• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ : ପ୍ରତ୍ୟେକ ଜୀବନ ମୂଲ୍ୟବାନ ଏହି ନୀତିରେ ସବୁ ସମ୍ଭାବ୍ୟ ବିପର୍ଯ୍ୟୟ ପାଇଁ ସଂପୂର୍ଣ୍ଣ ଭାବେ ପ୍ରସ୍ତୁତ ରହିବାକୁ – ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

Proprietor Abhimanyu Maharana by Proprietor Abhimanyu Maharana
June 18, 2022
in ଓଡ଼ିଶା, ମହାନଗର, ହୋମ୍
0
ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ : ପ୍ରତ୍ୟେକ ଜୀବନ ମୂଲ୍ୟବାନ ଏହି ନୀତିରେ ସବୁ ସମ୍ଭାବ୍ୟ ବିପର୍ଯ୍ୟୟ ପାଇଁ ସଂପୂର୍ଣ୍ଣ ଭାବେ ପ୍ରସ୍ତୁତ ରହିବାକୁ – ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
Share on FacebookShare on TwitterWhatsapp

ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ ପ୍ରତ୍ୟେକ ଜୀବନ ମୂଲ୍ୟବାନ ଏହି ନୀତିରେ ସବୁ ସମ୍ଭାବ୍ୟ ବିପର୍ଯ୍ୟୟ ପାଇଁ ସଂପୂର୍ଣ୍ଣ ଭାବେ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଜୁନ୍ରୁ ଅକ୍ଟୋବର ମାସ ଗୁରୁତ୍ବପୂର୍ଣ୍ଣ, ଏହି ସମୟ ଉପରେ ନଜର ରଖ – ମୁଖ୍ୟମନ୍ତ୍ରୀ

ଓଡ଼ିଶା ତାଜା ନ୍ୟୁଜ୍/୧୭ ଜୁନ ଶୁକ୍ରବାର/ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ସମସ୍ତ ସମ୍ଭାବ୍ୟ ବିପର୍ଯ୍ୟୟ ପାଇଁ ପ୍ରସ୍ତୁତ ରହିବାକୁ ରାଜ୍ୟ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆମର ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମର ନୀତି ହେଉଛି ପ୍ରତ୍ୟେକ ଜୀବନ ମୂଲ୍ୟବାନ। ଏହି ନୀତିକୁ ଅନୁସରଣ କରି ଓଡିଶା ଭଳି ଗୋଟିଏ ବିପର୍ଯ୍ୟୟ ପ୍ରବଣ ରାଜ୍ୟରେ ଆମେ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ କରି ଏ କ୍ଷେତ୍ରରେ ଏକ ଆଗୁଆ ରାଜ୍ୟ ହୋଇପାରିଛୁ । ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ପ୍ରତ୍ୟେକ ବର୍ଷର ଜୁନ୍‌ରୁ ଅକ୍ଟୋବର ମାସ ସମୟ ଅତି ଗୁରୁତ୍ବପୂର୍ଣ୍ଣ । ଏହି ସମୟରେ ବନ୍ୟା, ବାତ୍ୟା, ମରୁଡି ପରି ଅନେକ ପ୍ରାକୃତିକ ବିପର୍ଯ୍ୟୟ ଆସେ ।

ତେଣୁ ଏହି ସମୟ ଭିତରେ ବାତ୍ୟା ଓ ବନ୍ୟା ଏକ ସମୟରେ ଆସିବାର ମଧ୍ୟ ସମ୍ଭାବନା ରହିଛି । ଏ ବାବଦରେ ଆମର ପ୍ରସ୍ତୁତିକୁ ସୁଦୃଢ କରିବାର ଆବଶ୍ୟକତା ରହିଛି ବୋଲି ସେ କହିଥିଲେ । ସମସ୍ତ ପ୍ରଶାସନିକ କଳ ସଂପୂର୍ଣ୍ଣ ଭାବେ ପ୍ରସ୍ତୁତ ରହିବାକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଆଗୁଆ ବିପର୍ଯ୍ୟୟ ସୂଚନା ବ୍ୟବସ୍ଥା, ଉଦ୍ଧାର ଓ ରିଲିଫ କାର୍ଯ୍ୟ, ପାନୀୟ ଜଳ ବ୍ୟବସ୍ଥା ସ୍ବାସ୍ଥ୍ୟ ଓ ପ୍ରାଣୀସେବା ବ୍ୟବସ୍ଥା ଆଦି ସମସ୍ତ ବ୍ୟବସ୍ଥା ଗୁଡିକୁ ପ୍ରସ୍ତୁତ କରି ରଖିବା ଜରୁରୀ । ଏହାସହିତ ସମସ୍ତ ଓଡ୍ରାଫ ଓ ଅଗ୍ନିସେବା ବାହିନୀ ପ୍ରସ୍ତୁତ ହୋଇ ରହିବା ଜରୁରୀ ବୋଲି ସେ କହିଥିଲେ ।

