• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୟାଗଡ଼ କପ୍-୨୦୨୨ ଦ୍ୱିତୀୟ ସେମିଫାଇନାଲ କଟକ ୟୁନିଅନ୍ ସ୍ପୋର୍ଟିଂ କ୍ଲବ ୭୩ରନରେ ବିଜୟୀ

Proprietor Abhimanyu Maharana by Proprietor Abhimanyu Maharana
December 6, 2022
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ନୟାଗଡ଼ କପ୍-୨୦୨୨ ଦ୍ୱିତୀୟ ସେମିଫାଇନାଲ କଟକ ୟୁନିଅନ୍ ସ୍ପୋର୍ଟିଂ କ୍ଲବ ୭୩ରନରେ ବିଜୟୀ
Share on FacebookShare on TwitterWhatsapp

୬ ଡିସେମ୍ବର ମଙ୍ଗଳବାର ( ଓଡ଼ିଶା ତାଜା ନ୍ୟୁଜ ) ନୟାଗଡ଼ :- ନୟାଗଡ଼ ଜିଲ୍ଲା କ୍ରିକେଟ୍ ଆସୋସିଏସନ୍ ଆନୁକୂଲ୍ୟରେ ଆୟୋଜିତ ସର୍ବଭାରତୀୟ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଟି-୨୦ ନୟାଗଡ଼ କପ୍-୨୦୨୨ର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍ ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟର ଖେଳ ପଡିଆରେ ଅନୁଷ୍ଠିତ ହୋଇଯାଇଛି । ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍ ଦୁଇ ପ୍ରତିଦ୍ୱନ୍ଦୀ ନୟାଗଡ଼ କ୍ରିକେଟେ ଆସୋସିଏସନ୍ ଓ କଟକ ୟୁନିଅନ୍ ସ୍ପୋର୍ଟିଂ କ୍ଲବ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ଆଜିର ଦ୍ୱିତୀୟ ସେମିଫାଇନାଲ ମ୍ୟାଚକୁ ଜିଲ୍ଲାପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ଜିଲ୍ଲାପରିଷଦ କ୍ଷୀରୋଦ କୁମାର ମହାପାତ୍ର, ୟୁନିଟେକ୍ କଲେଜର ନିର୍ଦ୍ଦେଶକ ପ୍ରଦୀପ ପୃଷ୍ଟି, ବିଜୁ ଜନତା ଦଳର ନିର୍ବାଚନ ମଣ୍ଡଳୀ ସଭାପତି ଗଙ୍ଗାଧର ପଣ୍ଡା ଅତିଥି ଭାବେ ଯୋଗ ଦେଇ ଖେଳାଳୀମାନଙ୍କ ସହ କରମର୍ଦ୍ଦନ କରି ଖେଳାଳୀଙ୍କୁ ଉତ୍ସାହିତ କରିଥିଲେ ।

ନୟାଗଡ଼ କ୍ରିକେଟ୍ ଆସୋସିଏସନ୍ ପ୍ରଥମେ ଟସ୍ ଜିତି ବିପକ୍ଷ ଦଳ ୟୁନିଅନ୍ ସ୍ପୋର୍ଟିଂ କ୍ଲବକୁ ବ୍ୟାଟିଂ କରିବାକୁ ଆମନ୍ତ୍ରଣ କରିଥିଲେ । କଟକ ୟୁନିଅନ୍ ସ୍ପୋର୍ଟିଂ କ୍ଲବର ରାଜିବ ଲୋଚନ ସାହୁ ଓ ଜ୍ୟୋତିରଂନଜ ଓପନିଂ କରିଥିଲେ । ୟୁନିଅନ୍ ସ୍ପୋର୍ଟିଂ ୧୦ ରନ୍ କରିଥିବା ବେଳେ ଦିନା ଦାସ ବଲରେ ଜ୍ୟୋତିରଂଜନ ଏଲବିଡବ୍ଲ୍ୟୁରେ ଆଉଟ ହୋଇ ପ୍ୟାଭେଲିୟନ୍ ଫେରିଥିଲେ । କଟକ ୟୁନିଅନ୍ ସ୍ପୋର୍ଟିଂ ଓପନର ବ୍ୟାଟ୍ସମ୍ୟାନ୍ ରାଜିବ ଲୋଚନ ଓ ପଙ୍କଜ ସେନାପତି ଧୂଆଁଧାର ବ୍ୟାଟିଂ କରି ଦଳର ରନ୍ ସ୍କୋର ବଢାଇଥିଲେ । ଦଳ ନିର୍ଦ୍ଧାରିତ ୨୦ ଓଭରରେ ମୂଲ୍ୟବାନ ୬ଟି ୱିକେଟ୍ ହରାଇ ୧୬୧ରନ୍ କରିଥିଲେ । ଦଳପକ୍ଷରୁ ରାଜୀବ ଲୋଚନ ସାହୁ ୫୨ଟି ବଲ ସମ୍ମୁଖୀନ ହୋଇ ୯ଟି ଚୌକା ଓ ୧ଟି ଛକା ସହାୟତାରେ ଅର୍ଦ୍ଧଶତକ ଇଂନିସ୍ ୬୬ରନ କରି ଅପରାଜିତ ଥିଲେ ।

