• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟସ୍ତରୀୟ ଆତ୍ମୋତ୍ସର୍ଗ ଦିବସ ପାଳିତ ‘ପାପଡ଼ାହାଣ୍ଡି ଘଟଣା ସ୍ୱାଧୀନତା ସଂଗ୍ରାମ ଇତିହାସରେ ଓଡ଼ିଶାର ଏକ ଗୁରୁତ୍ୱପୂର୍ଣ୍ଣ ସ୍ୱାକ୍ଷର’ : ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ଅମାତ

Proprietor Abhimanyu Maharana by Proprietor Abhimanyu Maharana
August 25, 2022
in ଓଡ଼ିଶା, ମହାନଗର, ହୋମ୍
0
ରାଜ୍ୟସ୍ତରୀୟ ଆତ୍ମୋତ୍ସର୍ଗ ଦିବସ ପାଳିତ ‘ପାପଡ଼ାହାଣ୍ଡି ଘଟଣା ସ୍ୱାଧୀନତା ସଂଗ୍ରାମ ଇତିହାସରେ ଓଡ଼ିଶାର ଏକ ଗୁରୁତ୍ୱପୂର୍ଣ୍ଣ ସ୍ୱାକ୍ଷର’ : ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ଅମାତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୪ ଅଗଷ୍ଟ ବୁଧବାର ) ଭୁବନେଶ୍ୱର :- ଭାରତର ସ୍ୱାଧୀନତା ସଂଗ୍ରାମ ସମୟରେ ନବରଙ୍ଗପୁରର ପାପଡ଼ାହାଣ୍ଡିଠାରେ ବି୍ରଟିଶ ପୋଲିସଙ୍କ ବର୍ବରୋଚିତ ଗୁଳିକାଣ୍ଡରେ କେବଳ ୧୯ ଜଣ ସଂଗ୍ରାମୀ ନୁହେଁ ତା’ଠାରୁ ଢେର ଅଧିକ ସଂଗ୍ରାମୀ ପ୍ରାଣ ହରାଇଥିଲେ । ନଦୀକୁ ଡେଇଁ କିଛି ସଂଗ୍ରାମୀ ପ୍ରାଣ ହରାଇଥିବାବେଳେ ଅନେକ ସଂଗ୍ରାମୀ କାରାଦଣ୍ଡ ଭୋଗୁଥିବା ସମୟରେ ମୃତୁ୍ୟବରଣ କରିଥିଲେ । ଏ ସଂପର୍କରେ ସାମ୍ବାଦିକ, ଐତିହାସିକଙ୍କ ସମେତ ସ୍ଥାନୀୟ ଅଞ୍ଚଳର ମେଧାବୀ ଛାତ୍ରମାନେ ଗବେଷଣା କରିବାର ଆବଶ୍ୟକତା ରହିଛି ବୋଲି ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ପ୍ରଦିପ କୁମାର ଅମାତ ପ୍ରକାଶ କରିଛନ୍ତି ।

ସୂଚନା ଓ ଲୋକସଂପର୍କ ବିଭାଗ ଏବଂ ଶାବରୀ ସାଂସ୍କୃତିକ ସଂସଦର ମିଳିତ ଆନୁକୂଲ୍ୟରେ ଆଜି ସନ୍ଧ୍ୟାରେ ସ୍ଥାନୀୟ ଜୟଦେବ ଭବନଠରେ ଆୟୋଜିତ ରାଜ୍ୟସ୍ତରୀୟ ଆତ୍ମୋତ୍ସର୍ଗ ଦିବସ ସମାରୋହରେ ଉଦ୍‌ବୋଧନ ଦେଇ ମନ୍ତ୍ରୀ ଶ୍ରୀ ଅମାତ ପାପଡ଼ାହାଣ୍ଡି ଘଟଣା ସ୍ୱାଧୀନତା ସଂଗ୍ରାମ ଇତିହାସରେ ଓଡ଼ିଶାର ଏକ ଗୁରୁତ୍ୱପୂର୍ଣ୍ଣ ସ୍ୱାକ୍ଷର ବୋଲି ଅଭିହିତ କରି ସ୍ୱାଧୀନତାକୁ ଅକ୍ଷୁଣ୍ଣ ରଖିବା ନିମନ୍ତେ ପ୍ରତିଜ୍ଞାବଦ୍ଧ ହେବା ପାଇଁ ଯୁବପିଢ଼ିଙ୍କୁ ଆହ୍ୱାନ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ସଭାପତିତ୍ୱ କରି ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ, ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା କହିଥିିଲେ ଯେ ଭାରତଛାଡ଼ ଆନ୍ଦୋଳନର ସ୍ୱର ପାପଡ଼ାହାଣ୍ଡିରେ ତୀବ୍ର ଭାବେ ଗୁଞ୍ଜରିତ ହୋଇଥିଲା । ଏହି ସଂଗ୍ରାମୀମାନଙ୍କ ବଳିଦାନର ଭିତ୍ତିଭୂମି ଉପରେ ଆମ ଦେଶ ଭାରତବର୍ଷ ଠିଆ ହୋଇଛି ଏବଂ ଆମେ ସ୍ୱାଧୀନତାର ଆନନ୍ଦ ନେଉଛେ ବୋଲି ସେ ଉଲ୍ଲେଖ କରିଥିଲେ ।

