• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ିଆରେ ଆୟୁଷ୍ମାନ ଭାରତ ଲାଗୁ କରିବାକୁ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ ଅନୁରୋଧ କଲେ ଓଡ଼ିଶାର ବିଜେପି ସାଂସଦ

Proprietor Abhimanyu Maharana by Proprietor Abhimanyu Maharana
December 16, 2022
in ଓଡ଼ିଶା, ଦେଶ, ମହାନଗର, ରାଜନୀତି, ହୋମ୍
0
ଓଡ଼ିଆରେ ଆୟୁଷ୍ମାନ ଭାରତ ଲାଗୁ କରିବାକୁ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ ଅନୁରୋଧ କଲେ ଓଡ଼ିଶାର ବିଜେପି ସାଂସଦ
Share on FacebookShare on TwitterWhatsapp

କେନ୍ଦ୍ରମନ୍ତ୍ରୀଙ୍କ ନେତୃତ୍ୱରେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ ଭେଟିଲେ ବିଜେପି ସାଂସଦ ପ୍ରତିନିଧି ମଣ୍ଡଳୀ

୪.୫ କୋଟି ଓଡ଼ିଆ ସମେତ ୧ କୋଟି ପ୍ରବାସୀ ଓଡ଼ିଆଙ୍କ ହିତ ପାଇଁ ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ କରିବାକୁ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ ଅନୁରୋଧ କଲେ ଓଡ଼ିଶାର ବିଜେପି ସାଂସଦ

• ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରିବା ପାଇଁ ଓଡ଼ିଶା ସରକାରଙ୍କୁ ପରମର୍ଶ ଦେବାକୁ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ ଅନୁରୋଧ କଲେ ଓଡ଼ିଶାର ସାଂସଦ
• ରାଜ୍ୟରେ ସ୍ୱାସ୍ଥ୍ୟବସ୍ଥା ବିପର୍ଯ୍ୟସ୍ତ, ଅଥଚ ଆୟୁଷ୍ମାନ ଯୋଜନା କାର୍ଯ୍ୟକାରୀ ନ ହେବା ଚିନ୍ତାଜନକ
• ରାଜ୍ୟ ସରକାରଙ୍କ ନିଜସ୍ୱ ସ୍ୱାସ୍ଥ୍ୟ ଯୋଜନା ସ୍ୱଳ୍ପରେ ସୀମିତ
• ପ୍ରାୟ ୧ କୋଟି ପ୍ରବାସୀ ଓଡିଆ ସ୍ୱାସ୍ଥ୍ୟବୀମାର ଲାଭରୁ ବଞ୍ଚିତ ହେଉଛନ୍ତି
• ରାଜ୍ୟର ନିଜସ୍ୱ ସ୍ୱାସ୍ଥ୍ୟ ଯୋଜନା ସହ ଆୟୁଷ୍ମାନ ଭାରତ ଯୋଜନାକୁ କାର୍ଯ୍ୟକାରୀ କରିବାର ଘୋଷଣା ଭାରତ ସରକାର କରିଛନ୍ତି
• ଦେଶର ୨୦ଟି ରାଜ୍ୟ ନିଜସ୍ୱ ସ୍ୱାସ୍ଥ୍ୟ ଯୋଜନା ସହ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରିସାରିଛନ୍ତି
• ରାଜନୈତିକ ଅଭିସନ୍ଧି କାରଣରୁ ଓଡ଼ିଶା ସରକାର ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରିବା ପାଇଁ ଆଗ୍ରହ ନ ଦେଖାଇବା ଓଡ଼ିଆ ଲୋକଙ୍କ ପାଇଁ ବଡ ଚିନ୍ତାର ବିଷୟ

