• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟର ବିପର୍ଯ୍ୟୟ ପରିଚାଳନା ଦକ୍ଷତାକୁ ଅଧିକ ଦୃଢ଼ିଭୁତ କରାଯିବ

Proprietor Abhimanyu Maharana by Proprietor Abhimanyu Maharana
September 22, 2022
in ଓଡ଼ିଶା, ମହାନଗର, ହୋମ୍
0
State’s Disaster Management Capacity to be strengthened Further
Share on FacebookShare on TwitterWhatsapp

ସହରାଞ୍ଚଳ ବନ୍ୟା ନିୟନ୍ତ୍ରଣ ଉପରେ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ୱ
ବନ୍ୟା ପ୍ରବଣ ଅଞ୍ଚଳରେ ଅଧିକ ବନ୍ୟା-ଆଶ୍ରୟସ୍ଥଳୀ ନିର୍ମାଣ ପାଇଁ ନିର୍ଦ୍ଦେଶ

ଓଡ଼ିଶା ତାଜା ନ୍ୟୁଜ (୨୧ ସେପ୍ଟେମ୍ବର ବୁଧବାର ) ଭୁବନେଶ୍ୱର :- ବିପର୍ଯ୍ୟୟ ପରିଚାଳନାରେ ଆନ୍ତର୍ଜାତିକ ସ୍ୱୀକୃତି ହାସଲ ସହ ରାଜ୍ୟ ସରକାର ବର୍ତ୍ତମାନ ବିପର୍ଯ୍ୟୟ ପରିଚାଳନା ଦକ୍ଷତାକୁ ଅଧିକ ଦୃଢ଼ିଭୁତ ଏବଂ ଶାଣିତ କରିବା ନିମନ୍ତେ ପଦକ୍ଷେପ ଆରମ୍ଭ କରିଛନ୍ତି । ଆଜି ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବିପର୍ଯ୍ୟୟ ମୁକାବିଲା ସମ୍ବନ୍ଧିତ ରାଜ୍ୟସ୍ତରୀୟ କାର୍ଯ୍ୟନିର୍ବାହୀ କମିଟି ବୈଠକରେ ଏ ବିଷୟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିମାନ ନିଆଯାଇଛି ।  ରାଜ୍ୟ ଲୋକସେବା ଭବନରୁ ଡ଼ିଜିଟାଲ୍ ମୋଡ୍ରେ ଅନୁଷ୍ଠିତ ଏହି ବୈଠକରେ ଉନ୍ନୟନ କମିଶନର ତଥା ସ୍ୱତନ୍ତ୍ର ରିଲିଫ୍ କମିଶନର ଶ୍ରୀ ପ୍ରଦୀପ କୁମାର ଜେନା ରାଜ୍ୟରେ ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧିତ ସଦ୍ୟତନ ତଥ୍ୟ ଓ ଭବିଷ୍ୟତ କାର୍ଯ୍ୟପନ୍ଥା ଆଲୋଚନା ନିମନ୍ତେ ଉପସ୍ଥାପନ କରିଥିଲେ । ଦୃତ ପରିବର୍ତ୍ତନଶୀଳ ଜଳବାୟୁ ପରିପ୍ରେକ୍ଷୀରେ ରାଜ୍ୟର ବିପର୍ଯ୍ୟୟ ପରିଚାଳନା ଦକ୍ଷତାକୁ ଅଧିକ ଦୃଢ଼ ଓ ଶାଣିତ କରିବା ନିମନ୍ତେ ବୈଠକରେ ସ୍ଥିର ହୋଇଥିଲା । ଏଥି ପାଇଁ ଓଡ଼୍ରାଫ୍, ଅଗ୍ନିଶ୍ରମ ସେବା ୟୁନିଟ୍, ପାନୀୟ ଜଳ ଓ ବିଦ୍ୟୁତ ଯୋଗାଣ ୟୁନିଟ୍ ଗୁଡିକୁ ଅତ୍ୟାଧୂନିକ ଯନ୍ତ୍ରପାତି ଓ ଉପକରଣ ଯୋଗାଇ ଦିଆଯିବ । ନିୟମିତ ବ୍ୟବଧାନରେ ତାଲିମ ଦିଆଯାଇ ସେମାନଙ୍କ ଦକ୍ଷତା ବୃଦ୍ଧି କରାଯିବ ।

