• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସ୍କୁଲ ରୂପାନ୍ତରଣର ଦ୍ବିତୀୟ ପର୍ଯ୍ୟାୟର ତୃତୀୟ ଦିନରେ ୫ଟି ଜିଲ୍ଲାର 440 ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ ଆତ୍ମବିଶ୍ଵାସ ସହ ଆଗକୁ ବଢିବାକୁ ଛାତ୍ର ଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

Proprietor Abhimanyu Maharana by Proprietor Abhimanyu Maharana
June 5, 2022
in ଓଡ଼ିଶା, ଦେଶ, ମହାନଗର, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ସ୍କୁଲ ରୂପାନ୍ତରଣର ଦ୍ବିତୀୟ ପର୍ଯ୍ୟାୟର ତୃତୀୟ ଦିନରେ ୫ଟି ଜିଲ୍ଲାର 440 ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ  ଆତ୍ମବିଶ୍ଵାସ ସହ ଆଗକୁ ବଢିବାକୁ ଛାତ୍ର ଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
Share on FacebookShare on TwitterWhatsapp

ସ୍କୁଲ ଆସିବାକୁ ଭଲ ଲାଗୁଛି, ପାଠ ପଢିବାକୁ ଆଗ୍ରହ ବଢିଛି – ଛାତ୍ର ଛାତ୍ରୀ

ଓଡ଼ିଶା ତାଜା ନ୍ୟୁଜ୍/୦୪ ଜୁନ ଶନିବାର/ ଭୁବନେଶ୍ୱର :- ସ୍କୁଲ ରୂପାନ୍ତର କେବଳ ବିଦ୍ୟାଳୟର ଭୌତିକ ରୂପରେ ପରିବର୍ତ୍ତନ ଆଣିନି, ତାସହିତ ପିଲାମାନଙ୍କ ମାନସିକତା ଉପରେ ମଧ୍ୟ ସକାରାତ୍ମକ ପ୍ରଭାବ ପକାଇଛି । ପିଲାମାନେ କହୁଛନ୍ତି ଯେ ସ୍କୁଲ ଆସିବାକୁ ଏବେ ଆମକୁ ବେଶି ଭଲ ଲାଗୁଛି ୤ ସ୍କୁଲର ଆଧୁନିକ ସୁବିଧା ସୁଯୋଗ ଯୋଗୁ ପାଠ ପଢିବାକୁ ଆଗ୍ରହ ମଧ୍ୟ ବଢିଛି ବୋଲି ପିଲାମାନେ ମତବ୍ୟକ୍ତ କରିଛନ୍ତି , ଆଜି ଦ୍ବିତୀୟ ପର୍ଯ୍ୟାୟର ତୃତୀୟ ଦିବସରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରି ପିଲାମାନଙ୍କ ସହିତ କଥାବାର୍ତ୍ତା କରିବା ସମୟରେ ପିଲାଙ୍କ ଖୁସି ଓ ମନୋଭାବରୁ ଏହା ସ୍ପଷ୍ଟ ଜଣାଯାଇଛି । ସମସ୍ତେ ସ୍କୁଲର ନୂଆ ପରିବେଶରେ ବେସ୍‌ ଖୁସି ହେବା ସହିତ ନିଜ ନିଜର ଭବିଷ୍ୟତକୁ ନେଇ ଅଧିକ ଉତ୍ସାହର ସହ ନିଜର ଭାବନାକୁ ପ୍ରକାଶ କରିଛନ୍ତି ।