ସେହିପରି ପଙ୍କଜ ସେନାପତୀ ମଧ୍ୟ ୩୪ବଲରୁ ୩ଟି ଛକା ଓ ୧ଟି ଚୌକା ସହାୟତାରେ ୪୧ରନ୍ କରିଥିଲେ । ନୟାଗଡ଼ କ୍ରିକେଟ୍ ଆସୋସିଏସନ୍ ପକ୍ଷରୁ ଦିନା ଦାସ ଓ ଦେବାଶିଷ ବାଘ ୨ଟି ଲେଖାଏଁ ୱିକେଟ୍ ଅକ୍ତିଆର କରିଥିଲେ । ନୟାଗଡ଼ କ୍ରିକେଟ୍ ଆସୋସିଏସନ୍ ଦ୍ୱିତୀୟ ଇଂନିସ ଆରମ୍ଭରୁ ୧୬୨ରନର ବିଜୟ ଲକ୍ଷ ନେଇ ପଡିଆ ଭିତରକୁ ପ୍ରବେଶ କରିଥିଲେ । ଦଳର ନୈରାଶ୍ୟ ଜନକ ଖେଳ ପ୍ରଦର୍ଶନ କରିଥିଲା । ଯାହାଫଳରେ ନୟାଗଡ଼ କ୍ରିକେଟ୍ ଆସୋସିଏନ୍ ୧୮.୨ଓଭରରେ ସମସ୍ତ ଓି୍ୱକେଟ୍ ହରାଇ ମାତ୍ର ୮୮ରନ କରିଥିଲେ । ଦଳ ପକ୍ଷରୁ ସଲିନ୍ ଦଳ ପକ୍ଷରୁ ସର୍ବାଧିକ ୨୪ରନ୍ କରିଥିବା ବେଳେ ଦିଲିପ ଜେନା ୨୦ରନ କରିଥିଲେ । ଟି-୨୦ ନୟାଗଡ଼ କପ୍-୨୦୨୨ ୫ଦିନ ଧରି ଅନୁଷ୍ଠିତ ହୋଇଥିଲା । ଏବଂ ଏକାଧାରରେ ଦ୍ୱିତୀୟ ଇଂନିସରେ ଯେଉଁ ଦଳ ରହୁଥିଲା ବିଜୟୀ ହେଇଆସିଥିଲେ ।

