• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଶାଖାପାଟଣାଠାରେ ରଥଯାତ୍ରା ଆୟୋଜନ

Proprietor Abhimanyu Maharana by Proprietor Abhimanyu Maharana
July 2, 2022
in ଓଡ଼ିଶା, ଦେଶ, ମହାନଗର, ହୋମ୍
0
ବିଶାଖାପାଟଣାଠାରେ ରଥଯାତ୍ରା ଆୟୋଜନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍/୧ ଜୁଲାଇ ଶୁକ୍ରବାର/ବିଶାଖାପାଟଣା :- ବିଶାଖାପାଟଣାର ଦଶପଲ୍ଲା ପାହାଡ଼ିଠାରେ ଥିବା ଜଗନ୍ନାଥ ମନ୍ଦିରରେ ପବିତ୍ର ରଥଯାତ୍ରା ପର୍ବ ମହାସମାରୋହରେ ପାଳନ କରାଯାଇଛି । ମନ୍ଦିର ପରିଚାଳନା କମିଟି, ଉତ୍କଳ ସାଂସ୍କୃତିକ ସମାଜ ଦ୍ୱାରା ଆୟୋଜିତ ଏହି ମହୋତ୍ସବକୁ କେନ୍ଦ୍ର କରି ଭକ୍ତମାନଙ୍କ ମଧ୍ୟରେ ବେଶ୍‍ ଉତ୍ସୁକତା ଓ ଉତ୍କଣ୍ଠା ପ୍ରକାଶ ପାଇଥିବା ପରିଲକ୍ଷିତ କରାଯାଇଥିଲା । କରୋନା ବାଧକତା ଦୃଷ୍ଟିରୁ ଦୀର୍ଘ ୨ ବର୍ଷର ବ୍ୟବଧାନ ପରେ ବାସ୍ତବିକ ଢଙ୍ଗରେ ଘୋଷଯାତ୍ରା ଉତ୍ସବ ପାଳନ କରାଯାଉଥିବାରୁ ଉପସ୍ଥିତ ପ୍ରାୟ ୩ ହଜାର ଶ୍ରଦ୍ଧାଳୁଙ୍କ ମଧ୍ୟରେ ଅହେତୁକ ଆନନ୍ଦ, ଉଲ୍ଲାସ ଓ ଉଦ୍ଦୀପନା ଦେଖିବାକୁ ମିଳିଥିଲା ।

ସକାଳୁ ମୁଖ୍ୟ ମନ୍ଦିରରେ ଠାକୁରମାନଙ୍କର ଯଥାରୀତି ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଥିଲା । ଅପରାହ୍ଣ ୩ଟା ବେଳେ ପହଣ୍ଡି ବିଜେ ଆରମ୍ଭ କରାଯାଇଥିଲା । ପ୍ରଥମେ ପ୍ରଭୁ ସୁଦର୍ଶନ, ତା ପରେ ବଡ଼ ଭାଇ ବଳଭଦ୍ର, ପରେ ପରେ ଦେବୀ ସୁଭଦ୍ରା ଓ ସବା ଶେଷରେ ଜଗତର ନାଥ ଶ୍ରୀଜଗନ୍ନାଥଙ୍କୁ ପହଣ୍ଡି କରାଯାଇ ମନ୍ଦିର ସମ୍ମୁଖରେ ଦଣ୍ଡାୟମାନ ସୁନ୍ଦର ଓ ସୁସଜ୍ଜିତ ରଥ ଉପରକୁ ନିଆଯାଇଥିଲା । ପହଣ୍ଡି କାର୍ଯ୍ୟରେ ୱାଲ୍‍ଟିୟର ରେଳବାଇ ଡିଭିଜନ୍‍ର ଡି.ଆର୍‍.ଏମ୍‍ ଅନୁପ କୁମାର ଶତପଥୀ ଓ ଏ.ଡି.ଆର୍‍.ଏମ୍‍ ମନୋଜ କୁମାର ସାହୁ ସହଯୋଗ କରିଥିଲେ ।

