• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀଙ୍କ ମୟୁରଭଞ୍ଜ ଗସ୍ତ : ସୁବର୍ଣ୍ଣରେଖା ଓ ଦେଓ ଜଳସେଚନ ପ୍ରକଳ୍ପ ଲୋକାର୍ପିତ

Proprietor Abhimanyu Maharana by Proprietor Abhimanyu Maharana
August 13, 2022
in ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
ମୁଖ୍ୟମନ୍ତ୍ରୀଙ୍କ ମୟୁରଭଞ୍ଜ ଗସ୍ତ : ସୁବର୍ଣ୍ଣରେଖା ଓ ଦେଓ ଜଳସେଚନ ପ୍ରକଳ୍ପ ଲୋକାର୍ପିତ
Share on FacebookShare on TwitterWhatsapp

ଉଭୟ ପ୍ରକଳ୍ପରେ ୨୭ ହଜାର ହେକ୍ଟରରୁ ଅଧିକ ଜମିକୁ ମିଳିବ ଜଳସେଚନ ସୁବିଧା, ୨.୫ ଲକ୍ଷରୁ ଅଧିକ ଚାଷୀ ହେବେ ଉପକୃତ , ଜନଜାତି ପିଲାମାନେ ନିଜ ଦକ୍ଷତା ବଳରେ ଆଜି ଦେଶ ବିଦେଶରେ ସୁନାମ କରୁଛନ୍ତି , ପିଲାଟିଏ ଯେତେବେଳେ ଗାଁ ସ୍କୁଲରେ ବିଶ୍ବସ୍ତରୀୟ ଶିକ୍ଷା ସୁବିଧା ପାଉଛି, ସେତେବେଳେ କେବଳ ସେ ପିଲା ନୁହେଁ, ବା ଗାଁ ନୁହେଁ, ସାରା ଓଡିଶାର ଆଗକୁ ବଢିବାର ଚିତ୍ର ସ୍ପଷ୍ଟ ହେଉଛି – ମୁଖ୍ୟମନ୍ତ୍ରୀ

ଓଡ଼ିଶା ତାଜା ନ୍ୟୁଜ (୧୨ ଅଗଷ୍ଟ ଶୁକ୍ରବାର ) ମୟୁରଭଞ୍ଜ :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ମୟୁରଭଞ୍ଜ ଜିଲ୍ଲା ଗସ୍ତ କରି ସେଠାରେ ଦୁଇଟି ଗୁରୁତ୍ବପୂର୍ଣ୍ଣ ଜଳସେଚନ ପ୍ରକଳ୍ପ – ଦେଓ ଓ ସୁବର୍ଣ୍ଣରେଖା ପ୍ରକଳ୍ପ – ଲୋକାର୍ପିତ କରିଛନ୍ତି । ଏହାସହିତ ଜିଲ୍ଲାର ଅନେକ ବିକାଶମୂଳକ କାର୍ଯ୍ୟ ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି । ଆଜି ମୟୁରଭଞ୍ଜର ରାସଗୋବିନ୍ଦପୁରସ୍ଥିତ ଟିକପଦା ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଏହି ଦୁଇଟି ପ୍ରକଳ୍ପ ଲୋକାର୍ପିତ କରି କହିଛନ୍ତି ଯେ ଜନଜାତି ଭାଇଭଉଣୀ ମାନଙ୍କ ପାଇଁ ରାଜ୍ୟ ସରକାରଙ୍କ କାର୍ଯ୍ୟକ୍ରମ ଆଜି ସୁଫଳ ଦେବା ଆରମ୍ଭ କରିଛି ।

ଶିକ୍ଷା ଓ ରୋଜଗାର ଜରିଆରେ ସେମାନଙ୍କୁ ସଶକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ କାର୍ଯ୍ୟକ୍ରମ ବହୁତ ଆଗକୁ ଯାଇପାରିଛି । ଜନଜାତି ପିଲାମାନେ ଆଜି ସେମାନଙ୍କ ଦକ୍ଷତା ବଳରେ ଦେଶ ବିତେଶରେ ସୁନାମ କରିପାରୁଛନ୍ତି ବୋଲି ସେ କହିଥିଲେ । ଆଜି ଲୋକାର୍ପିତ ଦୁଇଟି ପ୍ରକଳ୍ପ ମଧ୍ୟରୁ ସୁବର୍ଣ୍ଣରେଖା ପ୍ରକଳ୍ପ ଦ୍ବାରା ମୟୁରଭଞ୍ଜ ଓ ବାଲେଶ୍ବର ଜିଲ୍ଲାର ୧୭,୧୨୧ ହେକ୍ଟର ଅତିରିକ୍ତ ଚାଷ ଜମି ପାଇଁ ଜଳସେଚନର ସୁବିଧା ମିଳିବ। ଏହାଦ୍ବାରା ଉଭୟ ଜିଲ୍ଲାର ୫୫ ହଜାର ଚାଷୀ ଉପକୃତ ହେବେ। ଏତିପାଇଁ ୬୮୫ କୋଟି ଟଙ୍କା ବିନିଯୋଗ କରାଯାଇଛି।

