• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

 ଆଧାର ସଂଯୋଗୀକରଣ ସାଧାରଣସେବା ପ୍ରଦାନକୁ ତ୍ୱରାନ୍ୱିତ କରିବ – ମୁଖ୍ୟ ଶାସନ ସଚିବ

Proprietor Abhimanyu Maharana by Proprietor Abhimanyu Maharana
September 18, 2022
in ଓଡ଼ିଶା, ମହାନଗର, ହୋମ୍
0
 ଆଧାର ସଂଯୋଗୀକରଣ ସାଧାରଣସେବା ପ୍ରଦାନକୁ ତ୍ୱରାନ୍ୱିତ କରିବ – ମୁଖ୍ୟ ଶାସନ ସଚିବ
Share on FacebookShare on TwitterWhatsapp

ଆଧାର ବ୍ୟବହାର ସଂପ୍ରସାରଣ କର୍ମଶାଳା

ଆଧାର ବ୍ୟବହାରରେ ଓଡ଼ିଶା ଅଗ୍ରଦୃତ ରାଜ୍ୟ- ଡ଼ଃ ଗର୍ଗ

ଓଡ଼ିଶା ତାଜା ନ୍ୟୁଜ (୧୭ ସେପ୍ଟେମ୍ବର ଶନିବାର ) ଭୁବନେଶ୍ୱର :- ଉତ୍ତମ ପ୍ରଶାସନ ଦିଗରେ ଅନ୍ୟଏକ ପଦକ୍ଷେପ ସ୍ୱରୂପ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଆଧାର ବ୍ୟବହାର ସଂପ୍ରସାରଣ ସମ୍ବନ୍ଧିତ କର୍ମଶାଳା ଉଦ୍ଘାଟନ କରିଛନ୍ତି । ରାଜ୍ୟ ସରକାର ଏବଂ ଭାରତର ଏକକ ପରିଚୟ କର୍ତ୍ତୁପକ୍ଷକଙ୍କ ମିଳିତ ସହଯୋଗିତାରେ ରାଜ୍ୟ ଲୋକସେବା ଭବନ କନ୍ଭେନ୍ସନ୍ ସେଣ୍ଟରରେ ଆଜି ଏହି ଦିନିକିଆ କର୍ମଶାଳା ଅନୁଷ୍ଠିତ ହୋଇଥିଲା । କର୍ମଶାଳାକୁ ଉଦ୍ଘାଟନ କରି ଶ୍ରୀ ମହାପାତ୍ର କହିଥିଲେ ଯେ ଆଧାର ନମ୍ବର ବ୍ୟବହାରର ସରଳୀ କରଣ ନାଗରିକମାନଙ୍କ ଜୀବନ ଧାରାକୁ ସହଜ କରିବା ସହିତ ବିଭିନ୍ନ ପ୍ରକାର ସାଧାରଣ ସେବା ପ୍ରଦାନକୁ ଅଧିକ ତ୍ୱରାନ୍ୱିତ କରିବ । ଏହାର ବ୍ୟବହାର ଦ୍ୱାରା ବହୁ ସଂଙ୍ଖ୍ୟକ ଲୋକଙ୍କୁ ଏକ ସମୟରେ ସଠିକ୍ ଓ ସମୟାନୁବନ୍ଧିତ ସେବା ଯୋଗାଯାଇ ପାରିବ ।

