• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା କୋର୍ଟ ଠାରେ ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଜିଲ୍ଲା ସ୍ତରୀୟ ୪ର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
November 16, 2022
in ଓଡ଼ିଶା, ଗଜପତି, ହୋମ୍
0
ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା କୋର୍ଟ ଠାରେ ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଜିଲ୍ଲା ସ୍ତରୀୟ ୪ର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମ ଅନୁଷ୍ଠିତ
Share on FacebookShare on TwitterWhatsapp

୧୫ ନଭେମ୍ବର ମଙ୍ଗଳବାର (ଓଡ଼ିଶା ତାଜାନ୍ୟୁଜ ) ପାରଳାଖେମୁଣ୍ଡି :- ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ଦୌରାଜଜଙ୍କ କୋର୍ଟ ପରିସରରେ ସୋମବାର ଗଜପତି ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ବର୍ଷର ୪ର୍ଥ ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମ ଜାତୀୟ ଆଇନସେବା ପ୍ରାଧିକରଣ ଓ ରାଜ୍ୟ ଆଇନସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶ କ୍ରମେ ଅନୁଷ୍ଠିତ ହୋଇଯାଇଛି ଏହି ଜିଲ୍ଲା ସ୍ତରୀୟ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲା ଦୌରାଜଜ ଶ୍ରୀ ପ୍ରଣବ କୁମାର ରାଉତରାୟ ଉପସ୍ଥିତ ରହି ବିଭିନ୍ନ କୋର୍ଟ କାର୍ଯ୍ୟ ତଦାରଖ କରିବା ସହ ନିଜ କୋର୍ଟ କାର୍ଯ୍ୟ ପରିଚାଳନା କରିଥିଲେ ଆୟୋଜିତ ଏହି ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମରେ ବିଭିନ୍ନ ପ୍ରକାରର ବିଚାରଧୀନ ଥିବା ଓ ପ୍ରାକ୍ ମକଦ୍ଦମା ମାମଲାର ତ୍ୱରିତ ବିଚାର ପାଇଁ ପଦକ୍ଷେପ ସ୍ୱରୂପ ବିଭିନ୍ନ କୋର୍ଟ ବ୍ୟାଙ୍କ୍ ମାନ ପ୍ରତିଷ୍ଠା କରା ଯାଇଥିଲା ।ଏହି ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମରେ ପ୍ରାୟତଃ ସମସ୍ତ ପ୍ରକାରର ମକଦ୍ଦମା ଯଥା: ବ୍ୟାଙ୍କ୍ ସମ୍ବନ୍ଧୀୟ , ଦେୱାନୀ , ଫୌଜଦାରୀ , ମୋଟର ଗାଡି ଜନିତ ଓ ପ୍ରାକ୍ ମକଦ୍ଦମା ସମାଧାନ ଯୋଗ୍ୟ କେଶ ଗୁଡ଼ିକ\’ର ସମାଧାନ କରା ଯାଇଥିଲା ।ଏହି ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମରେ ପରିବାର ଅଦାଲତ ଜଜ ଶ୍ରୀ ସୁବ୍ରତ ମହାନ୍ତି , ଅତିରିକ୍ତ ଜିଲ୍ଲା ଦୌରାଜଜ ଶ୍ରୀ ପ୍ରଦୀପ କୁମାର ସାମଲ , ଉପଖଣ୍ଡିୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀମତୀ ବର୍ଷା ଶର୍ମା , ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀ ମାନସ କୁମାର ପଣ୍ଡା ,