ସମ୍ବାନିତ ଅତିଥି ଭାବେ ଯୋଗଦେଇ ରାଜ୍ୟସଭା ସାଂସଦ ମୁନ୍ନା ଖାଁ, ରାୟଗଡ଼ା ବିଧାୟକ ଶ୍ରୀ ମକରନ୍ଦ ମୁଦୁଲି, ଓଡ଼ିଶା ରିଭୁ୍ୟ ଓ ଉତ୍କଳ ପ୍ରସଙ୍ଗର ସଂପାଦକ ଡ. ଲେନିନ୍‌ ମହାନ୍ତି ପ୍ରମୁଖ ପାପଡ଼ାହାଣ୍ଡି ଘଟଣା ଭାରତର ସ୍ୱାଧୀନତା ସଂଗ୍ରାମ ଇତିହାସରେ ସ୍ୱର୍ଣ୍ଣାକ୍ଷରରେ ଲିପିବଦ୍ଧ ବୋଲି ଉଲ୍ଲେଖ କରିଥିଲେ । ସ୍ୱାଧୀନତା ନିମନ୍ତେ ନବରଙ୍ଗପୁର ପରି ଏକ ଆଦିବାସୀବହୁଳ ଅଞ୍ଚଳର ଜନସାଧାରଣ ଯେପରି ତ୍ୟାଗ ସ୍ୱୀକାର କରିଥିଲେ ତାହା ଉତ୍ତରପିଢ଼ିଙ୍କୁ ସବୁବେଳେ ଅନୁପ୍ରାଣିତ କରୁଥିବ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ । ମୁଖ୍ୟବକ୍ତା ଭାବେ ଯୋଗଦେଇ ‘ସମ୍ବାଦ’ର ବାର୍ତ୍ତା ସଂପାଦକ ଶ୍ରୀ ଅରବିନ୍ଦ ଦାସ ପାପଡ଼ାହାଣ୍ଡିର ତୁରୀ ନଦୀ ତଟରେ ସଂଘଟିତ ଏହି ବର୍ବରୋଚିତ ଗୁଳିକାଣ୍ଡ ଅନେକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ବୋଲି ପ୍ରକାଶ କରିଥିଲେ । କାରଣ ଦେଶୀୟ, ଜାତୀୟ ଓ ଜଙ୍ଗଲରୁ ଏହି ଆନ୍ଦୋଳନ ଆରମ୍ଭ ହୋଇଥିଲା । ଐତିହାସିକମାନେ ଏହି ଗୁଳିକାଣ୍ଡକୁ ଯେତେ ଗୁରୁତ୍ୱ ଦେବା କଥା ସେତିକି ଦେଇନାହାନ୍ତି । ୧୯ ଜଣ ନୁହେଁ, ବରଂ ୪୩ ଜଣ ଏଠାରେ ଶହୀଦ ହୋଇଥିଲେ ।