ସକ୍ରିୟ ଅଂଶଗ୍ରହଣ ପୂର୍ବକ ବିଭିନ୍ନ ସେବା ପ୍ରଦାନ ସହ ଆଧାର ସଂଯୋଗୀକରଣ ସମ୍ବନ୍ଧୀୟ ପ୍ରଶ୍ନର ସମାଧାନ କରିବା ପାଇଁ କର୍ମଶାଳାରେ ଯୋଗ ଦେଇଥିବା ବିଭିନ୍ନ ବିଭାଗର ଅଧିକାରୀମାନଙ୍କୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଥିଲେ । ଆଧାରରେ ସନ୍ନିବଶିତ ତଥ୍ୟ ଏବଂ ବାଇଓମେଟ୍ରିକ୍ ଛାପ ଆଦିକୁ ନିୟମିତ ସମୟ ବ୍ୟବଧାନରେ ଅପ୍ଡେଟ୍ କରିବା ପାଇଁ ମଧ୍ୟ ଆଧାର କର୍ତ୍ତୁପକ୍ଷକଙ୍କୁ ଶ୍ରୀ ମହାପାତ୍ର ପରାମର୍ଶ ଦେଇଥିଲେ । ଏହାଦ୍ୱାରା ତଥ୍ୟଭିତ୍ତି ସଦ୍ୟତନ ରହିବ ଏବଂ ଆଧାର ନମ୍ବର ମାଧ୍ୟମରେ ନାଗରିକ ଚିହ୍ନଟକରଣ ସଠିକ୍ ହେବ । ବିଶେଷତଃ ଛୋଟ ପିଲାମାନଙ୍କ ନାମରେ ହୋଇଥିବା ବାଇମେଟ୍ରିକ୍ର ନିୟମିତ ସମୟାନ୍ତରରେ ସଦ୍ୟତନ ଦେବାର ଆବଶ୍ୟକତା ଅଧିକ । ନବଜାତ ଶିଶୁ ଏବଂ ଆଧାର କେନ୍ଦ୍ରକୁ ଆସି ପାରିନଥିବା ଦିବ୍ୟାଙ୍ଗ ବା ନିଃସହାୟ ବୃଦ୍ଧ ବ୍ୟକ୍ତିମାନଙ୍କ ଆଧାର ପଞ୍ଜୀକରଣ ଉପରେ ମୁଖ୍ୟ ଶାସନ ସଚିବ ଗୁରୁତ୍ୱ ଆରୋପ କରିଥିଲେ ।

ଗ୍ରାମ, ୱାର୍ଡ଼, ଗ୍ରାମ ପଞ୍ଚାୟତ ଆଦି ସ୍ତରରେ କାର୍ଯ୍ୟ କରୁଥିବା ‘ମୋ ସେବା କେନ୍ଦ୍ର’ ଗୁଡିକରେ ଆଧାର ପଞ୍ଚୀକରଣ ଏବଂ ସଂଶୋଧନ ସମ୍ବନ୍ଧିତ ସେବା ଯୋଗାଇବା ପାଇଁ ମଧ୍ୟ ଶ୍ରୀ ମହାପାତ୍ର ଆଧାର କର୍ତ୍ତୁପକ୍ଷଙ୍କୁ ପରାମର୍ଶ ଦେଇଥିଲେ । ଏହାହେଲେ ଦୂରଦୂରାନ୍ତ ସ୍ଥିତ ଗ୍ରାମରେ ରହୁଥିବା ଲୋକମାନେ ମଧ୍ୟ ଆଧାର ସେବା ପାଇପାରିବେ । ବର୍ତ୍ତମାନ ରାଜ୍ୟର ବିଭିନ୍ନ ଅଂଚଳରେ ୫୯୨୩ ଟି ମୋ ସେବା କେନ୍ଦ୍ର କାର୍ଯ୍ୟ କରୁଛି । ଏହି କେନ୍ଦ୍ରଗୁଡିକର ଲୋକପ୍ରିୟତା ଦିନକୁ ଦିନ ବଢ଼ୁଛି ଏବଂ ଅଧିକରୁ ଅଧିକ ଲୋକ ଏହି କେନ୍ଦ୍ର ମାଧ୍ୟମରେ ଅନ୍ଲାଇନ୍ ସରକାରୀ ସେବା ପାଇପାରୁଛନ୍ତି । ଶ୍ରୀ ମହାପାତ୍ର ଆହୁରି ମଧ୍ୟ କହିଥିଲେ ଯେ ଖାଦ୍ୟ ଯୋଗାଣ ଯୋଜନା, କାଳିଆ ଭଳି କୃଷକ କଲ୍ୟାଣ ଯୋଜନା, ବିଭିନ୍ନ ପ୍ରକାର ଭତ୍ତା ପ୍ରଦାନ, ଛାତ୍ର ବୃତ୍ତି ମଞ୍ଜୁର ଓ ପ୍ରଦାନ ଆଦିରେ ଆଧାର ନମ୍ବର ବ୍ୟବହାର ଉତ୍ସାହଜନକ ଫଳାଫଳ ହୋଇଛି । ଏହା ପ୍ରକ୍ରିୟାକୁ ଅଧିକ ସ୍ୱଚ୍ଛ, ସରଳ ଏବଂ ସଠିକ୍ କରିଛି ।

