• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜିଲ୍ଲାରେ ନିର୍ମାଣାଧୀନ ସେତୁଗୁଡିକର କାର୍ଯ୍ୟ ଶୀଘ୍ର ଶେଷ କର – ଗ୍ରାମ୍ୟ ଉନ୍ନୟନ ବିଭାଗପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ ସିଂ

Proprietor Abhimanyu Maharana by Proprietor Abhimanyu Maharana
August 26, 2022
in ଓଡ଼ିଶା, ମହାନଗର, ହୋମ୍
0
ଜିଲ୍ଲାରେ ନିର୍ମାଣାଧୀନ ସେତୁଗୁଡିକର କାର୍ଯ୍ୟ ଶୀଘ୍ର ଶେଷ କର – ଗ୍ରାମ୍ୟ ଉନ୍ନୟନ ବିଭାଗପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ ସିଂ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୫ ଅଗଷ୍ଟ ଗୁରୁବାର) ଛତ୍ରପୁର/ଭୁବନେଶ୍ୱର :- ବ୍ରହ୍ମପୁର ସ୍ଥିତ ଗ୍ରାମ୍ୟ ନିର୍ମାଣ ମଣ୍ଡଳ କାର୍ଯ୍ୟଳୟର ସମ୍ମିଳନୀ କକ୍ଷ ଠାରେ ରାଜ୍ୟ ଗ୍ରାମ୍ୟ ଉନ୍ନୟନ ବିଭାଗ ତଥା ସୂଚନା ଓ ଲୋକସମ୍ପର୍କ ବିଭାଗପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂ ଙ୍କ ଦ୍ଵାରା ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ଉପସ୍ଥିତିରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂ ସମସ୍ତ ଯନ୍ତ୍ରୀମାନଙ୍କୁ ଅବଗତ କରାଇଥିଲେ ଯେ,ଗଞ୍ଜାମ ଜିଲ୍ଲା ସବୁବେଳେ ସୁନାମ ପାଇଆସୁଛି । ଜିଲ୍ଲାର ସୁନାମ ଆଣିବା ଦିଗରେ ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ଵାରା କାର୍ଯ୍ୟ ହେଉଥିବା କାମ ଗୁଡିକ ସମ୍ପନ୍ନ କରିବା ଦିଗରେ ତ୍ୱରାନିତ କରିବାର ଆବଶ୍ୟକତା ରହିଛି ।

ସେତୁ ନିର୍ମାଣ କ୍ଷେତ୍ରରେ ଟେଣ୍ଡର କାର‌୍ୟ୍ୟ ସାରିଦେଇ ସମସ୍ତ କାର‌୍ୟ୍ୟ ଠିକାଦାରଙ୍କ ଉପରେ ନ୍ୟସ୍ତ କଲେ ହେବନାହିଁ। ଠିକାଦାରଙ୍କ କାର‌୍ୟ୍ୟଧାରା ଗୁଡିକ ବରାବର ତଦାରଖ କରିବାକୁ ସେ ପରାମର୍ଶ ଦେଇଥିଲେ । ଉନ୍ନୟନ କାର‌୍ୟ୍ୟରେ ଦେଖାଯାଉଥିବା ପ୍ରତିବନ୍ଧକଗୁଡିକ ସମାଧାନ କରି ଉକ୍ତ କାର‌୍ୟ୍ୟର ଶୀଘ୍ର ସମାପନ ଦିଗରେ ପ୍ରତ୍ୟେକ ତତ୍ପରତା ପ୍ରକାଶ କରିବାର ଆବଶ୍ୟକତା ରହିଛି ବୋଲି ପ୍ରମୁଖ ଶାସନ ସଚିବ ଶ୍ରୀ ସିଂ ଜଣାଇଥିଲେ । ସେ ମଧ୍ୟ କହିଥିଲେ ଯେ ଯନ୍ତ୍ରୀମାନେ କ୍ଷେତ୍ର ପରିଦର୍ଶନ କରି ସମସ୍ତ ସୁବିଧା ଅସୁବିଧା ବୁଝନ୍ତୁ ।ଅସୁବିଧା ସମ୍ପର୍କରେ ନିଜ ଉପରିସ୍ଥ ଅଧିକାରୀଙ୍କୁ ଅବଗତ କରାନ୍ତୁ । ସେହିଠାରେ ସମସ୍ୟାର ସମାଧାନ ହୋଇନପାରିଲେ ଜିଲ୍ଲାପାଳଙ୍କ ସହାୟତା ନେଇ ସେସବୁର ସମାଧାନ କରି କାର୍ଯ୍ୟଗୁଡିକ ସଠିକ ସମୟରେ ସମାପନ କରିବାକୁ ଶ୍ରୀ ସିଂ ନିର୍ଦ୍ଦେଶ ଦେଇଥିଲେ ।

