No Result
View All Result
ଓଡ଼ିଶା ତାଜା ନ୍ୟୁଜ୍/୨୬ ଜୁଲାଇ ମଙ୍ଗଳବାର/ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ରାୟଗଡ ବ୍ଳକ ର ଲୋବା ପଞ୍ଚାୟତ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ଏହି କାର୍ଯ୍ୟକ୍ରମ ରେ ଗଜପତି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା,ବ୍ଳକ ଅଧ୍ୟକ୍ଷା ପୂର୍ଣ୍ଣ ବାସୀ ନାୟକ, ଆଦିବାସୀ ଉନ୍ନୟନ ପ୍ରକଳ୍ପ ପ୍ରଶାସକ ଫଳଗୁନି ମାଝୀ,
ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ପ୍ରଶାସକ ବ୍ଳକ ଉପାଧ୍ୟକ୍ଷଙ୍କ ସମେତ ବହୁ ଜିଲ୍ଲା ସ୍ତରୀୟ ଅଧିକାରୀ, ବ୍ଳକ କର୍ମଚାରୀ, ଜନ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ । ଏହି ଅଭିଯୋଗ ଶୁଣାଣିରେ ସର୍ବ ମୋଟ୧୪୪ଟି ଅଭିଯୋଗ ଆସିଥିବା ବେଳେ ସେଥି ମଧ୍ୟରୁ ଗୋଟିଏ ଅଭିଯୋଗ ତୁରନ୍ତ ସମାଧାନ କରାଯାଇଥିଲା । ଅନ୍ୟ ଅଭିଯୋଗ ଗୁଡିକ ତୁରନ୍ତ ସମାଧାନ ସକାଶେ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ଅତିରିକ୍ତ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।

No Result
View All Result