ସ୍ୱାର୍ଥନ୍ୱଷୀ ମଧ୍ୟବର୍ତ୍ତୀ ଲୋକକମାନଙ୍କୁ ପ୍ରକ୍ରିୟାରୁ ବାଦ ଦେଇଛି । ଆଧାର କାର୍ଡର ପ୍ରୟୋଜନୀୟତା ବିଷୟରେ ସଚେତନତା ସୃଷ୍ଟି କାର୍ଯ୍ୟକ୍ରମକୁ ଅଧିକ ବ୍ୟାପକ ଓ ସଘନ କରିବା ପାଇଁ ଶ୍ରୀ ମହାପାତ୍ର ଆଧାର କର୍ତ୍ତୁପକ୍ଷଙ୍କୁ ପରାମର୍ଶ ଦେଇଥିଲେ । ଆଧାର କର୍ତ୍ତୁପକ୍ଷକଙ୍କ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ଼ଃ ସୌରଭ ଗର୍ଗ କହିଥିଲେ ଯେ ଆଧାର ନମ୍ବର ବ୍ୟବହାରରେ ଓଡ଼ିଶା ଏକ ଅଗ୍ରଦୃତ ରାଜ୍ୟ । ୧୮ ରୁ ଉର୍ଦ୍ଧ ଜନସଂଙ୍ଖ୍ୟାର ପଞ୍ଜୀକରଣ ଶତ ପ୍ରତିଶତ ପାଖାପାଖି ପହଞ୍ଚିଛି । ଆଧାର ନମ୍ବର ଆର୍ଥିକ ଓ ସାମାଜିକ ଅନ୍ତର୍ଭୁକ୍ତିକରଣର ଏକ ଚାବିକାଠି ବୋଲି ଡ଼ଃ ଗର୍ଗ କହିଥିଲେ । ଆଧାରର ବ୍ୟବହାର ଓ ପଞ୍ଜୀକରଣ ଆଦି କାର୍ଯ୍ୟର ସଠିକ୍ ପରିଚାଳନା ନିମନ୍ତେ ଶିଘ୍ର ଜିଲ୍ଲାସ୍ତରୀୟ କମିଟିମାନ ଗଠନ କରାଯିବ ବୋଲି ମଧ୍ୟ ସେ ସୂଚନା ଦେଇଥିଲେ । କର୍ମଶାଳାଟି ୩ ଟି ପର୍ଯ୍ୟାୟରେ ଆୟୋଜିତ ହୋଇଥିଲା ।