ସୂଚନାଯୋଗ୍ୟ ଯେ ସୁବର୍ଣ୍ଣରେଖା ରାଜ୍ୟ ସରକାରଙ୍କ ଏକ ବୃହତ ଜଳସେଚନ ପ୍ରକଳ୍ପ। ଏହାଦ୍ବାରା ସମୁଦାୟ ୭୦ ହଜାର ହେକ୍ଟର ଜମିକୁ ଜଳସେଚିତ କରିବାର ଲକ୍ଷ୍ୟ ରଖାଯାଇଛି । ବର୍ତ୍ତମାନ ସୁଦ୍ଧା ୫୦ ହଜାର ହେକ୍ଟରରୁ ଅଧିକ ଚାଷ ଜମିକୁ ପାଣି ସୁବିଧା କରାଯାଇପାରିଛି । ସେହିପରି ଦେଓ ଜଳସେଚନ ପ୍ରକଳ୍ପ ଦ୍ବାରା ମୟୁରଭଞ୍ଜର ପ୍ରାୟ ୧୦ ହଜାର ହେକ୍ଟର ଜମିକୁ ଜଳସେଚନର ସୁବିଧା ମିଳିବା ସହିତ ଏହାଦ୍ବାରା ୧୦୦ଟି ଗାଁର ଦୁଇ ଲକ୍ଷ ଲୋକ ଉପକୃତ ହେବେ ।

ଏଥିପାଇଁ କରଞ୍ଜିଆ ବ୍ଲକ୍‌ର ହାତୀବାରି ଠାରେ ୮୨୩ କୋଟି ଟଙ୍କାରେ ଦେଓ ନଦୀ ଉପରେ ୧୨୮୦ ମିଟର ଦୈର୍ଘ୍ୟର ଏକ ବନ୍ଧ ନିର୍ମାଣ କରାଯାଇଛି । କୃଷି, ଶିକ୍ଷା, ସ୍ବାସ୍ଥ୍ୟ ଓ ଅନ୍ୟାନ୍ୟ ବିକାଶ ଓ କଲ୍ୟାଣ ମୂଳକ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମର ସବୁ କାର୍ଯ୍ୟକ୍ରମ ଲୋକଙ୍କୁ ସଶକ୍ତ କରିଛି ଏବଂ ଲୋକଙ୍କ ଆଦର ଲାଭ କରିଛି ।

୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହା ପିଲାମାନଙ୍କ ମଧ୍ୟରେ ଆତ୍ମବିଶ୍ବାସ ବୃଦ୍ଧି କରିଛି । ଯେତେବେଳେ ମୟୁରଭଞ୍ଜର ଗୋଟିଏ ପିଲାଟିଏ ଗାଁ ସ୍କୁଲରେ ବିଶ୍ବସ୍ତରୀୟ ଶିକ୍ଷା ସୁବିଧା ପାଉଛି, ସେତେବେଳେ କେବଳ ସେ ପିଲା ନୁହେଁ, ବା ଗାଁ ନୁହେଁ, ସାରା ଓଡିଶାର ଆଗକୁ ବଢିବାର ଚିତ୍ର ସ୍ପଷ୍ଟ ହେଉଛି ବୋଲି ସେ କହିଥିଲେ ।

ମୟୁରଭଞ୍ଜର କଳା ଓ ସଂସ୍କୃତିର ଉଚ୍ଚପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଲେ ଯେ ସାରା ଭାରତରେ ମୟୁରଭଞ୍ଜର ଏକ ସ୍ବତନ୍ତ୍ର ପରିଚୟ ରହିଛି । ମୟୁରଭଞ୍ଜର ଜନଜାତି ଭାଇଭଉଣୀ ମାନଙ୍କର ଏକ ସମୃଦ୍ଧ ପରମ୍ପରା ରହିଛି । ସେ ଗୌରବକୁ ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦୌପଦୀ ମୁର୍ମୁଜୀ ଆହୁରି ବୃଦ୍ଧି କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ । ତାଙ୍କ ପାଇଁ ଆମେ ସମସ୍ତେ ଗର୍ବିତ ବୋଲି ସେ କହିଥିଲେ ।

