• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସମୁଦ୍ର ତଟ ସୁରକ୍ଷା ଓ ଲୁଣିବନ୍ଧ ସୁଦୁଢୀକରଣ ପରିପ୍ରେକ୍ଷୀରେ ଜଳ ସମ୍ପଦ ବିଭାଗ ଏବଂ ରାଷ୍ଟ୍ରୀୟ ସାମୁଦ୍ର ପ୍ରାଦ୍ୟୋଗିକ ସଂସ୍ଥାନ ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ – ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ

Proprietor Abhimanyu Maharana by Proprietor Abhimanyu Maharana
August 10, 2022
in ଓଡ଼ିଶା, ବାଣିଜ୍ୟ, ମହାନଗର, ହୋମ୍
0
ସମୁଦ୍ର ତଟ ସୁରକ୍ଷା ଓ ଲୁଣିବନ୍ଧ ସୁଦୁଢୀକରଣ ପରିପ୍ରେକ୍ଷୀରେ ଜଳ ସମ୍ପଦ ବିଭାଗ ଏବଂ ରାଷ୍ଟ୍ରୀୟ ସାମୁଦ୍ର ପ୍ରାଦ୍ୟୋଗିକ ସଂସ୍ଥାନ ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ – ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୦ ଅଗଷ୍ଟ ବୁଧବାର ) ଭୁବନେଶ୍ୱର :- ଓଡିଶାରେ ସମୁଦ୍ର ତଟ ସୁରକ୍ଷା ଓ ଲୁଣିବନ୍ଧ ସୁଦୁଢୀକରଣ ପରିପ୍ରେକ୍ଷୀରେ ରାଜ୍ୟ ଜଳ ସମ୍ପଦ ବିଭାଗ ଏବଂ ରାଷ୍ଟ୍ରୀୟ ସାମୁଦ୍ର ପ୍ରାଦ୍ୟୋଗିକ ସଂସ୍ଥାନ ମଧ୍ୟରେ ଏକ ବୁଝାମଣା ପତ୍ର ଆଜି ଅପରାହ୍ଣରେ ସ୍ୱାକ୍ଷରିତ ହୋଇଯାଇଛି । ବିଭାଗର ସମ୍ମିଳନୀ କକ୍ଷରେ ରାଜ୍ୟ ଜଳ ସଂପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ, ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଜଳ ସଂପଦ ବିଭାଗ ଶ୍ରୀମତୀ ଅନୁ ଗର୍ଗଙ୍କ ଉପସ୍ଥିତିରେ ଏହି ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଥିଲା । ରାଜ୍ୟ ଜଳ ସଂପଦ ବିଭାଗ ତରଫରୁ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଇଂ. ବିଜୟ କୁମାର ମିଶ୍ର ଏବଂ ରାଷ୍ଟ୍ରୀୟ ସମୁଦ୍ର ପ୍ରାଦ୍ୟୋଗିକ ସଂସ୍ଥାନ ( ନ୍ୟାସନାଲ ଇନଷ୍ଟିଚ୍ୟୁଟ ଅଫ ଓସେନ୍ ଟେକ୍ନୋଲୋଜି)ର ନିର୍ଦ୍ଦେଶକ ଡଃ. ଜି.ଏ. ରାମଦାସଙ୍କ ମଧ୍ୟରେ ଏହି ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଥିଲା ।