୧୫ ଡିସେମ୍ବର ଗୁରୁବାର ( ଓଡ଼ିଶା ତାଜା ନ୍ୟୁଜ ) ନୂଆଦିଲ୍ଲୀ / ଭୁବନେଶ୍ୱର : –  କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ରାଜ୍ୟ ବିଜେପିର ଏକ ସାଂସଦ ପ୍ରତିନିଧି ମଣ୍ଡଳୀ ଗୁରୁବାର ନୂଆଦିଲ୍ଲୀରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡା. ମନସୁଖ ମାଣ୍ଡଭୀୟଙ୍କୁ ଭେଟି ଓଡ଼ିଶାରେ ଆୟୁଷ୍ମାନ ଭାରତ – ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା(ଏବି-ପିଏମଜେଏଓ୍ୱାଇ) ଲାଗୁ କରିବା ପାଇଁ ରାଜ୍ୟ ସରକାରଙ୍କୁ ପରାମର୍ଶ ଦେବାକୁ ଅନୁରୋଧ କରିଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ ଏ ସମ୍ପର୍କୀତ ଏକ ପତ୍ର ପ୍ରଦାନ କରିବା ସହ ଆବଶ୍ୟକ ସ୍ୱାସ୍ଥ୍ୟସେବା ଚାହୁଁଥିବା ୪.୫ କୋଟି ଓଡ଼ିଆଙ୍କ ସମେତ ବାହାରେ କାମ କରୁଥିବା ୧ କୋଟି ପ୍ରବାସୀ ଓଡ଼ିଆ ଲୋକଙ୍କ ବୃହତ ହିତ ଦୃଷ୍ଟିରୁ ଏହି ପ୍ରସଙ୍ଗରେ ହସ୍ତକ୍ଷେପ କରିବା ପାଇଁ ସାଂସଦଗଣ ଦାବୀ କରିଛନ୍ତି । ଏହି ପ୍ରତିନିଧି ମଣ୍ଡଳୀ ମଧ୍ୟରେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ରାଷ୍ଟ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ, ସାଂସଦ ଜୁଏଲ ଓରାମ, ପ୍ରତାପ ଷଡଙ୍ଗୀ, ବସନ୍ତ ପଣ୍ଡା, ସୁରେଶ ପୂଜାରୀ, ନିତିଶ ଗଙ୍ଗଦେବ, ଅପରାଜିତା ଷଡଙ୍ଗୀ, ସଙ୍ଗୀତା ସିଙ୍ଗଦେଓ ପ୍ରମୁଖ ଉପସ୍ଥିତ ଥିଲେ ।

ପ୍ରତିନିଧି ମଣ୍ଡଳୀ ପକ୍ଷରୁ ଦିଆଯାଇଥିବା ଦାବୀ ପତ୍ରରେ ଉଲ୍ଲେଖ ରହିଛି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ୨୦୧୮ ମସିହାରେ ଆରମ୍ଭ ହୋଇଥିବା ଆୟୁଷ୍ମାନ ଭାରତ ଯୋଜନା ଏକ ଐତିହାସିକ ପଦକ୍ଷେପ । ଏହି ଯୋଜନାରେ ପ୍ରତ୍ୟେକ ପରିବାର ପିଛା ବାର୍ଷିକ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଉତ୍ତମ ଚିକିତ୍ସା ସେବାର ଯୋଗାଇ ଦେବାର ବ୍ୟବସ୍ଥା ରହିଛି । ଦେଶର ପ୍ରାୟ ୨୦.୮୭ କୋଟି ପରିବାର ତଥା ୭୫ କୋଟି ହିତାଧିକାରୀ ଏହି ସୁବିଧାର ଲାଭ ନେଉଛନ୍ତି । ଦେଶରେ ପ୍ରାୟ ୨୬,୨୬୭ ତାଲିକାଭୂକ୍ତ ସ୍ୱାସ୍ଥ୍ୟସେବା ପ୍ରଦାନକାରୀ (ଇଏଚସିପି)ର ନେଟଓ୍ୱାର୍କ ମାଧ୍ୟମରେ ୪୮,୯୩୪ କୋଟି ଟଙ୍କା ମୂଲ୍ୟର ସ୍ୱାସ୍ଥ୍ୟସେବା ପ୍ରଦାନ କରାଯାଇଛି, ଯାହା ଏହି ଯୋଜନାର ସଫଳ କାର୍ଯ୍ୟକାରିତାକୁ ଦର୍ଶାଉଛି ।

