• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅକ୍ଷୟ ତୃତୀୟା ଅବସରରେ ମୁଖ୍ୟମନ୍ତ୍ରୀଙ୍କ କାଳିଆ ସହାୟତା ପ୍ରଦାନ

Proprietor Abhimanyu Maharana by Proprietor Abhimanyu Maharana
May 4, 2022
in ଓଡ଼ିଶା, ମହାନଗର, ରାଜନୀତି, ହୋମ୍
0
ଅକ୍ଷୟ ତୃତୀୟା ଅବସରରେ ମୁଖ୍ୟମନ୍ତ୍ରୀଙ୍କ କାଳିଆ ସହାୟତା ପ୍ରଦାନ
Share on FacebookShare on TwitterWhatsapp

ଝାରସୁଗୁଡା ଜିଲ୍ଲା ବ୍ୟତୀତ ସବୁ ଜିଲ୍ଲା ର ଚାଷୀ ପାଇଲେ ଖରିଫ ସହାୟତା ଭାବରେ ପ୍ରାୟ ୪୦ ଲକ୍ଷରୁ ଅଧିକ ଚାଷୀଙ୍କ ବ୍ୟାଙ୍କ ଖାତାକୁ ଗଲା ୮୦୦ କୋଟି ଟଙ୍କା ପ୍ରତି ଚାଷୀ ପାଇଲେ ଦୁଇହଜାର ଟଙ୍କା ସାରା ଦେଶର ଖାଦ୍ୟ ସୁରକ୍ଷା ବ୍ୟବସ୍ଥାକୁ ଓଡିଶାର ଚାଷୀ ଭାଇମାନଙ୍କର ଗୁରୁତ୍ବପୂର୍ଣ୍ଣ ଅବଦାନ ରଖିଛନ୍ତି, ସେଥିପାଇଁ ଧନ୍ୟବାଦ – ମୁଖ୍ୟମନ୍ତ୍ରୀ କୃଷି ବିକାଶ ପାଇଁ ୮ଟି ନୂଆ କାର୍ଯ୍ୟକ୍ରମ ଆରମ୍ଭ ପଣସ ମିଶନ ଓ REWARD କାର୍ଯ୍ୟକ୍ରମର ଶୁଭାରମ୍ଭ, ମିଲେଟ୍‌ ମିଶନ ଏବଂ SPPIF ସମନ୍ବିତ କୃଷି କାର୍ଯ୍ୟକ୍ରମର ସଂପ୍ରସାରଣ- ସମୁଦାୟ ୩୬୪୪ କୋଟି ଟଙ୍କା ବିନିଯୋଗ କାଳିଆ ସହାୟତା ପାଇଁ ଆମ ଚାଷ ଭଲରେ ଚାଲିଛି, ପ୍ରଭୁ ଜଗନ୍ନାଥ ଆପଣଙ୍କର ମଙ୍ଗଳ କରନ୍ତୁ – ଚାଷୀ

ଓଡ଼ିଶା ତାଜା ନ୍ୟୁଜ୍ /୦୩ ମଇ ମଙ୍ଗଳବାର /ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଅକ୍ଷୟ ତୃତୀୟା ଓ କୃଷକ ଦିବସ ଅବସରରେ ରାଜ୍ୟର କୃଷକ ମାନଙ୍କୁ କାଳିଆ ଯୋଜନାର ସହାୟତା ପ୍ରଦାନ କରିଛନ୍ତି । ଏହାଦ୍ବାରା ଝାରସୁଗୁଡା ବ୍ୟତୀତ ରାଜ୍ୟର ପ୍ରାୟ ୪୦ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ବ୍ୟାଙ୍କ ଖାତାକୁ ପାଖାପାଖି ୮୦୦ କୋଟି ଟଙ୍କା ସିଧାସଳଖ ପ୍ରଦାନ କରାଯାଇଛି । ଚାଷୀ ମାନଙ୍କୁ ଏହି ଟଙ୍କାକୁ ଚାଷ କାମରେ ଲଗାଇ କୃଷିରେ ଉନ୍ନତି ଆଣିବା ପାଇଁ ଏହି ଅବସରରେ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ କହିଲେ ଯେ ଚାଷୀ ଆମ ଅର୍ଥନୀତିର ମୁଖ୍ୟ ଆଧାର । ଆମର କୃଷକମାନେ କେବଳ ଓଡିଶା ନୁହେଁ, ସାରା ଦେଶର ଖାଦ୍ୟ ସୁରକ୍ଷାରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି ଓ ଓଡିଶା ପାଇଁ ଗୌରବ ଆଣିଛନ୍ତି। ଏଥିପାଇଁ ମୁଖ୍ୟମନ୍ତ୍ରୀ ଚାଷୀ ଭାଇଭଉଣୀ ମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି।

