• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୩-ଦିନିଆ ଓଡ଼ିଶା ଟ୍ରାଭେଲ୍ ବଜାର ୨୦୨୨କୁ ଅକ୍ଟୋବର ୨୮ରେ ଉଦ୍‌ଘାଟନ କରିବେ – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 

Proprietor Abhimanyu Maharana by Proprietor Abhimanyu Maharana
October 27, 2022
in ଓଡ଼ିଶା, ବାଣିଜ୍ୟ, ମହାନଗର, ହୋମ୍
0
୩-ଦିନିଆ ଓଡ଼ିଶା ଟ୍ରାଭେଲ୍ ବଜାର ୨୦୨୨କୁ ଅକ୍ଟୋବର ୨୮ରେ ଉଦ୍‌ଘାଟନ କରିବେ – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 
Share on FacebookShare on TwitterWhatsapp

୨୫ ବିଦେଶୀ ଟୁର ଅପରେଟର ଏବଂ ୮୩ ଡୋମେଷ୍ଟିକ୍ ଟୁର ଅପରେଟର ଅଂଶଗ୍ରହଣ କରିବେ

ପ୍ରଦର୍ଶନୀ, ବି୨ବି ବୈଠକ, ବି୨ଜି ବୈଠକ, ଫାମ୍ ଟ୍ରିପ୍ ଆୟୋଜନ କରାଯିବ

ଓଡ଼ିଶା ତାଜା ନ୍ୟୁଜ (୨୬ ଅକ୍ଟୋବର ବୁଧବାର ) ଭୁବନେଶ୍ୱର :- ଡୋମେଷ୍ଟିକ୍ ଓ ବିଦେଶୀ ଟୁର ଅପରେଟରମାନଙ୍କ ମଧ୍ୟରେ ଓଡ଼ିଶାର ପ୍ରସାର କରିବା ଲାଗି ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ ଏବଂ ଶିଳ୍ପ ସଂଘ ଫିକିର ମିଳିତ ସହଯୋଗରେ ଅକ୍ଟୋବର ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ଓଡ଼ିଶା ଟ୍ରାଭେଲ୍ ବଜାର ୨୦୨୨କୁ ଓଡ଼ିଶର ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୨୨ ଅକ୍ଟୋବର ୨୮ ତାରିଖରେ ଉଦଘାଟନ କରିବେ ।ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ପର୍ଯ୍ୟଟନ କ୍ଷେତ୍ରରେ କାର୍ଯ୍ୟ କରୁଥିବା ସଂସ୍ଥା ଏବଂ ଡୋମେଷ୍ଟିକ୍ ଓ ବିଦେଶୀ ଟୁର ଅପରେଟରମାନଙ୍କ ମଧ୍ୟରେ ବି୨ବି ବୈଠକ ଆୟୋଜନ କରାଯିବା ଉପରେ ଗୁରୁତ୍ୱାରୋପ କରାଯିବ । ଏହା ପରେ ଟୁର ଅପରେଟରମାନଙ୍କୁ ଓଡ଼ିଶାର ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ଯଥା ଭୁବନେଶ୍ୱର, ପୁରୀ, କୋଣାର୍କ, ଚିଲିକା, ଧଉଳି, ଭିତରକନିକା ଓ ଲଳିତଗିରି ଆଦି ସ୍ଥାନକୁ ପରିଦର୍ଶନରେ ନିଆଯିବ । ନିବେଶକ ଏବଂ ଏୟାରଲାଇନ୍ସମାନଙ୍କ ସହ ବି୨ଜି ବୈଠକ ମଧ୍ୟ ଆୟୋଜନ କରାଯିବାର କାର୍ଯ୍ୟକ୍ରମ ରହିଛି । ଏହି ଅବସରରେ ଏକ ତିନି ଦିନିଆ ପ୍ରଦର୍ଶନୀ ମଧ୍ୟ ଆୟୋଜନ କରାଯିବ ଯେଉଁଠାରେ ବିକ୍ରେତାମାନେ ସେମାନଙ୍କ ଉତ୍ପାଦ ଓ ଯୋଜନାଗୁଡ଼ିକୁ ପ୍ରଦର୍ଶନ କରିବାର ସୁଯୋଗ ପାଇବେ ।