• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟସ୍ତରୀୟ ଜାତୀୟ ହସ୍ତତନ୍ତ ଦିବସ ପାଳିତ : ପୁରସ୍କୃତ ହେଲେ ତନ୍ତୁବାୟ ସହଯୋଗ ସମିତି – ଯୋଗଦେଲେ ଜାତୀୟ ଓ ରାଜ୍ୟ ପୁରସ୍କାରପ୍ରାପ୍ତ ବୁଣାକାରଙ୍କ ସହ ଅନେକ ବୁଣାକାର ଭାଇଭଉଣୀ

Proprietor Abhimanyu Maharana by Proprietor Abhimanyu Maharana
August 10, 2022
in ଓଡ଼ିଶା, ମହାନଗର, ହୋମ୍
0
ରାଜ୍ୟସ୍ତରୀୟ ଜାତୀୟ ହସ୍ତତନ୍ତ ଦିବସ ପାଳିତ : ପୁରସ୍କୃତ ହେଲେ ତନ୍ତୁବାୟ ସହଯୋଗ ସମିତି – ଯୋଗଦେଲେ ଜାତୀୟ ଓ ରାଜ୍ୟ ପୁରସ୍କାରପ୍ରାପ୍ତ ବୁଣାକାରଙ୍କ ସହ ଅନେକ ବୁଣାକାର ଭାଇଭଉଣୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୦ ଅଗଷ୍ଟ ବୁଧବାର ) ଭୁବନେଶ୍ୱର :- ଆଜି ୭ ଅଗଷ୍ଟ ୨୦୨୨ । ସମଗ୍ର ଦେଶରେ ପାଳିତ ହେଉଛି ‘ଅଷ୍ଟମ ଜାତୀୟ ହସ୍ତତନ୍ତ ଦିବସ’। ପ୍ରତ୍ୟେକ ଭାରତୀୟ ଭିତରେ ଆମର ଐତିହ୍ୟସଂପନ୍ନ ଓ ବହୁପୁରାତନ ପାରମ୍ପରିକ ହସ୍ତତନ୍ତ କଳା ପ୍ରତି ଆଗ୍ରହ ସୃଷ୍ଟି କରିବା ଏବଂ ଏହି ସଂସ୍କୃତି ଓ କଳା ସହିତ ବଂଶାନୁକ୍ରମେ ଜଡ଼ିତ ବୁଣାକାରମାନଙ୍କ ସମ୍ମାନାର୍ଥେ ଏହି ଦିବସକୁ ପାଳନ କରାଯାଉଛି । ଭାରତବର୍ଷରେ ଓଡ଼ିଶାର ରୁଦ୍ଧିମନ୍ତ ହସ୍ତତନ୍ତ ବସ୍ତ୍ର ବିଶେଷତଃ ବାନ୍ଧବସ୍ତ୍ରର ଏକ ସ୍ୱତନ୍ତ୍ର ସ୍ଥାନ ରହିଛି । ସର୍ବୋପରି ଏହି ହସ୍ତତନ୍ତ କ୍ଷେତ୍ର ଲକ୍ଷ ଲକ୍ଷ ଗ୍ରାମୀଣ ବୁଣାକାରଙ୍କୁ ଜୀବିକା ଯୋଗାଇବାରେ ସମର୍ଥ ହୋଇପାରିଛି । ଅଗଷ୍ଟ ୭ ତାରିଖକୁ ହସ୍ତତନ୍ତ ଦିବସ ରୂପେ ପାଳନ କରିବାର ତାତ୍ପର୍ଯ୍ୟ ରହିଛି ।