କୃଷି ବିକାଶ ଓ କୃଷକ କଲ୍ୟାଣ ରାଜ୍ୟ ସରକାରଙ୍କ ସବୁଠାରୁ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏ ବର୍ଷ କୃଷି ପାଇଁ ୨୦ ହଜାର କୋଟିରୁ ଅଧିକ ଟଙ୍କାର ବଜେଟ ରଖାଯାଇଛି। ଏହି ଅବସରରେ କୃଷି ବିକାଶ ପାଇଁ ୮ଟି ନୂଆ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଥିଲା । ପଣସ ମିଶନ ଓ ରିୱାର୍ଡ (Rejuvenating Watershed for Agricultural Resilience through Innovative Development) କାର୍ଯ୍ୟକ୍ରମର ଶୁଭାରମ୍ଭ ହେବା ସହିତ ମିଲେଟ୍‌ ମିଶନ ଓ ସମନ୍ବିତ କୃଷି ପ୍ରୋତ୍ସାହନ ନିମନ୍ତେ ସ୍ବତନ୍ତ୍ର କାର୍ଯ୍ୟକ୍ରମ (Special Programme for Promotion of Integrated Farming)ର ପ୍ରସାର ମଧ୍ୟ କରାଯାଉଛି । ସୂଚନାଯୋଗ୍ୟ ଯେ ପଣସ ମିଶନରେ ୯ଟି ଜିଲ୍ଲାର ପଣସ ଚାଷୀଙ୍କ ପାଇଁ ୯୭ କୋଟି ଟଙ୍କାର ପ୍ରୋତ୍ସାହନ ରଖାଯାଇଥିବା ବେଳେ, ରିୱାର୍ଡ ଯୋଜନାରେ ବୈଜ୍ଞାନିକ ପ୍ରଣାଳୀରେ ଜଳବିଭାଜିକା କାର୍ଯ୍ୟକ୍ରମ ଜରିଆରେ ଚାଷ ଜମିର ଉତ୍ପାଦକତା ବୃଦ୍ଧି ପାଇଁ ୫୦୦ କୋଟି ଟଙ୍କାର ଅର୍ଥ ବ୍ୟବସ୍ଥା କରାଯାଇଛି ।

ସେହିପରି ଓଡିଶା ମିଲେଟ୍‌ ମିଶନରେ ୧୯ଟି ଜିଲ୍ଲାର ୧୮୨ଟି ବ୍ଲକ୍‌ର ଚାଷୀ ମାନଙ୍କ ପାଇଁ ୨୮୦୮ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଥିବା ବେଳେ ସମନ୍ବିତ କୃଷିର ପ୍ରୋତ୍ସାହନ ପାଇଁ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ୮ଟି ଜିଲ୍ଲାର ୧.୮ ଲକ୍ଷ କୃଷକ ପରିବାରକୁ ସାମିଲ କରିବା ପାଇଁ ୨୩୯ କୋଟି ଟଙ୍କାର ଅର୍ଥ ବ୍ୟବସ୍ଥା କରାଯାଇଛି । ଏହି ୪ଟି ଯୋଜନା ପାଇଁ ୩୬୪୪ କୋଟି ଟଙ୍କା ଖର୍ଚ୍ଚ କରାଯିବ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୃଷି କ୍ଷେତ୍ରରେ ପୁଞ୍ଜି ବିନିଯୋଗ ଉପରେ ଆମେ ବିଶେଷ ଗୁରୁତ୍ୱ ଦେଉଛୁ। କୃଷିକୁ ଏକ ଲାଭଜନକ ବୃତ୍ତି ଭାବରେ ବିକଶିତ କରବା ପାଇଁ ଆମର ଉଦ୍ୟମ ଜାରି ରହିବ ବୋଲି ସେ କହିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଚାଷୀ ଭାଇ ମାନଙ୍କ ପାଇଁ ନୂଆ ‘କୃଷକ ଓଡିଶା’ ପୋର୍ଟାଲ ଲୋକାର୍ପିତ କରିଥିଲେ । ଏଥିରେ ଚାଷୀମାନେ ସାମିଲ ହୋଇ ସେମାନଙ୍କ ତଥ୍ୟ ଅପ୍‌ଡେଟ କଲେ ଆବଶ୍ୟକ ସେବା ଓ ପରାମର୍ଶ ପାଇପାରିବେ ।