ଯନ୍ତ୍ରୀମାନେ ସମସ୍ୟା ଦେଖିବା ସହିତ ଏହାର ସମାଧାନର ବାଟ ମଧ୍ୟ ବାହାର କରି କାର‌୍ୟ୍ୟ ଯେମିତି ସଠିକ ସମୟରେ ସମାପନ ହେବ ସେ ଦିଗରେ ତତ୍ପରତା ପ୍ରକାଶ କରିବାକୁ ପ୍ରମୁଖ ଶାସନ ସଚିବ ଜଣାଇଥିଲେ । ଡିପିଆର ପ୍ରସ୍ତୁତ କରିବା ପୂର୍ବରୁ କ୍ଷେତ୍ର ପରିଦର୍ଶନ କରି ପ୍ରକୃତ ଡିପିଆର ପ୍ରସ୍ତୁତ କରିବାକୁ ସେ ପରାମର୍ଶ ଦେଇଥିଲେ । ଯେଉଁ ଅଧିକାରୀମାନଙ୍କ ଦ୍ଵାରା କାର‌୍ୟ୍ୟ ଧାରା ବିଳମ୍ବ ହେବ, ସେମାନଙ୍କୁ ଉତ୍ତରଦାୟୀ କରାଯିବ । ଅଧିକାରୀମାନେ ନିଜ ସଦରମହକୁମାରେ ରହିବା ସହିତ କ୍ଷେତ୍ର ପରିଦର୍ଶନ କରିବାକୁ ଶ୍ରୀ ସିଂ ପରାମର୍ଶଦେଇଥିଲେ ।

ଗଞ୍ଜାମ ଜିଲ୍ଲାପାଳ ଶ୍ରୀ ପରିଡା ପ୍ରମୁଖ ଶାସନ ସଚିବଙ୍କ ଦୃଷ୍ଟି ଆକର୍ଷଣ କରି ଜଣାଇଥିଲେ ଯେ, ଅନେକ ସମୟରେ ଜନସାଧାରଣ ରାସ୍ତାର ମରାମତି ସମ୍ପର୍କରେ ପ୍ରଶାସନର ଦୃଷ୍ଟି ଆକର୍ଷଣ କରନ୍ତି । ଗୋଟିଏ ରାସ୍ତାକୁ ନିୟମିତ ନିର୍ଦ୍ଧିଷ୍ଟସମୟ ସୀମା ମଧ୍ୟରେ ସଜାଡିଲେ ରାସ୍ତାଗୁଡିକର ପରିଚାଳନା ଠିକ ହୋଇପାରିବ ।ରାସ୍ତା ନିର୍ମାଣ ଗୃହ ନିର୍ମାଣ କିମ୍ବା ସେତୁ ନିର୍ମାଣ କ୍ଷେତ୍ରରେ କୌଣସି ସମସ୍ୟା ଦେଖାଗଲେ ତାହା ଜିଲ୍ଲା ପ୍ରଶାସନର ଦୃଷ୍ଟିକୁ ଆଣନ୍ତୁ । ତେବେଯାଇ ତାର ସମାଧାନ ବାଟ ଖୋଲିବ ଏବଂ ଉନ୍ନୟନ କାର‌୍ୟ୍ୟ ବିନା ଦ୍ଵିଧାରେ ସଠିକ ସମୟରେ ସମାପନ ହୋଇପାରିବ ।

