ପ୍ରାଣୀ ଚିକିତ୍ସକ ଓ ପ୍ରାଣୀଚିକିତ୍ସା ବୈଷୟିକ କର୍ମଚାରୀ, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟା ଏବଂ ପ୍ରାଣୀପାଳକ ତଥା ଅଧିକାରୀବୃନ୍ଦ ଉପସ୍ଥିତ ଥିବାବେଳେ ପ୍ରତିଜିଲ୍ଲାରୁ ଅଂଶଗ୍ରହଣକାରୀମାନେ ଭର୍ଚୁଆଲ ମାଧ୍ୟମରେ ଯୋଗଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

September 27, 2026
ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

September 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version