ଆଇନସେବା ପ୍ରାଧିକରଣ ସଚିବ ଶ୍ରୀ ରବି ନାରାୟଣ ବେହେରା , ବରିଷ୍ଠ ଦେୱାନୀ ବିଚାରପତି ଶ୍ରୀ ସନ୍ତୋଷ କୁମାର ଅଗ୍ରୱାଲ , କୋର୍ଟ ରେଜିଷ୍ଟ୍ରାର ଶ୍ରୀ ସତ୍ୟବ୍ରତ ରାଣା , ଏବଂ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀ ଶୁଭଜିତ ବେହେରା ପ୍ରମୁଖ ଉପସ୍ଥିତ ରହି ନିଜ ନିଜ କୋର୍ଟ କାର୍ଯ୍ୟ ସମ୍ପାଦନ କରିଥିଲେ। ।ସେହିପରି ଭାବେ ଆରା.ଉଦୟଗିରି କୋର୍ଟ ଠାରେ ଆୟୋଜିତ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମରେ ଦେୱାନୀ ବିଚାରପତି ତଥା ସବଜଜ୍ ଶ୍ରୀ ପୁଣ୍ୟଶ୍ଲୋକ ରଥ ଓ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀ ପାରସ ପାଢ଼ୀ , ମୋହନା ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀମତୀ ଅନନ୍ୟା ଦାସ ଓ କାଶୀନଗର କୋର୍ଟ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଅଙ୍କିତା ଗୁରୁ ପ୍ରମୁଖ ଉପସ୍ଥିତ ରହି ନିଜ ନିଜ କୋର୍ଟ କାର‌୍ୟ୍ୟ ସମ୍ପାଦନ କରିଥିଲେ । ସେହିଭଳି ଆଞ୍ଚଳିକ ପରିବହନ ବିଭାଗ\’ର ବରିଷ୍ଠ ଅଧିକାରୀ ଶ୍ରୀ ତୁଷାର ହେମ୍ରମ ଉପସ୍ଥିତ ରହି ଯାନବାହାନ ଯାଞ୍ଚ ସମ୍ବନ୍ଧୀୟ କେଶ ଗୁଡ଼ିକର ତ୍ୱରିତ ଫାଇସଲା ଓ ସମାଧାନ କରିଥିଲେ । ଏହି ଲୋକ ଅଦାଲତ କାର୍ଯ୍ୟକ୍ରମ ରେ ରାଜ୍ୟ ଆଇନସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶ କ୍ରମେ ବିଭିନ୍ନ ରାଷ୍ଟ୍ରାୟତ ବ୍ୟାଙ୍କ୍ ର ଅଧିକାରୀ ମାନେ ମଧ୍ୟ ଉପସ୍ଥିତ ରହି ବିଭିନ୍ନ ବ୍ୟାଙ୍କ୍ ସମ୍ବନ୍ଧୀୟ ବିଭିନ୍ନ ମାମଲାର ସମାଧାନ କରିଥିଲେ ଏବଂ ବିଭିନ୍ନ ତହସିଲଦାର କୋର୍ଟ ମାନଙ୍କରେ ମଧ୍ୟ ଲୋକ ଅଦାଲତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

ଏହି ଲୋକ ଅଦାଲତ କାର୍ଯ୍ୟକ୍ରମ ରେ ଜିଲ୍ଲା କୋର୍ଟ ଓକିଲ ସଂଘର ଓକିଲବୃନ୍ଦ ଓ ବରିଷ୍ଠ ଆଇନଜୀବି ମାନେ ଯଥା:- ଅଶୋକ କୁମାର ପାଣିଗ୍ରାହୀ , ଶ୍ରୀ ହିରାଚାନ୍ଦ୍ ପଟ୍ଟନାୟକ , ଶ୍ରୀ ପ୍ରମୋଦ ପାଣିଗ୍ରାହୀ , ଶ୍ରୀ ଜିତେନ୍ଦ୍ର ପଟ୍ଟନାୟକ , ପ୍ରମୁଖ ଉପସ୍ଥିତ ରହି ବିଭିନ୍ନ କୋର୍ଟରେ ନିଜ ନିଜ ମକଦ୍ଦମା ପରିଚାଳନାରେ ସହଯୋଗ କରିଥିଲେ ।ଏହି ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମରେ ସମୁଦାୟ ୧୧ ହଜାର ୨୧୯ ଟି କେଶର ତ୍ୱରିତ ବିଚାରକୁ ନିଆଯାଇ ମୋଟ ୯ ହଜାର ୨୫୫ ଟି କେଶର ସମାଧାନ କରାଯାଇ ସର୍ବମୋଟ ୧୨ ଲକ୍ଷ ୭୪ ହଜାର ଟଙ୍କା ଆଦାୟ କରା ଯାଇଥିଲା ।ଏହି ରାଷ୍ଟ୍ରୀୟ ଲୋକ ଅଦାଲତର ସମସ୍ତ କାର୍ଯ୍ୟକ୍ରମକୁ ଜିଲ୍ଲା ଆଇନସେବା ପ୍ରାଧିକରଣର କର୍ମଚାରୀ ଶ୍ରୀ ରବୀନ୍ଦ୍ର କୁମାର ପରିଡାଙ୍କ ସମେତ ଶ୍ରୀ ରଘୁ ନନ୍ଦନ ଦାସ , ଶ୍ରୀ ଶିବ ପ୍ରସାଦ ସେନାପତି ଓ ଶ୍ରୀ କାହ୍ନୁ ଚରଣ ପଣ୍ଡା ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଜଗ କରିଥିଲେ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦୁର୍ଗାପୂଜାରେ ଜନସାଧାରଣଙ୍କ ସୁରକ୍ଷା ପାଇଁ ଓଡ଼ିଶା ଅଗ୍ନିଶମ ଓ ଜରୁରୀକାଳୀନ ସେବାର ‘ଶକ୍ତି ସୁରକ୍ଷା’ ଅଭିଯାନ ପାର୍ବଣର ଆନନ୍ଦ, ସୁରକ୍ଷାର ସଂକଳ୍ପ