ଚତୁର୍ଥ ଓଡ଼ିଶା ଟ୍ରାଭେଲ୍ ବଜାର ୨୦୨୨ରେ ବାଲାଂଦେଶ, ଇଣ୍ଡୋନେସିଆ, ମାଲେସିଆ, ନେପାଳ, ସିଙ୍ଗାପୁର, ତାଞ୍ଜାନିଆ, ଥାଇଲ୍ୟାଣ୍ଡ୍ ଓ ଭିତଏନାମ ଭଳି ଦେଶରୁ ୨୫ଟି ବିଦେଶୀ ଟୁର ଅପରେଟର ଏବଂ ଭାରତର ବିଭିନ୍ନ ସ୍ଥାନ ଯଥା ଔରଙ୍ଗାବାଦ, ବାଙ୍ଗାଲୋର, ଭୋପାଳ, ଚଣ୍ଡିଗଡ଼, ଚନ୍ଦ୍ରପୁର, ଚେନ୍ନାଇ, ଡେରାଡୁନ, ଗୁଆହାଟି, ହାଇଦ୍ରାବାଦ, ଜୟପୁର, କୋଚି, କୋଲକାତା, ଲୁଧିଆନା, ମଙ୍ଗଳଗିରି, ମୁମ୍ବାଇ, ନାଗପୁର, ନାସିକ, ନୂଆଦିଲ୍ଲୀ ଓ ଏନସିଆର, ପଂଜିମ୍‌, ପୁନେ, ରାୟପୁର, ରୋହତକ, ସିଲିଗୁଡ଼ି, ସୁରେନ୍ଦ୍ରନଗର, ତ୍ରିଭେନ୍ଦ୍ରମ, ବାରାଣାସୀ ଓ ବିଶାଖାପାଟଣା ଆଦିରୁ ୮୩ ଟୁର ଅପରେଟର ଅଂଶଗ୍ରହଣ କରିବେ ।ଏନେଇ ଆଜି ହୋଟେଲ୍ ମେ’ଫେୟାର ଲାଗୁନରେ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜନ କରାଯାଇଥିଲା । ସେଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଓଡ଼ିଶାର ମାନ୍ୟବର ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି, ଅବକାରୀ ଏବଂ ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀଯୁକ୍ତ ଅଶ୍ୱିନୀ କୁମାର ପାତ୍ର କହିଛନ୍ତି ଯେ, ଓଡ଼ିଶା ହେଉଛି ପ୍ରାକୃତିକ ସମ୍ବଳର ଗନ୍ତାଘର । କିଛି ବର୍ଷ ଭିତରେ ଆମ ରାଜ୍ୟ ଏକ ପ୍ରମୁଖ ସାଂସ୍କୃତିକ ଓ ଧାର୍ମିକ ପର୍ଯ୍ୟଟନସ୍ଥଳୀ ଭାବେ ଉଭା ହୋଇଛି । ଆମର ୪୮୨ କିମି ବ୍ୟାପୀ ଲମ୍ବା ବେଳାଭୂମି, ୧୯ ବନ୍ୟଜନ୍ତୁ ଅଭୟାରଣ୍ୟ ସହିତ ଆମର ସମୃଦ୍ଧ ସଂସ୍କୃତି ଓ ଐତିହ୍ୟକୁ ନେଇ ସାରା ବିଶ୍ୱର ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ଲାଗି ଓଡ଼ିଶା ପାଖରେ ପୂର୍ଣ୍ଣ ସମ୍ଭାବନା ରହିଛି । ସେହି ସମ୍ଭାବନା ବିଷୟରେ ଦେଶ ଭିତରର ଓ ବିଦେଶର ଟୁର ଅପରେଟରମାନଙ୍କୁ ଜଣାଇବା ଲାଗି ଆମେ ତିନି ଦିନିଆ ଓଡ଼ିଶା ଟ୍ରାଭେଲ ବଜାର ଆୟୋଜନ କରୁଛୁ ।’’ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ, ଶ୍ରୀଯୁକ୍ତ ସୁରେନ୍ଦ୍ର କୁମାର କହିଛନ୍ତି “ଓଡ଼ିଶାର ସ୍ୱତନ୍ତ୍ରତା; କେରଳ, ମହାରାଷ୍ଟ୍ର ଏବଂ ୟୁରୋପୀୟ ରାଷ୍ଟ୍ରଗୁଡ଼ିକରେ କାରାଭାନ୍‌ର ପ୍ରଚଳନ ଯାହା ହୋଟେଲ ରହଣୀଠାରୁ ଶସ୍ତା ଏବଂ ପର୍ଯ୍ୟଟକଙ୍କ ପାଇଁ ବେଶ ଉପାଦେୟ ସେ ବିଷୟରେ ଆଲୋଚନା କରିଥିଲେ । ପର୍ଯ୍ୟଟନ ବିକାଶରେ ଭିତିଭୂମି ବିକାଶର ଭୂମିକା ଉପରେ ସେ ଆଲୋକପାତ କରିଥିଲେ । ଏଥି ସହିତ ସେ କହିଛନ୍ତି ଯେ ସ୍ଥାନୀୟ ବିକ୍ରେତା ଓ ଟୁର ଅପରେଟରମାନଙ୍କୁ ଏକ ମଂଚ ପ୍ରଦାନ କରିବା ଲାଗି ଓଡ଼ିଶା ଟ୍ରାଭେଲ୍ ବଜାର ଆୟୋଜନ କରାଯାଉଛି । ଆମେ ବି୨ବି ଓ ଜି୨ବି ବୈଠକ ଆୟୋଜନ କରିବାକୁ ମଧ୍ୟ ଯୋଜନା ରଖିଛୁ ।’’


ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗର ନିର୍ଦେଶକ, ଶ୍ରୀଯୁକ୍ତ ସଚିନ ରାମଚନ୍ଦ୍ର ଯାଦବ କହିଛନ୍ତି ,  କୋଭିଡ୍ ଅନ୍ତରାଳ ପରେ ଆମେ ଓଡ଼ିଶା ଟ୍ରାଭେଲ ବଜାରର ଚତୁର୍ଥ ସଂସ୍କରଣ ଆୟୋଜନ କରୁଛୁ । ଓଡ଼ିଶା ପର୍ଯ୍ୟଟନର ଏହା ହେଉଛି ପ୍ରମୁଖ କାର୍ଯ୍ୟକ୍ରମ ଯାହା ହେଉଛି ମୁଖ୍ୟତଃ ଏକ ବ୍ୟବସାୟ ସୁଗମନା ଅଭିଯାନ । ଏହି କାର୍ଯ୍ୟକ୍ରମର ଲକ୍ଷ୍ୟ ହେଉଛି ଓଡ଼ିଶାର ପର୍ଯ୍ୟଟନୀ ସ୍ଥଳଗୁଡ଼ିକ ବିଷୟରେ ଭାରତର ଏବଂ ଆନ୍ତର୍ଜାତିକ ଟୁର ଅପରେଟରମାନଙ୍କୁ ଅବଗତ କରିବା ।ଫିକିର ଟ୍ରାଭେଲ୍‌, ପର୍ଯ୍ୟଟନ ଓ ଆତିଥେୟତା କମିଟିର ସହ-ଅଧ୍ୟକ୍ଷ ଏବଂ ସ୍ୱସ୍ତି ହୋଟେଲ୍‌ସର ସିଏମ୍‌ଡି , ଶ୍ରୀଯୁକ୍ତ ଜେ କେ ମହାନ୍ତି କହିଛନ୍ତି ଯେ, “ଓଡ଼ିଶାର ପର୍ଯ୍ୟଟନ ସ୍ଥଳର ବିକାଶ ଦିଗରେ ରାଜ୍ୟର ପର୍ଯ୍ୟଟନ ବିଭାଗ ଉଲ୍ଲେଖନୀୟ କାର୍ଯ୍ୟ କରୁଛି । ଚଳିତ ବର୍ଷ ଆମର ମୁଖ୍ୟ ଧ୍ୟାନ ସ୍ଥାନୀୟ ଟୁର ଅପରେଟରମାନଙ୍କ ଉପରେ ରହିବ କାରଣ ରାଜ୍ୟକୁ ଆସୁଥିବା ୮୦ ପ୍ରତିଶତ ପର୍ଯ୍ୟଟକ ଦେଶ ଭିତରର । ଏଥର ଫିକି ପକ୍ଷରୁ ଦକ୍ଷିଣ ପୂର୍ବ ଏସୀୟ ରାଷ୍ଟ୍ରଗୁଡ଼ିକ ଉପରେ ଅଧିକ ଧ୍ୟାନ ଦିଆଯାଇଛି କାରଣ ସେମାନଙ୍କ ଖାଦ୍ୟପେୟ, ପୋଷାକ ପରିଷଦ ଓ ସଂସ୍କୃତିରେ ଆମ ସହିତ ସମାନତା ରହିଛି ।ଏହି ଅବସରରେ ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗର ଓଏସ୍‌ଡି ଶ୍ରୀଯୁକ୍ତ ଅଂଶୁମାନ ରଥ ଉପସ୍ଥିତ ଥିଲେ । ଓଡ଼ିଶା ଟ୍ରାଭେଲ୍ ବଜାର ୨୦୨୨ର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଭାରତର ଟୁର ଅପରେଟରମାନଙ୍କ ଭିତରେ ଓଡ଼ିଶାର ପର୍ଯ୍ୟଟନ ସ୍ଥଳୀର ପ୍ରସାର କରିବା ଲାଗି ଏକ ମଂଚ ସୃଷ୍ଟି କରିବା । ଏହା ପରେ ସ୍ଥାନୀୟ ପର୍ଯ୍ୟଟନରେ ଉନ୍ନତି ଆଣିବା ଉପରେ ଗୁରୁତ୍ୱାରୋପ କରାଯିବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାରୁଣୀ ସ୍ନାନ ବୁଡ଼ ପକାଇଲେ ଲକ୍ଷ୍ୟଧିକ ଶ୍ରଦ୍ଧାଳୁ