ଲୋକଙ୍କ କଲ୍ୟାଣ ପାଇଁ ଦେଶର ପ୍ରାୟ ସମସ୍ତ ରାଜ୍ୟ ଗୁଡ଼ିକ ରାଜନୀତିରୁ ଉର୍ଦ୍ଧ୍ୱରେ ରହି କେନ୍ଦ୍ର ସରକାରଙ୍କ ଏହି ସ୍ୱାସ୍ଥ୍ୟ ଯୋଜନାକୁ କାର୍ଯ୍ୟକାରୀ କରୁଥିବା ବେଳେ ଓଡ଼ିଶା ଭଳି ଅଳ୍ପ କିଛି ରାଜ୍ୟ ସର୍ବଭାରତୀୟ ସ୍ୱାସ୍ଥ୍ୟ ଯୋଜନାର ଲାଭରୁ ନାଗରିକଙ୍କୁ ବଞ୍ଚିତ କରୁଛନ୍ତି । ଆୟୁଷ୍ମାନ ଭାରତ ଯୋଜନା କାର୍ଯ୍ୟକାରୀ ନ ହେବା କାରଣରୁ ସ୍ୱାସ୍ଥ୍ୟକ୍ଷେତ୍ରରେ ଓଡ଼ିଶାରେ ସ୍ଥିତି ବିପର୍ଯ୍ୟସ୍ତ ଆଡକୁ ଗତି କରୁଛି, ଯାହା ରାଜ୍ୟ ଏବଂ ରାଜ୍ୟ ବାହାରେ ବସବାସ କରୁଥିବା ଓଡିଆ ଲୋକଙ୍କ ପାଇଁ ଏକ ଅଭିଶାପ ସାବ୍ୟସ୍ତ ହୋଇଛି । ୨୦୧୯-୨୦ ଆର୍ଥିକ ବର୍ଷରେ ସାମଗ୍ରିକ ସ୍ୱାସ୍ଥ୍ୟାବସ୍ଥା ପ୍ରଦର୍ଶନ ତୁଳନାରେ ୧୯ଟି ପ୍ରମୁଖ ରାଜ୍ୟ ମଧ୍ୟରେ ଓଡ଼ିଶାର ସ୍ଥାନ ୧୪ତମ ସ୍ଥାନରେ ଥିଲା, ଯାହା ପଡୋଶୀ ଝାଡଖଣ୍ଡ ଏବଂ ଛତିଶଗଡ ରାଜ୍ୟ ଠାରୁ ମଧ୍ୟ କମ୍ । ୨୦୧୪ ପର ଠାରୁ ନବଜାତ ମୃତ୍ୟୁହାର, ୫ ବର୍ଷରୁ କମ୍ ମୃତ୍ୟୁ ହାର, ଶିଶୁ, କିଶୋର,ମହିଳାଙ୍କ ମଧ୍ୟରେ ରକ୍ତହୀନତାରେ ଓଡ଼ିଶାର ପ୍ରଦର୍ଶନ ନୈରାଶଜନକ ।ଏହାବ୍ୟତିତ ଓଡ଼ିଶାରେ ମେଡିକାଲ ପାଇଁ ଉଯୁପକ୍ତ ସମ୍ବଳ ନଥିବାରୁ ରାଜ୍ୟରେ ସାର୍ବଜନୀନ ସ୍ୱାସ୍ଥ୍ୟାବସ୍ଥା ନାହିଁ । ଗାଁରେ ଦୁର୍ବଳ ସ୍ୱାସ୍ଥ୍ୟସେବା ଭିତ୍ତିଭୂମି, ମେଡିକାଲ ଏବଂ ପାରାମେଡିକ କର୍ମଚାରୀଙ୍କ ମଧ୍ୟରେ ଦୂରତା ସ୍ୱାସ୍ଥ୍ୟସେବା ପ୍ରଦାନ କରିବାର ଏକ ପ୍ରମୁଖ ଆହ୍ୱାନ । ଗ୍ରାମୀଣ ସ୍ୱାସ୍ଥ୍ୟ ପରିସଂଖ୍ୟାନ ୨୦୨୧ ଅନୁସାରେ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଡାକ୍ତର ପଦବୀ ୩୧ ପ୍ରତିଶତ ଖାଲି ପଡିଛି । ରାଜ୍ୟରେ ଚିକିତ୍ସା କର୍ମଚାରୀ ଏବଂ ପ୍ରଶାସନିକ ପଦବୀରେ କାର୍ଯ୍ୟରତ ଲୋକଙ୍କ ସଂଖ୍ୟା ମଧ୍ୟ ବହୁତ କମ୍ ଅଛି । ଦେଶରେ ମୁଣ୍ଡ ପିଛା ଡାକ୍ତର ଏବଂ ହସ୍ପିଟାଲ ମଧ୍ୟ ଓଡ଼ିଶାରେ ବହୁତ କମ୍ ରହିଛି । ରାଜ୍ୟ ସରକାରଙ୍କ ନିଜସ୍ୱ ସ୍ୱାସ୍ଥ୍ୟ ଯୋଜନାରେ ସ୍ୱାସ୍ଥାସେବା ମିଳିବା ଅଳ୍ପ କିଛିରେ ସୀମିତ ଅଛି । ରାଜ୍ୟ ସ୍ୱାସ୍ଥ୍ୟ ବୀମା ଯୋଜନା ଥିବା ସତ୍ତ୍ୱେ ମଧ୍ୟ ବେସରକାରୀ ହସ୍ପିଟାଲରେ ଭର୍ତ୍ତି ହେବା ପାଇଁ ହିତାଧିକାରୀମାନେ ଅନିଚ୍ଛା ପ୍ରକାଶ କରୁଛନ୍ତି ।