ଦୁର୍ଗାପୂଜାରେ ଜନସାଧାରଣଙ୍କ ସୁରକ୍ଷା ପାଇଁ ଓଡ଼ିଶା ଅଗ୍ନିଶମ ଓ ଜରୁରୀକାଳୀନ ସେବାର ‘ଶକ୍ତି ସୁରକ୍ଷା’ ଅଭିଯାନ ପାର୍ବଣର ଆନନ୍ଦ, ସୁରକ୍ଷାର ସଂକଳ୍ପ

October 18, 2026
ନୂତନ ଶ୍ରମ ସଂହିତା ଉପରେ ଖୋର୍ଦ୍ଧାରୋଡ଼ ମଣ୍ଡଳ ପକ୍ଷରୁ ସଚେତନତା ପ୍ରଶିକ୍ଷଣ ଶିବିର ଆୟୋଜିତ

ନୂତନ ଶ୍ରମ ସଂହିତା ଉପରେ ଖୋର୍ଦ୍ଧାରୋଡ଼ ମଣ୍ଡଳ ପକ୍ଷରୁ ସଚେତନତା ପ୍ରଶିକ୍ଷଣ ଶିବିର ଆୟୋଜିତ

October 18, 2026
ସିଗମା ପବ୍ଲିକ ସ୍କୁଲରେ ନବରାତ୍ର ଉପଲକ୍ଷେ ଦାଣ୍ଡିଆ ନୃତ୍ୟ

ସିଗମା ପବ୍ଲିକ ସ୍କୁଲରେ ନବରାତ୍ର ଉପଲକ୍ଷେ ଦାଣ୍ଡିଆ ନୃତ୍ୟ

October 18, 2026
BEE Organises Influencers’ Conclave 2026

BEE Organises Influencers’ Conclave 2026

October 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦୁର୍ଗାପୂଜାରେ ଜନସାଧାରଣଙ୍କ ସୁରକ୍ଷା ପାଇଁ ଓଡ଼ିଶା ଅଗ୍ନିଶମ ଓ ଜରୁରୀକାଳୀନ ସେବାର ‘ଶକ୍ତି ସୁରକ୍ଷା’ ଅଭିଯାନ ପାର୍ବଣର ଆନନ୍ଦ, ସୁରକ୍ଷାର ସଂକଳ୍ପ

ଦୁର୍ଗାପୂଜାରେ ଜନସାଧାରଣଙ୍କ ସୁରକ୍ଷା ପାଇଁ ଓଡ଼ିଶା ଅଗ୍ନିଶମ ଓ ଜରୁରୀକାଳୀନ ସେବାର ‘ଶକ୍ତି ସୁରକ୍ଷା’ ଅଭିଯାନ ପାର୍ବଣର ଆନନ୍ଦ, ସୁରକ୍ଷାର ସଂକଳ୍ପ

October 18, 2026
ନୂତନ ଶ୍ରମ ସଂହିତା ଉପରେ ଖୋର୍ଦ୍ଧାରୋଡ଼ ମଣ୍ଡଳ ପକ୍ଷରୁ ସଚେତନତା ପ୍ରଶିକ୍ଷଣ ଶିବିର ଆୟୋଜିତ

ନୂତନ ଶ୍ରମ ସଂହିତା ଉପରେ ଖୋର୍ଦ୍ଧାରୋଡ଼ ମଣ୍ଡଳ ପକ୍ଷରୁ ସଚେତନତା ପ୍ରଶିକ୍ଷଣ ଶିବିର ଆୟୋଜିତ

October 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version