• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଷ୍ଟପତିଙ୍କ ତପୋବନ ହାଇସ୍କୁଲ ପରିଦର୍ଶନ ଛାତ୍ରଛାତ୍ରୀଙ୍କୁ ଭଲ ପାଠ ପଢି ନିଜ ପିତାମାତା ଓ ସ୍ଲୁଲର ସୁନାମ ରଖିବାକୁ ପରାମର୍ଶ

Proprietor Abhimanyu Maharana by Proprietor Abhimanyu Maharana
November 12, 2022
in ଓଡ଼ିଶା, ମହାନଗର, ରାଜନୀତି, ହୋମ୍
0
ରାଷ୍ଟପତିଙ୍କ ତପୋବନ ହାଇସ୍କୁଲ ପରିଦର୍ଶନ ଛାତ୍ରଛାତ୍ରୀଙ୍କୁ ଭଲ ପାଠ ପଢି ନିଜ ପିତାମାତା ଓ ସ୍ଲୁଲର ସୁନାମ ରଖିବାକୁ ପରାମର୍ଶ
Share on FacebookShare on TwitterWhatsapp

୧୧ ନଭେମ୍ବର ଶୁକ୍ରବାର ( ଓଡ଼ିଶା ତାଜାନ୍ୟୁଜ) ଭୁବନେଶ୍ୱର :– ଭାରତର ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆଜି ସକାଳେ ଭୁବନେଶ୍ୱର ଖଣ୍ଡଗିରିସ୍ଥିତ ତପୋବନ ଉଚ୍ଚବିଦ୍ୟାଳୟ ପରିଦର୍ଶନ କରିଥିଲେ । ଏହି ଅବସରରେ ରାଷ୍ଟ୍ରପତି ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ପୁରାତନ ଛାତ୍ରଛାତ୍ରୀ (ଆଲୁମିନି) ମାନଙ୍କ ସହିତ ପାରସ୍ପରିକ ଆଲୋଚନା ଓ ଭାବ ବିନିମୟ କରିଥିଲେ । ଏହି କାର‌୍ୟ୍ୟକ୍ରମରେ ଓଡିଶାର ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ସାଧାରଣ ଉଦ୍ୟୋଗ, ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ରାଜ୍ୟ ଆଇନ୍, ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ , ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା ପ୍ରମୁଖ ଯୋଗଦେଇଥିଲେ । ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ଓ ଅତିଥିମାନେ ପହଁଚିବା ପରେ ବିଦ୍ୟାଳୟ ତରଫରୁ ପୁଷ୍ପଗୁଚ୍ଛ ପ୍ରଦାନ ପୂର୍ବକ ଭବ୍ୟ ସ୍ୱାଗତ କରାଯାଇଥିଲା । ପରେ ପରେ ବିଦ୍ୟାଳୟରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର କାର‌୍ୟ୍ୟକ୍ରମରେ ଯୋଗଦେଇ ରାଷ୍ଟ୍ରପତି ମହୋଦୟା ଏହି ସ୍କୁଲରେ ବିଭିନ୍ନ ଜିଲ୍ଲାରୁ ଆସି ପଢୁଥିବା କେତେକ ଛାତ୍ରଛାତ୍ରୀଙ୍କ ପରିଚୟ ପଚାରି ବୁଝିଥିଲେ । ତତ୍ ସହିତ ୭ ଜଣ ପୁରାତନ ଛାତ୍ରଛାତ୍ରୀ (ଆଲୁମିନି)ଙ୍କ ପରିଚୟ ପଚାରିବାରେ ତନ୍ମଧ୍ୟରୁ ଜଣେ ଏହି ସ୍କୁଲରୁ ଉତ୍ତୀର୍ଣ୍ଣ ହୋଇ ଏବେ ଡାକ୍ତର ହୋଇଛନ୍ତି, ଅନ୍ୟ ଜଣେ ରେଳ ବିଭାଗରେ ଉପ ନିର୍ଦ୍ଦେଶକ ଭାବେ ଅବସ୍ଥାପିତ ହୋଇଥିବା ବେଳେ ଅନ୍ୟମାନେ ଡାକ୍ତର ଓ ଇଂଜିନିୟରିଂ ଭାବେ ଅଧ୍ୟୟନରତ ଥିବା ଜାଣି ଖୁସି ବ୍ୟକ୍ତ କରିଥିଲେ । କେତେକ ଛାତ୍ରଛାତ୍ରୀ ରାଷ୍ଟ୍ରପତିଙ୍କୁ ବିଭିନ୍ନ ପ୍ରଶ୍ନ ପଚାରିଥିଲେ । ପ୍ରତିକୂଳ ପରିସ୍ଥିତିରେ ଆତ୍ମବିଶ୍ୱାସ ରଖି କିପରି ଆଗକୁ ବଢିହେବ, ଆପଣଙ୍କ ଜୀବନର