• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭୁବନେଶ୍ଵର ବରମୁଣ୍ଡା ପଡ଼ିଆରେ ଦୁଇ ଦିନିଆ ପଦଯାତ୍ରା ପ୍ରସ୍ତୁତି ବୈଠକ ଆରମ୍ଭ

Proprietor Abhimanyu Maharana by Proprietor Abhimanyu Maharana
September 30, 2022
in ଓଡ଼ିଶା, ମହାନଗର, ରାଜନୀତି, ହୋମ୍
0
ଭୁବନେଶ୍ଵର ବରମୁଣ୍ଡା ପଡ଼ିଆରେ ଦୁଇ ଦିନିଆ ପଦଯାତ୍ରା ପ୍ରସ୍ତୁତି ବୈଠକ ଆରମ୍ଭ
Share on FacebookShare on TwitterWhatsapp


ସରକାରଙ୍କ ଜନକଲ୍ୟାଣ ବାର୍ତ୍ତା ଲୋକଙ୍କ ପାଖରେ ପହଞ୍ଚାଅ : ମୁଖ୍ୟମନ୍ତ୍ରୀ

ବିଜୁ ଜନତା ଦଳ ଏକ ସାମୂହିକ ଆଦୋଳନରେ ପରିଣତ ହୋଇଛି : ପ୍ରଣବ ପ୍ରକାଶ

ଓଡ଼ିଶା ତାଜା ନ୍ୟୁଜ (୨୯ ସେପ୍ଟେମ୍ବର ଗୁରୁବାର) ଭୁବନେଶ୍ୱର :- ଆମ ଦଳ ଲୋକଙ୍କ ସାଥୀରେ ଅଛି, ଲୋକଙ୍କ ପାଇଁ କାମ କରୁଛି। ତେଣୁ ଆମ ସରକାରର ବିଭିନ୍ନ ଜନକଲ୍ୟାଣ କାର୍ଯ୍ୟକ୍ରମର ବାର୍ତ୍ତା କିପରି ଲୋକଙ୍କ ପାଖରେ ପହଞ୍ଚିପାରିବ, ତାହା ଉପରେ ଧ୍ୟାନ ଦିଅ । ବାଙ୍ଗାଲୋରରୁ ଏମିତି ବାର୍ତ୍ତା ଦେଇ ବିଜୁ ଜନତା ଦଳର ସଭାପତି ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗାନ୍ଧୀ ଜୟନ୍ତୀଠାରୁ ସାରା ରାଜ୍ୟରେ ଆରମ୍ଭ ହେଉଥିବା ବିଜୁ ଜନତା ଦଳର ଏକ ମାସ ବ୍ୟାପି ଜନସମ୍ପର୍କ ପଦଯାତ୍ରାକୁ ସଫଳ କରିବାକୁ ଆହ୍ଵାନ ଦେଇଛନ୍ତି। କେବଳ ସେତିକି ନୁହେଁ, ଦେଶର ସ୍ଵାଧୀନତା ସଂଗ୍ରାମରେ ଓଡ଼ିଶାର ସଂଗ୍ରାମୀମାନଙ୍କ ଗୁରୁତ୍ତ୍ୱପୂର୍ଣ୍ଣ ଭୂମିକା ରହିଥିବାରୁ ସେହି ବରପୁତ୍ରମାନଙ୍କ ଅବଦାନ ସଂପର୍କରେ ମଧ୍ୟ ଲୋକଙ୍କୁ ସ୍ମରଣ କରାଇ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ଆଜିଠାରୁ ସ୍ଥାନୀୟ ବରମୁଣ୍ଡା ପଡ଼ିଆରେ ଆରମ୍ଭ ହୋଇଥିବା ପଦଯାତ୍ରା ପ୍ରସ୍ତୁତି ବୈଠକର ପ୍ରଥମ ଦିନରେ ସାରା ଓଡ଼ିଶାରୁ ଦଳର ଯୁବ, ଛାତ୍ର ଓ ମହିଳା ସଂଗଠନର କର୍ମକର୍ତ୍ତା, ଦଳର ସମସ୍ତ ମନ୍ତ୍ରୀ, ବିଧାୟକ, ସାଂସଦ ଏବଂ ରାଜ୍ୟ କର୍ମକର୍ତ୍ତାମାନେ ଯୋଗ ଦେଇଥିଲେ । ଏହି ସମାବେଶରେ ଅଧ୍ୟକ୍ଷତା କରି ବିଜେଡିର ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ କହିଲେ ଯେ ୧୯୯୭ ଏପ୍ରିଲ ୧୭ ତାରିଖରେ ବିଜୁ ବାବୁଙ୍କ ଦେହାନ୍ତ ପରେ କିଏ ଓଡ଼ିଶାର ନେତୃତ୍ଵ ନେବ, ଏହାକୁ ନେଇ ଓଡ଼ିଶାବାସୀଙ୍କ ମଧ୍ୟରେ ଘୋର ନିରାଶାର ଅନ୍ଧକାର ସୃଷ୍ଟି ହୋଇଥିଲା ।

