• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟ ଶାସନ ସଚିବ ଏବଂ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବଙ୍କର ଭଦ୍ରଖ ଜିଲ୍ଲାଗସ୍ତ

Proprietor Abhimanyu Maharana by Proprietor Abhimanyu Maharana
September 24, 2022
in ଓଡ଼ିଶା, ମହାନଗର, ହୋମ୍
0
ମୁଖ୍ୟ ଶାସନ ସଚିବ ଏବଂ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବଙ୍କର ଭଦ୍ରଖ ଜିଲ୍ଲାଗସ୍ତ
Share on FacebookShare on TwitterWhatsapp

1. ଧାମରା ବନ୍ଦର ଏବଂ ଆରଡ଼ୀପୀଠର ଉନ୍ନୟନ କାର୍ଯ୍ୟ ସମୀକ୍ଷା
2. ଜାମୁଝାଡ଼ି-ଧାମରା ରାସ୍ତା ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚିଛି
3. ମନ୍ତେଇ ନଦୀ ସେତୁ ଡ଼ିସେମ୍ବର ସୁଦ୍ଧା ସାରିବା ପାଇଁ ଲକ୍ଷ୍ୟଧାର୍ଯ୍ୟ
4. ଆରଡ଼ିପୀଠ ସଂଯୋଗ ପାଇଁ ସାଳନ୍ଦୀନଦୀ ସେତୁ ନିର୍ମାଣ ଖୁବ୍ ଶିଘ୍ର ଆରମ୍ଭ ହେବ
5. ଆରଡ଼ିଧାମର ଉନ୍ନୟନ ପାଇଁ ସମସ୍ତଙ୍କ ସହଯୋଗ କାମନାକଲେ ୫-ଟି ସଚିବ

ଓଡ଼ିଶା ତାଜା ନ୍ୟୁଜ (୨୩ ସେପ୍ଟେମ୍ବର ଶୁକ୍ରବାର ) ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଶ୍ରୀ ଭି.କେ.ପାଣ୍ଡିଆନ୍ ଆଜି ଭଦ୍ରଖ ଜିଲ୍ଲା ଅନ୍ତର୍ଗତ ଧାମରା ବନ୍ଦର ଏବଂ ଆରଡ଼ିଧାମ ପରିଦର୍ଶନ କରି ବିଭିନ୍ନ ପ୍ରକଳ୍ପର କ୍ଷେତ୍ରସ୍ତରୀୟ ଅଗ୍ରଗତି ସମୀକ୍ଷା କରିଥିଲେ । ପ୍ରଥମେ ଏହି ସର୍ବୋଚ୍ଚ ପ୍ରଶାସନିକ ଟିମ୍ ଧାମରାରେ ପହଞ୍ଚି ଜାମୁଝାଡିରୁ ଧାମରା ପର୍ଯ୍ୟନ୍ତ ଦୁଇସାରିଆ ରାସ୍ତାର ନିର୍ମାଣ କାର୍ଯ୍ୟ,

ଚାନ୍ଦବାଲିରୁ ଧାମରା ପର୍ଯ୍ୟନ୍ତ ସଡ଼କ ସଂଯୋଗ ପାଇଁ ମନ୍ତେଇ ନଦୀ ସେତୁ କାର୍ଯ୍ୟ, ଭଦ୍ରଖ ଧାମରା ରେଳଲାଇନ୍ର ଦୋହରୀକରଣ, ଧାମରାଠାରେ ବନ୍ଦରଭିତ୍ତିକ ଶିଳ୍ପାଞ୍ଚଳ ପ୍ରତିଷ୍ଠା, ବାଲିମେଳାଠାରେ ଏୟାରଷ୍ଟ୍ରିପ୍ ନିର୍ମାଣ, ଧାମରା ବନ୍ଦରରେ ଏଲ୍.ଏନ୍.ଜି. ଗ୍ୟାସ ଟର୍ମିନାଲ ଏବଂ ପାଇପ ଯୋଗେ ରାଜ୍ୟର ବିଭିନ୍ନ ଅଂଚଳକୁ ଗ୍ୟାସ ଯୋଗାଣ ପାଇଁ ଟାଙ୍କି ନିର୍ମାଣ ଆଦି କାର୍ଯ୍ୟର ସମୀକ୍ଷା କରିଥିଲେ

