No Result
View All Result
ଓଡ଼ିଶା ତାଜା ନ୍ୟୁଜ (୧୧ ଅକ୍ଟୋବର,ମଙ୍ଗଳବାର ) ପାରଳାଖେମଣ୍ଡି :- ଗଜପତି ଜିଲ୍ଲା ନୂଆଗଡ ବ୍ଲକ୍ ଅନ୍ତର୍ଗତ ଖଜୁରୀପଦାର ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା ଓ ଆରକ୍ଷୀ ଅଧିକ୍ଷକ ଜୟରାମ ଶତପଥୀଙ୍କ ମିଳିତ ଏହି ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ନୂଆଗଡ ବ୍ଲକର ଖଜୁରୀପଦା, ବଡପଦା, କେ.ଝାଲାର୍ଶୀଙ୍ଗି ଓ ନୂଆଗଡ ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ ୯୩ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା ୩୪ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା ୫୯ଟି, ଗୋଟିଏ ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି ।
ଜଣ କୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୫୦୦୦/- ଟଙ୍କା ପ୍ରଦାନ କରାଯାଇଛି ଏବଂ ଅନ୍ୟ ସବୁ ଅଭିଯୋଗକୁ ତୁରନ୍ତ ସମାଧାନ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ମୂଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି ରୋମାଞ୍ଚଳ ଖମାରୀ, ପିଏ.ଆଇଟିଡିଏ ଫାଲଗୁନି ମାଝୀ,ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ା.ପ୍ରଦୀପ କୁମାର ପାତ୍ର, ଗୋଷ୍ଠି ଉନ୍ନୟନ ଅଧିକାରୀ ଲାବେନ୍ଧୁ ମହାନ୍ତି, ତହସିଲଦାର ଆଶିଷ କୁମାର ପ୍ରଧାନ, ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ , ସ୍ଥାନୀୟ ପଞ୍ଚାୟତ ସମିତି ଅଧ୍ୟକ୍ଷ, ସରପଞ୍ଚ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଉପସ୍ଥିତ ଥିଲେ ।


No Result
View All Result