ରାଜ୍ୟରେ ଥିବା ଚିକିତ୍ସା ସୁବିଧା ଓଡ଼ିଶାର ସାଢେ ଚାରି କୋଟି ଲୋକଙ୍କ ଆବଶ୍ୟକତାକୁ ପୂରଣ କରିବାରେ ଅସମର୍ଥ । କଟକରେ ସରକାରୀ ଏମସିଏଚ୍ ସହ ଭୁବନେଶ୍ୱର ଓ କଟକ ଟ୍ୱିନ ସିଟିରେ ଥିବା କିଛି ହସ୍ପିଟାଲ ବ୍ୟତିତ ଅଧିକାଂଶ ଓଡ଼ିଆ ଲୋକମାନେ ଉତ୍ତମ ସ୍ୱାସ୍ଥ୍ୟସେବା ପାଇଁ କୋଲକାତା, ଭେଲ୍ଲୋର, ମୁମ୍ବାଇ, ଭାଇଜାଗ ଓ ଦିଲ୍ଲୀ ଯାଉଛନ୍ତି । ସେହିପରି ଓଡ଼ିଶାରୁ ୩୩.୪୫ ପ୍ରତିଶତ ପରିବାର କାମ ଅନ୍ୱେଷଣରେ ବାହାର ରାଜ୍ୟକୁ ଯାଉଛନ୍ତି । ଓଡ଼ିଶାର ପ୍ରାୟ ୧ କୋଟି ଲୋକମାନେ ଜୀବନଜୀବିକା ପାଇଁ ବାହାରେ କାମ କରୁଥିବା ଆକଳନ କରାଯାଇଛି । ଏହି ପ୍ରବାସୀ ଓଡ଼ିଆ ଲୋକମାନେ ନିଜ ଆୟର ୩୩ ପ୍ରତିଶତ ଖର୍ଚ୍ଚ ନିଜ ପରିବାରର ଚିକିତ୍ସା ପାଇଁ ଖର୍ଚ୍ଚ କରନ୍ତି । ଆୟୁଷ୍ମାନ ଭାରତ ଯୋଜନା କ୍ରିୟାନ୍ୱୟନ ନ ହେବା କାରଣରୁ ଅଧିକାଂଶ ପ୍ରବାସୀ ଓଡ଼ିଆ ଲୋକମାନେ ସ୍ୱାସ୍ଥ୍ୟବୀମାର ଲାଭ ନେବାରୁ ବଞ୍ଚିତ ହେଉଛନ୍ତି ।