ଆଜି ତାହା ଉପରେ ରୋକ୍ ଲଗାଇଛି ୟୁନିଅନ୍ ସ୍ପୋର୍ଟିଂ କ୍ଲବ । କଟକ ୟୁନିଅନ୍ ସ୍ପୋର୍ଟିଂ କ୍ଲବ ୭୭ରନରେ ନୟାଗଡ଼ କ୍ରିକେଟ୍ ଆସୋସିଏସନକୁ ହରାଇ ଫାଇନାଲରେ ପ୍ରବେଶ କରିଛି । ଆଜିର ମ୍ୟାଚରେ ରାଜିବ ଲୋଚନ ସାହୁଙ୍କୁ ମ୍ୟାନ୍ ଅପ୍ ଦ ମ୍ୟାଚ ବିବେଚିତ କରାଯାଇ ଟ୍ରଫି ସହ ପୁରଷ୍କାର ପ୍ରଦାନ କରାଯାଇଛି । ଟି-୨୦ ନୟାଗଡ଼ କପ୍-୨୦୨୨ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ସେମିଫାଇନାଲକୁ ବିସିସିଆଇ ଲେବୁଲ୍ ୱାନର ଅମ୍ପୟାର ଶରତ ଚନ୍ଦ୍ର ସାହୁ ଓ ଓସିଏର ଅମ୍ପୟାର ବିଭୂ ପ୍ରସାଦ ଚୌଦୁରୀ ପରିଚାଳନା କରିଥିବା ବେଳେ ଅଧ୍ୟାପକ ଗଣେଶ୍ୱର ମିଶ୍ର, ଆଶୁତୋଷ ମିଶ୍ର ଓ ସାମ୍ବାଦିକ ପ୍ରଦୀପ୍ତ କୁମାର ରଥ ଧାରାବିବରଣୀ ପ୍ରଦାନ କରିଥିଲେ । ଅନଲାଇନ୍ ଓ ଅଫଲାଇନ୍ ସ୍କୋରର ସୁଶିଲ୍ କୁମାର ସୁନ୍ଦରାୟ ସହଯୋଗ କରିଥିଲେ । ଜିଲ୍ଲାର ସମସ୍ତ ଜିଲ୍ଲାପରିଷଦ ଓ ନୟାଗଡ଼ କପର ସଦସ୍ୟମାନେ ସାହାର୍ଯ୍ୟ ସହଯୋଗ କରିଥିଲେ । ଆସନ୍ତାକାଲି ଏସ୍.ବି ଇଲେଭେନ ଭୁବନେଶ୍ୱର ବନାମ ୟୁନିଅନ୍ ସ୍ପୋର୍ଟିଂ କଟକ ମଧ୍ୟରେ ଫାଇନାଲ୍ ମ୍ୟାଚ୍ ଅନୁଷ୍ଠିତ ହେବ ବୋଲି ଆୟୋଜକ କମିଟି ପକ୍ଷରୁ ସୂଚନା ମିଳିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

July 1, 2026
ପୁରୀରେ ଜିଲ୍ଲାସ୍ତରୀୟ ରେନବୋ ପ୍ରାଇଡ୍ ୱାକ୍ ସଫଳତାର ସହ ଆୟୋଜିତ

ପୁରୀରେ ଜିଲ୍ଲାସ୍ତରୀୟ ରେନବୋ ପ୍ରାଇଡ୍ ୱାକ୍ ସଫଳତାର ସହ ଆୟୋଜିତ

July 1, 2026
ସ୍ନାନ ପୂର୍ଣ୍ଣିମା ଅବସରରେ ପରିବହନ ବିଭାଗ ପକ୍ଷ ରୁ ୯୫ ଚାଲାଣ, ୯ଲକ୍ଷ ୮୫ହଜାର ଟଙ୍କା ଜରିମାନା ଆଦାୟ

ସ୍ନାନ ପୂର୍ଣ୍ଣିମା ଅବସରରେ ପରିବହନ ବିଭାଗ ପକ୍ଷ ରୁ ୯୫ ଚାଲାଣ, ୯ଲକ୍ଷ ୮୫ହଜାର ଟଙ୍କା ଜରିମାନା ଆଦାୟ

July 1, 2026
କଟକ ୬ଷ୍ଠ ବାଟାଲିୟନ ପରିସରରେ ଥିବା ଜଗନ୍ନାଥ ମନ୍ଦିରରେ ସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ

କଟକ ୬ଷ୍ଠ ବାଟାଲିୟନ ପରିସରରେ ଥିବା ଜଗନ୍ନାଥ ମନ୍ଦିରରେ ସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ

July 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

July 1, 2026
ପୁରୀରେ ଜିଲ୍ଲାସ୍ତରୀୟ ରେନବୋ ପ୍ରାଇଡ୍ ୱାକ୍ ସଫଳତାର ସହ ଆୟୋଜିତ

ପୁରୀରେ ଜିଲ୍ଲାସ୍ତରୀୟ ରେନବୋ ପ୍ରାଇଡ୍ ୱାକ୍ ସଫଳତାର ସହ ଆୟୋଜିତ

July 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version