ଏହି ଅନ୍ଧକାର ଭିତରେ ତାଙ୍କ ସୁପୁତ୍ର ନବୀନ ପଟ୍ଟନାୟକ ଓଡ଼ିଶାକାରୀଙ୍କ ଉତ୍କଣ୍ଠା ଓ ଆକାଂକ୍ଷାର ଅନ୍ତ ଘଟାଇ ଆଶାର ଆଲୋକ ହୋଇ ଉଭା ହୋଇଥିଲେ । ବିଜୁବାବୁଙ୍କ ସ୍ଵପ୍ନକୁ ପୂରଣ କରିବା ପାଇଁ ସେଦିନ ସେ ସଂକଳ୍ପ ନେଇଥିଲେ । ସେବେଠୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଓଡ଼ିଶାର ସାମଗ୍ରିକ ବିକାଶ ପାଇଁ ଉତ୍ସର୍ଗୀକୃତ ଭାବେ କାମ କରି ଆଜି ନବୀନ ଓଡ଼ିଶାର ବିଶ୍ଵକର୍ମା ଏବଂ ସାଢ଼େ ଚାରି କୋଟି ଓଡ଼ିଆଙ୍କ ଆଶା ଓ ଉପସାର ପ୍ରତୀକ ସାଜିଛନ୍ତି । ଆଉ ୨୫ ବର୍ଷ ତଳେ ନବୀନ ବାବୁ ବିଜୁ ଜନତା ଦଳର ଯେଉଁ ଚାରାଟିଏ ପୋତିଥିଲେ, ତାହା ଆଜି ମହାଦ୍ରୁମରେ ପରିଣତ ହୋଇଛି ।

ଓଡ଼ିଶାରେ ସ୍ଵାର୍ଥ ରକ୍ଷା ପାଇଁ ବିଜୁ ଜନତା ଦଳ ଏକ ସାମୂହିକ ଆନ୍ଦୋଳନର ରୂପ ନେଇଛି । ଏତେ ବର୍ଷ ପରେ ବି ଦଳ ଏହାର ପ୍ରତିବଦ୍ଧତାରୁ ବିଚ୍ୟୁତ ହୋଇନାହିଁ । ତେଣୁ ଏହି ପ୍ରତିବଦ୍ଧତାକୁ ଆଗକୁ ନେବାଲାଗି ଆମର ଉତ୍ତରଦାୟିତ୍ଵ ରହିଛି ବୋଲି କହି ପଦଯାତ୍ରାକୁ ସଫଳ କରିବା ପାଇଁ ଶ୍ରୀ ଦାସ ଆହ୍ୱାନ ଦେଇଥିଲେ। ବରିଷ୍ଠ ଉପସଭାପତି ଦେବୀପ୍ରସାଦ ମିଶ୍ର ବିଜୁବାବୁଙ୍କ ଅବର୍ତ୍ତମାନରେ ଗଭୀର ଆର୍ଥିକ ସଂକଟ ଓ ଅନେକ ଅଭାବ ଅସୁବିଧା ଭିତରେ ନବୀନ ବାବୁ ପ୍ରତିବଦ୍ଧତାର ସହ ଦଳର ନେତୃତ୍ଵ ଏପରି ଭାବରେ ନେଇଥିଲେ ଯେ ସଂଶୟ ଭିତରୁ ପ୍ରତ୍ୟୟ ଜନ୍ମ ନେଲା ।