ଏହି ଅବସରରେ ଆଲୋଚନାରେ ଭାଗ ନେଇ କେନ୍ଦୁଝରରୁ ଲକ୍ଷ୍ମୀ, ରାୟଗଡାରୁ କସ୍ତୁରୀ, ନୂଆପଡାରୁ ଶୁଭଶ୍ରୀ, ଓ ସୁନ୍ଦରଗଡରୁ ଦେବରାଜ ଆଦି ଛାତ୍ରଛାତ୍ରୀ ସେମାନଙ୍କ ବ୍ୟକ୍ତବ୍ୟରେ ସ୍କୁଲ ରୂପାନ୍ତର ବିଷୟରେ ସେମାନଙ୍କ ଅନୁଭବ ବର୍ଣନା କରିଥିଲେ । ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୫ଟି ଜିଲ୍ଲାର 440 ଟି ସ୍କୁଲକୁ ଲୋକାର୍ପିତ କରିଛନ୍ତି। କେନ୍ଦୁଝର ଜିଲ୍ଲାର ୧୪୫ଟି ହାଇସ୍କୁଲ, ସୁନ୍ଦରଗଡର ୧୮୦ଟି, ରାୟଗଡର ୭୦ଟି,ଓ ନୂଆପଡାର ୪୫ଟି ହାଇସ୍କୁଲ ଲୋକାର୍ପିତ ହୋଇଛି । ସୂଚନାଯୋଗ୍ୟ ଯେ ଦ୍ବିତୀୟ ପର୍ଯ୍ୟାୟରେ ସମୁଦାୟ ୨୯୦୮ଟି ହାଇସ୍କୁଲର ରୂପାନ୍ତର ହୋଇଛି  ଏହି ଅବସରରେ ପିଲାମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ପ୍ରତ୍ୟେକ ପିଲା ସ୍ବତନ୍ତ୍ର ଏବଂ ତା ଭିତରେ ଭରି ରହିଛି ବିପୁଳ ସମ୍ଭାବନା ।

ପିଲାଙ୍କ ଆଖିରେ ଥାଏ ସୁନ୍ଦର ଭବିଷ୍ୟତର ସ୍ବପ୍ନ। ଜୀବନରେ କିଛି ବଡ କରିବାର ସ୍ବପ୍ନ। ସ୍କୁଲ ରୂପାନ୍ତର ପିଲାମାନଙ୍କ ଏ ସ୍ବପ୍ନରେ ଡେଣା ଯୋଡିପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହା ପିଲାମାନଙ୍କ ପାଇଁ ନୂଆ ସୁଯୋଗ ଆଣିଛି । ତେଣୁ ଆତ୍ମବିଶ୍ୱାସ ର ସହ ଆଗକୁ ବଢିବାକୁ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ପରାମର୍ଶ ଦେଇଥିଲେ. ପିଲାମାନଙ୍କ ସ୍ବପ୍ନ ସାକାର ହେଲେ, ନୂଆ ଓଡିଶାର ଲକ୍ଷ୍ୟ ପୂରଣ ହେବ ଓ ନୂଆ ଓଡିଶା ଗଠନର ଭିତ୍ତି ସ୍ଥାପିତ ହେବ। ଶିକ୍ଷା ହିଁ ଜୀବନରେ ସବୁଠାରୁ ବଡ ରୂପାନ୍ତର ଆଣିଥାଏ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜୀବନର ଏ ଗୁରୁତ୍ବପୂର୍ଣ୍ଣ ସମୟକୁ ଠିକ୍‌ ଭାବରେ ଉପଯୋଗ କର ଏବଂ ନିଜପାଇଁ, ନିଜ ପରିବାର ପାଇଁ ଓ ପ୍ରିୟ ଓଡିଶା ପାଇଁ ନୂଆ ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍କୁଲ ଆଜି ଯେଉଁ ନୂଆ ରୂପ ନେଇଛି, ତାହା ପିଲାମାନଙ୍କ ଭିତରେ ଆନନ୍ଦ ଓ ଉତ୍ସାହ ଭରି ଦେଇଛି । ଏହା ସେମାନଙ୍କ ମଧ୍ୟରେ ନୂଆ ଆଶା ଓ ସଂକଳ୍ପ ସୃଷ୍ଟି କରିଛି । ସ୍କୁଲ ସମୟ ଜୀବନର ଶ୍ରେଷ୍ଠ ସମୟ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏ ରୂପାନ୍ତର ଆମର ପିଲାମାନଙ୍କୁ ଶ୍ରେଷ୍ଠ କରି ଗଢିତୋଳିବା ପାଇଁ ସୁଯୋଗ ସୃଷ୍ଟି କରିଛି । ପିଲାମାନଙ୍କୁ ୫-ଟି ମହତ୍ତ୍ବ ବିଷୟରେ ବୁଝାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଟେକ୍ନୋଲୋଜି, ଟିମୱାର୍କ, ଟାଇମ ବା ସମୟ ଏବଂ ଟ୍ରାନ୍ସପ୍ୟାରେନ୍ସି ବା ସ୍ବଚ୍ଛତାର ପ୍ରୟୋଗରେ ଆସେ ରୂପାନ୍ତର ।