ସମ୍ଭାବ୍ୟ ସହରାଞ୍ଚଳ ବନ୍ୟା ନିୟନ୍ତ୍ରଣ ନିମନ୍ତେ ବଡ଼ ବଡ଼ ସହରମାନଙ୍କରେ ଥିବା ଡ୍ରେନ୍ ଓ ଜଳ ନିଷ୍କାସନ ବ୍ୟବସ୍ଥାକୁ ସଠିକ୍ ଭାବେ ସଂଯୋଜିତ କରିବା ପାଇଁ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ଗୃହ ଓ ନଗର ଉନ୍ନୟନ ବିଭାଗଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଡ଼୍ରେନ୍ ଗୁଡିକ ଉପରୁ ଜବର ଦଖଲ ହଟାଇବା, ଡ୍ରେନ୍ ପ୍ରଶସ୍ତିକରଣ ଏବଂ ସଂଯୋଗୀକରଣ କାର୍ଯ୍ୟକୁ ଅଗ୍ରାଧିକାର ଭିତ୍ତିରେ କରିବା ପାଇଁ କୁହାଯାଇଥିଲା । ବନ୍ୟା ପ୍ରବଣ ଅଞ୍ଚଳମାନଙ୍କରେ ଅଧିକ ବନ୍ୟା ଆଶ୍ରୟ ସ୍ଥଳୀ ନିର୍ମାଣ ପାଇଁ ବୈଠକରେ ନିଷ୍ପତ୍ତି ହୋଇଥିଲା । ବାରମ୍ବାର ବନ୍ୟାରେ ପ୍ରଭାବିତ ହେଉଥିବା ଏବଂ ଆବଶ୍ୟକ ପରିମାଣର ଆଶ୍ରୟସ୍ଥଳୀ ନଥିବା ଗ୍ରାମମାନଙ୍କୁ ଚିହ୍ନଟ କରି ସେଠାରେ ବନ୍ୟା-ଆଶ୍ରୟସ୍ଥଳୀ ନିର୍ମାଣ କରିବା ପାଇଁ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ । ବରି, ଧାମନଗର, ଗୋପ ଆଦି ବନ୍ୟା ପ୍ରବଣ ଅଞ୍ଚଳର ବନ୍ୟା ଘେରିବନ୍ଧକୁ ଅଧିକ ଉଚ୍ଚ ଓ ଦୃଢ଼ କରିବା ପାଇଁ ମଧ୍ୟ ବୈଠକରେ ନିଷ୍ପତ୍ତି ହୋଇଥିଲା ।

ବିପର୍ଯ୍ୟୟ ପରିଚାଳନା ଦକ୍ଷତା ଅବିବୃଦ୍ଧି ବାବଦରେ ପ୍ରାୟ ୪୦୦ କୋଟି ଟଙ୍କା ବିନିଯୋଗ କରାଯିବ ବୋଲି ବୈଠକର ଆଲୋଚନାରୁ ଜଣାପଡିଥିଲା । ଜରୁରୀ ରିଲିଫ୍, ମରାମତି, ପୁନଃ ସ୍ଥାପନ ଏବଂ ପ୍ରଭାବିତ ଲୋକଙ୍କୁ ବିଭିନ୍ନ ପ୍ରକାର ସହାୟତା ବଣ୍ଟନ ଆଦି ବାବଦରେ ବିଭାଗମାନଙ୍କୁ ଦିଆଯାଇଥିବା ଅନୁଦାନର ବିନିଯୋଗ ପ୍ରମାଣପତ୍ର ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଦାଖଲ କରିବା ପାଇଁ ମଧ୍ୟ ଉନ୍ନୟନ କମିଶନର ଶ୍ରୀ ଜେନା ନିର୍ଦ୍ଦେଶ ଦେଇଥିଲେ ।  ବିପର୍ଯ୍ୟୟ ପରବର୍ତ୍ତୀ ଆବଶ୍ୟକତା ଆକଳନ (ପି.ଡ଼ି.ଏନ୍.ଏ) ବିଷୟ ବୈଠକର ଆଲୋଚନାରେ ସ୍ଥାନ ପାଇଥିଲା । ଗତ ଅଗଷ୍ଟ ମାସରେ ହୋଇଥିବା ପ୍ରବଳ ବର୍ଷା ଏବଂ ବନ୍ୟାର ପି.ଡ଼ି.ଏନ୍.ଏ କରିବା ପାଇଁ ନିଷ୍ପତ୍ତି ହୋଇଥିଲା ।

ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୁପକ୍ଷ ଏବଂ ଜାତୀୟ ବିପର୍ଯ୍ୟୟ ପରିଚାଳନା ପ୍ରତିଷ୍ଠାନଙ୍କ ବୈଷୟିକ ସହଯୋଗିତାରେ ଏହି ଆକଳନ କରିବା ପାଇଁ ଉନ୍ନୟନ କମିଶନର ଶ୍ରୀ ଜେନା ପରାମର୍ଶ ଦେଇଥିଲେ । ମୁଖ୍ୟତଃ ବାସଗୃହ, ଆଶ୍ରୟସ୍ଥଳୀ, ପୁନର୍ବାସ, ପାନୀୟ ଜଳଯୋଗାଣ, ସ୍ୱାସ୍ଥ୍ୟ ସେବା ଓ ଶିକ୍ଷାନୁଷ୍ଠାନ ଆଦି ସର୍ବସାଧାରଣ ସଂପତ୍ତି, ରାସ୍ତା ଓ ପୋଲ ଆଦି ସ୍ଥାନୀୟ ଗୁରୁତ୍ୱପୂର୍ଣ୍ଣ ଭିତ୍ତିଭୂମି ଆବଶ୍ୟକତା ଆଦି ଭିତ୍ତିରେ ଏହି ବିପର୍ଯ୍ୟୟ ପରବର୍ତ୍ତୀ ଆକଳନ କରାଯିବ ବୋଲି ବୈଠକର ଆଲୋଚନାରୁ ଜଣାପଡିଥିଲା । ଆସନ୍ତା ୧ ମାସ ମଧ୍ୟରେ ଏହି କାମ ସଂପୂର୍ଣ୍ଣ କରିବା ପାଇଁ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ ।

ପୋଲିସ୍ ମହାନିର୍ଦ୍ଦେଶକ ଶ୍ରୀ ସୁନିଲ୍ କୁମାର ବଂଶଲ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏବଂ ସ୍ୱତନ୍ତ୍ର ରିଲିଫ୍ କିମଶନର ଶ୍ରୀ ପ୍ରଦୀପ କୁମାର ଜେନା, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଜଳ ସଂପଦ ଶ୍ରୀମତୀ ଅନୁ ଗର୍ଗ, ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସଂଜୀବ ଚୋପ୍ରା, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ବିଶାଳ କୁମାର ଦେବ, ଗ୍ରାମ ଉନ୍ନୟନ ଏବଂ ସୂଚନା ଓ ଲୋକସେବା ସଂପର୍କ ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂ, ପଂଚାୟତି ରାଜ ଏବଂ ପାନୀୟ ଜଳ ଯୋଗାଣ ପ୍ରମୁଖ ଶାସନ ସଚିବ ଶ୍ରୀ ସୁଶିଲ୍ କୁମାର ଲୋହାନିଙ୍କ ସମେତ ସଂପୃକ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ବୈଠକର ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ଉମାକାନ୍ତ ମହାପାତ୍ର, ସୂଚନା ଅଧିକାରୀ, ମୁଖ୍ୟ ଶାସନ ସଚିବ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଲୋକସେବା ଭବନରେ ରାଜ୍ୟ କ୍ୟବିନେଟ ବୈଠକ ପରେ ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବିବୃତ୍ତି 

ଲୋକସେବା ଭବନରେ ରାଜ୍ୟ କ୍ୟବିନେଟ ବୈଠକ ପରେ ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବିବୃତ୍ତି 

July 1, 2026
ଓଡ଼ିଶା ବିଧାନ ସଭାରେ କଫିଟେବୁଲ ବୁକ୍‌ ଉନ୍ମୋଚିତ ଏବଂ ଫିଜିଓଥେରାପି ସେଣ୍ଟର ଉଦ୍‌ଘାଟିତ

ଓଡ଼ିଶା ବିଧାନ ସଭାରେ କଫିଟେବୁଲ ବୁକ୍‌ ଉନ୍ମୋଚିତ ଏବଂ ଫିଜିଓଥେରାପି ସେଣ୍ଟର ଉଦ୍‌ଘାଟିତ

July 1, 2026
ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

July 1, 2026
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

July 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଲୋକସେବା ଭବନରେ ରାଜ୍ୟ କ୍ୟବିନେଟ ବୈଠକ ପରେ ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବିବୃତ୍ତି 

ଲୋକସେବା ଭବନରେ ରାଜ୍ୟ କ୍ୟବିନେଟ ବୈଠକ ପରେ ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବିବୃତ୍ତି 

July 1, 2026
ଓଡ଼ିଶା ବିଧାନ ସଭାରେ କଫିଟେବୁଲ ବୁକ୍‌ ଉନ୍ମୋଚିତ ଏବଂ ଫିଜିଓଥେରାପି ସେଣ୍ଟର ଉଦ୍‌ଘାଟିତ

ଓଡ଼ିଶା ବିଧାନ ସଭାରେ କଫିଟେବୁଲ ବୁକ୍‌ ଉନ୍ମୋଚିତ ଏବଂ ଫିଜିଓଥେରାପି ସେଣ୍ଟର ଉଦ୍‌ଘାଟିତ

July 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version