ସମସ୍ତଙ୍କୁ ସେବା ପ୍ରଦାନ କରିବା ପାଇଁ ପ୍ରତିଶ୍ରୁତିବଦ୍ଧ ଭାରତ ସରକାର ନିକଟରେ ଘୋଷଣା କରିଛନ୍ତି ଯେ, ରାଜ୍ୟ ସରକାରଙ୍କ ନିଜସ୍ୱ ସ୍ୱାସ୍ଥ୍ୟବୀମା ଯୋଜନା ସମେତ ଆୟୁଷ୍ମାନ ଭାରତ ଯୋଜନା ମଧ୍ୟ ଲାଗୁ କରିପାରିବେ । ଆୟୁଷ୍ମାନ ଭାରତର ସଂଶୋଧିତ ବ୍ୟବସ୍ଥା ଅନୁସାରେ ହିତାଧିକାରୀମାନେ ଆୟୁଷ୍ମାନ ଭାରତର କାର୍ଡକୁ ଆୟୁଷ୍ମାନ ଭାରତ ଏବଂ ରାଜ୍ୟ ଯୋଜନାରେ ବି ବ୍ୟବହାର କରିପାରିବେ । କାର୍ଯ୍ୟକାରୀ ଯୋଜନା ଅନ୍ତର୍ଗତ ଯଦି ରାଜ୍ୟ ସରକାରମାନେ ୫ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ୱ ସୁବିଧା ପ୍ରଦାନ କରିବା ପାଇଁ ଚାହାନ୍ତି ତେବେ କେନ୍ଦ୍ର ସରକାର ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସହଯୋଗ ପ୍ରଦାନ କରିବେ । ଯଦି ୨୦୧୧ ସାମାଜିକ, ଆର୍ଥିକ ଓ ଜାତିଭିତିକ ଗଣନା ବ୍ୟତିତ ଅତିରିକ୍ତ ହିତାଧିକାରୀ ଅଛନ୍ତି, ସେମାନେ ମଧ୍ୟ ଏହି କାର୍ଡର ଉପଯୋଗ କରିପାରିବେ ।

ଭାରତ ସରକାର ସାମାଜିକ, ଆର୍ଥିକ ଓ ଜାତିଭିତ୍ତିକ ଗଣନା ଅନୁସାରେ ଚୟନ ହୋଇଥିବା ହିତାଧିକାରୀଙ୍କୁ ପ୍ରଦାନ କରାଯିବା ପାଇଁ ଥିବା କାର୍ଡ ପାଇଁ ଆର୍ଥିକ ସହାୟତା କେନ୍ଦ୍ର ସରକାର ପ୍ରଦାନ କରିବେ । ଏହାବ୍ୟତିତ ଗଣନା ବାହାରେ କେନ୍ଦ୍ର ଦ୍ୱାରା ଯୋଗ୍ୟ ବିବେଚିତ ହୋଇଥିବା ଥିବା ହିତାଧିକାରୀ ମଧ୍ୟ ଏହି ଯୋଜନାର ଲାଭ ପାଇପାରିବେ । ଦେଶର ୨୦ଟି ରାଜ୍ୟରେ ଆୟୁଷ୍ମାନ ଯୋଜନା ସମେତ ରାଜ୍ୟର ନିଜସ୍ୱ ଯୋଜନା ସମାନ୍ତରାଳ ଭାବେ କାର୍ଯ୍ୟକାରୀ ହେଉଛି । ଏହା ଦ୍ୱାରା ଏସଇସିସି ପରିଧି ବାହାରେ ଥିବା ଲୋକମାନେ ସ୍ୱାସ୍ଥ୍ୟବୀମାର ଲାଭ ପାଇପାରିବା ସହ ୫ ଲକ୍ଷରୁ ଅଧିକ ଆର୍ଥିକ ସହାୟତା ପାଇଛନ୍ତି । ଏହି ସବୁ ବ୍ୟବସ୍ଥା ସତ୍ତ୍ୱେ ରାଜନୈତିକ ଅଭିସନ୍ଧି କାରଣରୁ ଓଡ଼ିଶା ସରକାର ରାଜ୍ୟରେ ଆୟୁଷ୍ମାନ ଯୋଜନା ଲାଗୁ କରିବା ପାଇଁ ଇଚ୍ଛାପ୍ରକାଶ କରୁନାହାନ୍ତି, ଯାହା ଓଡ଼ିଆ ଲୋକଙ୍କ ପାଇଁ ବଡ ଚିନ୍ତାର ବିଷୟ ବୋଲି ସାଂସଦମାନେ ପତ୍ରରେ ଉଲ୍ଲେଖ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

May 15, 2026
‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

May 15, 2026
ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

May 15, 2026
ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

May 15, 2026

Recent News

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

May 15, 2026
‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

May 15, 2026
ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

May 15, 2026
ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

May 15, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

May 15, 2026
‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

May 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version