ସମୀକ୍ଷା ବୈଠକରେ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନା, ବିଜୁ ସେତୁ ଯୋଜନା,ମୁଖ୍ୟମନ୍ତ୍ରୀ ସଡକ ଯୋଜନା, ବହୁମୂଖୀ ବାତ୍ୟା ଆଶ୍ରୟ ସ୍ଥଳ ନିର୍ମାଣ ଯୋଜନା ଆଦି ସମ୍ପର୍କରେ ସୁବିସ୍ତୃତ ଆଲୋଚନା ହୋଇଥିଲା । ଏହି ସମୀକ୍ଷା ବୈଠକରେ ରାଜ୍ୟ ଗ୍ରାମ୍ୟ ନିର୍ମାଣ କୋଠବାଡି ଓ ସେତୁ ବିଭାଗ ଯନ୍ତ୍ରୀ ମୁଖ୍ୟ ପ୍ରଦୀପ ସାମଲ,ମୁଖ୍ୟ ଯନ୍ତ୍ରୀ ରମେଶ ଚନ୍ଦ୍ରବେହେରା, ଗଞ୍ଜାମ ଜିଲ୍ଲା ଗ୍ରାମ ନିର୍ମାଣ ମଣ୍ଡଳ ମୁଖ୍ୟ ନିର୍ମାଣ ଯନ୍ତ୍ରୀ ପ୍ରଦୀପ କୁମାର ଜେନା , ଗଞ୍ଜାମ ଜିଲ୍ଲା ଗ୍ରାମ୍ୟ ନିର୍ମାଣ ବିଭାଜନ– ୧ ର ଅଧିକ୍ଷଣ ଯନ୍ତ୍ରୀ ନାରଣ ମୁର୍ମୁ ଏବଂ ସମ୍ପୃକ୍ତ ବିଭାଗୀୟ ଯନ୍ତ୍ରୀ ଓ ଅଧିକାରୀଗଣ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

July 1, 2026
ପୁରୀରେ ଜିଲ୍ଲାସ୍ତରୀୟ ରେନବୋ ପ୍ରାଇଡ୍ ୱାକ୍ ସଫଳତାର ସହ ଆୟୋଜିତ

ପୁରୀରେ ଜିଲ୍ଲାସ୍ତରୀୟ ରେନବୋ ପ୍ରାଇଡ୍ ୱାକ୍ ସଫଳତାର ସହ ଆୟୋଜିତ

July 1, 2026
ସ୍ନାନ ପୂର୍ଣ୍ଣିମା ଅବସରରେ ପରିବହନ ବିଭାଗ ପକ୍ଷ ରୁ ୯୫ ଚାଲାଣ, ୯ଲକ୍ଷ ୮୫ହଜାର ଟଙ୍କା ଜରିମାନା ଆଦାୟ

ସ୍ନାନ ପୂର୍ଣ୍ଣିମା ଅବସରରେ ପରିବହନ ବିଭାଗ ପକ୍ଷ ରୁ ୯୫ ଚାଲାଣ, ୯ଲକ୍ଷ ୮୫ହଜାର ଟଙ୍କା ଜରିମାନା ଆଦାୟ

July 1, 2026
କଟକ ୬ଷ୍ଠ ବାଟାଲିୟନ ପରିସରରେ ଥିବା ଜଗନ୍ନାଥ ମନ୍ଦିରରେ ସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ

କଟକ ୬ଷ୍ଠ ବାଟାଲିୟନ ପରିସରରେ ଥିବା ଜଗନ୍ନାଥ ମନ୍ଦିରରେ ସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ

July 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

July 1, 2026
ପୁରୀରେ ଜିଲ୍ଲାସ୍ତରୀୟ ରେନବୋ ପ୍ରାଇଡ୍ ୱାକ୍ ସଫଳତାର ସହ ଆୟୋଜିତ

ପୁରୀରେ ଜିଲ୍ଲାସ୍ତରୀୟ ରେନବୋ ପ୍ରାଇଡ୍ ୱାକ୍ ସଫଳତାର ସହ ଆୟୋଜିତ

July 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version