୧୯୦୫ ମସିହାରେ ଏହି ତାରିଖରେ କଲିକତାର ଟାଉନ୍‌ ହଲ୍‌ରେ ଆୟୋଜିତ ସ୍ୱଦେଶୀ ଆନ୍ଦୋଳନରେ ବିଦେଶୀ ବସ୍ତ୍ର ବର୍ଜନ କରି ସ୍ୱଦେଶୀ ବସ୍ତ୍ର ପରିଧାନ କରିବା ପାଇଁ ସିଦ୍ଧାନ୍ତ ଗ୍ରହଣ କରାଯାଇଥିଲା । ଏଣୁ ଭାରତର କଳା ସଂସ୍କୃତିକୁ ରୁଦ୍ଧିମନ୍ତ କରିଥିବା ହସ୍ତତନ୍ତ କଳାକୁ ସର୍ବଜନବିଦିତ କରିବା ତଥା ସଂରକ୍ଷିତ କରି ଏହାକୁ ପ୍ରୋତ୍ସାହିତ କରିବା ପାଇଁ ଏହି ଦିନଟିକୁ ସର୍ବଭାରତ ସ୍ତରରେ ଜାତୀୟ ହସ୍ତତନ୍ତ ଦିବସ ରୂପେ ପାଳନ କରାଯାଉଛି । ଏହାର ମୂଳଲକ୍ଷ ହେଉଛି ଏହି କ୍ଷେତ୍ର ସହ ଜଡ଼ିତ ଅଗଣିତ ବୁଣାକାରଙ୍କ ମନରେ ସ୍ୱାଭିମାନ ଜାଗ୍ରତ କରିବା ସଙ୍ଗେ ସଙ୍ଗେ ସେମାନଙ୍କ ବୃତ୍ତିକୁ ଓ ସେମାନଙ୍କ ଦ୍ୱାରା ଉତ୍ପାଦିତ ବସ୍ତ୍ରକୁ ସୁଦୂରପ୍ରସାରୀ କରାଇ ସେମାନଙ୍କୁ ସ୍ୱାବଲମ୍ବୀ କରାଇବା ା

ଆଜି ଜୟଦେବ ଭବନଠାରେ ରାଜ୍ୟସ୍ତରୀୟ ଜାତୀୟ ହସ୍ତତନ୍ତ ଦିବସରେ ଓଡ଼ିଶାର ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ରୀତା ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିଲେ ା ଓଡ଼ିଶା ହସ୍ତତନ୍ତର ଆଦିଭୂମି ଭାବେ ବିଶ୍ୱପ୍ରସିଦ୍ଧ ବୋଲି ସେ ପ୍ରକାଶ କରିଥିଲେ । ବୁଣାକାର ଓ କାରିଗରମାନଙ୍କୁ ଏହି ଅବସରରେ ଶୁଭେଚ୍ଛା ଜଣାଇବା ସହିତ ସେମାନଙ୍କର ସମୃଦ୍ଧି କାମନା କରିଥିଲେ । ବୟନ ଓ ହସ୍ତତନ୍ତ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଶ୍ରୀ ସୁଶାନ୍ତ କୁମାର ଦାଶ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ଭୁବନେଶ୍ୱର(କେନ୍ଦ୍ର ) ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା ଓଡ଼ିଶାର ସମୃଦ୍ଧ ହସ୍ତତନ୍ତ ସଂପର୍କରେ ବକ୍ତବ୍ୟ ରଖିଥିଲେ । ବୟନିକାର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ଶ୍ୟାମଭକ୍ତ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ।