ସମୀକ୍ଷାରୁ ଜଣାପଡିଥିଲା ଯେ ଜାମୁଝାଡିରୁ ଧାମରା ରାସ୍ତା ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଅବଶିଷ୍ଟ କାମ ତ୍ୱରାନ୍ୱିତ କରି ନିର୍ଦ୍ଧାରିତ ସମୟସୀମା ପୂର୍ବରୁ କାମ ପୂର୍ଣ୍ଣାଙ୍ଗ କରିବାକୁ ମୁଖ୍ୟ ଶାସନ ସଚିବ ପୁର୍ତ୍ତ ବିଭାଗ ଯନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଚଳିତ ବର୍ଷ ଡ଼ିସେମ୍ବର ଶେଷସୁଦ୍ଧା ମନ୍ତେଇ ନଦୀସେତୁ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା ।

ବନ୍ଦର ଭିତ୍ତିକ ଶିଳ୍ପାଞ୍ଚଳ ନିମନ୍ତେ ପ୍ରଥମ ପର୍ଯ୍ୟାୟରେ ୧୨୦୦ ଏକର ଜମି ଏବଂ ଧାମରା ଏୟାର ଷ୍ଟ୍ରିପ୍ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ତ୍ୱରାନ୍ୱିତ କରିବା ପାଇଁ କ୍ଷେତ୍ରସ୍ତରୀୟ ଅଧିକାରୀମାନଙ୍କୁ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ । ବନ୍ଦରରେ ବାର୍ଷିକ ୫ ନିୟୁତ କ୍ଷମତା ବିଶିଷ୍ଟ ଏଲ୍.ଏନ୍.ଜି. ଗ୍ୟାସ୍ ଟର୍ମିନାଲ୍ ନିର୍ମାଣ କାର୍ଯ୍ୟରେ ଅଗ୍ରଗତି ସନ୍ତୋଷଜନକ ହୋଇଛି । ଏଥିରେ ପ୍ରାୟ ୬୫୦୦ କୋଟି ଟଙ୍କା ବିନିଯୋଗ ହେବ, ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ଏବଂ ଏହି ଟର୍ମିନାଲ ଓଡ଼ିଶା ସମେତ ଭାରତର ପୂର୍ବ ଏବଂ ଉତ୍ତର-ପୂର୍ବାଞ୍ଚଳ ରାଜ୍ୟମାନଙ୍କୁ ଗ୍ୟାସ୍ ପରିବହନରେ ସହାୟକ ହେବ ।

ପରେ ପରେ ଏହି ଟିମ୍ ଆରଡ଼ିଧାମ ଯାଇ ଆଖଣ୍ଡଳମଣି ମନ୍ଦିର ଏବଂ ଚର୍ତୁପାର୍ଶ୍ୱ ବିକାଶ ପ୍ରକଳ୍ପର କ୍ଷେତ୍ରସ୍ତରୀୟ କାର୍ଯ୍ୟାନ୍ୱୟନ ସମୀକ୍ଷା କରିଥିଲେ । ପ୍ରଥମ ପର୍ଯ୍ୟାୟରେ ହାତକୁ ନିଆଯାଇଥିବା ମନ୍ଦିରର ନୂଆ ସିଂହଦ୍ୱାର ନିର୍ମାଣ, ଶ୍ରାବଣମାସରେ ବାବା ଆଖଣ୍ଡଳମଣିଙ୍କ ଜଳାଭିଷେକ ପାଇଁ ଶ୍ରାବଣୀ ମଣ୍ଡପ ନିର୍ମାଣ, ଗଣେଶ ମଣ୍ଡପର ନବୀକରଣ, ଟ୍ରଷ୍ଟ୍ କାର୍ଯ୍ୟାଳୟ, ମନ୍ଦିର ଭିତରୁ ବାହାରକୁ ଜଳ ନିଷ୍କାସନ ବ୍ୟବସ୍ଥା, ମନ୍ଦିର ବେଢ଼ା ଭିତରେ ଖଣ୍ଡାଲାଇଟ୍ ପଥର ଦ୍ୱାରା ଚର୍ତୁପାର୍ଶ୍ୱ ସୌନ୍ଦର୍ଯ୍ୟ କରଣ, ମନ୍ଦିରର ନୂଆ ପାଚେରୀ ନିର୍ମାଣ,

ମନ୍ଦିରର ଚାରିଦିଗସ୍ଥ ଗୁମୁଟର ନବୀକରଣ ଓ ବୃକ୍ଷରୋପଣ ଆଦି କାର୍ଯ୍ୟ ଆରମ୍ଭ କରାଯାଇଛି । ଏସବୁ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୬ କୋଟି ଟଙ୍କା ରାଜ୍ୟ ସରକାରଙ୍କ ତରଫରୁ ଯୋଗାଇ ଦିଆଯାଇଛି । ଏହିସବୁ କାମ ନଭେମ୍ବର ୩୦ ତାରିଖ ସୁଦ୍ଧା ସାରିବା ପାଇଁ ୫-ଟି ସଚିବ ଶ୍ରୀ ପାଣ୍ଡିଆନ୍ ସଂପୃକ୍ତ ବିଭାଗର ଅଧିକାରୀମାନଙ୍କୁ ନିର୍ଦ୍ଦେ ଶ ଦେଇଥିଲେ । ପ୍ରକଳ୍ପର ୨ ୟ ପର୍ଯ୍ୟାୟ ପାଇଁ ଶ୍ରୀ ମହାପାତ୍ର ଏବଂ ଶ୍ରୀ ପାଣ୍ଡିଆନ୍ ମନ୍ଦିରର ସେବାୟତ ଓ ସ୍ଥାନୀୟ ଲୋକମାନଙ୍କ ସହ ଆଲୋଚନା କରିଥିଲେ ।