ଟେକ୍ନୋଲୋଜି ଦ୍ବାରା ସେମାନଙ୍କ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର, ଆଧୁନିକ ପରୀକ୍ଷାଗାର ଆଦିର ବ୍ୟବସ୍ଥା ହେବା ସହିତ ଭଲ ପିଇବା ପାଣି ଓ ଉତ୍ତମ ପରିମଳ ବ୍ୟବସ୍ଥାର ସୁବିଧା କରାଗଲା । ସେହିପରି ଟିମ୍ୱାର୍କରେ ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ, ପୁରାତନ ଛାତ୍ର ଓ ପ୍ରଶାସନ ଆଦି ସମସ୍ତେ ମିଳିମିଶି ଏ ରୂପାନ୍ତର କାମରେ ସାମିଲ ହୋଇଛନ୍ତି । ସେହିପରି ଟାଇମ ବା ସମୟକୁ ଗୁରୁତ୍ବ ଦିଆଯାଇ ଧାର୍ଯ୍ୟ ଲକ୍ଷ୍ୟ ଅନୁସାରେ ଠିକ୍‌ ସମୟରେ କାର୍ଯ୍ୟ ଶେଷ ହୋଇଛି । ସେହିପରି ଟ୍ରାନ୍‌ସପ୍ୟାରେନ୍‌ସି ବା ସ୍ବଚ୍ଛତାର ପ୍ରୟୋଗ କରାଯାଇ ସବୁ କାମ ସମସ୍ତଙ୍କ ସହ ଆଲୋଚନା କରି କରାଯାଇଛି। ଭିଜନ ଡକ୍ୟୁମେଣ୍ଟ ଠାରୁ ଆରମ୍ଭ କରି କାମ ତଦାରଖ ପର୍ଯ୍ୟନ୍ତ ସମସ୍ତଙ୍କ ଜ୍ଞାତସାରରେ ସବୁ କାର୍ଯ୍ୟ ହୋଇଛି। ଏହି ସ୍ବଚ୍ଛତା ହେଉଛି ୫-ଟି କାର୍ଯ୍ୟକ୍ରମର ବଡ ଶକ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏସବୁ ମିଶି ରୂପାନ୍ତର ଆସିଛି ବୋଲି ସେ ମତବ୍ୟକ୍ତ କରିଥିଲେ ।

ଏ ରୂପାନ୍ତର ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ସ୍କୁଲ ମ୍ୟାନେଜମେଣ୍ଟ କମିଟି, ପଞ୍ଚାୟତ ପ୍ରତିନିଧି, ପୁରାତନ ଛାତ୍ର ସଂସଦ, ଶିକ୍ଷକ ଶିକ୍ଷୟତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲ ଶିକ୍ଷା ହିଁ ଜୀବନରେ ସବୁଠାରୁ ବଡ ରୂପାନ୍ତର ଆଣିଥାଏ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜୀବନର ଏ ଗୁରୁତ୍ବପୂର୍ଣ୍ଣ ସମୟକୁ ଠିକ୍‌ ଭାବରେ ଉପଯୋଗ କର ଏବଂ ନିଜପାଇଁ, ନିଜ ପରିବାର ପାଇଁ ଓ ପ୍ରିୟ ଓଡିଶା ପାଇଁ ନୂଆ ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍କୁଲ ଆଜି ଯେଉଁ ନୂଆ ରୂପ ନେଇଛି, ତାହା ପିଲାମାନଙ୍କ ଭିତରେ ଆନନ୍ଦ ଓ ଉତ୍ସାହ ଭରି ଦେଇଛି । ଏହା ସେମାନଙ୍କ ମଧ୍ୟରେ ନୂଆ ଆଶା ଓ ସଂକଳ୍ପ ସୃଷ୍ଟି କରିଛି । ସ୍କୁଲ ସମୟ ଜୀବନର ଶ୍ରେଷ୍ଠ ସମୟ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏ ରୂପାନ୍ତର ଆମର ପିଲାମାନଙ୍କୁ ଶ୍ରେଷ୍ଠ କରି ଗଢିତୋଳିବା ପାଇଁ ସୁଯୋଗ ସୃଷ୍ଟି କରିଛି । ପିଲାମାନଙ୍କୁ ୫-ଟି ମହତ୍ତ୍ବ ବିଷୟରେ ବୁଝାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଟେକ୍ନୋଲୋଜି, ଟିମୱାର୍କ, ଟାଇମ ବା ସମୟ ଏବଂ ଟ୍ରାନ୍ସପ୍ୟାରେନ୍ସି ବା ସ୍ବଚ୍ଛତାର ପ୍ରୟୋଗରେ ଆସେ ରୂପାନ୍ତର ।