କାର୍ଯ୍ୟକ୍ରମରେ ଯୋଗଦେଇ ରାଜ୍ୟ ଜଳସଂପଦ ମନ୍ତ୍ରୀ ଶ୍ରୀମତୀ ସାହୁ କହିଲେ ଯେ, ଓଡିଶାକୁ ବନ୍ୟା ଓ ବାତ୍ୟାର ଚିର ସହଚର ବୋଲି କୁହାଯାଇଥାଏ । ପ୍ରାକୃତିକ ବିପର‌୍ୟ୍ୟୟ ଓ ଜଳବାୟୁ ପରିବର୍ତ୍ତନ ହେତୁ ଓଡିଶାରେ ବିଭିନ୍ନ ସମୟରେ ବନ୍ୟା ବାତ୍ୟା ଲାଗି ରହିଥାଏ । ଏହି ଦୃଷ୍ଟିରୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ପ୍ରାକୃତିକ ବିପର‌୍ୟ୍ୟୟ ପରିଚାଳନାକୁ ସବୁବେଳେ ଗୁରୁତ୍ୱ ଦେଇ ଆସିଛନ୍ତି ଓ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି କହିଛନ୍ତି । ଏଣୁ ୫ ବର୍ଷ ପାଇଁ ଆଜିର ଏହି ବୁଝାମଣା ପତ୍ର ସ୍ୱାକ୍ଷର ଆଗାମୀ ଦିନରେ ଓଡିଶାର ଉପକୂଳବର୍ତ୍ତୀ ଅଂଚଳ ଅନ୍ତର୍ଗତ ସମୁଦ୍ରର ତଟ ସୁରକ୍ଷା ଓ ଲୁଣିବନ୍ଧ ସୁରକ୍ଷାରେ ସହାୟକ ହେବ ବୋଲି ପ୍ରକାଶ କରିଥିଲେ ।

କାର୍ଯ୍ୟକ୍ରମରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ , ଜଳ ସଂପଦ ବିଭାଗ ଶ୍ରୀମତୀ ଗର୍ଗ ବିଶଦ୍ ଭାବେ ସୂଚନା ଦେଇ କହିଲେ ଯେ, ଏହି ଚୁକ୍ତିନାମା ଅନୁସାରେ ଉକ୍ତ ଅନୁଷ୍ଠାନ ଓଡିଶା ରାଜ୍ୟର ଜଳବାୟୁ ପରିବର୍ତ୍ତନ ପ୍ରତିରୋଧକ ସମୁଦ୍ର ତଟ ସୁରକ୍ଷା ଓ ଲୁଣିବନ୍ଧ ଗୁଡିକର ସୁଦୃଢୀକରଣ ନିମନ୍ତେ ଆବଶ୍ୟକ ହେଉଥିବା ବୈଷୟିକ ଜ୍ଞାନ କୌଶଳ, ଡିଜାଇନ, ପ୍ରଦାନ କରିବା ସହିତ କାର୍ଯ୍ୟ ସମ୍ପାଦନ, ବିଭାଗୀୟ ଯନ୍ତ୍ରୀମାନଙ୍କ ପ୍ରଶିକ୍ଷଣ ଓ ଦକ୍ଷତା ବିକାଶରେ ସହାୟତା ଯୋଗାଇଦେବେ । ସରକାରଙ୍କ ଏହି ଚୁକ୍ତିନାମା ଫଳରେ ରାଜ୍ୟର ଛଅ ଗୋଟି ଉପକୂଳବର୍ତ୍ତୀ ଜିଲ୍ଲା ଯଥା ବାଲେଶ୍ଵର, ଭଦ୍ରକ, କେନ୍ଦ୍ରପଡା, ଜଗତସିଂହପୁର, ପୁରୀ ଓ ଗଞ୍ଜାମର ଲୋକମାନେ ଉପକୃତ ହେବେ । ଓଡିଶାର ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରାକୃତିକ ଦୁର୍ବିପାକ ଜନିତ କ୍ଷୟକ୍ଷତିର ଆଶଙ୍କା ହ୍ରାସ କରିବା ଦିଗରେ ଏହି ଚୁକ୍ତିନାମା ଭବିଷ୍ୟତରେ ଏକ ମାଇଲ ଖୁଣ୍ଟ ସାବ୍ୟସ୍ତ ହେବ ବୋଲି ଶ୍ରୀମତୀ ଗର୍ଗ ଆଶା ବ୍ୟକ୍ତ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ଜଳ ସଂପଦ ବିଭାଗ ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀମତୀ ଅର୍ଚ୍ଚନା ପଟ୍ଟନାୟକଙ୍କ ସମେତ ବିଭାଗର ବରିଷ୍ଠ ଅଧିକାରୀ ଓ ଏନ୍ଆଇଓଟିର ଅନ୍ୟ ବୈଜ୍ଞାନିକମାନେ ଉପସ୍ଥିତ ଥିଲେ । ଉପକୂଳବର୍ତ୍ତୀ ବିଭିନ୍ନ ଜିଲ୍ଲାରେ ଜିଲ୍ଲାପାଳ, ଜିଲ୍ଲାସ୍ତରୀୟ ବରିଷ୍ଠ ଅଧିକାରୀ ଓ କ୍ଷେତ୍ରସ୍ତରରେ କାର୍ଯ୍ୟରତ ଜଳସଂପଦ ବିଭାଗର ଯନ୍ତ୍ରୀମାନେ ଆଭାସୀ ବ୍ୟବସ୍ଥା ମାଧ୍ୟମରେ ଉପସ୍ଥିତ ଥିଲେ । ସୂଚନା ଯୋଗ୍ୟ ଯେ, ଉକ୍ତ କାର୍ଯ୍ୟରେ ଦେଶରେ ଉପଲବ୍ଧ ହେଉଥିବା ଅତ୍ୟାଧୁନିକ ଜ୍ଞାନ କୌଶଳର ପ୍ରୟୋଗ କରାଯିବା ପାଇଁ ସ୍ଥିର କରାଯାଇଛି । ଏହି ଜ୍ଞାନ କୌଶଳ ଯୋଗାଇ ଦେବାରେ National Institute of Ocean Technology, Chennai  ଏକ ଅଗ୍ରଣୀ ଅନୁଷ୍ଠାନ । ପ୍ରକାଶ ଥାଉକି, ମୁଖ୍ୟତଃ ଓଡିଶାର ଉପକୂଳବର୍ତ୍ତୀ ଅଞ୍ଚଳଗୁଡିକ ପ୍ରାକୃତିକ ଦୁର୍ବିପାକର ସମ୍ମୁଖୀନ ହୋଇଥାଏ ।