ଆରଡ଼ି ମନ୍ଦିରକୁ ସଡ଼କ ସଂଯୋଗ ପାଇଁ ସାଳନ୍ଦୀ ନଦୀ ତିନିତର ଘାଟ ନିକଟରେ ସେତୁ ନିର୍ମାଣ କାର୍ଯ୍ୟ ଶିଘ୍ର ଆରମ୍ଭ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ବୈତରଣୀ ନଦୀଉପରେ ପୋଲ ନିର୍ମାଣ ଏବଂ ସେବାୟତମାନଙ୍କର ଅଭାବ ଅସୁବିଧା ଆଦି ବିଷୟ ସେବାୟତମାନେ ଏହି ଟିମ୍ଙ୍କୁ ଜଣାଇଥିଲେ । ଏ ବିଷୟକୁ ସରକାର ସହୃଦୟତାର ସହ ବିଚାର କରି ନିଷ୍ପତ୍ତି ନେବେ ବୋଲି ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର କହିଥିଲେ ।

ପ୍ରସିଦ୍ଧ ଆରଡ଼ିପୀଠର ସର୍ବାଙ୍ଗିନ ବିକାଶ ପାର୍ଇ ୫-ଟି ଶାସନ ସଚିବ ଶ୍ରୀ ପାଣ୍ଡିଆନ୍ ସମସ୍ତଙ୍କର ସହଯୋଗ କାମନା କରିଥିଲେ । ଏହି ଗସ୍ତ ସମୟରେ ଭଦ୍ରଖର ଜିଲ୍ଲାପାଳ ଶ୍ରୀ ସିଦ୍ଧେଶ୍ୱର ବଳିରାମ ,ଏସ୍.ପି.ଚରଣ ସିଂ ମୀନାଙ୍କ ସମେତ ସଂପୃକ୍ତ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ଆବଶ୍ୟକୀୟ ତଥ୍ୟ ଉପସ୍ଥାପନ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଲୋକସେବା ଭବନରେ ରାଜ୍ୟ କ୍ୟବିନେଟ ବୈଠକ ପରେ ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବିବୃତ୍ତି 

ଲୋକସେବା ଭବନରେ ରାଜ୍ୟ କ୍ୟବିନେଟ ବୈଠକ ପରେ ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବିବୃତ୍ତି 

July 1, 2026
ଓଡ଼ିଶା ବିଧାନ ସଭାରେ କଫିଟେବୁଲ ବୁକ୍‌ ଉନ୍ମୋଚିତ ଏବଂ ଫିଜିଓଥେରାପି ସେଣ୍ଟର ଉଦ୍‌ଘାଟିତ

ଓଡ଼ିଶା ବିଧାନ ସଭାରେ କଫିଟେବୁଲ ବୁକ୍‌ ଉନ୍ମୋଚିତ ଏବଂ ଫିଜିଓଥେରାପି ସେଣ୍ଟର ଉଦ୍‌ଘାଟିତ

July 1, 2026
ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

July 1, 2026
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

July 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଲୋକସେବା ଭବନରେ ରାଜ୍ୟ କ୍ୟବିନେଟ ବୈଠକ ପରେ ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବିବୃତ୍ତି 

ଲୋକସେବା ଭବନରେ ରାଜ୍ୟ କ୍ୟବିନେଟ ବୈଠକ ପରେ ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବିବୃତ୍ତି 

July 1, 2026
ଓଡ଼ିଶା ବିଧାନ ସଭାରେ କଫିଟେବୁଲ ବୁକ୍‌ ଉନ୍ମୋଚିତ ଏବଂ ଫିଜିଓଥେରାପି ସେଣ୍ଟର ଉଦ୍‌ଘାଟିତ

ଓଡ଼ିଶା ବିଧାନ ସଭାରେ କଫିଟେବୁଲ ବୁକ୍‌ ଉନ୍ମୋଚିତ ଏବଂ ଫିଜିଓଥେରାପି ସେଣ୍ଟର ଉଦ୍‌ଘାଟିତ

July 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version