• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ରଥଯାତ୍ରା ନେଇ ସମୀକ୍ଷା ବୈଠକ : ସୁଚାରୁ ରୂପେ ଦାୟିତ୍ୱ ସଂପାଦନ ପାଇଁ ସୂଚନା ଓ ଲୋକସଂପର୍କ – ମନ୍ତ୍ରୀ ଶ୍ରୀ ଅମାତଙ୍କ ନିର୍ଦ୍ଦେଶ

Proprietor Abhimanyu Maharana by Proprietor Abhimanyu Maharana
June 10, 2022
in ଓଡ଼ିଶା, ମହାନଗର, ହୋମ୍
0
ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ରଥଯାତ୍ରା ନେଇ ସମୀକ୍ଷା ବୈଠକ : ସୁଚାରୁ ରୂପେ ଦାୟିତ୍ୱ ସଂପାଦନ ପାଇଁ ସୂଚନା ଓ ଲୋକସଂପର୍କ – ମନ୍ତ୍ରୀ ଶ୍ରୀ ଅମାତଙ୍କ ନିର୍ଦ୍ଦେଶ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍/୦୯ ଜୁନ ଗୁରୁବାର/ଭୁବନେଶ୍ୱର :- ଚଳିତ ବର୍ଷ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାର ସମସ୍ତ କାର୍ଯ୍ୟ ଶୃଙ୍ଖଳିତ ଭାବରେ ସୁଚାରୁ ରୂପେ ସଂପାଦନ କରିବାରେ ସୂଚନା ଓ ଲୋକସଂପର୍କ ବିଭାଗର ଅଧିକାରୀ ତଥା କର୍ମଚାରୀମାନେ ନିଷ୍ଠାପର ଭାବରେ ନିୟୋଜିତ ହେବେ ବୋଲି ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ପ୍ରଦିପ କୁମାର ଅମାତ ଆଶାପ୍ରକାଶ କରିଛନ୍ତି । ଆଜି ପୂର୍ବାହ୍ନରେ ମନ୍ତ୍ରୀ ଶ୍ରୀ ଅମାତ ରଥଯାତ୍ରା ଉପଲକ୍ଷେ ବିଭାଗ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟକ୍ରମଗୁଡ଼ିକର ସଫଳ ରୂପାୟନ ଉପରେ ଗୁରୁତ୍ୱ ଦେଇ ପୁଙ୍ଖାନୁପୁଙ୍ଖ ସମୀକ୍ଷା କରିଥିଲେ ।

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାକୁ ଶୃଙ୍ଖଳିତ ଓ ସରସସୁନ୍ଦର କରିବାରେ ସୂଚନା ଓ ଲୋକସଂପର୍କ ବିଭାଗର ଦାୟିତ୍ୱଗୁଡ଼ିକ ବାବଦରେ ସଚେତନ ହୋଇ ସଫଳ ସଂପାଦନରେ ଅଧିକାରୀ ତଥା କର୍ମଚାରୀମାନେ ପ୍ରତିବଦ୍ଧ ହେବାକୁ ମନ୍ତ୍ରୀ ଶ୍ରୀ ଅମାତ ପରାମର୍ଶ ଦେଇଥିଲେ । ରଥଯାତ୍ରାର ବିଶ୍ୱପ୍ରସିଦ୍ଧିକୁ ଦୃଷ୍ଟିରେ ରଖି ପ୍ରଚାର, ବିଜ୍ଞାପନ ଓ ପ୍ରଦର୍ଶନୀ ଇତ୍ୟାଦି ନେଇ ବିଶେଷ ଗୁରୁତ୍ୱ ଦେବାକୁ ମନ୍ତ୍ରୀ କହିଥିଲେ । ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀବିଷ୍ଣୁପଦ ସେଠୀ ସମୀକ୍ଷା ବୈଠକରେ ଯୋଗଦେଇ ସାମାଜିକ ଗଣମାଧ୍ୟମରେ ବିଭାଗୀୟ କାର୍ଯ୍ୟକ୍ରମଗୁଡ଼ିକର ବ୍ୟାପକ ପ୍ରସାର ପାଇଁ ପରାମର୍ଶ ଦେବା ସହିତ ଶ୍ରୀଜଗନ୍ନାଥଙ୍କ ମହିମା ସମ୍ବଳିତ ବିିଭିନ୍ନ କିମ୍ବଦନ୍ତୀ, ଲୋକକଥା, ତଥ୍ୟର ପ୍ରଚାର ଉପରେ ବିଭାଗ ଗୁରୁତ୍ୱ ଦେବ ବୋଲି ଉଲ୍ଲେଖ କରିଥିଲେ ।

ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତି୍ରପାଠୀ ବିଭାଗ ତରଫରୁ ହେବାକୁ ଥିବା କାର୍ଯ୍ୟଗୁଡ଼ିକ ଉପରେ ସୂଚନା ଦେଇଥିଲେ । ଦୂରଦର୍ଶନ ଜରିଆରେ ସିଧା ପ୍ରସାରଣ, ଅନ୍ୟାନ୍ୟ ବୈଦୁ୍ୟତିକ ଗଣମାଧ୍ୟମକୁ ଲାଇଭ୍‌ କମନ୍‌ ଫିଡ୍‌ ଯୋଗାଣ, ଅସ୍ଥାୟୀ ସୂଚନା କେନ୍ଦ୍ର ସ୍ଥାପନ, ସାମ୍ବାଦିକମାନଙ୍କ ଗସ୍ତ, ସମ୍ମାନନୀୟ ଅତିଥିମାନଙ୍କ ପରିଚର୍ଯ୍ୟା, ବିଭିନ୍ନ ପ୍ରକାଶନର ରଥଯାତ୍ରା ବିଶେଷାଙ୍କ ବିକ୍ରୟ, ଫଟୋଚିତ୍ର ପ୍ରଦର୍ଶନୀ, ବିଜ୍ଞାପନ ପ୍ରସାରଣ ସହିତ ହୋଡ଼ିଙ୍ଗ ବ୍ୟବସ୍ଥା ଇତ୍ୟାଦି ପ୍ରସଙ୍ଗ ଉପରେ ନିର୍ଦ୍ଦେଶକ ଶ୍ରୀ ତି୍ରପାଠୀ ଅବଗତ କରାଇଥିବାବେଳେ ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭୁ୍ୟର ସଂପାଦକ ଡ. ଲେନିନ୍‌ ମହାନ୍ତି ରଥଯାତ୍ରା ଦିନ ଉଭୟ ପତି୍ରକାର ବିଶେଷାଙ୍କ ସଂଖ୍ୟା ଲୋକାର୍ପିତ ହେବ ବୋଲି ଉଲ୍ଲେଖ କରିଥିଲେ ।

ଏହି ସମୀକ୍ଷା ବୈଠକରେ ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ସୁରେନ୍ଦ୍ର ନାଥ ପରିଡ଼ା, ଯୁଗ୍ମ ସଚିବ ଶ୍ରୀମତୀ ବିଷ୍ଣୁପ୍ରିୟା ସାହୁ, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସଙ୍କ ସମେତ ଯୁଗ୍ମ ନିର୍ଦ୍ଦେଶକ, ଉପନିର୍ଦ୍ଦେଶକ, ସହକାରୀ ନିର୍ଦ୍ଦେଶକ, କ୍ଷେତ୍ରୀୟ ଅଧିକାରୀ ତଥା କର୍ମଚାରୀମାନେ ଉପସ୍ଥିତ ଥିଲେ । ସହକାରୀ ନିର୍ଦ୍ଦେଶକ (କ୍ଷେତ୍ର) ସୁଚେତା ପ୍ରିୟଦର୍ଶିନୀ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

June 28, 2026
ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

June 28, 2026
ପୁନଃଅବସ୍ଥାପିତ ହେଲେ ବରିଷ୍ଠ ଅଧ୍ୟାପକ ଡ଼ ବାନାମ୍ବର ପୃଷ୍ଟି

ପୁନଃଅବସ୍ଥାପିତ ହେଲେ ବରିଷ୍ଠ ଅଧ୍ୟାପକ ଡ଼ ବାନାମ୍ବର ପୃଷ୍ଟି

June 28, 2026
ରାଜସୁନାଖଳା ଫାଣ୍ଡିରେ ଯୋଗ ଦେଲେ ନୂତନ ଅଧିକାରୀ

ରାଜସୁନାଖଳା ଫାଣ୍ଡିରେ ଯୋଗ ଦେଲେ ନୂତନ ଅଧିକାରୀ

June 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

June 28, 2026
ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

June 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version