ମୟୁରଭଞ୍ଜ ରାଜ୍ୟର ଏକ ବଡ ଓ ଗୁରୁତ୍ବପୂର୍ଣ୍ଣ ଜିଲ୍ଲା ବୋଲି ମତ ଦେଇ ସେ କହିଲେ ଯେ ରାଜ୍ୟର ବିକାଶର ମୟୁରଭଞ୍ଜର ସ୍ବତନ୍ତ୍ର ଅବଦାନ ରହିଛି । ସମସ୍ତେ ମିଶି ଜିଲ୍ଲାର ଓ ସାରା ରାଜ୍ୟର ବିକାଶ ପାଇଁ ହାତ ମିଳାଇ କାମ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ଅଶ୍ବିନୀ ପାତ୍ର, ମୋରଡା ବିଧାୟକ ଶ୍ରୀ ରାଜକିଶୋର ଦାସ,

ବାଙ୍ଗରିପୋଷି ବିଧାୟକ ଶ୍ରୀ ସୁଦାମ ମାର୍ଣ୍ଡି ଓ ମୟୁରଭଞ୍ଜ ଜିଲ୍ଲା ପରିଷଦ ସଭାପତି ଶ୍ରୀମତୀ ଭାରତୀ ହାଂସଦା ପ୍ରମୁଖ ବକ୍ତବ୍ୟ ରଖି ମୟୁରଭଞ୍ଜର ଚାଷୀ ମାନଙ୍କ ପାଇଁ ଏହି ଦୁଇଟି ପ୍ରକଳ୍ପର ଗୁରୁତ୍ବ ବିଷୟରେ ଆଲୋକପାତ କରିଥିଲେ । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଦେଶର ସବୁଠାରୁ ଲୋକପ୍ରିୟ ଓ ସର୍ବଶ୍ରେଷ୍ଠ ମୁଖ୍ୟମନ୍ତ୍ରୀ ବୋଲି ବର୍ଣ୍ଣନା କରି ଓଡିଶାବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତା ତାଙ୍କୁ ସମସ୍ତଙ୍କ ପ୍ରିୟଭାଜନ କରିପାରିଛି ବୋଲି ସେମାନେ ମତ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Junior & Senior Artistic Gymnastics National Championships 2026–27

Junior & Senior Artistic Gymnastics National Championships 2026–27

April 28, 2026
ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

April 28, 2026
ବିରୋଧୀ ଦଳମାନଙ୍କର ମହିଳା ବିରୋଧୀ ମାନସିକତା ବିରୁଦ୍ଧରେ ନୟାଗଡ଼ରେ ବିଜେପିର ସାମ୍ବାଦିକ ସମ୍ମିଳନୀ

ବିରୋଧୀ ଦଳମାନଙ୍କର ମହିଳା ବିରୋଧୀ ମାନସିକତା ବିରୁଦ୍ଧରେ ନୟାଗଡ଼ରେ ବିଜେପିର ସାମ୍ବାଦିକ ସମ୍ମିଳନୀ

April 28, 2026
ଜାତିଗତ ଜନ ଗଣନାର ୧୨ ନମ୍ବର କଲମରେ ପଚାରା ଯାଉଥିବା ପ୍ରଶ୍ନରେ ଓବିସି ସାମିଲ କରିବା ଦାବି ନେଇ ରାଜଧାନୀ ରେ ବିକ୍ଷୋଭ ଓ ଧାରଣା

ଜାତିଗତ ଜନ ଗଣନାର ୧୨ ନମ୍ବର କଲମରେ ପଚାରା ଯାଉଥିବା ପ୍ରଶ୍ନରେ ଓବିସି ସାମିଲ କରିବା ଦାବି ନେଇ ରାଜଧାନୀ ରେ ବିକ୍ଷୋଭ ଓ ଧାରଣା

April 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Junior & Senior Artistic Gymnastics National Championships 2026–27

Junior & Senior Artistic Gymnastics National Championships 2026–27

April 28, 2026
ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

April 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version