ସବୁ ବାଧାବିଘ୍ନକୁ ଅତିକ୍ରମ କରି ସେ ଋଣଗ୍ରସ୍ତ ଓଡ଼ିଶାର ଆର୍ଥିକ ସ୍ଥିତିକୁ ସୁଦୃଢ଼ କରି ସଂପୂର୍ଣ୍ଣ ମୋଡ଼ ବଦଳାଇ ଦେଇଥିଲେ । ଏବେ ତାଙ୍କ ନେତୃତ୍ବରେ ସବୁ କ୍ଷେତ୍ରରେ ଓଡ଼ିଶାର ପ୍ରଗତିର ଧାରା କ୍ଷିପ୍ର ହୋଇଛି । ପଦଯାତ୍ରାରେ ଆମକୁ ସଫଳତାର ଏହି ବାର୍ତ୍ତାକୁ ଘରେ ଘରେ ପହଞ୍ଚାଇବାକୁ ହେବ।ଏହି ଅବସରରେ ମନ୍ତ୍ରୀ ଅତନୁ ସବ୍ୟସାଚୀ କହିଲେ, ବିଜେଡି ଏକ ରାଜନୈତିକ ଦଳରୁ ସାମାଜିକ ଆନ୍ଦୋଳନରେ ପରିଣତ ହୋଇଛି । ଦଶନ୍ଧି ଆରମ୍ଭରେ ଏକ ଖାଦ୍ୟ ଅଭାବୀ ରାଜ୍ୟ ଥିବା ଓଡ଼ିଶା ଏବେ ଏକ ଖାଦ୍ୟ ବଳକା ରାଜ୍ୟରେ ପରିଣତ ହୋଇଛି। ଖାଦ୍ୟ ସୁରକ୍ଷା କାର୍ଯ୍ୟାନ୍ବୟନରେ ଓଡ଼ିଶା ଦେଶର ୧ନମ୍ବର ରାଜ୍ୟର ମାନ୍ୟତା ପାଇଛି।

ଚଳିତ ବର୍ଷ ଜାତିସଂଘର ବିଶ୍ଵ ଖାଦ୍ୟ କାର୍ଯ୍ୟକ୍ରମରେ ଓଡ଼ିଶା କିଛି ରାଷ୍ଟ୍ର ପାଇଁ ମଡ଼େଲ ବୋଲି ଘୋଷଣା କରିଛି । ଶିକ୍ଷା, ସ୍ୱାସ୍ଥ୍ୟ, ମହିଳା ସଶକ୍ତିକରଣ, ବିପର୍ଯ୍ୟୟ ପରିଚାଳନା ଆଦି ସବୁ କ୍ଷେତ୍ରରେ ଓଡ଼ିଶା ଉଲ୍ଲେଖନୀୟ ସଫଳତା ଅର୍ଜନ କରିଛି । ଏହି ସବୁ ସଫଳତାର ବାର୍ତ୍ତା ଆମକୁ ଲୋକଙ୍କ ପାଖରେ ପହଞ୍ଚାଇବାକୁ ହେବ । ପୂର୍ବତନ ମନ୍ତ୍ରୀ ଅରୁଣ ସାହୁ କହିଲେ, ସରକାରଙ୍କ ୫ଟି ରୂପାନ୍ତରୀକରଣ ଦଳ ଭିତରକୁ ମଧ୍ୟ ସଞ୍ଚରିତ ହେଉଛି । ଯୁବ, ଛାତ୍ର, ମହିଳା ଶାଖା ଆହୁରି ସଶକ୍ତ ହୋଇଛି । ଏବେ ଏହି ରୂପାନ୍ତରୀକରଣ ଜନସାଧାରଣଙ୍କ ପର୍ଯ୍ୟନ୍ତ ପହଞ୍ଚାଇବା ଆମର ଦାୟିତ୍ଵ ।