ଓଡିଶାରେ ପ୍ରାୟ ୪୮୦କି.ମି. ଦୈର୍ଘ୍ୟ ବିଶିଷ୍ଟ ବଙ୍ଗୋପସାଗର ତଟ ଅବସ୍ଥିତ । ବାତ୍ୟା ସମୟରେ ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ସୁଉଚ୍ଚ ଲହଡି ସମୁଦ୍ର ତଟବର୍ତ୍ତୀ ଅଞ୍ଚଳକୁ ଦୃତ ବେଗରେ ପ୍ରବେଶ କରିବା ଫଳରେ ଅନେକ ଧନ ଜୀବନ କ୍ଷୟକ୍ଷତି ହେବାର ଆଶଙ୍କା ସୃଷ୍ଟି ହୋଇଥାଏ । ବିଗତ କିଛି ବର୍ଷ ମଧ୍ୟରେ ଅନେକ ସ୍ଥାନରେ ସମୁଦ୍ର ତଟ କ୍ଷୟ ହେବାର ପରିଲକ୍ଷିତ ହୋଇଥିବା ଦୃଷ୍ଟିରୁ ଏହି ସମସ୍ୟାର ସ୍ଥାୟୀ ପ୍ରତିକାର ନିମନ୍ତେ ରାଜ୍ୟ ସରକାର ଜଳବାୟୁ ପରିବର୍ତ୍ତନ ପ୍ରତିରୋଧକ ସମୁଦ୍ର ତଟ ସୁରକ୍ଷା ଓ ସମୁଦ୍ର ନିକଟସ୍ଥ ଲୁଣିବନ୍ଧ ଗୁଡିକର ସୁଦୃଢୀକରଣ ପାଇଁ ଯୋଜନା କରିଛନ୍ତି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

March 8, 2026
ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version