ଉପସ୍ଥିତ ଭକ୍ତମାନଙ୍କ ଦ୍ୱାରା ଶଙ୍ଖ, ଘଣ୍ଟ, କରତାଳ, ମର୍ଦଳ, ଝାଞ୍ଜ ଓ ମୃଦଙ୍ଗର ଗହଗହ ନାଦ ତଥା ହରିବୋଲ, ହୁଳହୁଳି ଓ ଜୟ ଜଗନ୍ନାଥ ଧ୍ୱନିରେ ସମଗ୍ର ଗଗନ ପବନ ପ୍ରକମ୍ପିତ ହେବାର ଦୃଶ୍ୟ ଖୁବ୍‍ ମର୍ମସ୍ପର୍ଶୀ ଥିଲା । ଉତ୍ସବର ମୁଖ୍ୟ ଆକର୍ଷଣ ବ୍ରହ୍ମପୁରରୁ ଆସିଥିବା ଘଣ୍ଟବାଦକ ଟ୍ର୍ରୁପ୍‍ଙ୍କ ଦ୍ୱାରା ପରିବେଶିତ ହୃଦୟସ୍ପର୍ଶୀ ଘଣ୍ଟବାଦନ ଥିଲା । ଦଶପଲ୍ଲାର ପୂର୍ବତନ ରାଜା ଲାଲ୍‍ ସାହେବ ପ୍ରମୋଦ ଦେଓଭଞ୍ଜ ପାରମ୍ପରିକ ଛେରାପହଁରା କାର୍ଯ୍ୟ ସମ୍ପନ୍ନ କରିଥିଲେ । ସନ୍ଧ୍ୟା ୫ଟା ସମୟରେ ରଥ ଟଣା ଆରମ୍ଭ ହୋଇଥିଲା । ଭକ୍ତମାନେ ରଥଟିକୁ ଟାଣି ଟାଣି ୫ କିଲୋମିଟର ଦୂରବର୍ତ୍ତୀ ‘ଲସନ୍ସ ବେ’ କଲୋନୀ ଠାରେ ଥିବା ମାଉସି ମା’ ମନ୍ଦିରକୁ ନେଇଥିଲେ ।

ସନ୍ଧ୍ୟା ୭ଟା ସୁଦ୍ଧା ଜୀଉମାନେ ଗୁଣ୍ଡିଚା ମନ୍ଦିରସ୍ଥିତ ସିଂହାସନରେ ବିରାଜମାନ ହୋଇଥିଲେ । ଆସନ୍ତା ୯ ତାରିଖ ବାହୁଡ଼ା ଯାତ୍ରା ପର୍ଯ୍ୟନ୍ତ ଠାକୁରମାନେ ଗୁଣ୍ଡିଚା ମନ୍ଦିରରେ ଭକ୍ତମାନଙ୍କୁ ଦର୍ଶନ ଦେବେ ବୋଲି ମନ୍ଦିର ପରିଚାଳନା କମିଟିର ସଭାପତି ଜିତେନ୍ଦ୍ର କୁମାର ନାୟକ ପ୍ରକାଶ କରିଛନ୍ତି । ସମଗ୍ର ଆୟୋଜନକୁ ସୁଚାରୁ ରୂପେ ସମ୍ପାଦନା କରିବାରେ ମନ୍ଦିର ପରିଚାଳନା କମିଟିର ସଭାପତି ଜିତେନ୍ଦ୍ର କୁମାର ନାୟକ, ସମ୍ପାଦକ ବିମଳ ମହନ୍ତ, ସଦସ୍ୟ ବିଜୟ ମହାପାତ୍ର ଓ ରାଜେନ୍ଦ୍ର ପ୍ରସାଦ ସାହୁ ପ୍ରମୁଖ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

June 22, 2026
ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ଯୁବ ରେଡକ୍ରସ୍ ଆନୁକୂଲ୍ଯରେ ବିଶ୍ୱ ଯୋଗ ଦିବସ ପାଳିତ

ଯୁବ ରେଡକ୍ରସ୍ ଆନୁକୂଲ୍ଯରେ ବିଶ୍ୱ ଯୋଗ ଦିବସ ପାଳିତ

June 22, 2026
ବିଜେପି ପକ୍ଷରୁ ହରଚଣୀ ସାହିରେ ଯୋଗ ଶିବିର ଓ ବୃକ୍ଷରୋପଣ

ବିଜେପି ପକ୍ଷରୁ ହରଚଣୀ ସାହିରେ ଯୋଗ ଶିବିର ଓ ବୃକ୍ଷରୋପଣ

June 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

June 22, 2026
ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version