ନମ୍ରତା, ସେବା ମନୋବୃତ୍ତି, ଜନତାଙ୍କୁ ସମ୍ମାନ, ସ୍ୱଚ୍ଛତା, ସାଧୁତାକୁ ପ୍ରାଥମିକତା ଦେବାକୁ ଶ୍ରୀ ସାହୁ ଆହ୍ଵାନ ଦେଇଥିଲେ । ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ କହିଲେ ଯେ ବିଜେପି ଓଡ଼ିଶାରେ ନବୀନ ବାବୁଙ୍କୁ କ୍ଷମତାରୁ ଦୂରେଇ ଦେବାକୁ ରଣନୀତି ପ୍ରସ୍ତୁତ କରୁଥିବାବେଳେ ନବୀନ ବାବୁ ଓଡ଼ିଶାରୁ ଦାରିଦ୍ର୍ୟକୁ ଦୂରେଇ ଦେବା ପାଇଁ ବାଙ୍ଗାଲୋରରେ ବସି ରଣନୀତି ତିଆରି କରୁଛନ୍ତି । ନବୀନ ବାବୁଙ୍କ ସ୍ଥିର ଓ ଦୃଢ ନେତୃତ୍ଵ ଯୋଗୁଁ ଆଜି ଓଡ଼ିଶାର ଅର୍ଥନୈତିକ ବିକାଶ ସମ୍ଭବ ହୋଇଛି।


ମନ୍ତ୍ରୀ ପ୍ରମିଳା ମଲ୍ଲିକ କହିଲେ ଆମ ମୁଖ୍ୟମନ୍ତ୍ରୀ ମହିଳାମାନଙ୍କୁ ସ୍ଵୀକୃତି ଓ ସମ୍ମାନ ଦେଇଛନ୍ତି । ନିଜ ବାପାଙ୍କ ସ୍ଵପ୍ନକୁ ସାକାର କରିବା ପାଇଁ ପଞ୍ଚାୟତ ଓ ପୌର ନିର୍ବାଚନରେ ୫୦ ଭାଗ ମହିଳାଙ୍କୁ ସୁଯୋଗ ଦେଇଛନ୍ତି ଏବଂ ସାମାଜିକ ମୁଖ୍ୟସ୍ରୋତରେ ସାମିଲ୍ କରିଛନ୍ତି । ଓଡ଼ିଶା ପ୍ରତି କେନ୍ଦ୍ରର ଅବହେଳା ଉପରେ ଆଲୋକପାତ କରି ସାଂସଦ ସସ୍ମିତ ପାତ୍ର କହିଲେ, ନବୀନ ବାବୁ ଓଡ଼ିଶାର ହକ୍ ପାଇଁ ଲଢ଼େଇ କରୁଛନ୍ତି। ଦିଲ୍ଲୀରେ ଆମର କେହି ମାଲିକ ନାହାନ୍ତି, ସାଢ଼େ ଚାରି କୋଟି ଓଡ଼ିଶାବାସୀ ହିଁ ଆମର ମାଲିକ।


ପୂର୍ବତନ କ୍ରୀଡାମନ୍ତ୍ରୀ ଚନ୍ଦ୍ର ସାରଥୀ ବେହେରା ଓଡ଼ିଶାରେ କ୍ରୀଡାର ଅଭ୍ୟୁଦୟ ଓ ବିଶ୍ଵରେ ପାଇଥିବା ଅନନ୍ୟ ପରିଚୟ ଉପରେ ଆଲୋକପାତ କରିଥିଲେ । ବିଜୁ ମହିଳା ଜନତା ଦଳର ସଭାପତି ସ୍ନେହାଙ୍ଗିନୀ ଛୁରିଆ କହିଥିଲେ ଯେ ଆମ ମୁଖ୍ୟମନ୍ତ୍ରୀ ମହିଳାମାନଙ୍କ ଶକ୍ତି ଓ ସାମର୍ଥ୍ୟକୁ ଚିହ୍ନିବା ସହିତ ଏହାକୁ କାମରେ ଲଗାଇବାର ଅଙ୍ଗୀକାରବଦ୍ଧତାକୁ କାମରେ ଲଗାଇଛନ୍ତି । ବିଜୁ ଯୁବ ଜନତା ଦଳର ସଭାପତି ବ୍ୟୋମକେଶ ରାୟ ତାଙ୍କ ଅଭିଭାଷଣରେ ଆଗାମୀ ୩୦ ବର୍ଷ ପାଇଁ ଦଳକୁ କାନ୍ଧରେ ଟେକି ଆଗକୁ ନେବା ଲାଗି ଯୁବକମାନଙ୍କୁ ଆହ୍ଵାନ ଦେଇଥିଲେ।