ବିପର୍ଯ୍ୟୟ ପ୍ରବଣ ଓ ଦୁର୍ଗମ ଅଞ୍ଚଳରେ ପର୍ଯ୍ୟାପ୍ତ ପରିମାଣର ଖାଦ୍ୟପଦାର୍ଥକୁ ମହଜୁଦ ରଖିବା, ଜିଲ୍ଲାସ୍ତରୀୟ ଜରୁରୀକାଳୀନ କେନ୍ଦ୍ରଗୁଡିକୁ ୨୪ ଘଣ୍ଟିଆ କାର୍ଯ୍ୟକାରୀ କରିବା, ପଶୁ ଖାଦ୍ୟ ମହଜୁଦ ରଖିବା ଓ ବିପର୍ଯ୍ୟୟ ସମୟରେ ପ୍ରାଣୀସେବା କ୍ୟାମ୍ପ ଖୋଲିବା ପାଇଁ ସେ ପରାମର୍ଶ ଦେଇଥିଲେ । ଗର୍ଭବତୀ ମହିଳା, ଶାରୀରିକ ଓ ମାନସିକ ଭିନ୍ନକ୍ଷମ ବ୍ୟକ୍ତି, ଶିଶୁ, ବିଧବା ଓ ବୟସ୍କ ଲୋକମାନଙ୍କ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ବୈଠକରେ ରାଜ୍ୟସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀମତୀ ପ୍ରମିଳା ମଲ୍ଲିକ ରାଜ୍ୟ ସରକାର ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ଯେଉଁସବୁ ପଦକ୍ଷେପ ନେଇଛନ୍ତି, ତା ଉପରେ ସୂଚନା ଦେଇଥିଲେ । ସେ କହିଥିଲେ ଯେ ରାଜ୍ୟରେ ୮୭୯ଟି ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳ ଥିବାବେଳେ, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଅର୍ଥ ବିନିଯୋଗ କରାଯାଇ ଆହୁରି ୫୫ଟି ଆଶ୍ରୟସ୍ଥଳ ନିର୍ମାଣ କରାଯାଉଛି ।

ରାଜ୍ୟର ବିଭିନ୍ନ ସ୍ଥାନରେ, ବିଶେଷ କରି ଉପକୂଳ ଅଞ୍ଚଳରେ ବିପର୍ଯ୍ୟୟ ପ୍ରତିରୋଧି ଗୃହ ନିର୍ମାଣ କରାଯାଉଛି ବୋଲି ସେ କହିଥିଲେ । ଏହି ବୈଠକରେ ବଲାଙ୍ଗୀର ବିଧାୟକ ଶ୍ରୀ ନରସିଂହ ମିଶ୍ର, ପୁରୀ ବିଧାୟକ ଶ୍ରୀ ଜୟନ୍ତ ଷଡଙ୍ଗୀ, ବେଗୁନିଆ ବିଧାୟକ ଶ୍ରୀ ରାଜେନ୍ଦ୍ର ସାହୁ, ବ୍ରହ୍ମପୁର ସାଂସଦ ଶ୍ରୀ ଚନ୍ଦ୍ରଶେଖର ସାହୁ, ସରକାରୀ ମୁଖ୍ୟ ସଚେତକ ଶ୍ରୀ ପ୍ରଶାନ୍ତ ମୁଦୁଲି ପ୍ରମୁଖ ବକ୍ତବ୍ୟ ରଖି ନିଜ ନିଜ ଅଞ୍ଚଳରେ ବିଭିନ୍ନ ସମସ୍ୟା ଓ ଏହାର ସମାଧାନ ଉପରେ ସୁଚିନ୍ତିତ ମତାମତ ଦେଇଥିଲେ । ଉନ୍ନୟନ କମିଶନର-ତଥା-ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ପି.କେ. ଜେନା ଧନ୍ୟବାଦ ଅର୍ପଣ କରିଥିଲେ । ବୈଠକରେ ରାଜ୍ୟ ମନ୍ତ୍ରୀମଣ୍ଡଳର ସଦସ୍ୟଗଣ, ବରିଷ୍ଠ ଅଧିକାରୀ ଓ ବିଭିନ୍ନ ଜିଲ୍ଲାର ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

June 28, 2026
ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

June 28, 2026
ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

June 28, 2026
ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

June 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

June 28, 2026
ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

June 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version