ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଡଃ ପ୍ରଦୀପ କୁମାର ରାଉତ ଏବଂ ବିଭାଗୀୟ ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସଙ୍କ ଉପସ୍ଥିତିରେ ବିଭାଗର ବିଭିନ୍ନ କାର୍ଯ୍ୟାବଳୀ ସହିତ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ସମୟରେ ବିଭାଗ ପକ୍ଷରୁ ପୁରୀରେ ଅନୁଷ୍ଠିତ ବିଭିନ୍ନ କାର୍ଯ୍ୟକ୍ରମର ସୁପରିଚାଳନା ନେଇ ସଚିବ ଶ୍ରୀ ସିଂ ମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ ।
ଆଲୋଚନା ସମୟରେ ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ସାରା ବିଶ୍ୱର ଅଗଣିତ ଶ୍ରଦ୍ଧାଳୁ ଓ ଭକ୍ତମାନଙ୍କ ପାଖକୁ ସିଧା ପ୍ରସାରଣ ମାଧ୍ୟମରେ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅନନ୍ୟ ଘୋଷଯାତ୍ରାକୁ ପହଞ୍ଚାଇବାର ସୁବନ୍ଦୋବସ୍ତ କରିବାକୁ ମନ୍ତ୍ରୀ ଶ୍ରୀ ଅମାତ ପରାମର୍ଶ ଦେଇଛନ୍ତି .
© 2023 Odisha Taza News.