ଏହାସହିତ କୃଷକ ଓ କୃଷି ଉଦ୍ୟୋଗୀ ମାନଙ୍କ ପାଇଁ ‘ଗୋ-ସୁଗମ’ ପୋର୍ଟାଲର ମଧ୍ୟ ଶୁଭାରମ୍ଭ କରିଥିଲେ । ଏହା କୃଷକ ମାନଙ୍କ ପାଇଁ ଦେଶର ପ୍ରଥମ ସିଙ୍ଗଲ ୱିନଡୋ ପ୍ଲାଟଫର୍ମ । ଏହାସହିତ କୃଷି ଓ ଆନୁସଂଗିକ କ୍ଷେତ୍ରରେ କୃଷକଙ୍କ ଆୟ ବୃଦ୍ଧି ନିମନ୍ତେ ବାସ୍ତବମୁଖୀ ନୀତି ନିର୍ଦ୍ଧାରଣ ପାଇଁ “ଆନ୍ତର୍ଜାତିକ ଖାଦ୍ୟ ନୀତି ଗବେଷଣା ପ୍ରତିଷ୍ଠାନ” ଓ ରାଜ୍ୟ କୃଷି ବିଭାଗ ମଧ୍ୟରେ ଏକ ବୁଝାମଣାପତ୍ର ମଧ୍ୟ ସ୍ବାକ୍ଷରିତ ହୋଇଥିଲା । କୃଷକ ମାନଙ୍କ ସଶକ୍ତିକରଣ ପାଇଁ କୃଷକ ଉତ୍ପାଦକ ସଂଗଠନର ଏକ ମାର୍ଗଦର୍ଶିକା ମଧ୍ୟ ମଧ୍ୟ ମୁଖ୍ୟମନ୍ତ୍ରୀ ଉନ୍ମୋଚିତ କରିଥିଲେ । କୃଷି ମନ୍ତ୍ରୀ ଶ୍ରୀ ଅରୁଣ ସାହୁ କହିଲେ ଯେ ଅନେକ ପ୍ରାକୃତିକ ବିପର୍ଯ୍ୟୟ ର ସମ୍ମୁଖୀନ ହେଲେ ମଧ୍ୟ ମୂଖ୍ୟ ମନ୍ତ୍ରୀଙ୍କ ଦୂର ଦୃଷ୍ଟି ଓ ଦୃଢ଼ ନେତୃତ୍ୱ ପାଇଁ ଓଡ଼ିଶା ଆଜି କୃଷି କ୍ଷେତ୍ରରେ ଅଗ୍ରଣୀ ହୋଇ ପାରିଛି। କୃଷି କ୍ଷେତ୍ର ରେ ମହିଳା ମାନଙ୍କୁ ଅଗ୍ରାଧିକାର ଦିଆ ଯାଉଛି। କୃଷି କ୍ଷେତ୍ରରେ ରାଜ୍ୟ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ସେ ଆଲୋକପାତ କରିଥିଲେ।

କାର୍ଯ୍ୟକ୍ରମରେ କଳାହାଣ୍ଡି ଜିଲ୍ଲାର ଚାଷୀ ନିର୍ମଳ ନାୟକ, ବାଲେଶ୍ବରର ବଇଦ ନାୟକ ଓ ସୁନ୍ଦରଗଡ ଜିଲ୍ଲାର ଚାଷୀ ମେନକା ଭୋଇ ପ୍ରମୁଖ କାଳିଆ ଯୋଜନା ଯୋଗୁ ସେମାନଙ୍କ ଚାଷ କାମରେ କିପରି ଉନ୍ନତି ଆସିଛି, ସେ ବିଷୟରେ ନିଜର ଅଭିଜ୍ଞତା ବର୍ଣ୍ଣନା କରିଥିଲେ । କାଲିଆ ସହାୟତା ପାଇଁ ସେମାନେ ସାର, ବିହନ ଆଦି ସହଜରେ କିଣି ଚାଷ କରିପାରୁଛନ୍ତି। ଏଥିପାଇଁ ମୂଖ୍ୟମନ୍ତ୍ରୀ ଙ୍କୁ କୃତଜ୍ଞତା ପ୍ରକାଶ କରି ପ୍ରଭୁ ଜଗନ୍ନାଥ ଆପଣଙ୍କ ମଙ୍ଗଳ କରନ୍ତୁ ବୋଲି ସେମାନେ କହିଥଲେ। ଏହି କାର୍ଯ୍ୟକ୍ରମରେ ଏହିସବୁ ନୂଆ ଯୋଜନା ଓ କୃଷି କ୍ଷେତ୍ରରେ ଡିଜିଟାଲ ଟେକ୍‌ନୋଲୋଜିର ପ୍ରୟୋଗ ସଂପର୍କରେ ଏକ ଭିଡିଓ ଚିତ୍ର ପ୍ରଦର୍ଶିତ ହୋଇଥିଲା । କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଶ୍ରୀ ସଂଜୀବ ଚୋପ୍ରା ସ୍ବାଗତ ଭାଷଣ ଦେଇଥିଲେ। କୃଷି ବିଭାଗର ସ୍ବତନ୍ତ୍ର ସଚିବ ଧନ୍ୟବାଦ ଅର୍ପଣ କରିଥିଲେ । ବିଭିନ୍ନ ଜିଲ୍ଲାରେ ଜିଲ୍ଲପାଳ ଓ ଚାଷୀ ମାନେ ଉପସ୍ଥିତ ଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

May 15, 2026
‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

May 15, 2026
ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

May 15, 2026
ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

May 15, 2026

Recent News

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

May 15, 2026
‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

May 15, 2026
ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

May 15, 2026
ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

May 15, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

May 15, 2026
‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

May 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version