ଏହା ବ୍ୟତୀତ ଦଳର ସାଧାରଣ ସମ୍ପାଦକ ଯୁବ ବ୍ୟାପାର ପ୍ରଣବ ବଳବନ୍ତରାୟ, ବିଜୁ ଛାତ୍ର ଜନତା ଦଳର ସଭାପତି ଦେବୀରଂଜନ ତ୍ରିପାଠୀ ପ୍ରମୁଖ ବିଭିନ୍ନ ବିଷୟରେ ବକ୍ତବ୍ୟ ରଖି ପଦଯାତ୍ରାକୁ ସଫଳ କରିବାକୁ ଆହ୍ଵାନ ଦେଇଥିଲେ । ସମାବେଶର ଦ୍ଵିତୀୟ ଅଧିବେଶନରେ ପ୍ରଖ୍ୟାତ ପ୍ରେରଣାଦାୟୀ ବକ୍ତା ଡ. ଉଜ୍ଜ୍ଵଳ ପଟନୀ ନବୀନ ବାବୁଙ୍କୁ ଦେଶର ତିନି ଜଣ ଶ୍ରେଷ୍ଠ ନେତାଙ୍କ ମଧ୍ୟରୁ ଜଣେ ବୋଲି ଅଭିହିତ କରିଥିଲେ। ସେ ଆହୁରି କହିଥିଲେ ଯେ ଦେଶର ଅଧେ ନେତା ନବୀନ ବାବୁଙ୍କଠାରୁ ବିନମ୍ରତା ଓ ସରଳତା ଶିଖିବା ଉଚିତ।


ଏହି ଅବସରରେ ସେ ଉପସ୍ଥିତ ମହିଳା, ଯୁବ ଓ ଛାତ୍ର ନେତାଙ୍କୁ ନେତୃତ୍ଵ ବିକାଶର ବିଭିନ୍ନ କୌଶଳ ସମ୍ପର୍କରେ ଶିକ୍ଷା ଦେଉଥିଲେ । ପ୍ରାରମ୍ଭରେ ଦଳର ବରିଷ୍ଠ ଉପସଭାପତି ଦେବୀପ୍ରସାଦ ମିଶ୍ର, ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ମନ୍ତ୍ରୀ ପ୍ରଦୀପ ଅମାତ, ଟୁକୁନି ସାହୁ, ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ ପ୍ରମୁଖ ପ୍ରଦୀପ ପ୍ରଜ୍ଜ୍ଵଳନ କରି ସମାବେଶକୁ ଉଦଘାଟନ କରିଥିଲେ । ବନ୍ଦେ ଉତ୍କଳ ଜନନୀ ଗାନ ହେଲା ପରେ ବୈଠକ ଆରମ୍ଭ ହୋଇଥିଲା ।


ଅନ୍ୟମାନଙ୍କ ମଧ୍ୟରେ ଦଳର ବରିଷ୍ଠ ନେତା ପ୍ରସନ୍ନ ପାଟଣାଣୀ, ମଙ୍ଗଳା କିଷାନ, ପଦ୍ମନାଭ ବେହେରା, ସଞ୍ଜୟ ଦାସବର୍ମା, ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ଅଶ୍ଵିନୀ ପାତ୍ର, ରଘୁନନ୍ଦନ ଦାସ, ରୋହିତ ପୂଜାରୀ, ତୁଷାରକାନ୍ତି ବେହେରା, ବାସନ୍ତୀ ହେମ୍ରମ, ଓଡ଼ିଶା ମୋ ପରିବାର ଅରୂପ ପଟ୍ଟନାୟକ, ସାଂସଦ ମାନସ ମଙ୍ଗରାଜ, ସୁଲତା ଦେଓ, କଟକ ମେୟର ସୁବାସ ସିଂ, ଭୁବନେଶ୍ଵର ମେୟର ସୁଲୋଚନା ଦାସ, ଦଳର ସବୁ ବିଧାୟକ ଓ ସାଂସଦମାନେ ଉପସ୍ଥିତ ଥିଲେ।


Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

May 15, 2026
‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

May 15, 2026
ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

May 15, 2026
ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

May 15, 2026

Recent News

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

May 15, 2026
‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

May 15, 2026
ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

May 15, 2026
ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

May 15, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

May 15, 2026
‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

May 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version