ଓଡ଼ିଶା ତାଜା ନ୍ୟୁଜ୍/୨୭ ଜୁନ ସୋମବାର/ବରଗଡ଼ : – ବରପାଲି ବ୍ଲକ ଅଫିସ ସମ୍ମିଳନୀ କକ୍ଷରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ ଶିବିର ଆୟୋଜିତ ହୋଇଛି। ଏଥିରେ ଜିଲ୍ଲାପାଳ ମନୀଷା ବାନାର୍ଜୀ ଙ୍କ ସମେତ ବ୍ଲକ ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଆପତ୍ତି ଅଭିଯୋଗ ଶୁଣୀଥିଲେ। ପରେ ଅନେକ ଲୋକଙ୍କ ଅଭିଯୋଗ ଆପତ୍ତି ଉପରେ ସମାଧାନ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଜନ ଶୁଣାଣୀ କୁ ବ୍ଲକ ର ସମସ୍ତ ଗ୍ରାମ ପଞ୍ଚାୟତ ର ଅଧିବାସୀ ମାନେ ପହଞ୍ଚି ତାଙ୍କ ସମସ୍ୟା ବିଷୟରେ ଜିଲ୍ଲା ପ୍ରଶାସନ ଅବଗତ କରାଇଥିଲେ।
ଅଭିଯୋଗ ପ୍ରକୋଷ୍ଠ ରେ ଅନ୍ୟ ଜିଲ୍ଲା ପ୍ରଶାସନ ଅଧିକାରୀ ଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ମିର୍ଦ୍ଧା ଟପ୍ପୋ, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ର ପ୍ରକଳ୍ପ ନିର୍ଦ୍ଦେଶକ କୃତି ବାସ ରାଉତ, ବରପାଲି ବ୍ଲକ ଅଧ୍ୟକ୍ଷା ରୀନା ଥଇତ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ପ୍ରମୁଖ ଉପସ୍ଥିତ ଥିଲେ।















