No Result
View All Result
ଓଡ଼ିଶା ତାଜା ନ୍ୟୁଜ୍ /୧୦ ମଇ ମଙ୍ଗଳବାର/ ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ରାୟଗଡ ବ୍ଲକ ଅନ୍ତର୍ଗତ ଅମେଡା ଗ୍ରାମରେ ଆଗାମୀ ଦିନରେ ହେବୁକୁ ଥିବା ଏକ ବାଲ୍ୟ ବିବାହକୁ ବନ୍ଦ କଲା ଜିଲ୍ଲା ପ୍ରଶାସନ । ଉକ୍ତ ବାଲ୍ୟ ବିବାହ ସମ୍ପର୍କରେ ବିଶ୍ୱସ୍ଥ ସୂତ୍ରରୁ ରାୟଗଡ ବାଲ୍ୟବିବାହ ନିଷେଧ ଅଧିକାରିଣୀ ତେରେସ୍କୋଭା ମଲ୍ଲିକ ଜାଣିବାକୁ ପାଇଥିଲେ । ସୁଶ୍ରୀ ମଲ୍ଲିକ ଖବର ପାଇ ବାଲ୍ୟ ବିବାହ ନିଷେଧ ଟାସ୍କଫୋର୍ସରେ ଥିବା ଅନ୍ୟ ସଦସ୍ୟ ମାନଙ୍କୁ ଅବଗତ କରିଥିଲେ । ଏହାପରେ ବାଲ୍ୟବିବାହକୁ ରୋକିବା ନିମନ୍ତେ ଏକ ଟିମ୍ ଗଠନ କରାଯାଇଥିଲା ।
ଉକ୍ଟ ଟିମରେ ଆଇସିଡିଏସ୍ ମହିଳା ସୁପରଭାଇଜର କେ. କୋଟେଶ୍ୱରୀ, ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର ପରାମର୍ଶ ଦାତା ଡି.ମଲ୍ଲିକ, ସଖୀୱାନଷ୍ଟପ କେନ୍ଦ୍ରର ମୋହିନୀ ପ୍ରଧାନ, ଆକ୍ସନ ଏଇଡର ବ୍ଲକ ପ୍ରତିନିଧି ବିଜୟ ପ୍ରଧାନ, ୟୁଏନ୍ଏଫପିଏର ଜିଲ୍ଲା ପ୍ରତିନିଧି ସଂଯୁକ୍ତା ତ୍ରିପାଠୀ, ଚାଇଲ୍ଡଲାଇନର ସଦସ୍ୟ ତପସ୍ୱିନୀ ନାୟକ ଏବଂ ରାୟଗଡ ଥାନା ଅଧିକାରୀ ଗୌବିନ୍ଦ ଗୌଡ ପ୍ରମୁଖ ଉକ୍ତ ସ୍ଥାନକୁ ଯାଇ ହେବାକୁ ଥିବା ବାଲ୍ୟବିବାହକୁ ସ୍ଥଗିତ କରିଥିଲେ ।
ଏହାପରେ ବିବାହ ହେବାକୁ ଥିବା ଝିଅର ଜନ୍ମ ପ୍ରମାଣ ପତ୍ର ଯାଞ୍ଚ କରାଯାଇଥିଲା ଏବଂ ଅଭିଭାବକଙ୍କୁ ବଲ୍ୟବିବାହର କୁ ପ୍ରଭାବ ଉପରେ ବିଷଦ ଭାବରେ ବୁଝାଯାଇଥିଲା । ଗ୍ରାମ ବାସିନ୍ଦାଙ୍କ ଉପସ୍ଥିତିରେ ଝିଅର ଅଭିଭାବକ ଝିଅଟିକୁ ୧୮ ବର୍ଷ ପୂରଣ ନ ହେବା ଯାଏ ବିବାହ ଦେବେ ନାହିଁ ଏବଂ ଯଦି ଏଥିରେ ତ୍ରୁଟି କରିବେ ତେବେ ଆଇନ ଅନୁଯାୟୀ ଦଣ୍ଡିତ ହେବେ ବୋଲି ଲିଖିତ ଆକାରରେ ଜଣାଇଛନ୍ତି । ଝିଅଟିକୁ ୧୮ ବର୍ଷ ସମ୍ପୂର୍ଣ୍ଣ ହେବା ପର୍ଯ୍ୟନ୍ତ ବାଲ୍ୟ ବିବାହ ନିରୋଧ ଟାସ୍କଫୋର୍ସ ଦ୍ୱାରା ନିୟମିତ ପରାମର୍ଶ ଦେବା ସହ ଆବଶ୍ୟକ ଥଇଥାନ ଗ୍ରହଣ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି ।

No Result
View All Result