ଏହି ଉତ୍ସବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ଓଡ଼ିଶାର ଗର୍ବ ଓ ଗୌରବ ଅନେକ ସନ୍ଥକବିର, ଜାତୀୟ ଓ ରାଜ୍ୟ ପୁରସ୍କାରପ୍ରାପ୍ତ ବୁଣାକାରଙ୍କ ସହ ଅନେକ ବୁଣାକାର ଭାଇଭଉଣୀ ଯୋଗଦେଇଛନ୍ତି । ଏହି ଜାତୀୟ ହସ୍ତତନ୍ତ ଦିବସରେ ନିରବଚ୍ଛିନ୍ନ ଭାବେ ୭୫ ବର୍ଷରୁ ଅଧିକ ସମୟ ଧରି ରାଜ୍ୟରେ ବୁଣାକାରଙ୍କ ସେବାରେ କାର୍ଯ୍ୟରତ ଥିବା ପଦ୍ମନାଭପୁର ତନ୍ତୁବାୟ ସହଯୋଗ ସମିତି, ବ୍ରହ୍ମପୁର, ଗଞ୍ଜାମ, ସଦରଥାନା ତନ୍ତୁବାୟ ସହଯୋଗ ସମିତି, ଖୋର୍ଦ୍ଧା ଏବଂ ଖୋର୍ଦ୍ଧା ତନ୍ତୁବାୟ ସହଯୋଗ ସମିତି, ଖୋର୍ଦ୍ଧାଙ୍କୁ ପ୍ରତ୍ୟେକ ଏକ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ରାଶି ପ୍ରଦାନ କରାଯାଇଥିଲା । ସେହିପରି ବିଗତ ତିନି ବର୍ଷର ହାରାହାରି ବ୍ୟବସାୟକୁ ଆଧାର କରି ସର୍ବାଧିକ ହସ୍ତତନ୍ତ ବସ୍ତ୍ର ବ୍ୟବସାୟ କରିଥିବା ଗମିଲୋ ତନ୍ତୁବାୟ ସହଯୋଗ ସମିତି, ଆଠଗଡ଼,

କଟକଙ୍କୁ ପ୍ରଥମ ପୁରସ୍କାର ବାବଦରେ ତିନି ଲକ୍ଷ ଟଙ୍କା, ଜାଲପାଲି ତନ୍ତୁବାୟ ସହଯୋଗ ସମିତି, ବରଗଡ଼ଙ୍କୁ ଦ୍ୱିତୀୟ ପୁରସ୍କାର ବାବଦରେ ୨ ଲକ୍ଷ ଟଙ୍କା ଏବଂ ଲୁରୁପାଲି ତନ୍ତୁବାୟ ସହଯୋଗ ସମିତି, ବରଗଡ଼ଙ୍କୁ ତୃତୀୟ ପୁରସ୍କାର ଭାବେ ଏକ ଲକ୍ଷ ଟଙ୍କା ପ୍ରଦାନ କରାଯାଇଥିଲା । ଓଡ଼ିଶା ସରକାରଙ୍କ ବୟନିକା ଓ ବୟନଶିଳ୍ପ ନିର୍ଦ୍ଦେଶାଳୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ଆୟୋଜିତ ଏହି ଉତ୍ସବକୁ ସଂଚାଳନ କରିଥିବା ସୂଚନା ଓ ଲୋକସଂପର୍କ ବିଭାଗର ସହକାରୀ ନିର୍ଦ୍ଦେଶକ ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀଙ୍କ ସମ୍ବର୍ଦ୍ଧିତ କରାଯାଇଥିଲା । କାର୍ଯ୍ୟକ୍ରମ ଶେଷରେ ସୁନ୍ଦରଗଡ଼ର ମୟୂରୀ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ପାରମ୍ପରିକ ଲୋକନୃତ୍ୟ ପରିବେଷିତ ହୋଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

June 30, 2026
ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

June 30, 2026
ଜଗନ୍ନାଥଙ୍କୁ ପଛ କରି ଭକ୍ତଙ୍କୁ ଦର୍ଶନ ଦେଲେ ମନ୍ତ୍ରୀ

ଜଗନ୍ନାଥଙ୍କୁ ପଛ କରି ଭକ୍ତଙ୍କୁ ଦର୍ଶନ ଦେଲେ ମନ୍ତ୍ରୀ

June 30, 2026
ପୋଲିସ ପକ୍ଷରୁ ବୃଦ୍ଧ ବୃଦ୍ଧା ଓ ଭିନ୍ନକ୍ଷମ ମାନଙ୍କୁ ଦର୍ଶନ

ପୋଲିସ ପକ୍ଷରୁ ବୃଦ୍ଧ ବୃଦ୍ଧା ଓ ଭିନ୍ନକ୍ଷମ ମାନଙ୍କୁ ଦର୍ଶନ

June 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

June 30, 2026
ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

June 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version