ଟେକ୍ନୋଲୋଜି ଦ୍ବାରା ସେମାନଙ୍କ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର, ଆଧୁନିକ ପରୀକ୍ଷାଗାର ଆଦିର ବ୍ୟବସ୍ଥା ହେବା ସହିତ ଭଲ ପିଇବା ପାଣି ଓ ଉତ୍ତମ ପରିମଳ ବ୍ୟବସ୍ଥାର ସୁବିଧା କରାଗଲା । ସେହିପରି team work ରେ ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ, ପୁରାତନ ଛାତ୍ର ଓ ପ୍ରଶାସନ ଆଦି ସମସ୍ତେ ମିଳିମିଶି ଏ ରୂପାନ୍ତର କାମରେ ସାମିଲ ହୋଇଛନ୍ତି । ସେହିପରି ଟାଇମ ବା ସମୟକୁ ଗୁରୁତ୍ବ ଦିଆଯାଇ ଧାର୍ଯ୍ୟ ଲକ୍ଷ୍ୟ ଅନୁସାରେ ଠିକ୍‌ ସମୟରେ କାର୍ଯ୍ୟ ଶେଷ ହୋଇଛି । ସେହିପରି ଟ୍ରାନ୍‌ସପ୍ୟାରେନ୍‌ସି ବା ସ୍ବଚ୍ଛତାର ପ୍ରୟୋଗ କରାଯାଇ ସବୁ କାମ ସମସ୍ତଙ୍କ ସହ ଆଲୋଚନା କରି କରାଯାଇଛି। ଭିଜନ ଡକ୍ୟୁମେଣ୍ଟ ଠାରୁ ଆରମ୍ଭ କରି କାମ ତଦାରଖ ପର୍ଯ୍ୟନ୍ତ ସମସ୍ତଙ୍କ ଜ୍ଞାତସାରରେ ସବୁ କାର୍ଯ୍ୟ ହୋଇଛି। ଏହି ସ୍ବଚ୍ଛତା ହେଉଛି ୫-ଟି କାର୍ଯ୍ୟକ୍ରମର ବଡ ଶକ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏସବୁ ମିଶି ରୂପାନ୍ତର ଆସିଛି ବୋଲି ସେ ମତବ୍ୟକ୍ତ କରିଥିଲେ ।

ଏ ରୂପାନ୍ତର ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ସ୍କୁଲ ମ୍ୟାନେଜମେଣ୍ଟ କମିଟି, ପଞ୍ଚାୟତ ପ୍ରତିନିଧି, ପୁରାତନ ଛାତ୍ର ସଂସଦ, ଶିକ୍ଷକ ଶିକ୍ଷୟତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ। ଏହି କାର୍ଯ୍ୟକ୍ରମ ରେ ଅଂଶ ଗ୍ରହଣ କରି ବିଧାୟକ ଶ୍ରୀ ପ୍ରେମାନନ୍ଦ ନାୟକ, ବିଧାୟକ ଶ୍ରୀ ଜଗନ୍ନାଥ ସାରକା, ବିଧାୟକ ଶ୍ରୀ ରାଜେନ୍ଦ୍ର ଢୋଲକିଆ ଓ ବିଧାୟକ ଶ୍ରୀ ସାରଦା ପ୍ରସାଦ ନାୟକ ପ୍ରମୁଖ ଉଦବୋଧନ ଦେଇ ମାନବ ସମ୍ବଳର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ଏହି ଦୂରଦର୍ଶୀ ପଦକ୍ଷେପ ର ଉଚ୍ଚ ପ୍ରଶଂସା କରିଥିଲେ

x . ମୁଖ୍ୟମନ୍ତ୍ରୀଙ୍କ ସଚିବ 5T ଶ୍ରୀ ଭି କେ ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ

x. ଅନ୍ୟ ମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ

x. ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଓସେପାର ପ୍ରକଳ୍ପ ନିର୍ଦ୍ଦେଶକ ଧନ୍ୟବାଦ ଦେଇଥିଲେ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

March 14, 2026
ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

March 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version