ତେଣୁ ଏହାକୁ ରକ୍ତତୀର୍ଥ ପାପଡ଼ାହାଣ୍ଡି କୁହାଯାଏ । ଏହା ଉପରେ ଅଧିକ ଗବେଷଣାର ଆବଶ୍ୟକତା ରହିଛି ବୋଲି ଉଲ୍ଲେଖ କରି ପାପଡ଼ାହାଣ୍ଡି ସଂଗ୍ରାମର ବିଭିନ୍ନ ଦିଗ ସଂପର୍କରେ ଆଲୋକପାତ କରିଥିଲେ । ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତି୍ରପାଠୀ ସ୍ୱାଗତ ଭାଷଣ ଅବସରରେ ସ୍ୱାଧୀନତା ସଂଗ୍ରାମୀମାନଙ୍କର ଆତ୍ମୋତ୍ସର୍ଗ ବଳରେ ଆମେ କଷ୍ଟଲବ୍ଧ ସ୍ୱାଧୀନତା ପାଇଛେ ବୋଲି ପ୍ରକାଶ କରିଥିଲେ । ଶାବରୀ ସାଂସ୍କୃତିକ ସଂସଦର ଉପସଭାପତି ଶ୍ରୀ ଗୌରଚନ୍ଦ୍ର ତି୍ରପାଠୀ ଧନ୍ୟବାଦ ଅର୍ପଣ କରିଥିଲେ । ସୂଚନା ଅଧିକାରୀ ଶ୍ରୀ ସଚ୍ଚିଦାନନ୍ଦ ବେହେରା କାର୍ଯ୍ୟକ୍ରମ ସଂଯୋଜନା କରିଥିବାବେଳେ ଶେଷରେ କାକିରିଗୁମା, କୋରାପୁଟର କଳାକାରମାନଙ୍କ ଦ୍ୱାରା ଆକର୍ଷଣୀୟ ଜନଜାତି ନୃତ୍ୟ ଓ ସଂଗୀତ ପରିବେଷଣ କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ନାନ ପୂର୍ଣ୍ଣିମା ଅବସରରେ ପରିବହନ ବିଭାଗ ପକ୍ଷ ରୁ ୯୫ ଚାଲାଣ, ୯ଲକ୍ଷ ୮୫ହଜାର ଟଙ୍କା ଜରିମାନା ଆଦାୟ

ସ୍ନାନ ପୂର୍ଣ୍ଣିମା ଅବସରରେ ପରିବହନ ବିଭାଗ ପକ୍ଷ ରୁ ୯୫ ଚାଲାଣ, ୯ଲକ୍ଷ ୮୫ହଜାର ଟଙ୍କା ଜରିମାନା ଆଦାୟ

July 1, 2026
କଟକ ୬ଷ୍ଠ ବାଟାଲିୟନ ପରିସରରେ ଥିବା ଜଗନ୍ନାଥ ମନ୍ଦିରରେ ସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ

କଟକ ୬ଷ୍ଠ ବାଟାଲିୟନ ପରିସରରେ ଥିବା ଜଗନ୍ନାଥ ମନ୍ଦିରରେ ସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ

July 1, 2026
ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟର ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ

ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟର ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ

July 1, 2026
ନୟାଗଡ଼ ଜିଲ୍ଲାସ୍ତରୀୟ ପିଏମ ସ୍ଵ-ନିଧି ମହୋତ୍ସବ

ନୟାଗଡ଼ ଜିଲ୍ଲାସ୍ତରୀୟ ପିଏମ ସ୍ଵ-ନିଧି ମହୋତ୍ସବ

July 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ନାନ ପୂର୍ଣ୍ଣିମା ଅବସରରେ ପରିବହନ ବିଭାଗ ପକ୍ଷ ରୁ ୯୫ ଚାଲାଣ, ୯ଲକ୍ଷ ୮୫ହଜାର ଟଙ୍କା ଜରିମାନା ଆଦାୟ

ସ୍ନାନ ପୂର୍ଣ୍ଣିମା ଅବସରରେ ପରିବହନ ବିଭାଗ ପକ୍ଷ ରୁ ୯୫ ଚାଲାଣ, ୯ଲକ୍ଷ ୮୫ହଜାର ଟଙ୍କା ଜରିମାନା ଆଦାୟ

July 1, 2026
କଟକ ୬ଷ୍ଠ ବାଟାଲିୟନ ପରିସରରେ ଥିବା ଜଗନ୍ନାଥ ମନ୍ଦିରରେ ସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ

କଟକ ୬ଷ୍ଠ ବାଟାଲିୟନ ପରିସରରେ ଥିବା ଜଗନ୍ନାଥ ମନ୍ଦିରରେ ସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ

July 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version