No Result
View All Result
ଓଡ଼ିଶା ତାଜା ନ୍ୟୁଜ (୨୩ ଅଗଷ୍ଟ ମଙ୍ଗଳବାର )ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଉତ୍କଳ ହିତୈଷିଣୀ ସମାଜ ସଭାଗୃହ ଠାରେ ଓଡ଼ିଶା ସାହିତ୍ୟ ଏକାଡେମୀ ଆନୁକୁଲ୍ୟରେ ଭାଷାତତ୍ତ୍ଵ ବିତ୍ ପଣ୍ଡିତ ଗୋପୀନାଥ ନନ୍ଦ ଶର୍ମାଙ୍କ ୧୫୪ତମ ଜୟନ୍ତୀ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ସକାଳେ ଏକାଡେମୀ ଜିଲ୍ଲା ସଦସ୍ୟ ଓ ଉତ୍କଳ ସମ୍ମିଳନୀ ଜିଲ୍ଲା ଶାଖା ପକ୍ଷରୁ ସ୍ଥାନୀୟ ମହାରାଜାଙ୍କ ଉଚ୍ଚ ବିଦ୍ୟାଳୟ ପରିସରରେ ଥିବା ପଣ୍ଡିତ ଗୋପୀନାଥ ନନ୍ଦଶର୍ମାଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ କରା ଯାଇଥିଲା ।ଏଥି ସହ ସେଠାରେ ଥିବା ପାରଳାର ଅନ୍ୟ ନବରତ୍ନ ମହାପୁରୁଷଙ୍କ ପ୍ରତିମୂର୍ତ୍ତି ଉପରେ ମଧ୍ୟ ପୁଷ୍ପମାଲ୍ୟ ଅର୍ପଣ କରା ଯାଇଥିଲା ।ସନ୍ଧ୍ୟାରେ ଓଡ଼ିଶା ସାହିତ୍ୟ ଏକାଡେମୀର ଗଜପତି ଜିଲ୍ଲା ସଦସ୍ୟ ଶ୍ରୀ ବିଚିତ୍ରା ନନ୍ଦ ବେବର୍ତ୍ତାଙ୍କ ସଭାପତିତ୍ୱରେ ,
ବ୍ରହ୍ମପୁରବିଶ୍ୱବିଦ୍ୟାଳୟର ଓଡ଼ିଆ ବିଭାଗ ମୁଖ୍ୟ ଏବଂ ଭଞ୍ଜବିହାର ସ୍ଥିତ ବିଶ୍ୱବିଦ୍ୟାଳୟର ସାହିତ୍ୟଏକାଡେମୀ ସଦସ୍ୟ ପ୍ରଫେସର ଡ.ପ୍ରସନ୍ନ କୁମାର ସ୍ୱାଇଁ ମୁଖ୍ୟ ଅତିଥି ଏବଂ ଐତିହାସିକ ତଥା ଗବେଷକ ଉପାନ୍ତ ପ୍ରହରୀ ଶ୍ରୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ର , ମୁଖ୍ୟବକ୍ତା ଏବଂ ଆଚାର୍ଯ୍ୟ ବିନୋଦ ଚନ୍ଦ୍ର ଜେନା ସମ୍ମାନୀତ ବକ୍ତା ଭାବେ ଯୋଗଦେଇ ଭାଷା ବିଜ୍ଞାନୀ ପଣ୍ଡିତ ଗୋପୀନାଥ ନନ୍ଦଙ୍କ ଜୀବନୀ , ସାରସ୍ଵତ ସାଧନା ଏବଂ ବହୁମୁଖି ପ୍ରତିଭା ସମ୍ପର୍କରେ ଆଲୋଚନା କରିଥିଲେ ।ଅନ୍ୟପକ୍ଷରେ ଓଡ଼ିଆ ସାହିତ୍ୟ କ୍ଷେତ୍ରରେ , ସମଗ୍ର ଭାରତ ବର୍ଷକୁ ପ୍ରଥମେ ପଣ୍ଡିତ ଗୋପୀନାଥ ନନ୍ଦଶର୍ମା ହିଁ ଦିଗଦର୍ଶନ ଦେଇ ଯାଇଛନ୍ତି । ସେତେବେଳେ ଓଡ଼ିଆ ଭାଷା ସୁରକ୍ଷିତ ରହିବା ସହ ସାହିତ୍ୟ ଅଗ୍ରଗାମୀ ହୋଇ ପାରିଥିଲା ବୋଲି ମଞ୍ଚାସିନ ଅତିଥି ବକ୍ତା ମାନେ କହିଥିଲେ ।
କାର୍ଯ୍ୟକ୍ରମ ପ୍ରାରମ୍ଭରେ ଅଧ୍ୟାପିକା ଡ.କଲ୍ୟାଣୀ ମିଶ୍ର ସ୍ୱାଗତ ସମ୍ଭାଷଣ ଓ ପରିଚୟ ପ୍ରଦାନ କରିଥିବା ବେଳେ ଶ୍ରୀମତୀ ସ୍ନିଗ୍ଧା ମିଶ୍ର ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।ଏହି ଅବସରରେ ପ୍ରାରମ୍ଭିକ ସଙ୍ଗୀତ ସ୍ଥାନୀୟ ଭକ୍ତି ସଙ୍ଗୀତ ସଂସଦର ଶିଳ୍ପୀ ମାନେ ଗାନ କରିଥିବା ବେଳେ ଶ୍ରୀଜଗନ୍ନାଥ ଓଡ଼ିଶୀ କଳା କେନ୍ଦ୍ରର ନୃତ୍ୟଶିଳ୍ପୀ ମାନଙ୍କ ଦ୍ଵାରା ଓଡ଼ିଶୀ , ମାହାରୀ ଓ ସମ୍ବଲପୁରୀ ନୃତ୍ୟ ପରିବେଷଣ କରାଯାଇ ଥିଲା । ଏହି ନୃତ୍ୟ ତଥା ସାଂସ୍କୃତିକ କାର୍ୟ୍ୟକ୍ରମକୁ ଶ୍ରୀମତୀ ଅରୁପାଞ୍ଜଳି ମହାନ୍ତି ଏବଂ ସୁଶ୍ରୀ ଡି.ପ୍ରିୟଙ୍କା ପରିଚାଳନା ଓ ସଂଯୋଜନା କରିଥିଲେ ।ଏହି କାର୍ଯ୍ୟକ୍ରମରେ ଶ୍ରୀ ନିତ୍ୟାନନ୍ଦ ଚୌଧୁରୀ , ଶ୍ରୀ ମୂରଲୀଧର ପରିଛା , ଶ୍ରୀ ବିଷ୍ଣୁ ଚରଣ ପଣ୍ଡା , ଶ୍ରୀ ତ୍ରିପତି ପ୍ରସାଦ ପଣ୍ଡା, ଶ୍ରୀ ଭାରତ ଭୂଷଣ ମହାନ୍ତି , ପଣ୍ଡିତ ନରସିଂହ ଗୌଡ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ପରିଚାଳନା ରେ ସହଯୋଗ କରିଥିଲେ।

No Result
View All Result