ଉଦ୍ଘାଟନୀ ପର୍ଯ୍ୟାୟରେ କର୍ମଶାଳାର ଉଦ୍ଦେଶ୍ୟ ଏବଂ ଆଲୋଚ୍ୟ ବିଷୟବସ୍ତୁ ଉପରେ ଆଲୋକପାତ କରାଯାଇଥିଲା । ବୈଷୟିକ ପର୍ଯ୍ୟାୟରେ ଆଧାର ବ୍ୟବହାର ବୃଦ୍ଧି ନିମନ୍ତେ ନୂତନ ପ୍ରଚେଷ୍ଟା, ଆଧାର ଏବଂ ଇ-ଗଭର୍ନାନ୍ସ୍, ରାଜ୍ୟରେ ଆଧାରର ପ୍ରୟୋଗ, ସର୍ବୋତ୍ତମ ପ୍ରାମାଣିତ ପଦ୍ଧତି, ହିତାଧିକାରୀମାନଙ୍କୁ ସିଧାସଳଖ ଆର୍ଥିକ ସହାୟତା ପ୍ରଦାନ ଆଦି ବିଷୟରେ ସବିଶେଷ ଆଲୋଚନା ହୋଇଥିଲା । ଉଦ୍ଯାପନୀ ପର୍ଯ୍ୟାୟ ଉନ୍ନୟନ କମିଶନର ଶ୍ରୀ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ବିକାଶ ପ୍ରକ୍ରିୟାରେ ଜନସାଧାରଣଙ୍କ ଅନ୍ତର୍ଭୁକ୍ତିକରଣ ପାଇଁ ଆଧାର ବ୍ୟବହାରର ଏକ ଫଳଦାୟୀ ଉପାୟ ବୋଲି ଶ୍ରୀ ଜେନା କହିଥିଲେ ବିଭିନ୍ନ ବିଭାଗର ସମନ୍ୱୟ ମାଧ୍ୟମରେ କ୍ଷେତ୍ରସ୍ତରରେ ଏକ ଆଧାର ବ୍ୟବହାର ଉପଯୋଗୀ ବାତାବରଣ ସୃଷ୍ଟି କରିବା ପାଇଁ ସେ ପରାମର୍ଶ ଦେଇଥିଲେ ।

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ବିଶାଳ କୁମାର ଦେବ, କୃଷି ବିଭାଗ ପ୍ରମୁଖ ଶାସନ ସଚିବ ଡ଼ଃ ଅରବିନ୍ଦ ପାଢ଼ୀ, ସୂଚନା ଓ ପ୍ରଯୁକ୍ତି ବିଦ୍ୟା ଶାସନ ସଚିବ ଶ୍ରୀ ମନୋଜ କୁମାର ମିଶ୍ରଙ୍କ ସମେତ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ଆଧାର କର୍ତ୍ତୁପକ୍ଷଙ୍କ ତରଫରୁ ପି.ସଙ୍ଗିଥା, ଅମିତ ଭାଗର୍ଭ, ସୁମେଶ ଯୋଗୀ, ସୁଦ୍ଧିପ୍ତ ନାୟକ, ଅଂଶୁମାନ କାମିଲା, ଏବଂ ଡ଼ି.ଭାସ୍କର ରାଓ ପ୍ରମୁଖ ବିଶେଷଜ୍ଞମାନେ ଉପରୋକ୍ତ ବିଷୟଗୁଡିକ ଉପରେ ଆଲୋକପାତ କରିଥିଲେ । ଉମାକାନ୍ତ ମହାପାତ୍ର,ସୂଚନା ଅଧିକାରୀ, ମୁଖ୍ୟ ଶାସନ ସଚିବ

 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

July 1, 2026
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

July 1, 2026
୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

July 1, 2026
ପୁରୀରେ ଜିଲ୍ଲାସ୍ତରୀୟ ରେନବୋ ପ୍ରାଇଡ୍ ୱାକ୍ ସଫଳତାର ସହ ଆୟୋଜିତ

ପୁରୀରେ ଜିଲ୍ଲାସ୍ତରୀୟ ରେନବୋ ପ୍ରାଇଡ୍ ୱାକ୍ ସଫଳତାର ସହ ଆୟୋଜିତ

July 1, 2026

Recent News

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

July 1, 2026
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

July 1, 2026
୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

July 1, 2026
ପୁରୀରେ ଜିଲ୍ଲାସ୍ତରୀୟ ରେନବୋ ପ୍ରାଇଡ୍ ୱାକ୍ ସଫଳତାର ସହ ଆୟୋଜିତ

ପୁରୀରେ ଜିଲ୍ଲାସ୍ତରୀୟ ରେନବୋ ପ୍ରାଇଡ୍ ୱାକ୍ ସଫଳତାର ସହ ଆୟୋଜିତ

July 1, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

July 1, 2026
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

July 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version