ବାରୁଣୀ ସ୍ନାନ ବୁଡ଼ ପକାଇଲେ ଲକ୍ଷ୍ୟଧିକ ଶ୍ରଦ୍ଧାଳୁ

March 18, 2026
ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

March 18, 2026
ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

March 18, 2026
ବଳରାମ ନାୟକଙ୍କ ସ୍ମୁତି ଚାରଣ ସଭା

ବଳରାମ ନାୟକଙ୍କ ସ୍ମୁତି ଚାରଣ ସଭା

March 18, 2026

Recent News

ବାରୁଣୀ ସ୍ନାନ ବୁଡ଼ ପକାଇଲେ ଲକ୍ଷ୍ୟଧିକ ଶ୍ରଦ୍ଧାଳୁ

ବାରୁଣୀ ସ୍ନାନ ବୁଡ଼ ପକାଇଲେ ଲକ୍ଷ୍ୟଧିକ ଶ୍ରଦ୍ଧାଳୁ

March 18, 2026
ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

March 18, 2026
ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

March 18, 2026
ବଳରାମ ନାୟକଙ୍କ ସ୍ମୁତି ଚାରଣ ସଭା

ବଳରାମ ନାୟକଙ୍କ ସ୍ମୁତି ଚାରଣ ସଭା

March 18, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାରୁଣୀ ସ୍ନାନ ବୁଡ଼ ପକାଇଲେ ଲକ୍ଷ୍ୟଧିକ ଶ୍ରଦ୍ଧାଳୁ

ବାରୁଣୀ ସ୍ନାନ ବୁଡ଼ ପକାଇଲେ ଲକ୍ଷ୍ୟଧିକ ଶ୍ରଦ୍ଧାଳୁ

March 18, 2026
ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

March 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version