ଅନୁଭୂତିରୁ କିଛି କୁହନ୍ତୁ,ଏହି ପ୍ରଶ୍ନର ଉତ୍ତର ଦେଇ ଶ୍ରୀମତୀ ମୁର୍ମୁ କହିଲେ ଯେ, ସେତେବେଳେ ପରିସ୍ଥିତି ଆମର ଭିନ୍ନ ଥିଲା । ତାଙ୍କର ପ୍ରାଥମିକ ସ୍କୁଲ ରାଇରଙ୍ଗପୁରର ‘ଉପରବେଡା’ ସ୍କୁଲ ଥିଲା । ସେତେବେଳେ ସ୍କୁଲର ଛାତଘର ନଥିଲା । ଏବେ ତୁମେ ମାନେ ଭାଗ୍ୟବାନ ପିଲା । ବିଭିନ୍ନ ଗାଁରୁ ଆସିଥିବା ପିଲାମାନେ ସୁନ୍ଦର ପରିବେଶ ଥିବା ଏହି ବିଦ୍ୟାଳୟରେ ସବୁ ସୁବିଧା ସୁଯୋଗ ଥାଇ ଏଠାରେ ପାଠ ପଢୁଛ । ନିଜେ ଯେଉଁ ଲକ୍ଷ୍ୟ ରଖି ପାଠ ପଢୁଛ, ସେହି ଲକ୍ଷ୍ୟ ସାଧନ ପାଇଁ ଭଲ ପାଠ ପଢି ଆଗକୁ ବଢିବାକୁ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ଛାତ୍ରଛାତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ । ସେହିପରି ଛାତ୍ରଛାତ୍ରୀମାନେ ରାଷ୍ଟ୍ରପତିଙ୍କୁ ପ୍ରଶ୍ନ କରିଥିଲେ ଯେ, ଆପଣ ଦିନେ ଶିକ୍ଷୟିତ୍ରୀ ଥିଲେ ।ଆପଣ ଆଜି ଏହି ବିଦ୍ୟାଳୟକୁ ଆସିଛନ୍ତି । କିପରି ଅନୁଭବ କରୁଛନ୍ତି ..? ଉତ୍ତରରେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ବିଦ୍ୟାଳୟର ପରିବେଶ ଓ ସଂପୂର୍ଣ୍ଣ ଶୈକ୍ଷିକ ବାତାବରଣକୁ ଦେଖି ଅତ୍ୟନ୍ତ ଭାବ ବିହ୍ୱଳ ହୋଇ ସେ କହିଥିଲେ ଯେ, ତାଙ୍କର ବିଦ୍ୟାଳୟ ପ୍ରତି ଈର୍ଷା ହେଉଛି । ସେ ଆହୁରି ମଧ୍ୟ କହିଥିଲେ ଯେ, ତୁମମାନଙ୍କ ଉପରେ ତୁମ ବାପା ମାଆଙ୍କର ଆଶୀର୍ବାଦ ରହିଛି । ସମସ୍ତଙ୍କ ସୁଖ ଦୁଃଖରେ ସାମିଲ ହେଉଥିବା ତାଙ୍କର ଜେଜେମା, ତାଙ୍କର ରୋଲ ମଡେଲ ଥିଲେ ବୋଲି ପ୍ରକାଶ କରିବା ସହିତ ଭଲ ପାଠ ପଢି ନିଜ ବାପା ମା ଓ ବିଦ୍ୟାଳୟର ସୁନାମ ରଖିବାକୁ ରାଷ୍ଟ୍ରପତି ମହୋଦୟା ପରାମର୍ଶ ଦେଇଥିଲେ । ଏହି ଗସ୍ତ ପରିପ୍ରେକ୍ଷୀରେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ, ମାନ୍ୟବର ରାଜ୍ୟପାଳ ଓ ଅନ୍ୟ ଅତିଥିମାନଙ୍କ ସହିତ ବିଦ୍ୟାଳୟରେ ବହୁ ସଂଖ୍ୟାରେ ଉପସ୍ଥିତ ଛାତ୍ରଛାତ୍ରୀମାନଙ୍କ ସହ ବିଭିନ୍ନ ଫଟୋ ଉଠାଇଥିଲେ ଓ ସେମାନଙ୍କୁ ଭଲ ପାଠ ପଢିବାକୁ କହିଥିଲେ । ଏହି କାର‌୍ୟ୍ୟକ୍ରମରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀମତୀ ରୂପା ରୋଶନ ସାହୁ, ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଶୀତାଂଶୁ କୁମାର ରାଉତ, ଖୋର୍ଦ୍ଧା ଜିଲ୍ଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ସମେତ ଶିକ୍ଷା ବିଭାଗର ପଦାଧିକାରୀ, ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

September 27, 2026
ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

September 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version